19 ନଭେମ୍ବର 2020, ଗୁରୁବାର- ଆଜି ୪ଟି ରାଶିର ବ୍ୟକ୍ତି ସୁଖଶାନ୍ତିରେ ଜୀବନ ଅତିବାହିତ କରିବେ । କର୍ମକ୍ଷେତ୍ରରେ

19 ନଭେମ୍ବର 2020, ଗୁରୁବାର- ଆଜି ୪ଟି ରାଶିର ବ୍ୟକ୍ତି ସୁଖଶାନ୍ତିରେ ଜୀବନ ଅତିବାହିତ କରିବେ । କର୍ମକ୍ଷେତ୍ରରେ ମନୋବାଞ୍ଛିତ ଫଳ ପ୍ରାପ୍ତ କରିବେ ।

ଆଜି ଆମେ ଆପଣଙ୍କୁ ୧୯ ନଭେମ୍ବର ବୁଧବାର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢ଼ିପାରେ । ବ୍ୟବସାୟ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ବୈଠକ ହେବ । ଅଫିସରେ ଆପଣଙ୍କୁ ସମସ୍ତଙ୍କର ସହଯୋଗ ମିଳିବ । କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । କଳା, ସାହିତ୍ୟ, ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସୁଫଳ ପାଇବେ । କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ । ହଠାତ୍‌ ବାହାରକୁ ଯିବା ସମୟରେ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ । ପ୍ରେମ ସମ୍ବନ୍ଧରେ ଗଭୀରତା ବଢ଼ିବ । ଶୁଭରଙ୍ଗ: ଧଳା । ବାବା ଗୁପ୍ତେଶ୍ଵର ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । କାମକୁ ନେଇ ଉଚ୍ଚ ଅଧିକାରୀ ଆପଣଙ୍କ ଉପରେ ନାରାଜ ହୋଇପାରନ୍ତି । ସାମାଜିକ କ୍ଷେତ୍ର କିମ୍ବା ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଆର୍ଥିକଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢ଼ିପାରେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

