15 ଫେବୃୟାରୀ 2020, ଶନିବାର- ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି କଷ୍ଟଦାୟକ ରହିବ । କାରବାରରେ ସାମ୍ନା କରିବାକୁ ପଡିପାରେ

15 ଫେବୃୟାରୀ 2020, ଶନିବାର- ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି କଷ୍ଟଦାୟକ ରହିବ । କାରବାରରେ ସାମ୍ନା କରିବାକୁ ପଡିପାରେ କ୍ଷତିର ।

ଭାଗ୍ୟରେ ଗ୍ରହର ନିରନ୍ତନ ପରିବର୍ତ୍ତନ ହୋଇଥାଏ, ଯାହାର ଫଳସ୍ୱରୂପ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ହୋଇଥାଏ । ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା ଯୋଗୁଁ ମନ ଅସ୍ଥିର ରହିବ । ଦ୍ୱାଦଶଚନ୍ଦ୍ର ହେତୁ ଦୂରଯାତ୍ରା କରିପାରନ୍ତି କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ । ବହୁ କଷ୍ଟରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶିଳ୍ପ, ବ୍ୟବସାୟ ଓ ବାଣିଜ୍ୟରେ ପୂର୍ବରୁ ଲାଗିରହିଥିବା ସମସ୍ୟା ସକାଶେ ଚିନ୍ତା କରିବାକୁ ପଡ଼ିପାରେ । ଚାକିରି କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ କିନ୍ତୁ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକଳାପ ଉପରେ ରୁଷ୍ଟ ହୋଇପାରନ୍ତି । ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ସବୁ ସୁବିଧା ଥିଲେ ମଧ୍ୟ ବିଚଳିତ ରହିବା କାରଣରୁ ଅଶାନ୍ତି ଅନୁଭବ କରିବେ । ଆଜିର ବିବାଦୀୟ ପରିସ୍ଥିତିରେ ବନ୍ଧୁମାନଙ୍କ ସହାୟତାରେ ପରିସ୍ଥିତିକୁ ହାଲ୍‌କା କରିବାରେ ସମର୍ଥ ହେବେ । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନାକରି ସମାଧାନରେ ଉପନୀତ ହୋଇପାରନ୍ତି । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଓ ପ୍ରାଧାନ୍ୟ ଦେଇ ପ୍ରଶଂସିତ ହେବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆତ୍ମୀୟଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ରାମଚଣ୍ତୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି । ଚିତ୍ରା ନକ୍ଷତ୍ର ଯୋଗୁଁ କୈାଣସି ଖଳ ଲୋକ ମାନଙ୍କ କଥାରେ ପଡି ହଇରାଣ ହରକତ ହୋଇପାରନ୍ତି । ବ୍ୟବସାୟରେ ପୁଞି ନିବେଶ କରନ୍ତୁ, ଲାଭ ହେବ । କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ହେତୁ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ । ସାମାଜିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ, କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ । ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଏକଦଶସ୍ଥ ସ୍ଥାନରେ ରାହୁ ଅବସ୍ଥାନ କରିଥିବାରୁ ମନରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ରହିବ । ମନୋରଞ୍ଜନ ପ୍ରୀତିପ୍ରଦ ହେବା ସାଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ । ମାନସିକ ଦୁଃଶ୍ଚିନ୍ତା ବଢ଼ିବ । ସହକର୍ମୀ ସହଯୋଗର ହାତ ବଢ଼ାଇବେ ଓ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବା ହେତୁ ସାମୟିକ ଚିନ୍ତିତ ରହିପାରନ୍ତି । ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ, ମାତ୍ର କିଛି ଅନିଷ୍ଟ କରିପାରିବେ ନାହିଁ । ଅତୀତର କେତେକ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ସୁଖରେ ବାଧା ଉପୁଜିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ଆପଣଙ୍କ ସକାରାତ୍ମକ ବ୍ୟବହାର ଲୋକଙ୍କୁ ଆକର୍ଷିତ କରିବ । ବ୍ୟବସାୟର ଆଶାତୀତ ଲାଭବାନ ହେବେ । ଅଫିସରେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ସମାଜରେ ମନ ସମ୍ମାନ ମଧ୍ୟ ବଢିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆନୁଷ୍ଠାନିକ କାମ, ସଭାସମିତି, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୋକ୍ଷ ଶତ୍ରୁତା କରିବା ଯୋଗୁ ବିଚଳିତବୋଧ କରିପାରନ୍ତି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଲକ୍ଷ୍ୟସ୍ଥଳରେ ପହଞ୍ଚବାରେ ବିଳମ୍ବ ହୋଇପାରେ । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ । ସରକାରୀ କାର୍ଯ୍ୟରେ ସଫଳତା ମିଳିବ ଏବଂ ପଦୋନ୍ନତିର ଯୋଗ ରହିଛି । କୌଣସି ସଭା ସମିତି କାର୍ଯ୍ୟରେ ସାମିଲ ହୋଇପାରନ୍ତି । ପାରିବାରିକ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନା କରିବେ । ମାନସିକ ରୂପରେ ଆଳସ୍ୟ ଅନୁଭବ କରିପାରନ୍ତି । ଆଜି ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ଯଥା ସମ୍ଭବ କମ୍‌ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିବାରେ ସମର୍ଥ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ । ସ୍ଵାଦିଷ୍ଠ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆଜି ଆପଣ ଉର୍ଜାବାନ ଓ ସକ୍ରିୟ ରହିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବା ସହ ଅଭିଳଷିତ କାମ କରିପାରିବେ ନାହିଁ । ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ ହୋଇପାରେ । ଯୁକ୍ତି ତର୍କ, ବାଦବିବାଦ, କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରୁହନ୍ତୁ । ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ । ଦାମ୍ପତ୍ୟ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହୋଇପାରେ । ଛୋଟ ଛୋଟ କଥାକୁ ଧରିବସିଲେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣ ନିଜ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ବଳବାନ୍‌ ଶନିଙ୍କ ପ୍ରଭାବରେ ବିବାଦରେ ବିଜୟ ଲାଭ କରିବେ କିନ୍ତୁ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନି ଓ ଯାତ୍ରା ସ୍ଥଗିତ ରହିଯାଇପାରେ । ଅଫିସରେ ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଖୁସି ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଏଜେନ୍ସିପରୁ ଖୁସି ରହିବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ । ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସକାଶେ ଘରେ ବନ୍ଧୁମିଳନ ଓ ଖୁସିର ଆସର ଜମିପାରେ । କିଛି ଅଘଟଣ ଆଶଙ୍କାକରି ଅନୁରାଧା ନକ୍ଷତ୍ରର ମନ ବିବ୍ରତ ରହିପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ପୁରୁଣା କଥାକୁ ନେଇ ମନରେ ସଂଶୟ ରହିବ । ପୂର୍ବାଷାଢ଼ା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ । ତର୍କ-ବିତର୍କ ଓ ସମସ୍ୟା ଠାରୁ ଦୂରେଇ ରହନ୍ତୁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବା ସୂଚନା ରହିଛି । ଚାକିରିରେ ଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଟଙ୍କା ପଇସା ସମ୍ବନ୍ଧୀୟ କୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦୁ ପଯୋଗ କରିପାରିବେ ନାହିଁ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ପ୍ରେମ ସାଗରରେ ବୁଡ଼ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଝିଘରିଆଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଦିନଟି ଆପଣଙ୍କ ଲାଗି ଅନୁକୂଳ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସୀମା ବୃଦ୍ଧି କରିବାକୁ ଉଦ୍ୟମ କରିବେ । ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ । ଆଜିର ଯାତ୍ରା ଶୁଭପ୍ରଦ ହେବ ଏବଂ କାମଗୁଡ଼ିକ ମଧ୍ୟ ଆଶାନୁରୂପ ହେବା କାରଣରୁ ମନ ଖୁସିହୋଇଯିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି । ନିକଟ ଅତୀତର ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପାରିବାରିକ କ୍ଷେତ୍ରରେ ଗତକାଲିର କଳି ତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ଗୃହସ୍ଥ ଜୀବନରେ ସୁଖ- ଶାନ୍ତି ରହିବ । ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ଆପଣଙ୍କ ଉତ୍ସାହ ବଢ଼ାଇବ । ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ । ସରକାରଙ୍କ ତରଫରୁ ଲାଭ ପ୍ରାପ୍ତି କରି ପାରିବେ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଆଜି ଆପଣ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ମଧ୍ୟ ପାଇବେ । ରାଶିରେ ରାଜଯୋଗ କାରକ ଚତୁଃଗ୍ରହ ଆପଣଙ୍କୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତାର ସହ ସମ୍ମାନଜନକ ସ୍ଥିତିରେ ରଖିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶତ୍ରୁତା କାରଣରୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

Be the first to comment

Leave a Reply

Your email address will not be published.


*