11 ନଭେମ୍ବର 2020, ବୁଧବାର- ଦୁଃସାଧ୍ୟ କାର୍ଯ୍ୟ କରି ପ୍ରତ୍ୟେକ ସ୍ଥଳରେ ପ୍ରଶଂସିତ ହେବେ ଏହି ୭ଟି ରାଶିର ବ୍ୟକ୍ତିମାନେ

11 ନଭେମ୍ବର 2020, ବୁଧବାର- ଦୁଃସାଧ୍ୟ କାର୍ଯ୍ୟ କରି ପ୍ରତ୍ୟେକ ସ୍ଥଳରେ ପ୍ରଶଂସିତ ହେବେ ଏହି ୭ଟି ରାଶିର ବ୍ୟକ୍ତିମାନେ ! ମନୋବାଞ୍ଛିତ ଫଳ ପ୍ରାପ୍ତ କରିବେ । ପରିବାରରେ ହସଖୁସିର ବାତାବରଣ ବଜାୟ ରହିବ ।

ଆଜି ଆମେ ଆପଣଙ୍କୁ ୧୧ ନଭେମ୍ବର ବୁଧବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜିର ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ଚନ୍ଦ୍ର ପ୍ରଭାବରେ କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିର ଠିକ୍‌ ସମୀକ୍ଷା କରି ପଦକ୍ଷେପ ନେବାରେ ସମର୍ଥ ହେବେ । କିନ୍ତୁ ତରବରିଆ ନ ହୋଇ ଧୀରସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି କରିବେ । ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ ଯାହାଫଳରେ ସ୍ଥଗିତ ଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ସକ୍ଷମ ହୋଇପାରିବେ । ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିପାରେ । କଳା, ସାହିତ୍ୟ, ସଙ୍ଗୀତ, ସତ୍‌ସଙ୍ଗ, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ । ଅନିୟମିତା ଖାଦ୍ୟପେୟ ଓ ଗରିଷ୍ଠ ଖାଦ୍ୟ ଭୋଜନ ଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଆମାଶୟ ପରି ସମସ୍ୟା ଦେଖାଦେଇପାରେ । ପରିବାରରେ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ । ରବିଙ୍କ ଦୃଷ୍ଟିରୁ ସ୍ଵାସ୍ଥ୍ୟ କେତେକାଂଶରେ ଭଲ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଚାପର ସମ୍ମୁଖୀନ ହୋଇ ମାନସିକ ସ୍ଥିତି ହୋରାଇପାରନ୍ତି । ତଥାପି କେତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାଧ୍ୟମ ଧାରଣର ରହିବ । ବନ୍ଧୁଙ୍କ ସହ ଆଲୋଚନା କରି କୌଣସି ନୂତନ କର୍ମାରମ୍ଭ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ କ୍ଷେତ୍ରରେ ସୁଯୋଗ ପାଇବା ସଙ୍ଗକୁ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ମିତ୍ରଙ୍କ ଠାରୁ ଭଲ ଖବର ପାଇବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିରଜା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ମନରେ ଆତ୍ମବିଶ୍ଵାସ ରଖନ୍ତୁ । ରାଶିର ନବମସ୍ଥ ଚନ୍ଦ୍ର ହେତୁ ଚିନ୍ତା ନ କରି ନିର୍ଭୟରେ ଆଗକୁ ଅଗ୍ରସର ହୁଅନ୍ତୁ, ଅବଶ୍ୟ ସଫଳତା ମିଳିବ । କ୍ୟାରିୟରରେ କିଛି ପରିବର୍ତ୍ତନ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ନିଜ ପରିଶ୍ରମର ଉପଯୁକ୍ତ ପରିଶ୍ରମିକ ପାଇବେ । ଅଧସ୍ତନ କର୍ମଚାରୀଙ୍କ ସୌଜନ୍ୟରୁ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । କର୍ମକ୍ଷେତ୍ରରେ କୌଣସି ମନ୍ତବ୍ୟ ଦେଇ ବିବାଦୀୟ ହୋଇପଡିବେ । ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ ଅନ୍ୟଥା ତାହା ହିଁ ସମସ୍ୟାର କେନ୍ଦ୍ରବିନ୍ଦୁ ହୋଇପଡିବ । ଆନୁଷ୍ଠାନିକ କାମ ସକାଶେ ତତ୍ପରତା ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆଧ୍ୟାତ୍ମିକ ଭାବନାରେ ଉଦବୃଦ୍ଧ ହୋଇ ସତ୍-ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗ ପ୍ରତି ମନ ଆକର୍ଷିତ ହେବ । ବୁଧ ଦୃଷ୍ଟି ପ୍ରଭାବରେ କର୍ମକ୍ଷେତ୍ରରେ ମଉଜିଆ କଥା କହି ଅନ୍ୟମାନଙ୍କୁ ନିଜର କରିବାରେ ସକ୍ଷମ ହେବେ । କାର୍ଯ୍ୟ ସାଧନାରେ ନିଜ ଲୋକଙ୍କ ତରଫରୁ ସହ-ଯୋଗ ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ବ୍ୟବସାୟିକ ସ୍ଥିତି ଭଲ ରହିବ । ପରିବହନ, ଶେୟାର ବଜାର, ନିର୍ମାଣ, ଜମିଜମା ପ୍ରଭୃତିରୁ ସୁଫଳ ପାଇବେ । ସଭାସମିତ କିମ୍ବା ଅଫିସରେ ଆୟୋଜିତ ବୈଠକରେ ଅପ୍ରିୟ ସତକଥା କହି ଅନ୍ୟମାନଙ୍କ ବିରୋଧୀ ହୋଇପାରନ୍ତି । ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଗାୟତ୍ରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

