17 ଫେବୃୟାରୀ 2021, ବୁଧବାର :- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ସ୍ଵଚ୍ଛଳ ରହିବ ! କିନ୍ତୁ ଶତ୍ରୁମାନଙ୍କ ଠାରୁ

17 ଫେବୃୟାରୀ 2021, ବୁଧବାର :- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ସ୍ଵଚ୍ଛଳ ରହିବ ! କିନ୍ତୁ ଶତ୍ରୁମାନଙ୍କ ଠାରୁ

17 ଫେବୃୟାରୀ 2021, ବୁଧବାର :- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ସ୍ଵଚ୍ଛଳ ରହିବ ! କିନ୍ତୁ ଶତ୍ରୁମାନଙ୍କ ଠାରୁ ସାବଧାନତା ଅବଲମ୍ବନ କରିବାକୁ ପଡିବ ।

ଆଜି ଆମେ ଆପଣଙ୍କୁ ୧୭ ଫେବୃୟାରୀ ୨୦୨୧ ବୁଧବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆପଣଙ୍କ ଚେଷ୍ଟା ଅବ୍ୟାହତ ରଖନ୍ତୁ ଅବଶ୍ୟ ବିଳମ୍ବିତ ସମୟରେ ଲକ୍ଷ୍ୟପ୍ରାପ୍ତି ଅବଶ୍ୟ ଘଟିବ । କାମ ହାସଲ କ୍ଷେତ୍ରରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । କିନ୍ତୁ ବନ୍ଧୁମାନେ ଆପଣଙ୍କ ମନରେ ବିଶ୍ୱାସ ଜନ୍ମାଇ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବେ । ବ୍ୟବସାୟରେ ନୂତନ ଲୋକଙ୍କ ସହିତ ଯୋଗାଯୋଗ କରିବେ, ଯାହା ଭବିଷ୍ୟତରେ ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ । ଅଫିସରେ ଅତ୍ୟଧିକ କାର୍ଯ୍ୟଭାର ରହିବ କିନ୍ତୁ ସହକର୍ମୀ ସାହାଯ୍ୟ ଓ ଉଚ୍ଚାଧିକାରୀଙ୍କ ସାନ୍ନିଧ୍ୟ ପ୍ରାପ୍ତ କରିବେ । ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସ୍ଵାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଭାବରେ ନିୟନ୍ତ୍ରଣାଧୀନ ରହିବ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ପରିବାରରେ ତର୍କର ସମ୍ମୁଖୀନ ହୋଇପାରନ୍ତି । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳାନାଥ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ପାରିବାରିିକ ଜୀବନରେ କିଛିଟା ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ନିର୍ମାଣ, କଂଟ୍ରାକ୍ଟରୀ, ହୋଟେଲ ଏବଂ ରେଷ୍ଟୁରାଣ୍ଟ ପ୍ରଭୃତିରୁ ଲାଭବାନ୍‌ ହେବେ । ଅଫିସ କାର୍ଯ୍ୟାଳୟରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି । କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଗୃହ ସଜ୍ଜାରେ ମନୋନିବେଶ କରିବା ସଙ୍ଗକୁ କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ପାରିବାର ସଦସ୍ୟଙ୍କ ସହିତ ଏକତ୍ର ବସି ଭବିଷ୍ୟତର ମାଙ୍ଗଳିକ କାର୍ଯ୍ୟ ବିଷୟରେ ଆଲୋଚନ କରିବେ । ଅନିୟମିତ ଆହାର ଯୋଗୁଁ ସ୍ଵସ୍ଥ୍ୟାବସ୍ଥାରେ ଅବନତି ଦେଖାଦେଇପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଭଗବାନଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଆପଣ କାମ ହାସଲ ପାଇଁ ଚେଷ୍ଟା କରିବେ ସତ, କିନ୍ତୁ କାର୍ଯ୍ୟକୁ ସଂପୂର୍ଣ୍ଣ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ସ୍ଥିତି ପୂର୍ବପରି ରହିବ । ଅଫିସରେ କାର୍ଯ୍ୟଭାର ଅଧିକ ରହିବା ଫଳରେ ମନରେ ସରସତା ରହିବ ନାହିଁ କିନ୍ତୁ ଆପଣଙ୍କ କାର୍ଯ୍ୟ କରିବା ଶୈଳୀକୁ ଦେଖି ସମସ୍ତେ ଆପଣଙ୍କୁ ପ୍ରଶଂସା କରିବେ । ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ । ପରିବାରରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆପଣଙ୍କ ମନ ପ୍ରସନ୍ନ ରହିବ । ଆଜି ଆପଣ ପୁରୁଣା ଘର, ଯାବାହନ, କ୍ରୟ କିମ୍ବା ବିକ୍ରୟ କରିପାରନ୍ତି । ଆର୍ଥିକ ସ୍ଵଛଳତା ଦୃଷ୍ଟିକୋଣରୁ ସ୍ଥିତି ମଜବୁତ ରହିଥିଲେ ମଧ୍ୟ ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ବ୍ୟବସାୟ ବାଣିଜ୍ୟରେ ବିଭିନ୍ନ କାରଣକୁ ନେଇ ମନରେ ଅସ୍ଥିରତା ଲାଗି ରହିବ । ସରକାରୀ ଚାକିରି ପାଇଁ ପ୍ରୟାସ କରିଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଆଜି ଶୁଭ ଖବର ମିଳିବ । ରାଜନୀତିରେ ସଫଳତା ମିଳିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇପାରେ । ନିର୍ମାଣ, ପରିବହନ ଓ ସଭାସମିତିରେ ସଫଳତା ଅର୍ଜନ କରିବେ । ଉନ୍ନତି ପାଇଁ କିଛି ନୂଆ ସାଧନ ମିଳିପାରେ । ମିତ୍ରଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ପୁରାତନ ରୋଗର ଉପସମ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଆପଣଙ୍କ ମନରେ ନୂଆ ଚିନ୍ତାଧାରା ଆସିବ । ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ଦୀର୍ଘ ଦିନରୁ ରହି ଆସିଥିବା ସମସ୍ୟା ସମାଧାନ ହୋଇଯିବ । ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବ । ବ୍ୟବସାୟ ସମ୍ବନ୍ଧିତ କୌଣସି ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଅଫିସରେ ଆପଣଙ୍କୁ ସମସ୍ତଙ୍କର ସହଯୋଗ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ, ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ ପାଇଁ ମନ ବଳାଇ ପାରନ୍ତି । କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି ।କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ । ହଠାତ୍‌ ବାହାରକୁ ଯିବା ସମୟରେ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ । ପ୍ରେମ ସମ୍ବନ୍ଧରେ ଗଭୀରତା ବଢ଼ିବ । ଶୁଭରଙ୍ଗ: ଧଳା । ବାବା ଗୁପ୍ତେଶ୍ଵର ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆର୍ଥିକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ପାଇଁ ଭଲ ରହିବ । କିନ୍ତୁ କର୍ମକ୍ଷେତ୍ରରେ ଈର୍ଷା ଓ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଯୋଗୁଁ ସାମୟିକ ବିଚଳିତବୋଧ ହୋଇପାରନ୍ତି । ତଥାପି ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ଭଲ ରହିବ ଓ ଆଶାନୁରୂପକ ଲାଭ ଫଳପ୍ରାପ୍ତି କରିବେ । ଉଚ୍ଚ ପଦସ୍ଥ ବ୍ୟକ୍ତି ବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ବେରୋଜଗାର ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନା କୌଣସି କ୍ଷେତ୍ରରେ କର୍ମ ନିଯୁକ୍ତି ଅବଶ୍ୟ ମିଳିବ । ଅନ୍ୟର ବିବାଦୀୟ ପରିସ୍ଥିତିରେ ମଧ୍ୟସ୍ଥତା କରିଲେ ନିଜେ ହିଁ ଅପଦସ୍ଥ ହେବାକୁ ପଡିବ । ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇବେ । ପାରିବାରିକ ପରିସ୍ଥିତି ପୂର୍ବପରି ରହିବ, କିନ୍ତୁ ହଠାତ୍‌ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ବହୁ ବିଳମ୍ବରେ କାମଗୁଡିକ ସମ୍ପନ୍ନ ହେବା କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ ନାନା ପ୍ରକାର ସମସ୍ୟା ଦେଖାଦେବ, ଧୌର୍ଯ୍ୟହରା ନ କାର୍ଯ୍ୟ କରିଲେ ଉପକୃତ ହେବେ । ଆର୍ଥିକ ସ୍ଥିତି ମଧ୍ୟ ଦୁର୍ବଳ ରହିବ । ଧାରକରଜ କିମ୍ବା ବ୍ୟାଙ୍କଲୋନ୍‌ ମାଧ୍ୟମରେ ଅର୍ଥପ୍ରାପ୍ତି କରିବେ । ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ ପାଇ ଆଶା କରୁଥିବା କାର୍ଯ୍ୟଟି ପୂରଣ କରିବାରେ କୌଣସି ଅସୁବିଧା ହେବ ନାହିଁ । ଅଫିସରେ ଆୟୋଜିତ ବୈଠକରେ ବନ୍ଧୁଙ୍କ ମନ୍ତବ୍ୟକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଟାଣି ନେଇପାରେ, ସତର୍କତା ଅବଲମ୍ବନ କରିବା ଉଚିତ । ପାରିବାରିକ କେତେକ ଘଟଣାକୁ କେନ୍ଦ୍ର କରି ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ମତଭେଦ ଦେଖାଦେଇପାରେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ନୂଆ କାମ ଆରମ୍ଭ କରିବା ପାଇଁ ପ୍ରଯତ୍ନ ହେବା ସହ ସମସ୍ୟାର ସମାଧାନ ଲାଗି ବନ୍ଧୁମାନେ ସହଯୋଗ କରିବେ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ଅତୀତ ବନ୍ଧୁଙ୍କ ସହ ଦେଖାସାକ୍ଷାତ କରିବେ । କର୍ମକ୍ଷେତ୍ରରେ ସ୍ଥିତି ମଜବୁତ ରହିବ । ଅର୍ଥଲାଭର ଯୋଗ ରହିଛି କିନ୍ତୁ ଅଫିସରେ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟର ଚାପ ବୃଦ୍ଧି ପାଇବା ସହ ସହକର୍ମୀଙ୍କ ସହ ବିବାଦର ସମ୍ଭାବନା ରହିଛି । ଆନୁଷ୍ଠାନିକ କାମ ସକାଶେ ଆଜିର ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ । ପରିବାରର ଛୋଟ କଥାକୁ ନେଇ ତର୍କ କରିବା ଠିକ୍‌ ହେବ ନାହିଁ । ଅତ୍ୟଧିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି । ଜୀବନସାଥୀଙ୍କ ସହିତ ସମୟ ଭଲରେ କଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ରାମଚଣ୍ତୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ପଡ଼ୋଶୀ କିମ୍ବା ବନ୍ଧୁଙ୍କ ହସ୍ତକ୍ଷେପରେ ପାରିବାରିକ ଶାନ୍ତି ଫେରି ଆସିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପକ ଫଳ ପ୍ରାପ୍ତି ହେବ କିନ୍ତୁ ସହକର୍ମୀଙ୍କ କାର୍ଯ୍ୟକଳାପକୁ ସନ୍ଦେହ ଚକ୍ଷୁରେ ଦେଖିବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ପ୍ରତ୍ୟୁଷ ଯାତ୍ରା କେତେକାଂଶରେ ମନକୁ ପ୍ରସନ୍ନ କରିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପରିସ୍ଥିତି ଯେତେ ଗମ୍ଭୀର ହେଉନା କାହିଁକି, ଆପଣଙ୍କର ମନୋବଳ ଖୁବ୍‌ ଟାଣ ରହିବ ଏବଂ ଆପଣ ନିଜ ଜିଦ୍‌ରେ ଅଟଳ ରହିବେ । ସଭାସମିତିରେ ଯୁକ୍ତିଯୁକ୍ତ ମନ୍ତବ୍ୟ ଦେଇ ସମସ୍ୟାକୁ ନିୟନ୍ତ୍ରଣାଧୀନ କରିନେବେ । ସମାଜର ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ସହ ସମ୍ପର୍କ ସ୍ଥାପନ ହେବା ଦ୍ଵାରା ସମାଜରେ ଆପଣଙ୍କ ପ୍ରତିପତ୍ତି, ମାନସମ୍ମାନ ବଢ଼ିବ । ଆର୍ଥିକ ନେଣଦେଣରେ ସତର୍କତା ଅବଲମ୍ବନ କରନ୍ତୁ । ଅତୀତ କଥାକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହିବ ନାହିଁ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ବୋଲି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାରେ ଗୌରବାନ୍ଵିତ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବିଗତ ଦିନର ପାରିବାରିକ ସମସ୍ୟାକୁ ନେଇ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ଅର୍ଥନୈତିକ, ସାହିତ୍ୟ, କ୍ରୀଡ଼ା ଓ ଆଇନ ଅଦାଲତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ବିରଜା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆଜି ଆପଣ ନିଜ ଉପରେ ଗର୍ବ ଅନୁଭବ କରିବେ । ସମସ୍ୟାକୁ ନିୟନ୍ତ୍ରଣ କରିବା ସକାଶେ ପ୍ରିୟ କଥା କହି ସମ୍ଭାଳିନେବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବ୍ୟବସାୟୀମାନେ ନାନା ପ୍ରକାର ଘାତପ୍ରତିଘାତର ସମ୍ମୁଖୀନ ହେଲେ ମଧ୍ୟ ମଧ୍ୟାହ୍ନରେ ସମସ୍ୟାକୁ ସୁଧାରିନେବେ । ଚାକିରି କରୁଇଥିବା ବ୍ୟକ୍ତି ବିଶେଷଙ୍କ ପଦୋନ୍ନତିର ଯୋଗ ରହିଛି । ଅତି ଆପଣାର ମନେ କରୁଥିବା ବନ୍ଧୁଟି ହଠାତ୍ ଅନ୍ୟମାନଙ୍କ ଦ୍ଵାରା ପ୍ରଭାବିତ ହୋଇ ଆପଣଙ୍କ ଶତ୍ରୁ ହୋଇପାରେ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବାର ସୁଯୋଗ ଜୁଟିବ । ପାରିବାରିକ ଅସ୍ଥିରତା ହେତୁ ବୃଦ୍ଧି ପାଇବା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ଯାତ୍ରା ସମୟରେ ଅସାବଧାନତା ହେତୁ ଜିନିଷ ପତ୍ର ଚୋରୀ ହେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭଦ୍ରକାଳୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ବିଗତ ଦିନର ସମସ୍ୟାର ସରଳ ସମାଧାନ ହେତୁ ମାନସିକ ସ୍ଥିରତା ଅବଶ୍ୟ ଆସିବ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାଧ୍ୟମ ଧାରଣର ରହିବ । ଅଫିସରେ କାର୍ଯ୍ୟଭାର ଅଧିକ ରହିଲେ ମଧ୍ୟ ସହକର୍ମୀଙ୍କ ସହଯୋଗରେ କାର୍ଯ୍ୟକୁ ତ୍ୱରାନ୍ୱିତ କରିନେବେ । କର୍ମଚାରୀଙ୍କ ଅସହଯୋଗ ଯୋଗୁଁ ନିର୍ମାଣଧୀନ କାର୍ଯ୍ୟ ଅଧାରେ ଅଟକିଜାଇପାରେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ଉଚ୍ଚ କତ୍ତୃପକ୍ଷଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ବନ୍ଧୁମେଳରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି । ପରିବାରର କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ବାବା ଭୋଳାନାଥ ।

Leave a Reply

Your email address will not be published. Required fields are marked *