14 ଜୁଲାଇ 2020, ମଙ୍ଗଳବାର- ଆସନ୍ତୁ ଜାଣିବା ପ୍ରଭୁ ହନୁମାନଙ୍କ କୃପାରୁ କେଉଁ କେଉଁ ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନଟି

14 ଜୁଲାଇ 2020, ମଙ୍ଗଳବାର- ଆସନ୍ତୁ ଜାଣିବା ପ୍ରଭୁ ହନୁମାନଙ୍କ କୃପାରୁ କେଉଁ କେଉଁ ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନଟି ମଙ୍ଗଳମୟ ରହିବ ଓ କେଉଁମାନଙ୍କ ପାଇଁ କଷ୍ଟଦାୟକ ରହିବା ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଦିନଟି ଆପଣଙ୍କ ଲାଗି ଅତି ଉତ୍ତମ ରହିବ । ଶୁକ୍ର କର୍ମସ୍ଥାନସ୍ଥ ଯୋଗୁଁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିପାରନ୍ତି । ଆର୍ଥିକ ସ୍ଥିତି କ୍ରମଶଃ ବୃଦ୍ଧି ପାଇବା ଫଳରେ ମନକୁ ଆଶ୍ଵସ୍ତି ମିଳିବ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । କିନ୍ତୁ କେତେକ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିବାର ଆଶଙ୍କା ଦେଖାଯିବ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ଅବଶ୍ୟ ଫେରିବା ବାଟରେ ବନ୍ଧୁ ଠାରୁ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ । ବୈବାହିକ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ମନରେ ଧାର୍ମିକ ଭାବନା ଉଦୟ ହେବ । ବଳଶାଳୀ କର୍ମାଧିପଙ୍କ ପ୍ରଭାବରେ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ସାର୍ବଜନିକ କାର୍ଯ୍ୟରେ ସହଭାଗିତା କରିବେ । ବ୍ୟବସାୟୀରେ ଆର୍ଥିକ ସ୍ଥିତି ଭଲ ରହିବ । ଅଯଥା ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କର ସମାଲୋଚିତ ହେବେ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି ଏବଂ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କହିବା ଦ୍ଵାରା ସମସ୍ୟା ସୃଷ୍ଟି ହୋଇପାରେ । କାର୍ଯ୍ୟବ୍ୟସ୍ତ ଯୋଗୁଁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ । ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଇଷ୍ଟଦେବୀଙ୍କୁ ସ୍ମରଣ କରନ୍ତୁ, ସଙ୍କଟ ଆପଣା ଛାଏଁ ଦୂର ହୋଇଯିବ । କାରବାରରେ କିଛି ଲୋକ ସହାୟକ ହେବେ । ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ଟଙ୍କା, ପଇସାକୁ କେନ୍ଦ୍ର କରି କଳହ ଘଟିପାରେ । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ପ୍ରଶାସନିକ ସ୍ତରରେ କିମ୍ବା ସଭାସମିତିରେ ଆଲୋଚନା ଅମୀମାଂସୀତ ରହିଯିବାର ସୂଚନା ରହିଛି । ସମ୍ପର୍କୀୟ ବ୍ୟକ୍ତିମାନଙ୍କ ଦ୍ଵାରା କାର୍ଯ୍ୟସିଦ୍ଧି ଯୋଗୁଁ ମନ ପ୍ରଫୁଲ୍ଲିତ ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଚର୍ଚ୍ଚିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ଯୋଗୁଁ ପରିସ୍ଥିତି ଆପଣଙ୍କ ଚିନ୍ତାଧାରାକୁ ବିଗାଡି ଦେଇପାରେ । କୌଣସି କାରଣ ନେଇ ଆପଣଙ୍କ ମନରେ ଥିବା ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯିବ । ପରିବାରରେ ହସଖୁସିରେ ଦିନଟି ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ । ଦ୍ୱାଦଶସ୍ଥ ରାହୁ ଯୋଗୁଁ କାର୍ଯ୍ୟରେ ପ୍ରତିବନ୍ଧକ ଓ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ କେନ୍ଦ୍ର କରି ମନ ଭଲ ରହିବ ନାହିଁ । ଆର୍ଥିକ ପରିସ୍ଥିତି କ୍ରମଶଃ ଜଟିଳ ହେବାକୁ ଲାଗିବ । ଅତ୍ୟାବଶ୍ୟକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ଠାରୁ ଧାରା କରଜ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ । ବ୍ୟବସାୟ ମାଧ୍ୟମର ରହିବା । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ମଙ୍ଗଳ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ପୂଜାପାଠରେ ଅଧିକ ସମୟ ବିତିବ । କର୍ମଭାବର ଶୁଭତ୍ୱ ଆପଣଙ୍କ କାର୍ଯ୍ୟସିଦ୍ଧି ସହ ସାମାଜିକ ସମ୍ମାନ ଅକ୍ଷୁଣ୍ଣ ରହିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।ବନ୍ଧୁଙ୍କଠାରୁ ସାହାଯ୍ୟ ପାଇବେ । ଅଫିସ୍‌ରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । କିନ୍ତୁ କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ, ମାନ ସମ୍ମାନ ବୃଦ୍ଧି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଆଜି ଆପଣଙ୍କର ସ୍ଵାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି କରିପାରିବେ । ଦାମ୍ପତ୍ୟ ଜୀବନ ପ୍ରେମଭରା ହେବ । ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନ ବହୁତ ଭଲ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଗୁପ୍ତେଶ୍ଵର ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