କଥାବାର୍ତ୍ତାରେ ସଂଯୋମତା ଆଚରଣ କରନ୍ତୁ, ଅନ୍ୟଥା ସମସ୍ୟାର ଘେରରେ ଫସି ଯାଇପାରନ୍ତି । ତୃତୀୟସ୍ଥ ମଙ୍ଗଳ ଭ୍ରାତୃସମ୍ପର୍କ ନଷ୍ଟ କରିବା ସହ ଅତୀତର ଘଟଣାଗୁଡିକର ସମୀକ୍ଷା କରି ମନଟି ଭଲ ଲାଗିବ ନାହିଁ । ବ୍ୟବସାୟକୁ ଆଗକୁ ବଢାଇବାପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିପାରନ୍ତି । ଆର୍ଥିକ ସ୍ଥିତି ଦୁର୍ବଳ ରହିବ । କେତେକ ଜରୁରୀ କାମ ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବାକୁ ବାଧ୍ୟ ହେବେ । ଅଫିସରେ ନିଷ୍ଠାର ସହିତ କାର୍ଯ୍ୟ କରିବା ସତ୍ତ୍ୱେ ମଧ୍ୟ ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ବ୍ୟବହାର ମନକୁ କ୍ଷୁବ୍ଧ କରିବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିପାରିବେ । କିନ୍ତୁ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବା କାରଣରୁ ସାମୟିକ ବିଚଳିତ ହୋଇପାରନ୍ତି । ଜୀବନସାଥୀଙ୍କ ସହିତ ତାଳମେଳ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ବାଧାବିଘ୍ନ ମଧ୍ୟ ଦେଇ ଗତି କରିବାକୁ ପଡିବ । ରାଶ୍ୟାଧିପତି ଅଷ୍ଟମାଧିପତି ଯୁକ୍ତ କାରଣରୁ ଭାବୁଥିବା କାମଟି ବିଧିବଦ୍ଧ ଭାବରେ କରିପାରିବେ ନାହିଁ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ବ୍ୟବସାୟରେ ଗୋଟିଏ ପରେ ଗୋଟିଏ ସମସ୍ୟା ଲାଗିରହିବା କାରଣରୁ ମନ ବିଭ୍ରାନ୍ତ ହେବ । ଯାହାଫଳରେ ବ୍ୟବସାୟ ସମ୍ବନ୍ଧିତ କେତେକ ସୁଯୋଗ ହାତଛଡା ହୋଇପାରେ । ଅଫିସରେ ଏକ ସାଧାରଣ ଘଟଣାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପାରିବାରିକ କ୍ଷେତ୍ରରୁ, ଆତ୍ମୀୟମାନଙ୍କ ସହୃଦୟତା, ବରିଷ୍ଠ ବ୍ୟକ୍ତିଙ୍କ ପୃଷ୍ଠପୋଷକତା ଲାଭ କରି କର୍ମକ୍ଷେତ୍ରରେ କେତେକାଂଶରେ ଉପକୃତ ହୋଇପାରିବେ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ପାଇ ମନୋବଳ ଦୃଢ ହେବ । ଶୁଭରଙ୍ଗ: ଆକାଶିଆ ନୀଳ । ଆରାଧନା: ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ନିକଟ ସମ୍ପର୍କୀୟ ଓ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ବଜାୟ ରହିବ । କିନ୍ତୁ ଶନିଙ୍କ ଦୃଷ୍ଟି ରାଶିର ତୃତୀୟ ଭାବକୁ ରହିଥିବା ଯୋଗୁଁ ମନରେ ଅଯଥା ଆଶଙ୍କା ଉପୁଜିବ । କର୍ମକ୍ଷେତ୍ରରେ ଆର୍ଥିକ ସ୍ଥିତି ଭଲ ରହିଲେ ମଧ୍ୟ ପରୋକ୍ଷ ଶତ୍ରୁତା କାରଣରୁ ମନରେ ଚିନ୍ତା ଲାଗିରହିବ । ଅଫିସରେ ଯୁକ୍ତିତର୍କଜନିତ ବନ୍ଧୁଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହେବାର ସୂଚନା ରହିଛି । କୌଣସି କ୍ଷେତ୍ରରେ ମଧ୍ୟ ହଠାତ୍‌ ନିଜର ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ । ଅନ୍ୟମାନଙ୍କ ପ୍ରେରଣାରେ ଆନୁଷ୍ଠାନିକ କାମ, ଆଧ୍ୟାତ୍ମିକତା ପରିସରରେ ସମୟ କଟାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ର ପ୍ରତି ଆକର୍ଷିତ ହେବେ । ପାରିବାରିିକ ସ୍ନେହ, ଶ୍ରଦ୍ଧା ଓ ସଦ୍-ଭାବ ଅକ୍ଷୁଣ୍ଣ ରହିବ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବା ଯୋଗୁଁ ମନରେ ସରସତା ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ତରବରିଆ ଭାବରେ କୌଣସି କାର୍ଯ୍ୟ ନ କରି ସବୁଆଡ଼କୁ ନଜର ଦେଇ କାମ କରିବା ଉଚିତ୍ । କେନ୍ଦ୍ରସ୍ଥ ଚନ୍ଦ୍ର ଯୋଗୁ ଲୋକସମ୍ପର୍କ ବୃଦ୍ଧି ପାଇବାରେ ନିଜ ଲୋକମାନେ ହିଁ ପ୍ରତିବନ୍ଧକ ସୃଷ୍ଟି କରିବେ । ବ୍ୟବସାୟ, ପରିବହନ, ପ୍ରଶାସନ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାଜନକ ଫଳ ଲାଭ କରିବେ । ଅଫିସ୍‌ରେ ଥିବା ସମୟରେ ବନ୍ଧୁମାନଙ୍କ ବିଷୟରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଆର୍ଥିକ ସ୍ୱଚ୍ଛଳତା ଫେରିଆସିବା କାରଣରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ । ପାରସ୍ପରିକ ମତଭେଦ କାରଣରୁ ପାରିବାରିକ ସ୍ତରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ରାସ୍ତାରେ ପାଦ ଦେବା ଆସୁବିଧାର କାରନ ହୋଇପାରେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ସମସ୍ୟାର ସରଳ ସାମାଧାନ କରିବାରେ ସଫଳତା ହାସଲ କରିପାରିବେ । ରାଶିରେ ପାପଗ୍ରହର ଅବସ୍ଥାନ ଯୋଗୁଁ କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ଆଜି ଆପଣଙ୍କୁ ପଦସ୍ଥ ବ୍ୟକ୍ତିଙ୍କ ସହ ସାକ୍ଷାତ ଆଲୋଚନା କରିଲେ ନିରାଶ ହେବାକୁ ପଡ଼ିବ ନାହିଁ । ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଆର୍ଥିକ ଅଭାବ ଯୋଗୁଁ କେତେକ କାର୍ଯ୍ୟ ଅଧାରେ ଅଟକିଯାଇପାରେ । ସଭାସମିତିରେ ନୀରବ ରହି ବିପକ୍ଷଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଦୀର୍ଘ ଦିନରୁ ଲାଗି ରହିଥିବା ଘରୋଇ ସମସ୍ୟାର ଅବସାନ ଘଟିବ କିନ୍ତୁ ସନ୍ଦେହ କିମ୍ବା ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଚର୍ଚିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ଆପଣଙ୍କ ଉନ୍ନତ ଚିନ୍ତାଧାରା ପ୍ରତ୍ୟେକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ । କର୍ମକ୍ଷେତ୍ରରେ ଆତ୍ମୀୟମାନଙ୍କ ସୌହାର୍ଦ୍ଦ୍ୟରୁ କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବ୍ୟବସାୟରେ ଯଥେଷ୍ଟ ଉନ୍ନତି କରିବେ । ଅଫିସ୍‌ରେ ଟେନସନ୍‌ କିଛି