18 ଜୁଲାଇ 2020, ଶନିବାର- ଏହି ୩ଟି ରାଶିର ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ କୁପ୍ରଭାବ ପଡିବ । ସତର୍କତାର ସହ

18 ଜୁଲାଇ 2020, ଶନିବାର- ଏହି ୩ଟି ରାଶିର ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ କୁପ୍ରଭାବ ପଡିବ । ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ !

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ମନରେ ଆତ୍ମବିଶ୍ଵାସ ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚିୟ ପାଇବେ । ରାଶ୍ୟାଧିପ କର୍ମଭାବସ୍ଥ ଯୋଗୁଁ କର୍ମକ୍ଷେତ୍ରର ସନ୍ତୋଷଜନକ ସ୍ଥିତି ସାଙ୍ଗକୁ ପରିବାରର ସୁଖ ସମୃଦ୍ଧି ମନକୁ ଖୁସି ରଖିବ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଯଥା ବ୍ୟସ୍ତତା ପ୍ରକାଶ କରନ୍ତୁ ନାହିଁ । ଆନୁଷ୍ଠାନିକ କାମରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ ହାସଲ କରିବେ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସନ୍ତାନଙ୍କ ସମସ୍ୟା କିମ୍ବା ବିବାଦୀୟ ମନ୍ତବ୍ୟ ଦ୍ଵାରା କଳହକୁ ନିମନ୍ତ୍ରଣ କରିପାରନ୍ତି । ଆଜି ପ୍ରଭୁ ହନୁମାନଙ୍କ ନିକଟରେ ଘିଅ ଦୀପ ପ୍ରଜ୍ଜ୍ଵଳନ କରନ୍ତୁ, ସ୍ୱାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଆଜି ଆପଣଙ୍କ ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ । ପିତା ତଥା ବୟୋଜ୍ୟେଷ୍ଠଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ । କର୍ମକ୍ଷେତ୍ରର ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ ସମାଧାନ କରିବାରେ ଯତ୍ନବାନ୍‌ ହେବେ । ସାମାଜିକ ସ୍ତରରେ, ଶୁଭକାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ଯୋଗଦେଇ ପ୍ରଶଂସିତ ହୋଇପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବେ । ପରିବାରିକ ପ୍ରତିକୁଳ ପରିସ୍ଥିତି ଯୋଗୁଁ ଯୋଜନା ଗୁଡିକ ଠିକ୍ ଭାବରେ ସମ୍ପୂର୍ଣ୍ଣ ହେବନାହିଁ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡା ନିୟନ୍ତ୍ରଣ ମଧ୍ୟରେ ରହିବ । ଦୀନଦରିଦ୍ରଙ୍କୁ ବସ୍ତ୍ର ଦାନ କରନ୍ତୁ, ରିଷ୍ଟ ଖଣ୍ଡନ ହେବ । ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ଗାୟତ୍ରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ସକାରାତ୍ମକ ଭାବନାରେ ରହନ୍ତୁ । ଗୁରୁଦୃଷ୍ଟିରୁ ଯଦିଓ ଆପଣ ଲକ୍ଷ୍ୟ ହାସଲରେ କୃତକାର୍ଯ୍ୟ ହେବେ ତଥାପି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ସମସ୍ୟା ସୃଷ୍ଟି କରିବ । କର୍ମକ୍ଷେତ୍ରରେ ବାକ୍‌ଯୁଦ୍ଧ, କଥା କଟାକଟି ଜନନିତ ମତାନ୍ତରର ଆଶଙ୍କା ରହିଛି । ଆଲୋଚନା ପରିସରରେ ସାଧାରଣ କଥାରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ । ଅଫିସ୍‌ କର୍ମଜଞ୍ଜାଳ ମଧ୍ୟରେ ଛନ୍ଦି ହୋଇ ଅଣନିଶ୍ଵାସୀ ଅନୁଭବ କରିବେ । ସାମାଜିକ ସ୍ତରରେ ପାଖ ପଡୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ି ପାରନ୍ତି । ଜଣେ ବନ୍ଧୁଙ୍କ ଦ୍ୱାରା ଅଟକିଥିବା କାମ ପୂର୍ଣ୍ଣ କରିବେ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇପାରେ । ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ମନରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ । ଭାଗ୍ୟାଧିପ ରାଶ୍ୟାଧିପଙ୍କ ସହ କୋଣଭାବସ୍ଥ ଯୋଗୁଁ ଆପଣଙ୍କ ଇଚ୍ଛା, ଉଦ୍ଦେଶ୍ୟ ଓ ଅଭିଳାଷ ପୂରଣ ହେବାରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଦୈହିକ ଦୁର୍ବଳତା ଓ ମାନସିକ ଅସୁସ୍ଥତା ଯୋଗୁ ମନୋବଳ କମି ଯାଇପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକର ବାଧାବିଘ୍ନ ମଧ୍ୟ ଦେଇ ଗତି କରିବାକୁ ପଡିବ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଥଣ୍ଡା ଓ କାଶଜନିତ ସାମାନ୍ୟ ଅସୁସ୍ଥି ରହିପାରେ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଆଜି ଆପଣ ଅତ୍ୟଧିକ ସମ୍ବେଦନଶୀଳତା ରାହିବେ । ଘରର ମାମଲାକୁ କେନ୍ଦ୍ର କରି ମାନସିକ ଚିନ୍ତା ବୃଦ୍ଧି ପାଇପାରେ । ଆତ୍ମୀୟ ସ୍ଵଜନ ଓ ବନ୍ଧୁଙ୍କ ସହାୟତା ପାଇ ହାତକୁ ନେଇଥିବା କାର୍ଯ୍ୟ ସମ୍ପନ୍ନ କରିପାରିବେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳତା ପାଇପାରିବେ । ଆଲୋଚନା ପରିସରରେ ନିଷ୍ପତ୍ତି ନେବାରେ ପଛେଇ ଯିବେ । ସ୍ଵାସ୍ଥ୍ୟଗତ ସମସ୍ୟାର ସମାଧାନ ଲାଗି ବେଳ ଥାଉ ଥାଉ ସାବଧାନତା ଅବଲମ୍ବନ କରିବା ଭଲ ହେବ । ଆପଣ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଘରୋଇ ଖର୍ଚ୍ଚକୁ ମଧ୍ୟ ନିୟନ୍ତ୍ରଣରେ ରଖନ୍ତୁ । ପରିବାର ସଦସ୍ୟଙ୍କ ମଧ୍ୟ ପ୍ରେମ, ସଦ୍-ଭାବ ବଜାୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ; ଦିନଟି ସୁରୁଖୁରୁରେ କଟିଯିବ । ବହୁ ସମସ୍ୟା ମଧ୍ୟ ଦେଇ ଗତି କରିବାକୁ ପଡିବ । ଷଷ୍ଠାଧିପତି ଚନ୍ଦ୍ର ରାଶିରେ ଅବସ୍ଥାନ କରିଥିବା ଯୋଗୁଁ ଋଣ ପରିଶୋଧ କରିବା ସକାଶେ ଚିନ୍ତା କରିବେ । ପାରିବାରିକ ଶୃଙ୍ଖଳା ରକ୍ଷା କରିବବାକୁ ଯାଇ ବହୁିତ କଷ୍ଟ ସ୍ଵୀକାର କରିବାକୁ ପଡିବ । ଧୈର୍ଯ୍ୟହରା ପରିସ୍ଥିତିକୁ ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇ ପାରନ୍ତି । ଆର୍ଥିକ ସ୍ଥିତି ମାନ୍ଦା ରହିବା, ଜଣେ ବନ୍ଧୁଙ୍କ ସହାୟତାରୁ ଆର୍ଥିକ ସ୍ଥିତିରେ ସମ୍ୟକ ସୁଧାର ଆସିପାରେ । ଅନ୍ୟର କଥାକୁ ବିଶ୍ଵାସ କରିଲେ ନିଜେ ହିଁ ଅସୁବିଧାରେ ପଡିବେ । ମତନ୍ତର ଓ ଯୁକ୍ତିତର୍କ ମାଧ୍ୟମରେ ବିଜାତୀୟ ବ୍ୟକ୍ତିଙ୍କ ସହ କଳହ ଘଟିପାରେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୂର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଦିନଟି ଆପଣଙ୍କ ଲାଗି ଖଟା ମିଠା ରହିବ । ଶନି ନବମସ୍ଥ ଯୋଗୁଁ ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇପାରେ । ପୁରୁଣା କଥାକୁ ନେଇ ଟିକେ ଚିନ୍ତିତ ରହି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କୁ ନିଜ କାର୍ଯ୍ୟର କୈଫତ୍ ଦେବାକୁ ପଡିବ । ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସୀ ହୋଇପାରିବେ ନାହିଁ । ଯୁକ୍ତିତର୍କ, ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ବାକ୍‌ ଅସଂଯମତା ଯୋଗୁଁ ସମ୍ପର୍କ ବ୍ୟାହତ ସୃଷ୍ଟି ହୋଇପାରେ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ନେଇପାରନ୍ତି । ଶୁଭରଙ୍ଗ: ଧୂସର । ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ମନରେ ଅଜସ୍ର ଚିନ୍ତା ଲାଗି ରହିବ । କର୍ମକ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ କୌଣସି ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ସରକାରୀ କର୍ମଚାରୀଙ୍କ ଉପରେ କାର୍ଯ୍ୟଭାର ଅଧିକ ରହିବ ଓ ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ କରିବେ । ଆର୍ଥିକ କ୍ଷେତ୍ରରେ ସମ୍ୟକ ସୁଧାର ଆସିବ । ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ, କିନ୍ତୁ କିଛି ଅସୁବିଧା ହେବନାହିଁ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଭଲ ରହିଲେ ମଧ୍ୟ ଲାଭଦାୟକ ରହିବ, ବିଭିନ୍ନ୍ ପ୍ରକାରର ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିନପାରେ । ମଙ୍ଗଳ ଶୁଭଭାବରେ ରହିଥିବା ଯୋଗୁଁ କର୍ମକ୍ଷେତ୍ରରେ ବୀରତ୍ଵର ସହ ପ୍ରତ୍ୟେକ କାର୍ଯ୍ୟକୁ ସମ୍ପାଦନ କରିବେ । ଆପଣଙ୍କ କାର୍ଯ୍ୟରେ ଉଚ୍ଚାଧିକାରୀ ଓ ସହକର୍ମୀମାନେ ପ୍ରସନ୍ନ ରହିବେ । ଅଫିସର ଆଲୋଚନା ବୈଠକରେ ଯୁକ୍ତିଯୁକ୍ତ କଥା କହି ସମସ୍ତଙ୍କ ପ୍ରିୟ ପାତ୍ର ହୋଇପାରିବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅଯଥା ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ପାରିବାରିକ ସ୍ଥିତିରେ ସୁଦୃଢ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିମଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ମାନସିକ ଅସ୍ଥିରତା ଯୌଗ୍ନ ମନରେ ସରସତା ରହିବ ନାହିଁ । ଅନେକ ଦିନ ଧରି ଚାଲିଥିବା ପାରିବାରିକ ବିବାଦରୁ ସ୍ଥାୟୀ ସମାଧାନ ହେବ କିନ୍ତୁ ଆପଣଙ୍କୁ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ଦିନଟି କଟଇବାକୁ ପଡିପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୁର୍ବଳ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ଅପମାନିତ ହୋଇପାରନ୍ତି । ଦ୍ୱିଜା ନକ୍ଷତ୍ରର କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ । ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି । କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ଗ୍ରହ ସ୍ଥିତିର ପ୍ରତିକୂଳତା କାରଣରୁ ଆଜି ଯାହା କହିବେ କିମ୍ବା ଯାହା ସବୁ ଭାବିଚିନ୍ତି, ତାହା କାର୍ଯ୍ୟକାରୀ କରିବା କାଠିକର ପାଠ । ଋଣ ସୂତ୍ରରେ ଅର୍ଥଲାଭ କରିବେ । ମାନସିକ ଦୁଃଶ୍ଚିନ୍ତା ବଢ଼ିବ । କର୍ମକ୍ଷେତ୍ରରେ କର୍ମଚାରୀମାନେ ବିଭିନ୍ନ ପ୍ରକାର ବାଧାବିଘ୍ନ ଦେଇ ଗତି କରିବେ । ରାଜନୈତିକ ପରିସରରେ ଥିବା ବ୍ୟକ୍ତି ବିଶେଷମାନେ ସମାଜ ସେବାରେ ତତ୍ପର ହୋଇପାରନ୍ତି । ସ୍ତ୍ରୀଙ୍କ ସହ ଠିକରେ ବୁଝାମଣା ନ ହେବା କାରଣରୁ ମନରେ ଦୁଶ୍ଚିନ୍ତା ବଢ଼ିପାରେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଦିନଟି ଆପଣଙ୍କ ଲାଗି ଅନୁକୂଳ । ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ । ନିଜ ବ୍ୟବହାର ଦ୍ୱାରା ଅନ୍ୟକୁ ମୋହିତ କରିପାରିବେ । ଆପଣଙ୍କର ଆବଶ୍ୟକତାକୁ ପୂରା କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ବଜାୟ ରହିବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରାତାରିଣୀ ।

Leave a Reply

Your email address will not be published. Required fields are marked *