କୌଣସି କାର୍ଯ୍ୟ ଆରମ୍ଭ କରିବା ପାଇଁ ଦିନଟି ଶୁଭଦାୟକ ରହିବ । ପାରିବାରିକ ସ୍ଥିତି ସାଙ୍ଗକୁ ବ୍ୟବସାୟିକ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବ । ଯୋଜନା ଅନୁଯାୟୀ କାମ ଠିକ୍‌ ଠିକ୍‌ ସମ୍ପାଦନ ହୋଇଯିବ । ତଥାପି କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ । ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଶାରୀରିକ ସୁସ୍ଥତା ରହିନପାରେ । ଶୁଭରଙ୍ଗ: ଲାଲ୍ । ଆରାଧନା: ସନ୍ତୋଷୀମାତା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି । ପ୍ରତ୍ୟେକ କ୍ଷେତ୍ର ଓ କାର୍ଯ୍ୟ ଦ୍ୱନ୍ଦ୍ୱାତ୍ମକ ସ୍ଥିତିର ସମ୍ମୁଖୀନ କରିବେ । ତେଣୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ସମ୍ୟକ୍ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଅସନ୍ତୁଷ୍ଟ ହୋଇପାରନ୍ତି । ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି । ଜୀବନ ସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ସାଙ୍ଗ ଓ ପରିବାର ସହିତ କଟିବ । ଭଲ ଲୋକଙ୍କ ସହାୟତାରେ ଧନ ଲାଭ ଯୋଗ ରହିଛି । ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା ଆପଣଙ୍କ ସକାଶେ ବିଶେଷ ଅନୁକୂଳ ରହିବ । ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ । ସରକାରୀ କିମ୍ବା ବେସରକାରୀ ସ୍ତରରୁ ପାଇବାକୁ ଥିବା ଅର୍ଥ ପାଇଁ ଆଶାୟୀ ହୋଇପାରନ୍ତି । ସମାଜିକ କାର୍ଯ୍ୟରେ ରୁଚି ନେଇପାରନ୍ତି । କୌଣସି ସ୍ଥାନରେ ନିବେଶ କରିବା ପାଇଁ ଚାହିଁଲେ ପରାମର୍ଶ ନେଇ ନିବେଶ କରନ୍ତୁ । ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି । ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ନିଜକୁ ମାର୍ଜିିତ କରିବା ଲାଗି ଦିନଟି ଭଲ । ପରିବାରରେ ଅଶାନ୍ତି ବାତାବରଣରୁ ଦୁଃଖୀ ହୋଇପାରନ୍ତି । କୌଣସି ନୂତନ କାର୍ଯ୍ୟରେ ହାତ ନେବାକୁ ସ୍ଥିର କରିବେ । ସ୍ଵାସ୍ଥ୍ୟ ସମସ୍ୟା କ୍ରମଶଃ ଦୁଶ୍ଚିନ୍ତାର କାରଣ ହୋଇପାରେ । ଅଫିସରେ ଆପଣଙ୍କ ସ୍ଥିତି ଭଲ ରହିଲେ ମଧ୍ୟ କେତେକ ସହକର୍ମୀ ଆପଣଙ୍କ ଉପରେ ଇର୍ଷାନ୍ଵିତ ହୋଇ କାର୍ଯ୍ୟରେ ବାଧା ସୃଷ୍ଟି କରିପାରନ୍ତି । ବରିଷ୍ଠ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା ସହ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ବ୍ୟକ୍ତିର ସାହାଯ୍ୟ ଆଶା କରି ନିରାଶ ହେବେ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ କାଳୀଜାଈ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦିନଟି ଆପଣଙ୍କ ଲାଗି ଭଲ ପରିଣାମ ନେଇ ଆସିବ । କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇପାରନ୍ତି । ବ୍ୟବସାୟରେ ସ୍ଥିତି ଭଲ ରହିବ । ଅଫିସରେ ଆପଣଙ୍କର କାମ ନିର୍ଦ୍ଦିଷ୍ଟ ସମୟରେ ସମାପ୍ତ ହେବ । କର୍ତ୍ତୃପକ୍ଷ ଆପଣଙ୍କ ପ୍ରତି ବହୁତ ଖୁସି ରହିବେ । ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହୋଇପାରେ । ଦୂରଦର୍ଶିତା ଓ ସହଯୋଗୀ ମନୋବୃତ୍ତି କାରଣରୁ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ । ବହୁ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କରେ ଚଳିବା ଭଲ ହେବ । ପାରିବାରିକ କ୍ଷେତ୍ରରେ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦୁଶ୍ଚିନ୍ତାର କାରଣ ହୋଇପାରେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ମନରୁ ନକରାତ୍ମକ ଚିନ୍ତାଧାରା ଦୂର କରନ୍ତୁ । ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ନ ବଢ଼ାଇଲେ ଅନୁତାପ କରିବାକୁ ପଡ଼ିପାରେ । ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ, ଯାହାଦ୍ୱାରା ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ପାଇଁ ରାସ୍ତା ମିଳିଯିବା । ଚାକିରି କ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ପ୍ରେମଭାର ରହିବ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କିଛିଟା ବ୍ୟତିକ୍ରମ ମଧ୍ୟରେ ସ୍ବାସ୍ଥ୍ୟରେ ଉନ୍ନତି, ଶତ୍ରୁମାନଙ୍କ ଅଧୋଗତି, ବିବାଦର ଅବସାନ, ଋଣ ପରିଶୋଧ ପ୍ରଭୃତିରୁ ଖୁସି ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି । ଆକସ୍ମିକ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମ୍ନା କରିବା ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆତ୍ମା ବିଶ୍ଵାସ ଦୃଢ଼ ରହିବ । ବ୍ୟସ୍ତତା ମଧ୍ୟରେ ଆନୁଷ୍ଠାନିକ କାର୍ଯ୍ୟର ପୂର୍ବ ପ୍ରସ୍ତୁତି ନିକଟ ସମ୍ପର୍କୀୟମାନଙ୍କ ସହାୟତାରେ ସମ୍ପନ୍ନ କରିବେ । ଆକସ୍ମିକ ଭାବରେ ରାସ୍ତାରେ ଯିବା ସମୟରେ ଟଙ୍କା ବା ସ୍ଵର୍ନ୍ନାଭୂଷଣ ମିଳିପାରେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ଭଲ ରହିବ । ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହି ସଫଳତା ହାସଲ କରିବେ । ବାଣିଜ୍ୟ ଓ ପରିବହନରେ ଚାପ କ୍ରମଶଃ ବଢ଼ିପାରେ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ପରିବାରରେ ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତି ଅନୁଭବ କରିପାରନ୍ତି । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ନିଜ ଉପରେ ବିଶ୍ଵାସ ରଖନ୍ତୁ ଏବଂ ସମୟକୁ ଅପେକ୍ଷା କରନ୍ତୁ; ସଫଳତା ନିଶ୍ଚିୟ ମିଳିବ । ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମ ଗୁଡିକ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ । ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ବ୍ୟବସାୟରେ କୌଣସି କ୍ଷତି ସହିବାକୁ ପଡିବ ନାହିଁ । ଚୁକ୍ତିପତ୍ର, ସଂଗଠନ ତଥା ଆଲୋଚନା କ୍ଷେତ୍ରରେ ଜଣେ ବ୍ୟକ୍ତି ଅସୁବିଧାରେ ପକାଇବାର ସୂଚନା ରହିଛି । ବିବାଦୀୟ ଘଟଣାର ପରିସ୍ଥିତି ହଠାତ୍‌ ବଦଳି ଯାଇପାରେ । ଘରେ ସଦସ୍ୟ ମାନଙ୍କର ଉତ୍ସାହ ବଜାୟ ରହିବ । କାଶ, କଫ ଜନିତ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି । କୌଣସି ସମସ୍ୟା ବିଷୟରେ ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ଶ୍ରୀଗଣେଶ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ମଙ୍ଗଳମୟ ରହିବ । ବ୍ୟବସାୟ ବାଣିଜ୍ୟରେ ଉତ୍ତମ ଫଳ ପାଇବେ । କର୍ମକ୍ଷେତ୍ରରେ ଓ ଚାକିରିଜୀବୀମାନେ ସମସ୍ତଙ୍କ ସହ ସଦଭାବ ରକ୍ଷା କରି ଅତି ସୁଖମୟରେ ଦିନଚର୍ଯ୍ୟା ସମ୍ପର୍ଣ୍ଣ କରିବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ରାଜନୀତିରେ ସାକ୍ଷାତ୍‌ ଆଲୋଚନା ଭଲ ରହିବ । ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ । ଆର୍ଥିକ ସ୍ଥିତିକୁ ମଜ୍‌ବୁତ୍‌ କରିବା ସହ ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମାଧାନ କରିପାରନ୍ତି । ଯାତ୍ରାରେ ସତର୍କତା ଅଭାବରୁ ଧନହାନି କିମ୍ବା କଳହର ସୂଚନା ରହିଛି । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

Be the first to comment

Leave a Reply

Your email address will not be published.


*