ମାତ୍ରାରେ କମିଯିବ, ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ । ସଭା ସମିତିରେ, ଆଲୋଚନା, ଗଠନମୂଳକ କାମ, ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ । ସମାଜରେ ନିଜ ପ୍ରତିପତ୍ତି ବୃଦ୍ଧି କରିପାରିବେ । ପରୋକ୍ଷ ଶତ୍ରୁତା ଯୋଗୁଁ ସମାଜର ଖଳ ପ୍ରକୃତିର ଲୋକମାନେ ଆପଣଙ୍କ ପଛରେ ନିନ୍ଦା କରି ବୁଲିବେ । ପରିବାରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ମାନସିକ ସ୍ଥିତି ବିଗିଡିପାରେ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମଧୁର ବ୍ୟବହାର ମାଧ୍ୟମରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ । ଏକାଦଶରେ ଏକାଧିକ ଗ୍ରହ ଯୋଗୁଁ ଗତକାଲି ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ଆଜି ସମର୍ଥ ହେବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ତଥାପି କୌଣସି କ୍ଷତିର ସମ୍ମୁଖୀନ ହେବାକୁ ପଡିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ସମାଲୋଚନାର ପାତ୍ର ହେବାକୁ ପଡ଼ିବ । ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ସହାୟତା ଲାଭ କରିବେ । ଖଳ ଲୋକଙ୍କ କଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ । ପାରିବାରିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟତିକ୍ରମ ଭିତର ଦେଇ ରହିବ । ମତାନ୍ତର ଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ବଳବାନ ରାହୁ ଓ କର୍ମସ୍ଥ ଗ୍ରହପ୍ରଭାବରେ ପ୍ରତ୍ୟେକ ବିଷମ ପରିସ୍ଥିତିରେ ମଧ୍ୟ ସାହସିକତାର ପରିଚୟ ଦେଇ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଯଥା ଅଶାନ୍ତ ବାତାବରଣ ସୃଷ୍ଟି ହୋଇପାରେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ । ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ଵାରା ଆପଣଙ୍କର ପ୍ରଶଂସିତ ହେବ, କିନ୍ତୁ କେତେକ ସହକର୍ମୀ ଆପଣଙ୍କ ପ୍ରଶଂସାରେ ଈର୍ଷାନ୍ୱିତ ହେବେ । ଜମିଜମା ବିବାଦର ସମାଧାନ ଆଶା ଉଜ୍ଜ୍ୱଳ ରହିବ । ଆର୍ଥିକ ନେଣଦେଣକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନୀ ହୋଇପାରେ । ପରିବାର କଥାକୁ ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି କୌଣସି ସିଦ୍ଧାନ୍ତରେ ଉପନୀତ ହୋଇପାରନ୍ତି । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

Be the first to comment

Leave a Reply

Your email address will not be published.


*