12 ଅକ୍ଟୋବର 2020, ସୋମବାର- ଆଜି ୬ଟି ରାଶିର ବ୍ୟକ୍ତି ଭାଗ୍ୟବାନ ରହିବେ । ଆର୍ଥିକ କ୍ଷେତ୍ରରେ ଆକସ୍ମିକ ଭାବେ

12 ଅକ୍ଟୋବର 2020, ସୋମବାର- ଆଜି ୬ଟି ରାଶିର ବ୍ୟକ୍ତି ଭାଗ୍ୟବାନ ରହିବେ । ଆର୍ଥିକ କ୍ଷେତ୍ରରେ ଆକସ୍ମିକ ଭାବେ ଭାଗ୍ୟ ଚମକି ଉଠିବ ।

ଆଜି ଆମେ ଆପଣଙ୍କୁ ୧୨ ଅକ୍ଟୋବର ସୋମବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ଲାଗି ପାଇଁ ସକାରାତ୍ମକ ରହିବ । କେତୁ ଯୁକ୍ତ ମଙ୍ଗଳ ପ୍ରଭାବରୁ ଯେ କୈାଣସି କ୍ଷେତ୍ରରେ ହେଉ ନା କାହିଁକି, ଠିକ୍‌ ନିଷ୍ପତି ନେବାରେ ସମସ୍ୟା ଦେଖାଦେଇପାରେ । ଅନ୍ୟମାନଙ୍କ ପ୍ରରୋଚନାରେ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ । ପୂର୍ବ ଯୋଜନାନୁଯାୟୀ ପ୍ରତ୍ୟେକ କାର୍ଯ୍ୟ କରିବେ ତଥାପି କିିଛି ନା କିିଛି ପ୍ରତିବନ୍ଧକକୁ ସାମ୍‌ନା କରିବାକୁ ପଡିପାରେ । ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ଶିଥିଳତା ଦେଖାଦେବ । ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ । ସ୍ଵାର୍ଥସାଧନ ପରିପ୍ରେକ୍ଷୀରେ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରିପାରନ୍ତି । ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଗାୟତ୍ରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନରେ ଆତ୍ମା ବିଶ୍ଵାସ ଦୃଦ୍ଧି ପାଇବ । ଶୁକ୍ରଙ୍କ ପ୍ରଭାବରୁ, ଆଜି ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ବନ୍ଧୁଙ୍କ ନିକଟରୁ ଅର୍ଥ ସାହାଯ୍ୟ ଲାଭ କରିବାର ସୁଯୋଗ ମିଳିବ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରବାରେ କଠୋର ଶ୍ରମ କରିବାକୁ ପଡିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସ୍ଥିତି ମାନ୍ଦା ରହିବ ନାହିଁ, ତଥାପି ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ଅଫିସର ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହୋଇପାରେ । ଦାଂପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ପ୍ରଭୁଙ୍କ ଆାରାଧନାରେ ମନକୁ ଶାନ୍ତି ମଳିବ । ମଙ୍ଗଳଙ୍କ ଦୃଷ୍ଟି ପ୍ରଭାବରେ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ କ୍ରମଶଃ ଦୂରେଇଯିବ । କର୍ମକ୍ଷେତ୍ରରେ ଆପଣଙ୍କ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ । ବ୍ୟବସାୟରେ ପୂର୍ବରୁ ହୋଇଥିବା ଫଇସଲା ଲାଭପ୍ରଦ ହେବ । ବ୍ୟବସାୟରେ ଉନ୍ନତି ସଙ୍ଗକୁ ମୂଲ୍ୟବାନ୍‌ ଜିନିଷ କ୍ରୟ କରିପାରନ୍ତି । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ଭଲ ରହିବ । ଗୃହ, ଜମି ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିଯାଇ ପାରନ୍ତି । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବାରେ ଯଥେଷ୍ଟ ସମ୍ଭାବନା ରହିଛି । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ହର ପାର୍ବତୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ଭଗବାନଙ୍କ ପ୍ରତି ବିଶ୍ଵାସ ରଖନ୍ତୁ, କାର୍ଯ୍ୟରେ ସିଦ୍ଧି ପ୍ରାପ୍ତି ମିଳିବ । ରାଶିରେ ପାପଗ୍ରହ ପ୍ରଭାବରେ ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟ ଦେଇ ଗତି କରିବାକୁ ପଡିପାରେ । ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ସହକର୍ମୀଙ୍କ ତରଫରୁ ସହଯୋଗ ପାଇବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାଧ୍ୟମ ଧାରଣର ରହିବ । ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିିଙ୍କଠାରୁ ଦୂରେଇ ରହିବା ସହ ସତର୍କତା ରକ୍ଷା କରିବା ଭଲ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିିଭାବ ସୃଷ୍ଟି ହୋଇପାରେ । ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

