11 ଅଗଷ୍ଟ 2020, ମଙ୍ଗଳବାର- ହନୁମାନଙ୍କ କୃପାରୁ ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ଜୀବନରୁ ଦୁଖ କଷ୍ଟ ଦୂର

11 ଅଗଷ୍ଟ 2020, ମଙ୍ଗଳବାର- ହନୁମାନଙ୍କ କୃପାରୁ ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ଜୀବନରୁ ଦୁଖ କଷ୍ଟ ଦୂର

11 ଅଗଷ୍ଟ 2020, ମଙ୍ଗଳବାର- ହନୁମାନଙ୍କ କୃପାରୁ ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ଜୀବନରୁ ଦୁଖ କଷ୍ଟ ଦୂର ହେବ । ପୁଞ୍ଜି ନିବେଶରେ ମଧ୍ୟ ମିଳିବ ଆର୍ଥିକ ଲାଭ ।

ଗ୍ରହ ନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଯାହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହା ଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶି ଗୁଡିକ ଉପରେ ମଧ୍ୟ କିଛି ନା କିଛି ପ୍ରଭାବ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାରରେ ବ୍ୟକ୍ତିର ଭବିଷ୍ୟତ ବିଷୟରେ କୁହାଯାଇପାରେ । ଯେପରି କି ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଦିନଟି ଆପଣଙ୍କ ଅନୁକୂଳ ରହିବ । କର୍ମକ୍ଷେତ୍ରରେ ସବୁ କିଛି ଠିକ ଥିଲେ ମଧ୍ୟ ହଠାତ୍‌ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଅଫିସ ଏବଂ ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ । ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସହଯୋଗରେ ଆପଣଙ୍କର କୌଣସି ଆଶା ପୂରଣ ହୋଇପାରିବ । ଆର୍ଥିକ କ୍ଷେତ୍ରରେ ବିଶେଷ କିଛି ଅସୁବିଧା ହେବ ନାହିଁ । ରାହୁ ଓ ମଙ୍ଗଳ ରାଶିରେ ଅବସ୍ଥାନ କରିଥିବା ଯୋଗୁଁ ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି ହୋଇପାରେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଏବଂ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ସ୍ଵାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ରାଶ୍ୟାଧିପତିଙ୍କ ଶୁଭଦୃଷ୍ଟିରୁ ଯୋଗୁଁ କର୍ମକ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରିବେ । କୌଣସି ନୂତନ ବ୍ୟବସାୟ ପାଇଁ ଯୋଜନା କରିପାରିବ । ପରୋକ୍ଷ ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତି ଜଣକ ପ୍ରତିବାଦର ସ୍ଵର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି, ତଥାପି କର୍ମକ୍ଷେତ୍ରରେ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ମିଡିଆ ଏବଂ ମାର୍କେଟିଂ ସହିତ ଜଡିତ ଲୋକମାନେ ସେମାନଙ୍କର ଲକ୍ଷ୍ୟ ହାସଲ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ଵସ୍ତି ଅନୁଭବ କରିବେ । ସାମାଜିକ ସ୍ତରରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଆକସ୍ମିକ ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିମଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ସାଧନାରେ ସିଦ୍ଧିପ୍ରାପ୍ତ କରିବେ । ମନରେ ଆତ୍ମ ବିଶ୍ଵାସ ବୃଦ୍ଧି ପାଇବ । କୋଣଭାବସ୍ଥ ଚନ୍ଦ୍ର ନୂତନ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହୋଇପାରିବ । କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ଉତ୍ସାହର ସହ ପୂରା କରିବା ପାଇଁ ନିଷ୍ପତ୍ତି ନେବେ ଏବଂ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣତା ବଜାୟ ରହିବ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୌଣସି ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହୋଇପାରନ୍ତି । ପରିବାରର ସଦସ୍ୟଙ୍କ ସହ ଏକତ୍ରିତ ବସି କୌଣସି ବିଷୟକୁ ନେଇ ଆଲୋଚନା କରିବେ । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଉଚ୍ଚ ସମ୍ମାନ ଲାଭ କରିବେ । ନବମାଧିପତି ରବି ଷଷ୍ଠଭାବରେ ଥିବା ଯୋଗୁ ସବୁ ଦିଗରୁ ସମର୍ଥନ ଥାଇ ମଧ୍ୟ ନିରାଶ ହେବାକୁ ପଡ଼ିବ । ରାଶିରେ ଚନ୍ଦ୍ରର ପ୍ରଭାବରେ ସାମାଜିକ ସମ୍ମାନ ସହ ଲୋକସମ୍ପର୍କ ମଧ୍ୟ ବୃଦ୍ଧି ହେବ । ଆର୍ଥିକ ସ୍ଥିତିରେ ଉନ୍ନତି କରିବେ । ଅଫିସରେ ସୁସ୍ଥ ବାତାବରଣ ରହିବ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । କିନ୍ତୁ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରୁହନ୍ତୁ ନତୁବା ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ ନାହିଁ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ଅତିବାହିତ କରିବେ । ଯାହାଫଳରେ ପରିବାରର ଭଲମନ୍ଦ ବୁଝିବାକୁ ସମୟ ମିଳିବ ନାହିଁ । ସାଧାରଣ କଥାକୁ କେନ୍ଦ୍ରକରି ଘରେ ସ୍ତ୍ରୀଙ୍କ ଚିଡା ସ୍ଵଭାବ ପାଇଁ କ୍ଷୁବ୍ଧ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଭଗବାନଙ୍କ ଶରଣାପନ୍ନ ହେବେ । ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ସାମାନ୍ୟ ମାନ୍ଦା ରହିବ । ଚାକିରିରେ ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ୍‌ ବଢିପାରେ । ରାଜନୈତିକ ସ୍ତର, ପ୍ରଶାସନିକ କ୍ଷେତ୍ର, ସଙ୍ଗଠନ ପାଇଁ ଦିନଟି ବହୁତ ଭଲ ରହିବ । ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ । ନିକଟସ୍ଥ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ସ୍ୱାସ୍ଥ୍ୟ ଦୃଷ୍ଟିରୁ ଦିନଟି ଆପଣଙ୍କ ଅତି ଉତ୍ତମ ରହିବ । ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଆପଣଙ୍କ ମନଭୁଲାଣିଆ କଥା କହି ଅନ୍ୟମାନଙ୍କୁ ଆପଣାର କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ନ ହେଲେ ମଧ୍ୟ କ୍ଷତିର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଅଫିସରେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟ ଶୈଳୀରେ ଅତ୍ୟନ୍ତ ସନ୍ତୁଷ୍ଟ ହେବେ । କିନ୍ତୁ କିଛି କର୍ମଚାରୀ କାର୍ଯ୍ୟରେ ଆପଣଙ୍କୁ ବିରୋଧ କରିପାରନ୍ତି । ଆର୍ଥିକ ଅବସ୍ଥା ପୂର୍ବ ଭଳି ରହିବ । କୌଣସି ଆଲୋଚନା ସମୟରେ ଭାବ ପ୍ରବଣତା ପରିହାର ପୂର୍ବକ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପାରନ୍ତି । ପରିବାରରେ ସୁଖ ଏବଂ ଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳିଜାଇ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । କର୍ମାଧିପତି ରାଶିରେ ଅବସ୍ଥାନ କରିଥିବା ଯୋଗୁଁ ପ୍ରତ୍ୟେକ କ୍ଷେତ୍ରରେ ଅଳ୍ପ ପରିଶ୍ରମ କରି କାର୍ଯ୍ୟଗୁଡିକ ସହଜରେ ସମ୍ପାଦନ କରିପାରିବେ । ଚାକିରି ସମ୍ବନ୍ଧିତ ମନୋକାମନା ପୂରା ହେବ । ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ । ଦୀର୍ଘଦିନରୁ ଚିନ୍ତା କରିଥିବା ନୂତନ ଚୁକ୍ତିପତ୍ର ସମ୍ବନ୍ଧୀୟ କାମଟି ହଠାତ୍‌ ସମ୍ପାଦନ ହୋଇଯିବ । ପରୋକ୍ଷ ଶତ୍ରୁତା, ଋଣ ପରିଶୋଧ, କ୍ରନିକ୍‌ ରୋଗ ସକାଶେ ମନରେ ବିଭିନ୍ନ ପ୍ରକାର ଆଶଙ୍କା ଉପୁଜିବ । ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ମନରେ ଅସନ୍ତୋଷ ସୃଷ୍ଟି କରିପାରେ । ଶୁଭରଙ୍ଗ: ମେରୁନ୍ । ଆରାଧନା: ଶ୍ରୀକୃଷ୍ଣ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ମନ ପ୍ରଫୁଲ୍ଲ ରହିବ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । କିନ୍ତୁ ରାଶିରେ ରବି ଓ ଶନିଙ୍କ ସ୍ଥିତି ଯୋଗୁଁ କୌଣସି ବ୍ୟକ୍ତିି ରାଗ ଶୁଝାଇବାକୁ ଯାଇ, କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ । ବ୍ୟବସାୟରେ ସ୍ଥିତି ଭଲ ରହିବ । ମନରେ କିଛି ନୂଆ କରିବା ଲାଗି ଚିନ୍ତା କରିବେ । ଅନ୍ୟର ସାହାଯ୍ୟ ଲାଭ କରି କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସାମାଜିକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ । ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଅମ୍ବିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ମନରୁ ନକରାତ୍ମକ ଚିନ୍ତାଧାରା ଦୂର କରନ୍ତୁ; ଭଗବାନଙ୍କ ଉପରେ ଭରସା ରଖନ୍ତୁ । ଆଜିର ଗ୍ରହସ୍ଥିତି ଆପଣଙ୍କ ସକାଶେ ପ୍ରତିକୂଳ ପରିବେଶ ସୃଷ୍ଟି କରିପାରେ । ଅର୍ଥର ଅଭାବ ମଧ୍ୟରେ ଗତି କରିବାକୁ ପଡିବ । ଆବଶ୍ୟକ ସ୍ଥଳରେ ବନ୍ଧୁ ବା ନିକଟ ସମ୍ପର୍କୀୟଙ୍କ ଠାରୁ ଧାରା କରଜ ମଧ୍ୟ କରିବାକୁ ବାଧ୍ୟ ହେବେ । ଏହା ବ୍ୟତୀତ ପରକଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବା ଲାଗି ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ପୂର୍ବରୁ ସ୍ଥଗିତ ଥିବା କେତେକ କାର୍ଯ୍ୟ ପାଇଁ ଉଚ୍ଚାଧିକାରୀଙ୍କୁ କୈଫିୟତ ଦେବାକୁ ପଡିବ । ପରିବାରରେ ଭାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । କର୍ମଭାବସ୍ଥ ଚନ୍ଦ୍ରପରିବାର ଓ କର୍ମକ୍ଷେତ୍ରକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସହାୟକ ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ସମାପନ ହୋଇଯିବ ଏବଂ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବା ପାଇଁ ଆପ୍ରାଣ ଉଦ୍ୟମ କରିପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ରାହୁ ସଂସ୍ପର୍ଶରେ ମଙ୍ଗଳଙ୍କ ପ୍ରଭାବ ଦ୍ୱାରା ଧୈର୍ଯ୍ୟର ସହ ସମସ୍ୟା ଗୁଡ଼ିକର ମୁକାବିଲା କରି ଆଶ୍ୱସ୍ତି ଲାଭ କରିପାରନ୍ତି । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଜମା ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ତରଫରୁ ସମସ୍ୟା ଆସିପାରେ । ବୈବାହିକ ଜୀବନ ଖୁସିଭରା ରହିବ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ମଙ୍ଗଳା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ । ରେବତୀ ନକ୍ଷତ୍ର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯାଇପାରେ । ଆପଣ ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ବ୍ୟବସାୟ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । ପରିବାରରେ ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । ବିବାଦୀୟ ପରିସ୍ଥିତିରେ ନୀରବତା ଅବଲମ୍ବନ କରିବା ଭଲ ହେବ । ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ । କୌଣସି ନିଷ୍ପତିର ଶେଷ ସମୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିପାରେ । ଶୁଭରଙ୍ଗ: ବାଦାମୀ । ଆରାଧନା: ପ୍ରଭୁ ହନୁମାନ ।

Leave a Reply

Your email address will not be published. Required fields are marked *