10 ଅକ୍ଟୋବର 2020, ଶନିବାର- ଶନିଦେବଙ୍କ କୃପାରୁ ଆଜି ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ । ୩ଟି ରାଶିର

10 ଅକ୍ଟୋବର 2020, ଶନିବାର- ଶନିଦେବଙ୍କ କୃପାରୁ ଆଜି ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ । ୩ଟି ରାଶିର ବ୍ୟକ୍ତଙ୍କ ଜୀବନରେ ଲାଗି ରହିବ ନାନା ପ୍ରକାର ବାଧାବିଘ୍ନ ।

ଆଜି ଆମେ ଆପଣଙ୍କୁ ୧୦ ଅକ୍ଟୋବର ଶନିବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ନିଜ ବ୍ୟବହାରରେ ଆପଣ ଲୋକଙ୍କ ମନ ଜିଣି ପାରିବେ । ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗୁ ଧନହାନି କିମ୍ବା ଅର୍ଥ ସମ୍ପର୍କୀୟ ବିବାଦ ଲାଗିପାରେ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରିଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ଭଲ ରହିଲେ ମଧ୍ୟ ବ୍ୟୟ ଅଧିକ ହେବା ଫଳରେ ମନରେ ସରସତା ରହିବ ନାହିଁ । ଆଲୋଚନା କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ । ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ । ଶୁଭରଙ୍ଗ:ଲାଲ । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

