10 ଜୁଲାଇ 2020, ଶୁକ୍ରବାର- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କୁ ନିଜ ପରିଶ୍ରମର ଉପଯୁକ୍ତ ଫଳ ପ୍ରାପ୍ତ ହେବ । ସମାଜରେ

10 ଜୁଲାଇ 2020, ଶୁକ୍ରବାର- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କୁ ନିଜ ପରିଶ୍ରମର ଉପଯୁକ୍ତ ଫଳ ପ୍ରାପ୍ତ ହେବ । ସମାଜରେ ମାନସମ୍ମାନ ବୃଦ୍ଧି ହେବ ଓ ଘରେ ଶାନ୍ତି ବଜାୟ ରହିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆପଣଙ୍କ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ । ଚନ୍ଦ୍ର କେନ୍ଦ୍ରସ୍ଥ ମଙ୍ଗଳ ଯୋଗୁ ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଚାକିରି କରୁଥିବା କର୍ମଜୀବିମାନେ ଅଫିସ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଅର୍ଥ ସମ୍ଭନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ଅନ୍ୟମାନଙ୍କ କଥାରେ ପ୍ରଭାବିତ ହେଲେ ଫସିଯାଇ ପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

କର୍ମକ୍ଷେତ୍ରରେ ଉଚିତ ପରାମର୍ଶ ଦେଇ ସମ୍ମାନିତ ଓ ପ୍ରଶଂସିତ ହେବେ । ମଙ୍ଗଳଯୁକ୍ତ ବୁଧଙ୍କ ସୁପ୍ରଭାବରୁ ଏକାଧାରରେ ଅର୍ଥଲାଭ ସଙ୍ଗକୁ ସନ୍ତାନମାନଙ୍କ ଗୌରବରେ ନିଜକୁ ଗୌରବାନ୍ୱିତ ମନେକରିବେ । ପରିବାରର ବ୍ୟତିକ୍ରମ ସକାଶେ ମନ ଭଲ ରହି ନ ପାରେ । କିନ୍ତୁ ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ । ଅଫିସରେ ବାତାବରଣ ଅନୁକୂଳ ରହିବ । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ । ଦମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତି ଉତ୍ତମ ରହିବ । ବୃହସ୍ପତିଙ୍କ ଶୁଭ ଦୃଷ୍ଟିରୁ କାମଗୁଡିକୁ ସହଜ ଓ ସୁବିଧାରେ ସମ୍ପନ୍ନ କରିବାର ମାର୍ଗ ଉନ୍ମୁକ୍ତ ହେବ ଓ ଆଶା ପୂରଣ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ । ଆର୍ଥିକ ପକ୍ଷ ମଜଭୁତ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ବାର୍ତ୍ତାଳାପ ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥରେ ଛନ୍ଦି ହୋଇପାରନ୍ତି । ବିବାଦୀୟ ଘଟଣା ସେମିତି କିଛି ଗୁରୁତର ହେବ ନାହିଁ ଅବଶ୍ୟ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହ ଦୂର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । କର୍ମସ୍ଥ ଚନ୍ଦ୍ର ଯୋଗୁଁ ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହୋଇ ପ୍ରଶଂସିତ ହେବେ । ତଥାପି ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । ବ୍ୟବସାୟର ଉନ୍ନତି ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିବେ । ଅଫିସରେ ଯେତେ ନିଷ୍ଟାର ସହିତ କାର୍ଯ୍ୟ କରିଲେ ମଧ୍ୟ ଉଚ୍ଚଧିକାରୀ ସନ୍ଦେହ ଦୃଷ୍ଟିରେ ଦେଖିବେ । ଋଣଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ଆଣ୍ଠୁ ଗଣ୍ଠିରେ ଦରଜଜନିତ ପୀଡା ଅନୁଭବ କରିପାରନ୍ତି । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ମାଆ ଭୈରବୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଧାର୍ମିକ କାର୍ଯ୍ୟପ୍ରତି ମନରେ ଆଗ୍ରହୀ ବଢିବ । ରାଶିରେ ରାଶ୍ୟାଧିପତିଙ୍କ ଅବସ୍ଥାନ ଯୋଗୁଁ ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ । କର୍ମକ୍ଷେତ୍ରରେ ଆତ୍ମୀୟ ସ୍ଵଜନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ । ସ୍ଥଗିତ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଅସୁବିଧା ଜନକ ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ୱନାବାଣୀ ମନରେ ଆଶ୍ୱସ୍ତି ଭରିପାରେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିରଜା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ଅଷ୍ଟମ ଚନ୍ଦ୍ରଙ୍କ କୁପ୍ରଭାବରୁ ମନ ଭିତରର ଅଶାନ୍ତିକୁ ପ୍ରକାଶ ନ କରି ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ । ଦୁଃଶ୍ଚିନ୍ତା ଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ବ୍ୟବସାୟରେ ସାମାନ୍ୟ ମନ୍ଥର ରହିବା, ଯାହାଫଳରେ ମନ ପ୍ରସନ୍ନ ରହିବା ନାହିଁ । ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି କେବଳ ଅଶାନ୍ତି ସୃଷ୍ଟିର କାରଣ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଶରୀରପୀଡ଼ା କଷ୍ଟକର ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ସମଲେଶ୍ଵରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆଜି କାର୍ଯ୍ୟବ୍ୟସ୍ତତା ଓ ମାନସିକ ଚାପ କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ । କୋଣଭାବସ୍ଥ ଚନ୍ଦ୍ରଙ୍କ କେନ୍ଦ୍ରସ୍ଥ ଏକାଧିକଗ୍ରହ ପାରିବାରିକ ଜୀବନ ଓ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ । ପରୋକ୍ଷ ଶତ୍ରୁତାଜନିତ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ । ସମୟାନ୍ତରେ ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ସଞ୍ଚୟ କରିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ନିଜ ଲୋକମାନଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଧୌର୍ଯ୍ୟ ଧରି କାମ କରନ୍ତୁ । ରାଶିରେ ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍‌ ନିଷ୍ପତ୍ତି ନେବା ସହଜ ସାଧ୍ୟ ହୋଇପାରେ । ବହୁତ କଷ୍ଟ, ବାଧାବିଘ୍ନରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ । ଅଫିସରେ କୌଣସି ଗୁଜବ ଖବର ପାଇ ମନ ବ୍ୟସ୍ତ ହୋଇଯିବ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଆବଶ୍ୟକ ମେଣ୍ଟାଇବା ପାଇଁ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କ ଠାରୁ ଧାରା କରଜ କରିବାକୁ ପଡିବ । କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ବିରୁଦ୍ଧାଚରଣ କରିବେ । ଅନ୍ୟର ବିବାଦୀୟ କଥାରେ ମୁଣ୍ଡ ନ ପୁରାଇବା ଭଲ । ପରିବାର ସଦସ୍ୟଙ୍କ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ଡୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଦର, ସମ୍ମାନ ମିଳିବ । ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ କିନ୍ତୁ କେତେକେ ସହକର୍ମୀଙ୍କ ପରୋକ୍ଷ ଶତ୍ରୁତା କାରଣରୁ ଅଫିସ୍‌ରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ବ୍ୟବସାୟ ବାଣିଜ୍ୟରେ ପ୍ରତିଦ୍ଵନ୍ଦିତା ଲାଗିଲେ ମଧ୍ୟ ଉନ୍ନତମାନର ଫଳ ପାଇବେ । ଭଲ ଭାବରେ ଚିନ୍ତା କରି ଆଗକୁ ବଢନ୍ତୁ, କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁଁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ । ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଭାଗ୍ୟର ସହଯୋଗ ମିଳିବ । ଉନ୍ନତିର ଚରମ ସୀମାରେ ପହଂଚିବା ପାଇଁ ଚେଷ୍ଟା କରିବେ । ଏକାଦଶସ୍ଥ ଗ୍ରହ ଯୋଗୁଁ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ । ବ୍ୟବସାୟିକ କ୍ଷେତ୍ରରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ । ସଜାଗ ରହି କାମ କରନ୍ତୁ, କାରଣ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାର ଆଶଙ୍କା ରହିଛି । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ମନରେ ଆତ୍ମବିଶ୍ଵାସ ଦୃଢ ରଖନ୍ତୁ । ରବି ଓ ରାହୁଙ୍କ ଦୋଷରୁ ମନ ଭିତରର ଅସନ୍ତୋଷକୁ ବନ୍ଧୁଙ୍କ ସମ୍ମୁଖରେ ବଖାଣିବା ଦ୍ୱାରା ଓଲଟା ଫଳ ଭୋଗିବାକୁ ପଡିବ । ଅଟକିଥିବା କାର୍ଯ୍ୟ ସମାପନ କରିବାକୁ ପ୍ରୟାସ କରିବେ । ବ୍ୟବସାୟୀରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସରେ ସହକର୍ମୀମାନଙ୍କ ଅସହଯୋଗ ମନରେ ବିରକ୍ତିଭାବ ଜାତ କରିବ । ଅସୁବିଧା ନ ହେଲେ ମଧ୍ୟ କତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଯୁକ୍ତିତର୍କ ହୋଇପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଆଧ୍ୟାତ୍ମିକ ଭାବନାରେ ସମୟ ଅତିବାହିତ କରିବେ । ଶନି ଓ କେତୁଙ୍କ ସଂଯୋଗ ପ୍ରଭାବରେ ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର ଘଟିପାରେ । ସମସ୍ୟା ରହିଥିଲେ ମଧ୍ୟ ଚନ୍ଦ୍ର ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ପ୍ରତିବନ୍ଧ ଓ ସମସ୍ୟାର ସମ୍ମୁଖୀନ ହେବକୁ ପଡିପାରେ । ଅଫିସରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବଢିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

Leave a Reply

Your email address will not be published. Required fields are marked *