18 ନଭେମ୍ବର 2020, ବୁଧବାର- ଶୁକ୍ର କରିବ ତୁଳା ରାଶିରେ ପ୍ରବେଶ । ୬ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଯଥେଷ୍ଟ

18 ନଭେମ୍ବର 2020, ବୁଧବାର- ଶୁକ୍ର କରିବ ତୁଳା ରାଶିରେ ପ୍ରବେଶ । ୬ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଯଥେଷ୍ଟ ଫାଇଦା । ସ୍ଥଗିତ କାର୍ଯ୍ୟ ପୂରଣ କରିବା ସଙ୍ଗେ ସଙ୍ଗେ କର୍ମକ୍ଷେତ୍ରରେ ବୀରଙ୍କ ଭଳି ସମସ୍ୟାର ସମାଧାନ କରିବେ ।

ଆଜି ଆମେ ଆପଣଙ୍କୁ ୧୮ ନଭେମ୍ବର ବୁଧବାର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଭଗବାନଙ୍କୁ ସ୍ମରଣ କରନ୍ତୁ, ମନକୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ଅନୁକୂଳ ସ୍ଥିତି ସୃଷ୍ଟି ହେବ । କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ । କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭ କରିବେ । କୌଣସି କ୍ଷେତ୍ରରେ ତରବାରିଆ ନିଷ୍ପତ୍ତି ନିଅନ୍ତୁ ନାହିଁ । ଆଶା ପୂରଣ ହେବାରେ ଜଣେ ବନ୍ଧଙ୍କ ସାହାଯ୍ୟ ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଅଫିସରେ ସହକର୍ମୀଙ୍କ ଠାରୁ ଆରମ୍ଭ କରି ଉଚ୍ଚାଧିକାରୀ ପର୍ଯ୍ୟନ୍ତ ସମସ୍ତଙ୍କ ପ୍ରିୟର ପାତ୍ର ହେବେ । ଶାରୀରିକ ସ୍ୱାସ୍ଥ୍ୟ ଦୃଷ୍ଟିକୋଣରୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ଦାମ୍ପତ୍ୟ ଜୀବନରେ ଶାନ୍ତି ଏବଂ ସୁଖ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଗୌରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ନିଜ ଉପରେ ବିଶ୍ଵାସ ରଖନ୍ତୁ । ଅନ୍ୟମାନଙ୍କୁ ପ୍ରଭାବିତ କରି କାମ ହାସଲ କରିବାରେ ସମର୍ଥ ହେବେ । ଯେତେ ଭଲ କାମ କରିଲେ ମଧ୍ୟ ସମାଲୋଚନାର ପାତ୍ର ହୋଇପାରନ୍ତି । ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସମ୍ପନ୍ନ କରିବାରେ ବନ୍ଧୁ ଜଣେ ସାହାଯ୍ୟ କରିବେ । ଆଜି ଅଫିସରେ ଆପଣଙ୍କୁ ଏକ ନୂତନ ଦାୟିତ୍ଵ ମିଳିପାରେ ଏବଂ ଅଫିସରେ ଦୀର୍ଘ ଦିନରୁ ସ୍ଥଗିତ ଥିବା କାର୍ଯ୍ୟକୁ ସହକର୍ମୀଙ୍କ ସାହାଯ୍ୟ ସହଯୋଗରେ ସଂପୂର୍ଣ୍ଣ କରିପାରିବେ । ସାମାଜିକ କ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବାରେ ବିଶିଷ୍ଟ ବ୍ୟକ୍ତିମାନେ ସହାୟତା କରିପାରନ୍ତି । ଅଯଥାରେ ବିବାଦୀୟ ପରିସ୍ଥିତି ଉପୁଜିପାରେ, ତେଣୁ ସତର୍କତା ଅବଲମ୍ବନ କରନ୍ତୁ । ପରିବାରରେ କିଛି ଅଭାବ ଅସୁବିଧା ନଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ । ପରିବାରରେ ପିଲାମାନଙ୍କ ଭବିଷଷ୍ୟତ ଓ ପାଠପଢାକୁ ନେଇ ଚିନ୍ତିତ ରହିବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ରାମଚଣ୍ତୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଭଗବାନଙ୍କୁ ଆରୋଧନ କରନ୍ତୁ, ମନକୁ ଶାନ୍ତ ମିଳିବ । ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ନିମନ୍ତେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବ୍ୟବସାୟ, ବାଣିଜ୍ୟ, ପରିବହନ ଓ ନିର୍ମାଣ ପ୍ରଭୃତିରୁ କ୍ଷେତ୍ରରୁ ବେଶ୍ ଲାଭବାନ୍‌ ହେବେ । ଅଫିସ କାର୍ଯ୍ୟାଳୟରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି । କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବ । ପାରିବାର ସଦସ୍ୟଙ୍କ ସହିତ ଏକତ୍ର ବସି ଭବିଷ୍ୟତର ମାଙ୍ଗଳିକ କାର୍ଯ୍ୟ ବିଷୟରେ ଆଲୋଚନ କରିବେ । ଗୃହ ସଜ୍ଜାରେ ମନୋନିବେଶ କରିବା ସଙ୍ଗକୁ କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ଯାତ୍ରା ସମୟରେ କୌଣସି ଭୁଲ୍‌ କାମ କରି ଅନୁତାପ କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଭୁଲ୍‌ ବୁଝାମଣାବଶତଃ ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ସ୍ୱାସ୍ଥ୍ୟ ସମସ୍ୟାରେ ସୁଧୁର ଆସିବା ଯୋଗୁଁ ମନକୁ ସମ୍ୟକ ଆଶ୍ଵସ୍ତି ମିଳିବ । କର୍ମକ୍ଷେତ୍ରରେ କେତେକ ସଂକଟଜନକ ସ୍ଥିତିର ସମ୍ମୁଖୀନ ହୋଇ ବନ୍ଧୁଙ୍କ ସାହାଯ୍ୟ ଲୋଡିବେ । ବ୍ୟବସାୟରେ ଉତ୍ଥାନ-ପତ୍ତନ ଲାଗିରହିବ । ବିଭିନ୍ନ ଉପାୟରେ ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟିତ ହେବେ । କିନ୍ତୁ ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ସହଯୋଗ ମିଳିବ । ସାମାଜିକ ସ୍ତରରେ ଖଳ ପ୍ରକୃତିର ଲୋକେ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନରେ କଳହ କରିପାରନ୍ତି । ପାରିବାରିକ ଖର୍ଚ୍ଚ ବୃଦ୍ଧି ଓ ପରୋକ୍ଷ ଶତ୍ରୁତା ଯୋଗୁଁ ମନରେ ସରସତା ରହିବ ନାହିଁ । ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାର୍ଯ୍ୟ ସିଦ୍ଧି ପାଇଁ ଚେଷ୍ଟା କରିବେ । ପରିବାରର ସ୍ନେହ ଓ ଜୀବନସାଥୀଙ୍କ ସୁଖ ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଚର୍ଚିକା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ମନରେ ଆତ୍ମବିଶ୍ଵାସ ବୁଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ କାମ କରିବା ସକାଶେ ଉତ୍ସାହିତ ହେବେ ଓ ସଫଳତା ମଧ୍ୟ ପାଇବେ । ପୂର୍ବରୁ ପ୍ରସ୍ତୁତ କରିଥିବା ଯୋଜନାକୁ କାର୍ଯ୍ୟକାରୀ କରିବା ନିମନ୍ତେ ମନସ୍ଥ କରିବେ । ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗର ଅଭାବ ରହିବ ନାହିଁ । ବ୍ୟବସାୟ, ବାଣିଜ୍ୟରେ ଆଶାତୀତ ଉନ୍ନତି କରିବେ । ଅଫିସରେ ସମସ୍ତଙ୍କ ସହ ତାଳମେଳ ଭଲ ରହିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କଠାରୁ କିଛି ବିବାଦୀୟ ମନ୍ତବ୍ୟ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ । ବକେୟା ଅର୍ଥ ଆଦାୟ କରିବାରେ ସମର୍ଥ ହେବେ । ଦେହ ଭଲ ନ ରହିବା କାରଣରୁ ନିରୁତ୍ସାହିତ ରହିବେ । ପାରିବାରିକ ସମସ୍ୟା ଆଜିର ମୁଖ୍ୟ ଦୁଶ୍ଚିନ୍ତାର କାରଣ ହେବ । ଅପରାହ୍ନରେ ବନ୍ଧୁ ମିଳନରୁ ଖୁସୀ ହେବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ସମଲେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ସବୁ ସୁବିଧା ଥିଲେ ମଧ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବାରୁ ମନ ଭଲ ରହିବ ନାହିଁ । ସହଜରେ ମୁଣ୍ଡ ନୁଆଁଇବାକୁ ପସନ୍ଦ ନ କଲେ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । କର୍ମକ୍ଷେତ୍ରରୁ ଅଚାନକ ଶୁଭ ଖବର ଶୁଣି ପାରନ୍ତି । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରାଇପାରନ୍ତି ଓ ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାଗାନ କରିପାରେ । ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ଲଢିଲେ ସମର୍ଥନ ପାଇବେ ନାହିଁ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଯେଉଁ ସମସ୍ୟା ରହିଛି ହଠାତ୍‌ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢି ଯାଇପାରେ । ବିଭିନ୍ନ ପ୍ରକାରର ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବରେ ଗ୍ରହଣ କରିବା ଆପଣଙ୍କ ପାଇଁ ଅସୁବିଧା ସୃଷ୍ଟି କରିପାରେ । କର୍ମକ୍ଷେତ୍ରରେ କିଛି ନୂତନ କାମ କରିବା ସକାଶେ ଚିନ୍ତା କରିପାରନ୍ତିି । ବ୍ୟବସାୟ, ପରିବହନ, ବାଣିଜ୍ୟ ଓ ନିର୍ମାଣାଦି କ୍ଷେତ୍ରରେ ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିପାରିବେ । ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବା ସଙ୍ଗେ ସଙ୍ଗେ ଉଚ୍ଚାଧିକାରୀଙ୍କ ସାନ୍ନିଧ୍ୟରୁ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇପାରିବ । ସମାଜରେ ମାନ-ସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିବାଦୀୟ ପରିସରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବାରେ ସମର୍ଥ ହେବେ । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ବିରଜା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଧ୍ୟାତ୍ମିକ ଭାବନାରେ ଉଦ୍-ବୃଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ମଙ୍ଗଳଗ୍ରହ ଧାତ୍ମିକ ରାଶିରେ ଥିବାରୁ ଆଜି କୌଣସି ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ । ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିବା ପାଇଁ ଚିନ୍ତା କରିବେ । କାର୍ଯ୍ୟରେ ଅବହେଳା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ ଓ ଅନ୍ୟମାନଙ୍କ ଠାରୁ କଟୁକ୍ତି ଶୁଣିବାକୁ ପଡିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଖର୍ଚ୍ଚର ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ଖୁସି ହେବେ । ପାରିବାରିକ ପ୍ରତିରୋଧ ଅଧିକାଂଶ ସମୟ କାମକୁ ବିଶୃଙ୍ଖଳିତ କରିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନୁକୂଳ ପରିବେଶ ଓ ପରିସ୍ଥିତି ସୃଷ୍ଟି ହେବ । ଦୀର୍ଘ ଦିନର ଅପୂରଣୀୟ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଅଫିସ କାମ ଗୁଡିକ ସ୍ଥଗିତ ରହିବା କାରଣରୁ, ଉଚ୍ଚ ଅଧିକାରୀ ଆପଣଙ୍କ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ନିଜ ଆତ୍ମୀୟ ଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଜାତ ହେବ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଦ୍ୱାରା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇପାରିବ । ସ୍ୱାସ୍ଥ୍ୟ ସମସ୍ୟା ବହୁଳାଂଶରେ ସୁଧୁରି ଯିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ବ୍ରାଉନ୍ । ଆରାଧନା: ଶ୍ରୀଗଣେଶ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ମନ ପ୍ରାୟତଃ ଏକ ପ୍ରକାର ଭଲ ରହିବ ଏବଂ ଅର୍ଥ ପ୍ରାପ୍ତିର ଆଶାକୁ ଚରିତାର୍ଥ କରିବାର ଚେଷ୍ଟା କରିପାରନ୍ତି । ସ୍ଵାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଭୁଲ୍ ବୁଝାମଣା ଯୋଗୁଁ ସମ୍ପର୍କ ହାନୀ ହୋଇପାରେ । ବାଣିଜ୍ୟ ଓ ବ୍ୟବସାୟିକ କ୍ଷେତ୍ର ମନୋବାଞ୍ଛିତ ଫଳ ପାଇବେ । ଅଫିସରେ ବାତାବରଣ ସୁସ୍ଥ ରହିବା ସଙ୍ଗେ ସଙ୍ଗେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ । ସଭାସମିତିରେ ଯୋଗ ଦେଇପାରନ୍ତି । ପରିବହନ, ଏଜେନ୍ସିପ୍‌, କଚେରି ମାମଲାରେ ସୁଫଳ ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ କରିପାରିବେ ଓ ଆୟର ସ୍ରୋତ ମଧ୍ୟ ବୃଦ୍ଧି ପାଇବ । ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ମଧ୍ୟରେ ଛନ୍ଦି ହୋଇପାରନ୍ତି । ମିତ୍ରଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ପୁରାତନ ରୋଗର ପାଦୁର୍ଭାବ ବୃଦ୍ଧି ଯୋଗୁଁ ମନୋବଳ ହ୍ରାସ ପାଇବ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ପ୍ରତ୍ୟେକ ସ୍ଥଳରେ ଭାବିଚିନ୍ତି କାର୍ଯ୍ୟ କରନ୍ତୁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ଆପଣଙ୍କର କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମକୁ ଛାଡି ପାରିବେ ନାହିଁ କିନ୍ତୁ ଆପଣଙ୍କ ସାହସ ଯୋଗୁଁ ଅବଶ୍ୟ କେତେକାଂଶରେ ଉପକୃତ ହେବେ । ଗୋପନରେ ଶତ୍ରୁତା କରୁଥିବା କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇବା ପାଇଁ ଆପ୍ରାଣ ଉଦ୍ୟମ କରିବେ । ବାଣିଜ୍ୟ, ବ୍ୟବସାୟରେ ଶିଥିଳତା ଦେଖାଦେବ । ଆର୍ଥିକ ଅବସ୍ଥା ମାନ୍ଦା ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁମାନଙ୍କ ସହ ଆଲୋଚନାରେ ଅଧିକ ସମୟ ବିତିବ । ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବା ସହ ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଗୁପ୍ତେଶ୍ଵର ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ସବୁ ପ୍ରକାରର ସୁବିଧା ସୁଯୋଗ ପାଇ ଖୁସୀ ହେବେ । କେତେକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିବେ ଯାହାଫଳ ମନକୁ ଆଶ୍ୱସ୍ତି ମିଳିବ । ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିି ନେବାକୁ ପଡିପାରେ । ପରିସ୍ଥିତି ବଶତଃ ଅଧସ୍ତନ କର୍ମଚାରୀ କିମ୍ବା ସହକର୍ମୀଙ୍କୁ କଟୁକଥା ପ୍ରୟୋଗ କରି ସୁସମ୍ପର୍କ ହରାଇବେ । ରାଜନୀତି, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବା । ପାଖ ପଡୋଶୀ କିମ୍ବା ଆତ୍ମୀୟମାନଙ୍କ ଠାରୁ ସହାୟତା ପାଇବେ । ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଗୁପ୍ତେଶ୍ଵର ।

Be the first to comment

Leave a Reply

Your email address will not be published.


*