କୌଣସି ଏକ ଅସ୍ବାଭାବିକ ଘଟଣାକୁ କେନ୍ଦ୍ର କରି ମନ ଉଦାସ ରହିବ । ଶନି ଦୃଷ୍ଟ ମଙ୍ଗଳ ପ୍ରତି ଥିବାରୁ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନି ସଙ୍ଗେ ସଙ୍ଗେ ଆକସ୍ମିକ କଳହ ଉପୁଜିବାର ସମ୍ଭାବନା ରହିଛି । ଅନ୍ୟମାନଙ୍କ ସହ କଥାବାର୍ତ୍ତା ସମୟରେ ନିଜ ଭାଷାକୁ ନିୟନ୍ତ୍ରଣ ରଖନ୍ତୁ । ସତର୍କତାର ଅଭାବ ଯୋଗୁ ଅର୍ଥ କିମ୍ବା ଦରକାରୀ କାଗଜପତ୍ର ହଜାଇ ଦେଇପାରନ୍ତି । ସଭାସମିତି, ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ସାମାଜିକ କାର୍ଯ୍ୟକଳାପରେ ସହଭାଗିତା କରିପାରନ୍ତି । ଖାଇବା ପିଇବାର ଧ୍ୟାନ ଯଦି ନ ରଖିଲେ, ସ୍ଵାସ୍ଥ୍ୟ ଖରାପ ହେବାର ସମ୍ଭାବନା ଅଛି । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ଜଗନ୍ନାଥ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଅତି ସୁଖଦାୟକ ରହିବ । ରାଶିରେ ଚନ୍ଦ୍ର ସ୍ଥାନ ପରିବର୍ତ୍ତନ କରିବା ଫଳରେ ମାନସିକ ଟେନ୍‌ସନ ଲାଘବ ହେବ । ଅନ୍ୟମାନଙ୍କ ସହମତିରେ କାମ କରିବା ଫଳରେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି କରିବେ ଯାହାଫଳରେ ମନ ଆନନ୍ଦ ରହିବ । ଦୀର୍ଘ ଦିନରୁ ପ୍ରୟାସ କରୁଥିବା ସରକାରୀ କାମଟିରେ ଆଜି ସଫଳତା ମିଳିବ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । କେତେକ କ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ଆତ୍ମବଡିମା ପ୍ରକାଶ କରି ଉପହସିତ ହେବାକୁ ପଡିପାରେ । ଭୁଲ୍‌ ବୁଝାମଣା, ବୃଥା ସନ୍ଦେହ ଯୋଗୁଁ ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖିପାରିବେ । ବୃହସ୍ପତିଙ୍କ ପ୍ରଭାବରୁ ଶତ୍ରୁନାଶ, ଋଣ ପରିଶୋଧ ସଙ୍ଗକୁ ରୋଗପୀଡା ହ୍ରାସ ଘଟିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିପାରିବେ । ବ୍ୟବସାୟିକ ସଫଳତା ସାଙ୍ଗକୁ ସାମାଜିକ ସ୍ତରରେ ଲୋକପ୍ରିୟତା ବୃଦ୍ଧି ପାଇବା ଫଳରେ ମନରେ ଖୁସି ଅନୁଭବ କରିବେ । ପ୍ରଶାସନିକ ସ୍ତରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ବାକ୍ ଅସଂଯମତା ଯୋଗୁଁ ଅଫିସରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ତେଣୁ ନିଜ ବାଣୀକୁ ନିୟନ୍ତ୍ରଣ ରଖିବା ଭଲ ହେବ । ଦୀର୍ଘ ପଥ ଭ୍ରମଣ ଯୋଗୁଁ ସାମୟିକ ସ୍ଵାସ୍ଥ୍ୟରେ ଅସୁସ୍ଥତା ଅନୁଭବ କରିବେ । ପାରିବାରିକ ଜୀବନରେ ସୁଖଦ ଅନୁଭୂତିର ସୌଭାଗ୍ୟ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ଗାୟତ୍ରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଆଜି ସାମୟିକ ବିଭିନ୍ନ ପ୍ରକାରର ଅସ୍ୱାଭାବିକ ପରିସ୍ଥିତିକୁ ସାମ୍‌ନା କରିବେ ଯାହାଫଳରେ ମନ ଉଦାସ ରହିବ । ରବିଙ୍କ ଦୁର୍ବଳତା କାରଣରୁ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ରହିବା ଠିକ୍‌ ହେବ । କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିପାରେ । ଯେକୌଣସି ବିବାଦୀୟ ପରିସ୍ଥିତିର ସମାଧାନ ପାଇଁ ତତ୍ପରତା ପ୍ରକାଶ କରିବେ ଏବଂ ବନ୍ଧୁଙ୍କ ସାହାଯ୍ୟ ଲୋଡିବେ । ବ୍ୟବସାୟ ବାଣିଜ୍ୟରେ ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, ଅବଶ୍ୟ ଆଶାତୀତ ସଫଳତା ମିଳିବ ନାହିଁ କିନ୍ତୁ କେତେକାଂଶରେ ଉପକୃତ ହେବେ । ବ୍ୟର୍ଥ ବାଦବିବାଦ କିମ୍ବା ଚର୍ଚ୍ଚାରୁ ଦୂରେଇ ରହିବା ଭଲ ହେବ ଅନ୍ୟଥା ଅସୁବିଧାର ଘେରରେ ଛନ୍ଦି ହୋଇପାରନ୍ତି । ନିକଟ ସମ୍ପର୍କୀୟ ଉପର ମନରେ ସ୍ନେହ ଦେଖାଇ ଭିତରେ ଚେର କାଟି ପାରନ୍ତି । ପରିବାର ଭିତରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ବଳଶାଳୀ ବୁଧ ବୌଦ୍ଧିକତା ବୃଦ୍ଧି କରି ସାମାଜିକ ସ୍ତରରେ ସମ୍ମାନ ଓ ପ୍ରତିଷ୍ଠା ପ୍ରଦାନ କରାଇବ । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡ଼ିରହି ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ଅଫିସ୍‌ କାମରେ ପରୋକ୍ଷ ଶତ୍ରୁତା ଆଚରଣ କରୁଥିବା କେତେକ ସହକର୍ମୀଙ୍କ ସହ ବିବାଦ ଦେଖାଦେଇପାରେ, କିନ୍ତୁ ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ । କାର୍ଯ୍ୟ ହାସଲ କରିବା ନିମନ୍ତେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ରାଜନୀତି ଓ ଅନ୍ୟାନ୍ୟ ଅନୁଷ୍ଟାନିକ କ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫଶୀ ପାରନ୍ତି, ତେଣୁ ସାବଧାନ ଅବଲମ୍ବନ କରିବା ଆବଶ୍ୟକ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା କାର୍ଯ୍ୟ ହାସଲ କରିବା ସକାଶେ ପୂର୍ଣ୍ଣ ସହଯୋଗ ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦିନଟି ଆପଣଙ୍କ ଲାଗି ଅତ୍ୟନ୍ତ ଭଲ ରହିବ । କର୍ମାଧିପ ଭାଗ୍ୟସ୍ଥ ହେତୁ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା କଦାପି ବିଫଳ ହେବ ନାହିଁ । ନିଜ ମନୋମୁତାବକ କାର୍ଯ୍ୟ କରିବେ ଓ ସଫଳତା ମଧ୍ୟ ପାଇବେ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଗଠନମୂଳକ କିମ୍ବା ସାମୂହିକ କାମରେ ନିଜର ପଢିଆରା ସାବ୍ୟସ୍ତ କରିପାରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ ଏବଂ ସାମାଜିକ ପ୍ରତିଷ୍ଠା ମଧ୍ୟ ଅକ୍ଷୁଣ୍ଣ ରହିବ । ଅସାବଧାନତା ଯୋଗୁଁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବାର ସୂଚନା ରହିଛି । ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ସାମୟିକ ମତ ପାର୍ଥକ୍ୟ ଦେଖା ଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦିନଟିକୁ ସରସ ଓ ସୁନ୍ଦର ରହିବ । ମୁଖଭାବରେ ବୃହସ୍ପତି ଥିବାରୁ ଯୁକ୍ତିଯୁକ୍ତ କଥା କହି ପ୍ରିୟଜନଙ୍କର ଶ୍ରଦ୍ଧାଭାଜନ ହୋଇପାରିବେ । ବ୍ୟବସାୟ, ବାଣିଜ୍ୟରେ ଯୋଜନାବଦ୍ଧ ରୂପେ କାମ କରିଲେ, ଯଥେଷ୍ଟ ଫାଇଦା ମିଳିବ । ବ୍ୟବସାୟରେ ଭାଗିଦାରୀ ସହିତ ସମ୍ବନ୍ଧ ଖରାପ ନ ହେଉ, ଏଥିପ୍ରତି ଧ୍ୟାନ ରଖନ୍ତୁ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । ଅଫିସରେ ସୁସ୍ଥ ବାତାବରଣ ରହିବ । ଚାକିରି କରୁଥିବା କର୍ମଜୀବୀମାନଙ୍କ ପଦୋନ୍ନତିର ଯୋଗ ରହିଛି । ସଭାସମିତି, କଳା ସାହିତ୍ୟ, ରାଜନୀତି, ଜମିଜମା କାରବାର ତଥା ଗଠନମୂଳକ କାର୍ଯ୍ୟରେ ଯୋଗଦାନ ଦେଇ ଉଚ୍ଚ ପ୍ରଶଂସିତ ହେବେ । ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟକୁ ଆଜି ବନ୍ଧୁଙ୍କ ସହାୟତାରେ ପୂର୍ଣ୍ଣ କରିବାରେ ସମର୍ଥ ହେବ । ପରିବାରରେ ହସଖୁସିର ବାତାବରଣ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଚର୍ଚ୍ଚିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ମଧ୍ୟ ପାଇବେ । ଶନିଦୃଷ୍ଟି ଚତୁର୍ଥ ଭାବ ପରିବାର, ବନ୍ଧୁସମ୍ପର୍କରେ ଫାଟ ସୃଷ୍ଟି କରିବାର ଆଶଙ୍କା ରହିଛି । ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବ ସହ ସମ୍ମାନଜନକ ସ୍ଥିତିରେ ରଖିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଶତ୍ରୁତା ଆଚରଣ କରୁଥିବା ଲୋକେ ମିଥ୍ୟା ଅଭିଯୋଗ ଲଗାଇପାରନ୍ତି ଯେଉଁଥି ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିଲେ ମଧ୍ୟ ଦାମ୍ପତ୍ୟ କଳହ ଯୋଗୁଁ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

