18 ଅକ୍ଟୋବର 2020, ରବିବାର- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ମିଳିବ ସଫଳତା । ଆର୍ଥିକ କ୍ଷେତ୍ରରେ

18 ଅକ୍ଟୋବର 2020, ରବିବାର- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ମିଳିବ ସଫଳତା । ଆର୍ଥିକ କ୍ଷେତ୍ରରେ ସୁଧାର ଆସିବା ସଙ୍ଗେ ସଙ୍ଗେ ସମାଜରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ଆଜି ଆମେ ଆପଣଙ୍କୁ ୧୮ ଅକ୍ଟୋବର ରବିବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଭଗବାନଙ୍କୁ ଆରୋଧନ କରନ୍ତୁ, ମନକୁ ଶାନ୍ତି ମିଳିବ । ରାଶିରେ ସପ୍ତମଭାବସ୍ଥ ଗ୍ରହମାନଙ୍କୁ ଶନି ଓ ମଙ୍ଗଳଙ୍କ ଦୃଷ୍ଟି ଅବଲୋକନ କରୁଥିବା ଯୋଗୁଁ ସ୍ତ୍ରୀଙ୍କ ସ୍ଵସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବା ସଙ୍ଗେ ସଙ୍ଗେ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରି ଚଳିବାକୁ ପଡିବ । ବାଣିଜ୍ୟ ଓ ବ୍ୟବସାୟରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ସ୍ଥିତି ଶୋଚନୀୟ ହୋଇପାରେ । ଏପରିକି ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ବୃଦ୍ଧି କରିବା ନିମନ୍ତେ ବନ୍ଧୁଙ୍କ ସହ ଆଲୋଚନା କରିବେ । ପରୋକ୍ଷ ଶତ୍ରୁତା ଯୋଗୁଁ ଅଫିସରେ ସହକର୍ମୀମାନେ ମନକୁ ବଧିଲା ଭଳି କଥା କହିବେ । ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ ଏହି ଭାବନା ନେଇ ଦୂରେଇ ଯିବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି । ପରିବାରରେ ପୁନଃ ଆନନ୍ଦ ଉଲ୍ଲାସର ବାତାବରଣ ଦେଖାଦେବ । ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସମଲେଶ୍ଵରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ । ଶୁକ୍ରଙ୍କ ସହ ଶନିଙ୍କ ଷଡାଷ୍ଟକ ସ୍ଥିତି ଯୋଗୁଁ ବିଳମ୍ବିତ ସମୟରେ କାର୍ଯ୍ୟ ହାସଲ ହେବ । କର୍ମକ୍ଷେତ୍ରରେ ନିଜର ଯୋଜନାମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କିନ୍ତୁ କୌଣସି ନୂତନ କର୍ମାରମ୍ଭ କରିବା ସକାଶେ ମନ ବଳାଇବେ, ଯାହା ସମସ୍ୟା ବହୁଳ ହୋଇପାରେ । ଅଫିସରେ ସହକର୍ମୀଙ୍କ ଅସହଯୋଗ ମନୋବୃତ୍ତି ଯୋଗୁଁ ମନରେ ସରସତା ରହିବ ନାହିଁ । ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ଡାକି ଆଣିପାରନ୍ତି । ପରିବାର ଭିତରେ ସମସ୍ୟା ଦେଇ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ଧନାଧିପତିଙ୍କ ଶୁଭତ୍ୱ ପ୍ରଭାବରୁ ଆର୍ଥିକ ସ୍ଥିତିରେ ଉନ୍ନତି କରିବେ ଓ ଲାଗିରହିଥିବା ଆର୍ଥିକ ସମସ୍ୟାର ସମାଧନ ହୋଇଯିବ । ମିଠା କଥା କହି ସ୍ଥଗିତ ଥିବା କାମଗୁଡିକ ସହଜରେ କରିନେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । କିନ୍ତୁ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁଁ ବିବାଦୀୟ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ । ସଂନ୍ଧ୍ୟା ସମୟରେ ସାଧାରଣ କଥାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପରିସ୍ଥିତ ଓ ପରିଣାମକୁ ଆଖି ଆଗରେ ରଖି କାମ କରିଚାଲିଲେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । ରବିଙ୍କ ଦୁର୍ବଳତା କାରଣରୁ ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଅର୍ଥ ଅଭାବରୁ କାମଟି ସମ୍ପୂର୍ଣ୍ଣ ହେବ ନାହିଁ । ବନ୍ଧୁ ଓ ସହକର୍ମୀଙ୍କ ମାଧ୍ୟମରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ । ପ୍ରତିବନ୍ଧକ ଲାଗି ରହିବା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସମାଜିକ ଜନକଲ୍ୟାଣ କାର୍ଯ୍ୟରେ ସହଭାଗିତା କରିପାରନ୍ତି । ପରକଥାରେ ପଡି ଭୁଲ୍‍ ମାର୍ଗର ଅନୁସରଣ କରିଲେ, ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ଶାରୀରିକ ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତା ପ୍ରକଟ କରିପାରନ୍ତି । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଇଷ୍ଟଦେବୀଙ୍କୁ ଆରୋଧନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ତୃତୀୟଭାବକୁ ମଙ୍ଗଳ ଦେଖୁଥିବାରୁ ସମସ୍ୟାର ସମାଧାନ କରିବାର ଧୈର୍ଯ୍ୟ ଓ ସାହସ ମନରେ ଅକ୍ଷୁଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ନିଜର ପଦମର୍ଯ୍ୟାଦାକୁ ବଜାୟ ରହିପାରିବେ । ବ୍ୟବସାୟ ଓ ବାଣିଜ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ । ଆକସ୍ମିକ ଭାବରେ ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ । ଅଫିସରେ ସୁସ୍ଥ ବାତାବରଣ ରହିଲେ ମଧ୍ୟ ପୁରୁଣା ବିବାଦକୁ କେନ୍ଦ୍ର କରି କେତେକ ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ଆର୍ଥିକ ନେଣଦେଣକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନୀର କାରଣ ହୋଇପାରେ । ସାମୟିକ ପାରିବାରିକ ଅସ୍ଥିରତା କର୍ମକ୍ଷେତ୍ରର ଗତିକୁ ମନ୍ଥର କରିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆପଣଙ୍କ ବିଚାର ସକାରାତ୍ମକ ରହିବ । କର୍ମଭାବରେ ଗ୍ରହଯୋଗ ପ୍ରଭାବରୁ ଦୈହିକ ସ୍ଵାସ୍ଥ୍ୟରେ ଉନ୍ନତିକରିବେ ଓ କର୍ମକ୍ଷେତ୍ରରେ କାର୍ଯ୍ୟପ୍ରତି ମନରେ ଆଗ୍ରହ ଜନ୍ମିବ । ବନ୍ଧୁଙ୍କ ସାହାଯ୍ୟରୁ ଦୀର୍ଘଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିଯିବ । ଅଫିସରେ ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା କରିବେ ଓ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନିତ ହେବେ । ବ୍ୟବସାୟ ବାଣିଜ୍ୟରେ ବିଭିନ୍ନ ପ୍ରକାର ସମସ୍ୟା ଦେଲେ ମଧ୍ୟ ମଧ୍ୟାହ୍ନ ସୁଦ୍ଧା ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ପାଇବେ । କଥାବାର୍ତ୍ତାରେ ସଂଯମତା ଆଚରଣ ନ କଲେ ଅସୁବିଧାର ସମ୍ମୁଖୀନ ହୋଇଇପାରନ୍ତି । ପାରିବାରିକ ସମର୍ଥନ ହାସଲ କରିବା କାରଣରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଦୁର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ । କର୍ମାଧିପ ରାଶିରେ ଅବସ୍ଥାନ କରିଥିବା ଯୋଗୁଁ ଅର୍ଥନୈତିକ ପ୍ରଗତିର ଅବଶ୍ୟମ୍ଭାବୀ କିନ୍ତୁ କର୍ମ ଜଞ୍ଜାଳର ଚାପରେ ଅତିଷ୍ଠ ମଧ୍ୟ ହୋଇପାରନ୍ତି । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ । ଅଫିସରେ ଅଧିକାରୀଙ୍କ ସହଯୋଗ ପ୍ରାପ୍ତ ହେବ । ଚାକିରିରେ ପଦୋନ୍ନତିର ଯୋଗ ରହିଛି । ସଭାସମିତିରେ ଯୋଗଦାନ ଦେଇ ପ୍ରଶଂସା ହେବେ ଏବଂ ମନୋରନଞ୍ଜ କାର୍ଯ୍ୟକ୍ରମରେ ଲିପ୍ତ ରହିପାରନ୍ତି । ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କରିବେ ଏବଂ ସଫଳ ମଧ୍ୟ ହେବେ । ସ୍ଵାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ମନରେ ନକରାତ୍ମକ ଚିନ୍ତାଧାରା ଯୋଗୁଁ ବନ୍ଧୁ ଓ ପରିବାର ମଧ୍ୟରେ ସମସ୍ୟା ଉପୁଜିପରେ । ରାଶିରେ କେତୁ ଗ୍ରହର ଅବସ୍ଥାନ ଯୋଗୁଁ ଯେକୌଣସି କାର୍ଯ୍ୟ କରନ୍ତୁ ନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଲାଗି ରହିବ । ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ମନମୁଖି ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିପାରେ । ବନ୍ଧୁମିଳନ, ନୂତନ ସମ୍ପର୍କ, ପ୍ରୀତିପ୍ରଦ ଆଲୋଚନା କରିବାର ସୁଯୋଗ ପାଇପାରନ୍ତି । ସମାଜର ସମ୍ମାନିତ ବ୍ୟକ୍ତିଙ୍କ ଠାରୁ ସାନ୍ନିଧ୍ୟ ପ୍ରାପ୍ତ କରିବେ । ଅପରାହ୍ନରେ ଅର୍ଥନୈତିକ ଉନ୍ନତି, ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ଯୋଗୁଁ ମନ ଖୁସି ରହିବ । କିନ୍ତୁ ପରୋକ୍ଷ ଶତ୍ରୁତା, ଶାରୀରିକ ଅସୁସ୍ଥତା, ପୁରାତନ ରୋଗର ପୀଡ଼ା ଓ ପାରିବାରିକ ମତାନ୍ତରଜନିତ ସାମୟିକ ଚିନ୍ତିତ ରହିବେ । ପାରିବାରିକ ଜୀବନ ସୁଖଦମୟ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ବିଗତ ଦିନର କୌଣସି ଘଟଣାକୁ କେନ୍ଦ୍ରକରି ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ଦ୍ୱିତୀୟସ୍ଥ ଶନି ହେତୁ ନିଜ ନିଜର ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ସ୍ଥିତି ଶୋଚନୀୟ ରହିବ । ବନ୍ଧୁ ଓ ସହକର୍ମୀଙ୍କ ସହଯୋଗରୁ ଅର୍ଥ ପ୍ରାପ୍ତ କରିବେ । ଅଫିସରେ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟଚାପ ଅଧିକ ରହିବ । ଛୋଟ ଛୋଟ କାମକୁ ବୁଝି ବିଚାରି ନ କଲେ ଦ୍ଵନ୍ଦରେ ପଡିବେ । ଆଲୋଚନା ପରିସରରେ, ସଭାରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ଅପଦସ୍ଥ ହେବାକୁ ପଡିପାରେ । ସହଧର୍ମୀଙ୍କ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିଲେ ମଧ୍ୟ ମନ ଉଦାସ ରହିବ । ରାଶିରେ ବକ୍ରୀ ମଙ୍ଗଳଙ୍କ ସ୍ଥିତି ଯୋଗୁଁ କୌଣସି ବନ୍ଧୁ କିମ୍ବା ଆତ୍ମୀୟଙ୍କ ବିବାଦୀୟ ପରିସ୍ଥିତିରେ ଚିହ୍ନା ପଢି ଅଯଥାରେ ଅପଦସ୍ଥ ହେବେ । ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ । କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ସଜାଡି ନେବାର ପ୍ରୟାସ କରି ନିଶ୍ଚିତ ସଫଳତା ପାଇବେ । ଉତେଜନାପୂର୍ଣ୍ଣ ବାତାବରଣ ମଧ୍ୟରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକିଯାଇପାରେ । ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିଯିବାରୁ ବ୍ୟସ୍ତ ହୋଇପାରନ୍ତି । ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମନରେ ସକାରାତ୍ମକ ଚିନ୍ତା ଧାରା ବଜାୟ ରହିବା । ପାପଗ୍ରହ ମଧ୍ୟସ୍ଥ କର୍ମାଧିପଙ୍କ ଯୋଗୁଁ ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ଲକ୍ଷ୍ୟ ପୂରଣ ଦିଗରେ କାମ କରିବେ । କର୍ମକ୍ଷେତ୍ରରେ ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ଯୋଗୁଁ ମନ ବିଭ୍ରାନ୍ତ ରହିବ ଏବଂ କର୍ମକ୍ଷେତ୍ରରେ କେତେକ ସ୍ଥଳରେ ଓଲଟା ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିକ କାମ କରି ପ୍ରଶଂସିତ ହେବେ । ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀମାନଙ୍କ ସହ ଉଚ୍ଚବଚ୍ଚା ଦେଖାଦେଇପାରେ । ନିଜ ପରିସରରେ ନିଜର ଲୋକମାନଙ୍କ କାର୍ଯ୍ୟକଳାପ ଓ ବ୍ୟବହାର ମନକୁ ଅସନ୍ତୁଷ୍ଟ କରିବେ, ଯାହାଫଳରେ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଧୈର୍ଯ୍ୟ ଧରି କାମ କରନ୍ତୁ; ସଫଳ ନିଶ୍ଚୟ ହେବେ । ଅଷ୍ଟମସ୍ଥ ଚନ୍ଦ୍ର ଯୋଗୁଁ ମନରେ ବିଭିନ୍ନ ପ୍ରକାର ଚିନ୍ତା ଲାଗିରହିବ, ଯାହାଫଳରେ ମାନସିକ ସ୍ତରରେ ଅସ୍ଥିରତା ସୃଷ୍ଟି ହେବ । ପାରିବାରିକ ଅଶାନ୍ତି ଓ ସ୍ଵସ୍ଥ୍ୟାବସ୍ଥାରେ ଅବନତି, ଅର୍ଥନୈତିକ ଅବରୋଧର କାରଣ ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗ ଭିତିରେ କାମ କରିଲେ ଉପକୃତ ମିଳିବ । ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ଆଜିର ବ୍ୟବସାୟ, ବନ୍ଧୁଙ୍କ ସହ ବାର୍ତ୍ତାଳାପ ଓ ପ୍ରଶାସନିକ ଆଲୋଚନାରେ ସମସ୍ୟା ମୁକ୍ତ ରହିବ । କୌଣସି କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

Be the first to comment

Leave a Reply

Your email address will not be published.


*