13 ଜୁଲାଇ 2020, ସୋମବାର- ଶ୍ରାବଣ ମାସର ଦ୍ଵିତୀୟ ସୋମବାର, ମହାଦେବଙ୍କ କୃପାରୁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ

13 ଜୁଲାଇ 2020, ସୋମବାର- ଶ୍ରାବଣ ମାସର ଦ୍ଵିତୀୟ ସୋମବାର, ମହାଦେବଙ୍କ କୃପାରୁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ । ପୂର୍ଣ୍ଣ ହେବ ସମସ୍ତ ମନୋସ୍କମାନ ….

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଦିନଟି ଶୁଭପ୍ରଦ । ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ । ଏକାଦଶସ୍ଥ ଶୁକ୍ର ଏବଂ ଚନ୍ଦ୍ର ପ୍ରଭାବରେ ପାରିବାରିକ ଶାନ୍ତି, କର୍ମକ୍ଷେତ୍ରରେ ଉନ୍ନତି ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ । କଷ୍ଟରେ ପାଇଥିବା ଜିନିଷ ସୁବିଧାରେ ରଖି ପାରିବେ ନାହିଁ, ଫଳରେ ହାତମୁଠାରୁ କେତେକ ସୁ୍‌ଯୋଗ ଖସି ଯାଇପାରେ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀର ଶୀକାର ହେବେ । ପରିବାରରେ ସୁଖଶାନ୍ତି ରହିଲେ ମଧ୍ୟ ପରିବାରର ବୟୋଜ୍ୟେଷ୍ଟଙ୍କ ଶାରୀରିକ ଅସୁସ୍ଥତା ଯୋଗୁଁ ଚିନ୍ତିତ ରହିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ରାଶିରେ ରାହୁ ଓ ବୁଧଙ୍କ କୁପ୍ରଭାବରେ ଅର୍ଥସଙ୍କଟ ମଧ୍ୟରେ ମାନସିକ ସ୍ଥିତି ଭଲ ରହି ନ ପାରେ । ଗତକାଲିର ଅଟକିଥିବା କାମକୁ ଆଜି ପୂରାଦମ୍‌ରେ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି । ବ୍ୟବସାୟୀମାନେ କଠିନ ପରିଶ୍ରମ କରିବା ସତ୍ତ୍ୱେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ସରକାରୀ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ । ପାଖ ପଡୋଶୀଙ୍କଠାରୁ ସାହାଯ୍ୟଲାଭ କରି କାର୍ଯ୍ୟ ହାସଲ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ବୁଦ୍ଧିବଳ ଖଟାଇ କାର୍ଯ୍ୟ ହାସଲ କଲେ ମଧ୍ୟ ସମସ୍ୟା ପିଛା ଛାଡିବ ନାହିଁ । ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଟିକିଏ ଟିକିଏ କଥାରେ ଉତେଜିତ ହୋଇ ପଡିବା ଦ୍ୱାରା ସମସ୍ୟା ବଢିବ ସିନା କମିବ ନାହିଁ । ବ୍ୟୟ ବୃଦ୍ଧି ଯୋଗୁଁ ବ୍ୟସ୍ତ ରହିପାରନ୍ତି । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । କୌଣସି ବିଷୟରେ ବାରମ୍ବାର ଚିନ୍ତା କରି ଅନ୍ୟମନସ୍କ ରହିପାରନ୍ତି । ବାଦ ବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ପ୍ରତିଟି କ୍ଷେତ୍ରରେ ଭାଗ୍ୟର ସହଯୋଗ ପାଇବେ । ଅଷ୍ଟମସ୍ଥ ଚନ୍ଦ୍ର ଯୋଗୁଁ ଶାରୀରିକ ଅସୁସ୍ଥତା ଲାଗିରହିବ କିନ୍ତୁ ଆର୍ଥିକ ଉନ୍ନତି ସୁସ୍ଥ ମାନସିକତାରୁ ଆନନ୍ଦ ପ୍ରାପ୍ତି କରାଇବ । କୈାଣସି ସମ୍ପର୍କୀୟ ମହିଳାଙ୍କ ସାହାଯ୍ୟରୁ ସ୍ଥଗିତ କାମ ତ୍ୱରାନ୍ବିତ ହୋଇପାରିବ । କେତେକ କ୍ଷେତ୍ରରେ ଅସ୍ଥିରତା ଲାଗି ରହିବା ସଙ୍ଗକୁ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଘଟିପାରେ । ଶତ୍ରୁତା କାରଣରୁ ଆଶଙ୍କା ଜନିତ ସାମୟିକ ବ୍ୟସ୍ତ ରହିପାରନ୍ତି । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖଟାଇ ଧୌର୍ଯ୍ୟର ସହ ନିଜ କର୍ତ୍ତବ୍ୟକୁ ସୂଚାରୁ ରୂପେ ନିର୍ବାହ କରିବା ହିତକର । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ସାମଲେଶ୍ୱରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ । ଅଷ୍ଟମସ୍ଥ ରାହୁଯୁକ୍ତ ଚନ୍ଦ୍ର ଯୋଗୁଁ ଖର୍ଚ୍ଚାନ୍ତ ଅଧିକ ହୋଇପାରେ । ବିନା କାରଣରେ କଳହ କିମ୍ବା ମାନସିକ ଶାନ୍ତିକୁ ଭଙ୍ଗ କରିବ । ପଛକଥା ନ ଭାବି ବର୍ତ୍ତମାନର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟାକଲେ ସବୁ କିଛି ଠିକ୍‌ ହୋଇଯିବ । ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ମନେଇ କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ । କୌଣସି ମହିଳାଙ୍କ ତରଫରୁ ସମସ୍ୟା ଆସିପାରେ । ବୈବାହିକ ଜୀବନରେ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଧୂସର। ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ ଓ ନକରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତି । ମୁଖ ଭାବରେ ମଙ୍ଗଳ ଯୋଗୁଁ ହଠାତ୍‌ ଅର୍ଥ ସମ୍ପର୍କକୁ ନେଇ ଭାତୃବିବାଦ ଦେଖାଦେଇପାରେ । ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ । ଅଫିସରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରିବା ଠିକ୍‌ ହେବନାହିଁ । ସ୍ତ୍ରୀ ସହ ଯୁକ୍ତିତର୍କ, ଆର୍ଥିକ ସ୍ଥିତି ମାନ୍ଦା, ଯୋଗୁଁ ମନରେ ସରସତା ରହିବ ନାହିଁ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ବିରଜା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆପଣଙ୍କ ବ୍ୟକ୍ତିତ୍ୱ ସୂର୍ଯ୍ୟ ଭଳି ଚମକିବ । କୋଣଭାବସ୍ଥ ଶୁକ୍ର ଓ ଚନ୍ଦ୍ରଙ୍କ ସ୍ଥିତି ପ୍ରଭାବରେ ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରିବେ । କାର୍ଯ୍ୟବ୍ୟସ୍ତତା ହେତୁ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ । ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ । କିଛି ଲୋକ ଆପଣଙ୍କର କାର୍ଯ୍ୟକଳାପକୁ ସମାଲୋଚନା କରିପାରନ୍ତି । ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ । ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ହଠାତ୍‌ ପ୍ରକାଶ କରିବା ଫଳରେ କୌଣସି ସମସ୍ୟାର ରୂପ ନେଇପାରେ । ଦାମ୍ପତ୍ୟ ଜୀବନ ଅତି ମନୋରମ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ପାପଗ୍ରହ ଯୁକ୍ତ ବୃହସ୍ପତିଙ୍କ ପ୍ରଭାବରେ ଆପଣ ମନରେ ଆଶା ବାନ୍ଧିଥିବା ଯୋଜନା ଠିକ ଭାବରେ ଫଳପ୍ରଦ ହୋଇପାରିବ ନାହିଁ । ନିଜ ସଂସ୍ଫର୍ଶରେ ଆସୁଥିବା ବନ୍ଧୁମାନଙ୍କ ପରାମର୍ଶ ଗ୍ରହଣ କଲେ ବିଶେଷ ଉପକୃତ ମିଳିବ । କର୍ମକ୍ଷେତ୍ରରେ ସମସ୍ୟା ପରେ ସମସ୍ୟା ଲାଗି ରହିବା କାରଣରୁ କର୍ମକ୍ଷେତ୍ର ପ୍ରତି ମନରେ ବିତୃଷ୍ଣଭାବ ଜାତ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ସ୍ଥିତି ଅତି ଶୋଚନୀୟ ହୋଇପାରେ । ଆଜି କାମ ଗୁଡିକ ସୁରୁଖୁରୁରେ ହୋଇଯିବ ମାତ୍ର ପରିବାରରେ ତର୍କ ବିତର୍କ ଲାଗି ରହିବା କାରଣରୁ ଭ୍ରାତୃ ସଂମ୍ପର୍କ ଭଲ ରହି ନ ପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା କପିଳାସ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ରହିବ । ଶୁକ୍ରଙ୍କ ଶୁଭଦୃଷ୍ଟି ଯୋଗୁଁ ସାଧାରଣ ବ୍ୟତିକ୍ରମକୁ ବାଦ୍‌ଦେଲେ ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଓ ସାଙ୍ଗଠନିକ କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଯଦିଓ କେତେକ ସମସ୍ୟା ଓ ପ୍ରତିବନ୍ଧକ ଆସିବ, ତଥାପି ଆରମ୍ଭ କରିଥିବା କାମଟି ଅଟକିବ ନାହିଁ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବା ସଙ୍ଗେ ସଙ୍ଗେ ଉଚ୍ଚଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରି ନ ପାରି ପସ୍ତେଇବେ । ଟଙ୍କା ପଇସା ନେଣଦେଣରେ ସାବଧାନତା ଅବଲମ୍ବନ କରନ୍ତୁ । ଭୁଲ୍‌ ବୁଝାମଣା ଓ ସନ୍ଦେହ କାରଣରୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ଧନାଧିପ ଅଷ୍ଟମାଧିପତି ଯୁକ୍ତ ହୋଇ ରାଶିରେ ଥିବାରୁ ଆଜି ଦିନଟିରେ ଖର୍ଚ୍ଚ ପରିମାଣ ବୃଦ୍ଧିକୁ ଚାହିଁଲେ ମଧ୍ୟ ତାହାକୁ ରୋକି ପାରିବେ ନାହିଁ । ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟରେ ଗତିକରିବାକୁ ପଡିବ । ପରିସ୍ଥିତିରେ ପଡି ଉପାୟଶୂନ୍ୟ ହୋଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବାକୁ ବାଧ୍ୟହେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସରେ କରିଥିବା କାର୍ଯ୍ୟକୁ ନେଇ କୈଫତ ଦେବାକୁ ପଡିବ । ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଭୁଲ୍‌ ବୁଝାମଣା ଓ ସନ୍ଦେହ କାରଣରୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଆପଣଙ୍କ ପାଇଁ ସୁଖ ଓ ଦୁଃଖର ମିଶ୍ରଣ ଫଳ ପ୍ରଦାନ କରିବ । ରାଶିରେ ଏକାଧିକ ଗ୍ରହ ଅବସ୍ଥାନ କରିଥିବା ଯୋଗୁଁ ମାନସିକ ଓ ଶାରୀରିକ ସୁସ୍ଥତା ରହି ନ ପାରେ । ନିଜର ଆଳସ୍ୟପଣ ଯୋଗୁଁ ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସ କାର୍ଯ୍ୟାଳୟରେ କାର୍ଯ୍ୟଭାର ଅଧିକ ଯୋଗୁଁ ମନରେ ବିଭ୍ରାନ୍ତ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଛୋଟିଆ ଭୁଲକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସ୍ତୃଷ୍ଟି ହୋଇପାରେ । ଅଫିସ୍‌ରେ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି । ଦୀର୍ଘ ସମୟ ଏକାକୀ ନିରୋଳାରେ ରହି ଅତୀତର ବିବାଦୀୟ ବିଷୟରେ ସମୀକ୍ଷା କରିବେ । ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । କେତୁଯୁକ୍ତ ରାଶ୍ୟାଧିପତି କାରଣରୁ ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ଅନୁଭବ କରିପାରନ୍ତି । କୌଶଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହୋଇପାରନ୍ତି । ନୂଆ ଲୋକଙ୍କ ସହିତ ପରିଚୟ ହେବ । ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ମନରେ ଯେଉଁ ବିଚାର ଆସିବ । ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ । ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିପାରେ । ଜଣେ ନିଃସହାୟ ଲୋକଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ହନୁମାନ ।

Leave a Reply

Your email address will not be published. Required fields are marked *