କୌଣସି ନୂତନ ପରିଯୋଜନାର ଶୁଭାରମ୍ଭ କରିପାରନ୍ତି । ଆଜି ଶନିଦେବଙ୍କ ପ୍ରଭାବରୁ ଆପଣଙ୍କ କୌଣସି କାମ ଅଟକି ରହିବ ନାହିଁ । ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚୟ ପାଇବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । ସରକାରୀ କ୍ଷେତ୍ରରେ ସ୍ଥଗିତ ଥିବା କାର୍ଯ୍ୟକୁ ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସହାୟତାରେ ପୂର୍ଣ୍ଣ କରିବେ । ଅଫିସରେ ଆପଣଙ୍କୁ ନୂଆ ପରିଯୋଜନାର ଦାୟିତ୍ଵ ମିଳିବ । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ବନ୍ଧୁବତ୍ସଳ ହୋଇପାରନ୍ତି । ନିକଟ ସମ୍ପର୍କୀୟମାନେ କିଛି ଲୋଭନୀୟ ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ କରିବା ପାଇଁ ଚେଷ୍ଟା କରିବେ । ବାଦବିବାଦ, ଯୁକ୍ତିତର୍କ କିମ୍ବା ଅନ୍ୟର ବ୍ୟକ୍ତିଗତ କାର୍ଯ୍ୟରେ ମୁଣ୍ଡ ପୁରାଇଲେ ନିଜେ ଅସୁବିଧାରେ ପଡ଼ିପାରନ୍ତି । ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ଡଳମଣି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଖୁସଦାୟକ ରହିବ । କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁଙ୍କ ସାହାଯ୍ୟ ପାଇ ଯାହା ଖୋଜୁଛନ୍ତି, ତାହା ନିଶ୍ଚିତ ପାଇପାରିବେ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ, ଅନ୍ୟଥା କଳହର ସମ୍ଭାବନା ରହିଛି । ଅଫିସ୍‌ କାର୍ଯ୍ୟର ଚାପ ଅଧିକ ରହିଲେ ମଧ୍ୟ ସହକର୍ମୀଙ୍କ ସହ ମଜାମଉଜରେ କାମଗୁଡିକ ସହଜରେ ସମ୍ପାଦନ କରିପାରିବେ । ବେରୋଜଗାର ଥିବା ଯୁବପିଡିଙ୍କୁ କର୍ମନିଯୁକ୍ତି ନିମନ୍ତେ କୌଣସି ଖବର ଶୁଣିବାକୁ ମିଳିବ । ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବାରୁ ଆଶ୍ୱସ୍ତି ଲାଭ କରିବେ । ପାଖ ପଡୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ପ୍ରତ୍ୟେକ ସମସ୍ୟାର ସମାଧାନର ମାର୍ଗ ଖୋଜି ବାହାର କରିବେ । ଅଷ୍ଟମସ୍ଥ ବୁଧ ଯୋଗୁଁ ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାଗୁଡିକୁ ସମ୍ମୁଖୀନ କରି ବିଚଳିତ ହୋଇପାରନ୍ତି । ଆର୍ଥିକ ସମସ୍ୟା ଦୂରେବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି । କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ଅଫିସରେ କାର୍ଯ୍ୟର ଚାପ ସଙ୍ଗେ ସଙ୍ଗେ ସହକର୍ମୀଙ୍କ ଅସହଯୋଗ ମନବୃତ୍ତି ଯୋଗୁଁ କାର୍ଯ୍ୟ କରିବା ପାଇଁ ମନରେ ଆଗ୍ରହ ଆସିବ ନାହିଁ । ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ପାରସ୍ପରିକ ସଦ୍‌ଭାବ ବୃଦ୍ଧି ପାଇବା ଲକ୍ଷ୍ୟ କରି ଖୁସି ଅନୁଭବ କରିବେ । ଶୁଭରଙ୍ଗ : ମେରୁନ । ଆରାଧନା : ମାଆ ଶାରଳା ।

Be the first to comment

Leave a Reply

Your email address will not be published.


*