11 ଜୁଲାଇ 2020, ଶନିବାର- ଶନିଦେବଙ୍କ ଆଶୀର୍ବାଦରୁ ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି

11 ଜୁଲାଇ 2020, ଶନିବାର- ଶନିଦେବଙ୍କ ଆଶୀର୍ବାଦରୁ ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ରହିବ ମଜବୁତ । ପରିବାରରେ ସୁଖଶାନ୍ତି ବଜାୟ ରହିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । କୌଣସି ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନାରେ ପୀଡ଼ା ଦୂର ହେବ । ଆର୍ଥିକ ରୋଜଗାରର ନୂଆ ରାସ୍ତା ନଜର ଆସିବ । ବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଉଚ୍ଚମାନର ରହିବ । ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ, ଅବଶ୍ୟ କିଛି ଗୁରୁତର ହେବନାହିଁ । ନିଜର ଲୋକ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ । ସୁସ୍ଵାଦ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ପ୍ରଭୁଙ୍କ ଧ୍ୟାନରେ ମନର ସକାରାତ୍ମକ ଶକ୍ତି ସଂଚାର ହେବ । ମଙ୍ଗଳ ଓ ବୁଧ ଦ୍ୱିତୀୟଭାବରେ ରହି ଆପଣଙ୍କ ଅପ୍ରିୟ ସତ୍ୟର କଠୋର ବାକ୍ୟାଳାପ ବନ୍ଧୁ ସମ୍ପର୍କକୁ ତିକ୍ତ କରିଦେଇପାରେ । ଜରୁରୀ କାମ ସମ୍ପର୍ଣ୍ଣ କରିବା ଲାଗି ମନରେ ସାନି ଯୋଜନା ପ୍ରସ୍ତୁତ କରିବେ । କର୍ମଜଞ୍ଜାଳର ବ୍ୟାପକ ପରିସର ବୃଦ୍ଧି ଯୋଗୁଁ ପାରିବାରିିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟତିକ୍ରମ ଭିତରେ କଟିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ସ୍ଵାସ୍ଥ୍ୟହାନି କାରଣରୁ ପ୍ରତ୍ୟେକ କାମରେ ପଛୁଆ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଦିନଟି ଖଟାମିଠା ରହିବ । ଧନାଧିପ ଷଷ୍ଠସ୍ଥ ଯୋଗୁଁ ଆପଣଙ୍କ ନିର୍ଦ୍ଦିଷ୍ଟ ସ୍ଥାନରୁ ଅର୍ଥପ୍ରାପ୍ତିର ଆଶା ମଉଳି ଯାଇପାରେ । ବାରମ୍ବାର ପ୍ରତିବନ୍ଧକ ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ । ଅଫିସରେ କିଛି ଉଚ୍ଚ-ଅଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ସମାଜରେ ମାନସମ୍ମାନ ବଢିବ । ଆର୍ଥିକ କ୍ଷେତ୍ରରେ ମାନ୍ଦା ରହିଲେ ମଧ୍ୟ କୌଣସି ବିଶେଷ ଅସୁବିଧା ହେବ ନାହିଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ୱିତ ହେବ । ଲାଭ ସ୍ଥାନରେ ରବି ଅର୍ଥନୈତିକ ଅଭିବୃଦ୍ଧି କରାଇବା ସହ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ପ୍ରାପ୍ତ କରାଇପାରେ; ଯାହା ବହୁଦିନ ହେଲା ମନେ ମନେ ଭାବୁଥିଲେ ଆଜି ତାହା ବାସ୍ତବରେ ପରିଣତ ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଚାଲିଥିବା ବିବାଦର ଅନ୍ତ ଘଟିବ । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, ମାତ୍ର ଆତ୍ମୀୟ ସ୍ଵଜନଙ୍କ ପାଇଁ ଚିନ୍ତା ବଢ଼ିପାରେ । ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଲକ୍ଷ୍ମୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବା । ବଳବାନ୍‌ ଶନିଙ୍କ ପ୍ରଭାବରେ କୌଣସି ବିବାଦରେ ବିଜୟ ଲାଭ କରିବେ କିନ୍ତୁ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନି ଯୋଗୁଁ ଚିନ୍ତିତ ରହିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଏଜେନ୍ସିପରୁ ଖୁସି ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି ଓ ଅନ୍ୟାନ୍ୟ ଅନୁଷ୍ଟାନିକ କ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫଶୀ ପାରନ୍ତି, ତେଣୁ ସାବଧାନ ଅବଲମ୍ବନ କରିବା ଆବଶ୍ୟକ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତି ଉତ୍ତମ ରହିବ । ଶୁକ୍ର ଧନଭାବକୁ ଦେଖୁଥିବାରୁ ଆଜି ଅର୍ଥଲାଭ ସଙ୍ଗେ ସଙ୍ଗେ ମିଷ୍ଠାନ୍ନ ଓ ସ୍ଵାଦିଷ୍ଟ ଭୋଜନର ଯୋଗ ରହିଛି । ପାରିବାରିକ ସ୍ତରରେ ଚିନ୍ତା କିିଛି ମାତ୍ରାରେ କମିଯିବ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବ୍ୟବସାୟମାନଙ୍କ ଆର୍ଥିକ ସ୍ଥିତି ଭଲ ରହିବ । ସାମାଜିକ ସ୍ତରରେ ଅନ୍ୟମାନଙ୍କ ଉପରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା କପିଳାସ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ଅଷ୍ଟମଭାବରୁ ରାହୁ ସହ ମଙ୍ଗଳ ଧନଭାବକୁ ଦୃଷ୍ଟି ଦେଉଥିବାରୁ ସତର୍କତା ଅଭାବରୁ ଧନହାନିର ପୂର୍ଣ୍ଣ ସୂଚନା ରହିଛି । କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବା କାରଣରୁ କାମଗୁଡ଼ିକ ଅଟକିବ ନାହିଁ । ବ୍ୟବସାୟରେ ଆର୍ଥିକ ସ୍ଥିତି ସାମାନ୍ୟ ମାନ୍ଦା ରହିବ । ସରକାରୀ କାମରେ ସଫଳତା ମିଳିବ । ସାମାଜିକ ସ୍ତରରେ ଅଗ୍ରଗତି ଘଟିବ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କୁଟ କଥା କହିବେ । ଜୀବନସାଥୀଙ୍କ ସହିତ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: କଫି । ଆରାଧନା: ମାଆ ଭୈରବୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆଜି ଆପଣଙ୍କ ରାଶିରେ ଗ୍ରହଙ୍କ ଅନୁକୂଳ ଦୃଷ୍ଟି ଯୋଗୁଁ ଆର୍ଥିକ ସ୍ଵଚ୍ଛଳତା ଭଲ ରହିବ, ସମାଜରେ ଉଚ୍ଚସମ୍ମାନ ମିଳିବ ଓ ବନ୍ଧୁଙ୍କ ଗହଣରେ ଆନନ୍ଦ ପ୍ରାପ୍ତ କରିବେ । ବ୍ୟବସାୟରେ ନୂଆ ଆହ୍ଵାନର ସାମନା କରିପାରନ୍ତି । ଅନ୍ୟମାନଙ୍କ ସହିତ କଥା କହିବା ବେଳେ ଶଦ୍ଦ ଉପରେ ଧ୍ୟାନ ଦିଅନ୍ତୁ । ବ୍ୟବସାୟ ବାଣିଜ୍ୟରେ ବିଶେଷ କିଛି ଅସୁବିଧା ହେବ ନାହିଁ । ଚେଷ୍ଟା କରୁଥିବା କାମରେ ଉତ୍ସାହ ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଭୁଲ୍‌ ବୁଝାମଣା ହେତୁ ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାରେ ମନୋମାଳିନ୍ୟ ଘଟିପାରେ । ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ବିରଜା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଆଗକୁ ବଢ଼ିବା ଲାଗି ଲଗାତାର ଚେଷ୍ଟା କରିବେ । ଧନାଧିପ ରାଶିରେ ପାପଗ୍ରହ ଯୁକ୍ତ ହେତୁ ଆପଣଙ୍କୁ ବିଭିନ୍ନ ଦିଗରେ ଖର୍ଚ୍ଚାନ୍ତ କରାଇ ଋଣଗ୍ରସ୍ତ କରାଇପାରନ୍ତି । ଅନ୍ୟମାନଙ୍କ ଉପରେ ଅଭିମାନ କରି ସ୍ଵାସ୍ଥ୍ୟ ପ୍ରତି ଅବହେଳା କରିବା ହେତୁ ଅନୁତାପ କରିବାକୁ ପଡ଼ିପାରେ । କୌଣସି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ତଥାପି କର୍ମକ୍ଷେତ୍ର ସଙ୍ଗଠନ, ପ୍ରଶାସନ ଓ ପାଖପଡ଼ୋଶୀଙ୍କ ଆଦର ଗୌରବରୁ ଖୁସି ରହିବେ । ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ । ପରିବାରର ସଦସ୍ୟଙ୍କ ସହ ମିଳିମିଶି କୌଣସି ବିଷୟକୁ ନେଇ ଆଲୋଚନା କରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ଡଳମଣି ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ନିରାଶ ହେବାକୁ ପଡିବ ନାହିଁ । ଏକାଦଶରେ ଶନି ଆପଣଙ୍କୁ ବିଜାତୀୟ ବ୍ୟକ୍ତିଙ୍କ ମାଧ୍ୟମରେ ଆର୍ଥିକ, ସାଙ୍ଗଠନିକ ସହାୟତା ପ୍ରଦାନ କରିବେ । ଆର୍ଥିକ ଦିଗରୁ ଆଜି ଦିନଟି ବହୁତ ଭଲ । ଫଳରେ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କିଛିି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ନିଜ ଭାଇ, ବନ୍ଧୁ ଓ କୁଟୁମ୍ବର ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଅପରାହ୍ନରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମାଭୋର ହୋଇପାରନ୍ତି । ସମାଜରେ ଲୋକସମ୍ପର୍କ ବୃଦ୍ଧି ପାଇବ, କିନ୍ତୁ କେତେକ ଈର୍ଷାପରାୟଣ ବ୍ୟକ୍ତିଙ୍କ ସକାଶେ ଟେନ୍‌ସନ ବଢ଼ିଯିବ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧୂସର । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅନୁକୂଳ । ଷଷ୍ଠାଧିପଙ୍କ ସହ କର୍ମସ୍ଥ ଧନାଧିପ ଆପଣଙ୍କୁ କର୍ମକ୍ଷେତ୍ରରେ ଅର୍ଥପ୍ରାପ୍ତ କରାଇପାରେ । ଆପଣ ଏଭଳି କୌଣସି ବ୍ୟକ୍ତିଙ୍କ ସହିତ ମିଶିବେ ଯାହା ଦ୍ଵାରା ଜୀବନରେ ପରିବର୍ତ୍ତନ ଆସିବ । ଚିନ୍ତା ନ କରି କାମ କରି ଚାଲନ୍ତୁ, ଅବଶ୍ୟ ସଫଳତା ହାସଲ କରିବାରେ କୌଣସି ଅସୁବିଧା ରହିବ ନାହିଁ । ବ୍ୟବସାୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇପାରନ୍ତି । ପୂର୍ବରୁ ଲାଗିରହିଥିବା ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ପରିସ୍ଥିତି ବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ମନରେ ସକାରାତ୍ମକ ଭାବନାରେ ରହନ୍ତୁ । ଚତୁର୍ଥ ଭାବରେ ଧନାଧିପ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବ୍ୟୟବହୁଳତା ସୃଷ୍ଟି କରିବ । ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ । ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । କଥା ପ୍ରସଙ୍ଗରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ଯୋଜନାବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ପରିବାରରେ, ବନ୍ଧୁମାନଙ୍କ ମଧ୍ୟରେ କିମ୍ବା ସାମାଜିକ ସ୍ତରରେ ବିବାଦ ବୃଦ୍ଧି ଘଟିପାରେ । ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ସମଞ୍ଜସ୍ୟତା ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

Leave a Reply

Your email address will not be published. Required fields are marked *