17 ଜୁଲାଇ 2020, ଶୁକ୍ରବାର- ମାଆ ତାରିଣୀଙ୍କ ଆଶୀର୍ବାଦରୁ ଆଜି ଏହି ୫ଟି ରାଶିର ବ୍ୟକ୍ତି ଉନ୍ନତିର ଚରମ ଶିଖରରେ

17 ଜୁଲାଇ 2020, ଶୁକ୍ରବାର- ମାଆ ତାରିଣୀଙ୍କ ଆଶୀର୍ବାଦରୁ ଆଜି ଏହି ୫ଟି ରାଶିର ବ୍ୟକ୍ତି ଉନ୍ନତିର ଚରମ ଶିଖରରେ ପହଞ୍ଚିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଉଚ୍ଚାଧିକାରୀଙ୍କୁ ସାକ୍ଷାତ କରନ୍ତୁ; ଲାଭ ମିଳିବ । ଶୁକ୍ର ପ୍ରଭାବରେ ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ପାଇବା ଫଳରେ ମନୋବଳ ଆହୁରି ବଢିବ । କୌଣସି ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମନକୁ ବିଚଳିତ କରିପାରେ । ସାମୟିକ ସ୍ଵାସ୍ଥ୍ୟହାନି ସହ କର୍ମକ୍ଷେତ୍ରରେ ଆଂଶିକ ସଫଳତା ପାଇବେ । ପରିବାରରେ କଳହ ଲାଗିବାର ସୂଚନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଆପଣଙ୍କ ସକାରାତ୍ମକ ବିଚାରରେ ଲୋକେ ପ୍ରଭାବିତ ହେବେ । ଚତୁର୍ଥଚନ୍ଦ୍ର ଯୋଗୁଁ ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଥିଲେ, ସେହି ବ୍ୟକ୍ତି ହିଁ ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ । ତେଣୁ ଶତ୍ରୁତା କରୁଥିବା ବ୍ୟକ୍ତି ଓ ନିଜ ଆତ୍ମୀୟ ବନ୍ଧୁ ପ୍ରତି ସତର୍କ ରୁହନ୍ତୁ । କୌଣସି କାମରୁ ଯଥେଷ୍ଟ ଲାଭ ମିଳିବ । ଅର୍ଥ ସମ୍ପର୍କୀୟ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ମିଳିବ । ବୁଝାମଣା ନେଇ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆପଣ ନିଜର କାମକୁ ଠିକ୍‌ ଭାବେ ନିର୍ବାହ କରିବେ । ତୃତୀୟାଧିପ ବଳହୀନ ଯୋଗୁଁ ପୂର୍ବରୁ କଥା ଦେଇଥିବା ନିଜ ଲୋକମାନଙ୍କ ଉପରେ ଭରସା କରନ୍ତୁ ନାହିଁ । ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିବିଚାରି କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ନିଜର ବ୍ୟବହାର ଅର୍ଥାତ କଥାବାର୍ତ୍ତାରେ ସଂଯମତା ରଖନ୍ତୁ ଏବଂ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ; ଆପଣଙ୍କ ପାଇଁ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି କାମ ହାସଲ କରି ପାରିବେ । ପରିବାର ଭିତରେ କଳହ ଲାଗିପାରେ । ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜର ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ । ରାହୁ ଦ୍ୱାଦଶସ୍ଥ ଯୋଗୁ, ଅତୀତ ଘଟଣା ବିଷୟରେ ଚିନ୍ତା କରି ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ । ଚାକିରି କରୁଥିବା କର୍ମଜୀବିଙ୍କ ଉପରେ ବୋଝ ଉପରେ ଲଲିତା ବିଡା ଭଳି କାର୍ଯ୍ୟର ଚାପ ବଢିଯିବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହାଫଳରେ ଚିନ୍ତା ବୃଦ୍ଧି ପାଇବ । ପିଲାଙ୍କ ସ୍ଵାସ୍ଥ୍ୟହାନି ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ଘର କଥା ନେଇ ସ୍ତ୍ରୀଙ୍କ ସହ ଆଲୋଚନା କରିବେ, ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ଶାରଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । ଦ୍ୱାଦଶଭାବରେ ଶନି ଆପଣଙ୍କୁ କର୍ମଜଞ୍ଜାଳ ମଧ୍ୟରେ ଅନିଦ୍ରାଜନିତ କ୍ଳାନ୍ତି