କାମରେ ସଫଳତା ଲାଗି ପୂରା ଊର୍ଜା ଲଗାଇବାକୁ ପଡ଼ିବ । ଅଷ୍ଟମାଧିପତି ନବମ ଭାବରେ ରହି ଆପଣଙ୍କ ଉଦ୍ୟମକୁ ସଫଳ କରାଇବ । ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମ, ଅର୍ଥ ସମ୍ପର୍କ ପ୍ରଭୃତି ପ୍ରତ୍ୟେକ ଦିଗରୁ ଶୁଭଫଳ ପାଇବେ । ମାଙ୍ଗଳିକ ପରିବେଶରେ ଆକସ୍ମିକ ଭାବରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କାର୍ଯ୍ୟବ୍ୟସ୍ତ ଯୋଗୁଁ ମିଶିବାକୁ ଆସିଥିବା ସହକର୍ମୀଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ । ଅବଶ୍ୟ କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ । ସହଯୋଗୀଙ୍କ ସହାୟତାରେ ମାନସମ୍ମାନ ବୃଦ୍ଧି ପାଇବ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ପାରିବାରିକ ପରିସ୍ଥିତି ସୁଖଦମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆପଣଙ୍କର ଧ୍ୟାନ ପରିବାର ଓ ଟଙ୍କାପଇସା ଦିଗରେ ରହିବ । ଚତୁର୍ଥଭାବକୁ ଶୁକ୍ରଙ୍କ ଦୃଷ୍ଟ ଯୋଗୁଁ ପାରିବାରିକ ସ୍ଥିରତା, ଯାନାବହନ କିମ୍ବା ବିଳାସବ୍ୟସନ ଉପକରଣ କ୍ରୟ କରିବା ପାଇଁ ଚିନ୍ତା କରିପାରନ୍ତି । କର୍ମକ୍ଷେତ୍ରରେ ଆଶାନୁରୂପ ଅର୍ଥ, ସମ୍ମାନ, ସହଯୋଗ ମିଳିବ । ସାମାଜିକ ସ୍ତରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମରେ ଯୋଗଦାନ କରି ପ୍ରଶଂସିତ ହୋଇପାରନ୍ତି । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛି ଦିନ ନିମନ୍ତେ ଅଟକି ରହିଯାଇପାରେ । କୌଣସି ନିକଟ ସମ୍ପର୍କୀୟ ସହିତ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ । ପାରିବାରିକ ସ୍ତରରେ ପକ୍ଷପାତିତାକୁ କେନ୍ଦ୍ର କରି ମାନସିକ ସ୍ତରରେ କଷ୍ଟ ପାଇବାର ଆଶଙ୍କା ରହିଛି । ଯୁକ୍ତିତର୍କ, ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ପାଖ, ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଉପସ୍ଥିତ ବୁଦ୍ଧି ଖଟାଇ ଆପଣ ନିଜ କାର୍ଯ୍ୟଗୁଡିକ ଅନ୍ୟମାନଙ୍କ ଦ୍ଵାରା ସମ୍ପନ୍ନ କରିପାରିବେ । ରାହୁ ରାଶିରେ ଅବସ୍ଥାନ କରିଥିବା ଯୋଗୁଁ ମନରେ ଅସ୍ଥିରତା ଜନିତ ମାନସିକ ସ୍ତରକୁ ଦୁର୍ବଳ କରିବା ସଙ୍ଗେ ସଙ୍ଗେ ପାରିବାରିକ ଶାନ୍ତିକୁ ନଷ୍ଟ ହୋଇପାରେ । ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ସମାଧାନ କରିବା ପାଇଁ ଚେଷ୍ଟା କରିବେ । ଆର୍ଥିକ ଜନିତ ସମସ୍ୟା ଦୂରେଇବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ । ଗୃହସ୍ଥ ଜୀବନରେ ସୁଖଶାନ୍ତି ବଜାୟ ରହିବ । ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବ ନାହିଁ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ । ରବି ଓ ଶନିଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ସମସ୍ୟା ମଧ୍ୟ ଦେଇ କାର୍ଯ୍ୟ ହାସଲ କରିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ମାନସମ୍ମାନ ବଢ଼ିବ । ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଦେଖାଦେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷଙ୍କୁ ବଢ଼ିଆ ଚାକିରି ମିଳିବ । ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ । ପରିବାରର ଛୋଟିଆ ଛୋଟିଆ କଥାକୁ ମୁଣ୍ଡ ପୁରନ୍ତୁ ନାହିଁ । ସହଧର୍ମୀଙ୍କ ସହ ତାଳମେଳ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ପୂର୍ବର କିଛି କାମକୁ ସମ୍ପାଦନ କରିବା ପାଇଁ ମନରେ ନୂଆ ନୂଆ ଉପାୟ ଆସିବ । କର୍ମସ୍ଥ ଶୁକ୍ର ଯୋଗୁଁ ବ୍ୟୟ ବୃଦ୍ଧି ସଙ୍ଗେ ସଙ୍ଗେ ପରିବହନରେ ସମସ୍ୟା ଦେଖାଦେଇପାରେ । କିନ୍ତୁ କର୍ମକ୍ଷେତ୍ରରେ କୌଣସି କୁପ୍ରଭାବ ପଡିବ ନାହିଁ । ରାଜନୀତିରେ ସଫଳତା ପାଇବେ । କାରବାରରେ ଆପଣଙ୍କୁ ଆଶାତୀତ ଲାଭ ମିଳିବର ସୂଚନା ରହିଛି । ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ । ଘରେ ସଦସ୍ୟମାନଙ୍କର ମଧ୍ୟ ସ୍ନେହ ଶ୍ରଦ୍ଧା ବଜାୟ ରହିବ । ଚୋରି, ପକେଟମାର କିମ୍ବା ନିଜର ଅସାବଧାନତା କିମ୍ବା ଅନ୍ୟମନସ୍କ ହେତୁ ଧନହାନୀ ଘଟିବାର ସୂଚନା ରହିଛି । ବୃଥା ସନ୍ଦେହ ଜନିତ କାରଣରୁ ବନ୍ଧୁମାନଙ୍କ ସହ ସାଧାରଣ କଥାରେ କଳହ ଲାଗିପାରେ । ଆପଣଙ୍କର ପ୍ରେମ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଠିକ୍‌ଠାକ୍‌ ରହିବ । ଆପଣ ଭାବିଥିବା କାମ ସଂପୂର୍ଣ୍ଣ ହେବ । ନବମସ୍ଥ ରବିଙ୍କ ଯୋଗୁଁ ପରିବାରର ବିଭିନ୍ନ ପ୍ରକାରର ବ୍ୟୟ ବରାଦର ଭରଣା କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ସାହିତ୍ୟ, କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । କଳାକାରଙ୍କୁ ଫିଲ୍ମ ବା କାର୍ଯ୍ୟକ୍ରମରେ ଅନୁବନ୍ଧ ମିଳିବ । ମିତ୍ରଙ୍କ ଠାରୁ ସୁସମ୍ବାଦ ପାଇବେ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ପରିବାର ଲୋକଙ୍କ ସହିତ ଖୁସିର ମୁହୂର୍ତ୍ତ ବିତେଇବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଧୈର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, ଉପକୃତ ନିଶ୍ଚୟ ମିଳିବ । ଚନ୍ଦ୍ରଙ୍କ ପ୍ରଭାବରୁ ଦୀର୍ଘଦିନରୁ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସଂଘର୍ଷମୟ ସ୍ଥିତିରେ ଗତି କରିବାକୁ ପଡିପାରେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି । ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । କୌଣସି ନିକଟ ସମ୍ପର୍କୀୟ କିମ୍ବା ବନ୍ଧୁଙ୍କ ଠାରୁ ସହଯୋଗ ସାହାଯ୍ୟ ପାଇବେ ଯାହାଫଳରେ ମନକୁ ସମ୍ୟକ ଶାନ୍ତି ମିଳିବ । ପରିବାରରେ ଅଶାନ୍ତର ପରିବେଶ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ରହିବ । ଦ୍ୱାଦଶ ଚନ୍ଦ୍ରଜନିତ କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ଆଜି ଅଫିସ୍‌ କାମରେ ବେଶି ସମୟ କଟାଇବେ । କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । କଳା, ସାହିତ୍ୟ, ନୂତନ କାର୍ଯ୍ୟାରମ୍ଭ ଓ ଶିଳ୍ପ, ବ୍ୟବସାୟରେ ଉନ୍ନତି କରିବେ । ଟଙ୍କା ପଇସା ନେଣଦେଣ ସାବଧାନତାର ସହ କରନ୍ତୁ । ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଭୁଲ୍‌ ବୁଝାମଣା ଓ ସନ୍ଦେହ କାରଣରୁ ପାରିବାରିକ ଅଶାନ୍ତି ଦେଖା ଦେଇପାରେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଭୈରବୀ ।

Be the first to comment

Leave a Reply

Your email address will not be published.


*