କୌଣସି ସମସ୍ୟାକୁ ନେଇ ଆଦୌ ଚିନ୍ତା କରନ୍ତୁ ନାହିଁ, ଧୈର୍ଯ୍ୟର ସହ ସମୟକୁ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ । ଆପଣଙ୍କ ଯୋଜନା ସମ୍ବନ୍ଧରେ ପରିବାର ସହିତ ଚର୍ଚ୍ଚା କରନ୍ତୁ, ଫାଇଦା ହେବ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । କୌଣସି ବିବାଦୀୟ ଘଟଣାରେ ମୁଣ୍ଡ ପୁରନ୍ତୁ ନାହିଁ, ଅନ୍ୟଥା ସମସ୍ୟାର ଘେରରେ ଫସି ଯିବେ । ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ସକାରାତ୍ମକ ମନୋଭାବ ନେଇ କାର୍ଯ୍ୟ କରନ୍ତୁ, ସଫଳତା ନିଶ୍ଚୟ ମିଳିବ । ରାଶିରେ ବୁଧଙ୍କ ପ୍ରଭାବ ହେତୁ କାମର ଚାପ ବୃଦ୍ଧି ପାଇବା କାରଣରୁ ଓ କିଛିଟା ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ । ଯେଉଁ କାମ ଆରମ୍ଭ କରିବା ପାଇଁ ମନସ୍ଥ କରିଛନ୍ତି, ସେହି କାମ ପୂର୍ଣ୍ଣ ସଫଳତା ମିଳିବ । ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ ଏବଂ ନିକଟ ସମ୍ପର୍କୀୟ ମାନଙ୍କୁ ନିଜ ସପକ୍ଷରେ ଆଣିବାରେ ସମର୍ଥ ହେବେ । ଆଜି ଚାରୋଟିଗ୍ରହ ରାଶିରେ ଅବସ୍ଥାନ କରୁଥିବାରୁ ପୁରାତନ ରୋଗପୀଡା ସଙ୍ଗକୁ ଓ ପୂର୍ବ ଶତ୍ରୁତାକୁ ନେଇ ମନ ବିଶେଷ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ ନ କଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇପାରନ୍ତି । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କାରଣରୁ କ୍ଷୋଭ ପ୍ରକାଶ କରିପାରନ୍ତି । ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ କିନ୍ତୁ ଭୁଲ୍‌ ବୁଝାମଣା ହେତୁ ପରିବାରର ବୟୋଜ୍ୟେଷ୍ଟଙ୍କ ସହ କଳହ ହେବାର ଆଶଙ୍କା ରହିଛି । ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମହାଲକ୍ଷ୍ମୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ମନ ପ୍ରଫୁଲ୍ଲ ରହିବା ସଙ୍ଗକୁ ପ୍ରତ୍ୟେକ କାମ ସୁରୁଖୁରୁରରେ ସମ୍ପନ୍ନ ହୋଇଯିବ । ଚନ୍ଦ୍ର ବଳହୀନ ଯୋଗୁଁ ନିଜ କଥାବାର୍ତ୍ତାରେ ସଂଯମତା ନ ରହିବା କାରଣରୁ ବନ୍ଧୁ ଓ ପରିବାର ସହ କଥାରେ କଥାରେ କଳହ ଘଟିପାରେ । ଚାକିରୀ କ୍ଷେତ୍ରରେ କୌଣସି ଘଟଣାକୁ ନେଇ ସମସ୍ୟା ଉପୁଜିପରେ । ଆର୍ଥିକ ସ୍ଥିତି ଶୋଚନୀୟ ରହିବ । ସାମାଜିକ ସ୍ତରରେ ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ସମ୍ପର୍କୀୟଙ୍କ ଠାରୁ ଧାରା କରଜ କରିବାକୁ ବାଧ୍ୟ ହେବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ନିଜ ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ମାନସିକ ଓ ଶରୀରିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ । ଚତୁର୍ଥାଧିପ ଏକାଦଶରେ ଧନାଧିପ ସଂଯୋଗରୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ ଓ ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ ନିଜ ଲୋକ କେହି ଜଣେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ଅଫିସ କାର୍ଯ୍ୟାଳୟରେ ଅନ୍ୟମାନଙ୍କ ସହିତ ତାଳମେଳ ଭଲ ରହିବ । କେତେକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି ବନ୍ଧୁମାନଙ୍କୁ ମନାଇ ଓ ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ସଦବ୍ୟବହାର କରିବା କାଠିକର ପାଠ ହେବ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଦିନଟି ମିଶ୍ରଣ ଫଳ ପ୍ରଦାନ କରିବ । ରାଶ୍ୟାଧିପତି ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ କେତେକ ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡିତ କରିବ । କୌଣସି କାମରେ ମନର ସ୍ଥିରତା ନ ରହିବା ହେତୁ କାମଗୁଡିକ ଅସମ୍ପୂର୍ଣ୍ଣ ରହିଯିବ । କେତେକ କାମକୁ ଅବହେଳା କରି ସମାଲୋଚିତ ହେବାକୁ ପଡ଼ିବ । ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହୋଇପାରନ୍ତି । ସାମାଜିକ କାର୍ଯ୍ୟରେ ନିଜକୁ ସାମିଲ କରି ନିଜକୁ ଗୌରବାନ୍ଵିତ ମନେ କରିବେ । ସ୍ୱାସ୍ଥ୍ୟରେ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

Leave a Reply

Your email address will not be published. Required fields are marked *