ଓ ଅବସନ୍ନ କରାଇପାରେ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫସି ପାରନ୍ତି । ସାମାଜିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି, ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । ସମସ୍ୟା ଲାଗି ରହିଥିଲେ ମଧ୍ୟ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଜୀବନରେ ସୁଖ ଓ ଶାନ୍ତି ଅନୁଭବ କରିବେ । ବାଦବିବାଦ ପରିସ୍ଥତିତରେ ମୁଣ୍ଡ ପୁରନ୍ତୁ ନାହିଁ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ମାଆ ଭୈରବୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ । ଶନିମଙ୍ଗଳ ସହଯୋଗରୁ ସ୍ଵାସ୍ଥ୍ୟ ଭଲ ଥିଲେ ମଧ୍ୟ କାମ ସମ୍ପନ୍ନ କରିବା କଷ୍ଟକର ହୋଇପଡିବ । କର୍ମକ୍ଷେତ୍ରରେ ସତର୍କ ଅବଲମ୍ବନ ନ କରିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଆର୍ଥିକ ସ୍ଥିତି ପୂର୍ବଭଳି ରହିଲେ ମଧ୍ୟ ଖର୍ଚ୍ଚର ପରିମାଣ ଅଧିକ ହେବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି । ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା ଯୋଗୁଁ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ନିଜ ଉପରେ ଆତ୍ମବିଶ୍ୱାସ ରଖନ୍ତୁ ମନରୁ ଦୁଶ୍ଚିନ୍ତା ବାହାର କରି ଦିଅନ୍ତୁ । ରାଶିରେ ରହୁର ଅବସ୍ଥାନ ଯୋଗୁଁ ଅର୍ଥ ହାନୀ, ସମଯରେ ସମାଜରେ ସମ୍ମାନ କ୍ଷୁର୍ଣ୍ଣ, କର୍ମକ୍ଷେତ୍ରରେ ଅପମାନିତ ହେବାର ସମ୍ଭାବନା ରହିଛି । ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଆପଣଙ୍କ ସ୍ଵଭବା ଓ ବ୍ୟବହାର ଲୋକଙ୍କୁ ଆକର୍ଷିତ କରିବ । କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟ ପାଇଁ କୈଫତ୍ ଦେବାକୁ ପଡିବ । ଆଲୋଚନା ବୈଠକରେ ନିରତ ସତ୍ୟ କଥା କହି ସମସ୍ତଙ୍କ ଶତ୍ରୁ ହେବେ । କଳା, ସାହିତ୍ୟ, ସଂସ୍କୃତି, ଆନୁଷ୍ଠାନିକ କାମରେ ଉନ୍ନତି କରିବେ । ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପାରନ୍ତି । ଅପରାହ୍ନ ସମୟରେ ଅର୍ଥ ହାନୀର ସମ୍ଭାବନା ରହିଛି । ସହଧର୍ମୀଙ୍କ ସହଯୋଗ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଭାଗ୍ୟର ସହଯୋଗ ମିଳିବ । ଶନିଙ୍କ ପ୍ରଭାବ ଯୋଗୁଁ କାମ ହାତକୁ ନେବେ, ତାହା ସଫଳତାର ସହ ସମ୍ପର୍ଣ୍ଣ କରିବେ । ଜଣେ ବିଜାତୀୟ ବ୍ୟକ୍ତିଙ୍କ ସାହାଯ୍ୟ, ସହଯୋଗ ବିଶେଷ ଫଳପ୍ରଦ ରହିବ । ଗତକାଲିର ଘରୋଇ ସମସ୍ୟାକୁ ନେଇ ମାନସିକ ସ୍ଥିତି ସମ୍ୟକ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅନ୍ୟର ବିବାଦୀୟ ଘଟଣାରେ ମୁଣ୍ଡ ପୁରାନ୍ତୁ ନାହିଁ । ପରିବାରରେ ପରିବେଶ ସୁସ୍ଥ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଆଜି ଆପଣଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଶୁକ୍ରଙ୍କ ଶୁଭପ୍ରଭାବରୁ ମନ ଖୁସୀ ରହିବ, ମନୋରଞ୍ଜନର ମଉକା ପାଇବେ ଏବଂ ପ୍ରିୟଜନଙ୍କ ସାନ୍ନିଧ୍ୟ ମଧ୍ୟ ମିଳିପାରେ । କଅଁଳ କଥା କହି ପରକୁ ମଧ୍ୟ ଆପଣାର କରିବାର ସୁଯୋଗ ହାତପାହାନ୍ତାକୁ ଆସିବ । କର୍ମକ୍ଷେତ୍ରର ସମସ୍ୟା ପରେ ପରେ ଦେଖାଦେଲେ ମଧ୍ୟ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ଶ୍ରୀଗଣେଶ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଆଜି ଆପଣ ଟିକେ ଭାବପ୍ରବଣ ହୋଇପାରନ୍ତି । ଶନି କ୍ଷେତ୍ରସ୍ଥ ରବି ହେତୁ କର୍ମ କ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନୀ ଦୁଶ୍ଚିନ୍ତାର କାରଣ ହେବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ହଜି ଯାଇଥିବା ଜିନିଷ, ଅଳଙ୍କାର, ଟଙ୍କା ପଇସା ଖୋଜ ଖବର ପାଇପାରରନ୍ତି । ଅଫିସରେ ସ୍ଥଗିତ କାର୍ଯ୍ୟକୁ ପୂରା କରିବାକୁ ଚେଷ୍ଟା କରିବେ । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ପରିବାରର ଆବଶ୍ୟକତାକୁ ଉପଲବ୍ଧତ୍କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଜଣେ ଅଜ୍ଞାତ କିମ୍ବା ମନ୍ଦ ବ୍ୟକ୍ତି ଆପଣଙ୍କୁ ପ୍ରତାରଣା କରିବାକୁ କିମ୍ବା ଠକିବାକୁ ଚେଷ୍ଟା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆଜି ଆପଣ ଯେଉଁ କାମ କରିବାକୁ ଚିନ୍ତା କରୁଛନ୍ତି ତାହା ସଂପୂର୍ଣ୍ଣ କରିବେ । ଧନସ୍ଥାନସ୍ଥ ଗ୍ରହ ପ୍ରଭାବରେ ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବ, ଯାହାଫଳରେ ମନ ପ୍ରଫୁଲ୍ଲ ରହିବ । ଆଜିର କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି । ତଥାପି କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ । ବ୍ୟବସାୟରୁ ଭଲ ଧନଲାଭ ହେବ କିନ୍ତୁ ବ୍ୟବସାୟକୁ କେନ୍ଦ୍ର କରି ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ । ସାମାଜିକ ସ୍ତରରେ ଦୃଢ଼ତା ହେତୁ ଦୃତୋନ୍ନତି ପରିଲକ୍ଷିତ ହେବ । ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ । ଆପଣ କୌଣସି ଗୁରୁତ୍ୱପୂର୍ଣ୍ଣ ସଭା ବା ବୈଠକରେ ପହଞ୍ଚିବାରେ ବିଳମ୍ବ କରିପାରନ୍ତି । ଆପଣ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ସ୍ୱାଦିଷ୍ଟ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ନିଜ ଉପରେ ଆତ୍ମା ବିଶ୍ୱାସ ରଖନ୍ତୁ । ଏକାଦଶସ୍ଥା ଚନ୍ଦ୍ର ଯୋଗୁଁ ଯେଉଁ କାମଟି ଦୀର୍ଘଦିନ ହେଲା ଅଟକି ରହିଥିଲା, ଆଜି ଆକସ୍ମିକ ଭାବରେ ସେହି କାର୍ଯ୍ୟଟି ସଂପୂର୍ଣ୍ଣ କରିପାରିବେ । ଆଜି ଅତ୍ୟଧିକ ଲାଭ ପାଇବେ କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ମଧ୍ୟ ଅଧିକ ହୋଇପାରେ । ବ୍ୟବସାୟରେ ନୂଆ ପ୍ରସ୍ତାବ ମିଳିବ । ବ୍ୟବସାୟ ନିମନ୍ତେ ରାଜ୍ୟ ବାହାରକୁ ଯାଇପାରନ୍ତି । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ଅଫିସରେ ଉଚ୍ଚ ପଦାଧିକାରୀଙ୍କ ସହ ସାକ୍ଷାତ ଯୋଗାଯୋଗ କରିବାକୁ ପଡିପାରେ ଏବଂ ନିଜର ଅଟକି ଥିବା କେତେକ କାର୍ଯ୍ୟ ପାଇଁ କୈଫତ୍ ଦେବାକୁ ପଡିବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ମନକୁ ବିଭ୍ରାନ୍ତ କରିଦେବ । ଗୁପ୍ତ ଶତ୍ରୁମାନେ ଆପଣଙ୍କ ପ୍ରତିଛବି ନଷ୍ଟ କରିବାକୁ ଚେଷ୍ଟା କରିପାରନ୍ତି । ପର କଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ । ଶୁଭରଙ୍ଗ: ଧୂସର । ଆରାଧନା: ହନୁମାନ ।

Leave a Reply

Your email address will not be published. Required fields are marked *