19 ଅପ୍ରେଲ୍ 2021, ସୋମବାର :- ଆଜି ୫ଟି ରାଶିର ବ୍ୟକ୍ତି ଭାଗ୍ୟର ପୂର୍ଣ୍ଣ ସହଯୋଗ ପାଇ ପ୍ରତ୍ୟେକ ସ୍ଥଳରେ ସଫଳତା

19 ଅପ୍ରେଲ୍ 2021, ସୋମବାର :- ଆଜି ୫ଟି ରାଶିର ବ୍ୟକ୍ତି ଭାଗ୍ୟର ପୂର୍ଣ୍ଣ ସହଯୋଗ ପାଇ ପ୍ରତ୍ୟେକ ସ୍ଥଳରେ ସଫଳତା

19 ଅପ୍ରେଲ୍ 2021, ସୋମବାର :- ଆଜି ୫ଟି ରାଶିର ବ୍ୟକ୍ତି ଭାଗ୍ୟର ପୂର୍ଣ୍ଣ ସହଯୋଗ ପାଇ ପ୍ରତ୍ୟେକ ସ୍ଥଳରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ମଧ୍ୟ ସହଜରେ ସଂପୂର୍ଣ୍ଣ କରିପାରିବେ ।

ଆଜି ଆମେ ଆପଣଙ୍କୁ ୧୯ ଅପ୍ରେଲ୍ ୨୦୨୧ ସୋମବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ପାଇଁ ବଢ଼ିଆ ରହିବ । କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ । ଆୟ ବୃଦ୍ଧିର ସୁଯୋଗ ଆସିବ । ବ୍ୟବସାୟରେ ସ୍ଵାଧୀନ ଭାବରେ କାର୍ଯ୍ୟ କରିବେ ଓ ଆଶାତୀତ ଫଳ ପ୍ରାପ୍ତ କରିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ସାମାଜିକ କାର୍ଯ୍ୟରେ ମହତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ । ଆନୁଷ୍ଠାନିକ କାମ ପରିପ୍ରେକ୍ଷୀରେ ବନ୍ଧୁମିଳନ ସାଙ୍ଗକୁ ହସ ଖୁସିରେ ଦିନ ଅତିବାହିତ କରିବେ । ଯେତେ ଭଲ କାମ କରନ୍ତୁ ନା କାହିଁକି ପରିବାର ମଧ୍ୟରେ ସମାଲୋଚିତ ହେବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହର ପାର୍ବତୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ମାତ୍ର ମୃଗଶିରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଲହ ଲାଗିବାର ଆଶଙ୍କା ଉପୁଜିବ । କର୍ମକ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ବଳରେ ସମାଧାନ କରିବେ । ଆଜିର ପ୍ରତ୍ୟୁଷ ଯାତ୍ରା, ବାନିଜ୍ୟ ପ୍ରଭୃତି କ୍ଷେତ୍ରରେ ସୁଫଳ ପାଇବେ । ଆକସ୍ମିକ ଅର୍ଥ ଲାଭ କରିବା ସହ ସମଯରେ ସମ୍ମାନ ପାଇବେ । ଅଫିସର ପରିବେଶ ସୁସ୍ଥ ରହିବ । ସହକର୍ମୀଙ୍କ ସହ ମିଳାମିଶା କରି କାର୍ଯ୍ୟକୁ ସୁରୁଖୁରୁରେ ସମ୍ପାଦନ କରିନେବେ । ଆପଣଙ୍କର ବ୍ୟବହାର ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ । ନୂଆ ଲୋକଙ୍କ ସହିତ ମିଶିବେ । ଆକସ୍ମିକ କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଅଧାରୁ ବନ୍ଦ କରିବାକୁ ପଡିପାରେ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ସମସ୍ୟାର ସରଳ ସମାଧନ କରିବା ପାଇଁ ଉଦ୍ୟମ କରି ସଫଳତା ପାଇବେ । ଗତକାଲିର ପରିଶ୍ରମ କାରଣରୁ ଆଜି ସକାଳୁ ଦେହଟା ଟିକିଏ ଭଲ ଲାଗି ନ ପାରେ । ବ୍ୟବସାୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଧନଲାଭର ସୁଯୋଗ ରହିଛି । ଅଫିସରେ କର୍ତ୍ତୃପକ୍ଷଙ୍କ ସହଯୋଗ ମିଳିବ କିନ୍ତୁ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ କୌଣସି କାମ ଶେଷ ମୁହୂର୍ତରେ ବିଗିଡି ଯିବାର ସମ୍ଭାବନା ରହିଛି । ଧାର୍ମିକ କାର୍ଯ୍ୟ ପ୍ରତି ମନରେ ଆଗ୍ରହ ଜନ୍ମବ । ସାମାଜରେ ମାନ-ସମ୍ମାନ ବୃଦ୍ଧି ପାଇବା ସହ ପାଦୋମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ଯୋଗୁଁ ବନ୍ଧୁଙ୍କ ସହ ଆଲୋଚନା ସମୟରେ ମନାନ୍ତର ହୋଇପାରେ । ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ସତର୍କତାର ସହ କାର୍ଯ୍ୟ କରନ୍ତୁ । ସମ୍ପର୍କୀୟଙ୍କ ଅସହଯୋଗ ମନୋଭାବ କାମକୁ ନିମ୍ନାଭିମୁଖୀ କରାଇପାରେ । ଏକାଧିକ କାର୍ଯ୍ୟ ହାତକୁ ନେଇଥିବା ଯୋଗୁଁ ସାମୟିକ ବ୍ୟସ୍ତତା ରହିବେ । ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟନଷ୍ଟ ହେବାର ସୂଚନା ରହିଛି । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି । ସ୍ଵଭାବରେ ବିନମ୍ର ହୋଇ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରନ୍ତୁ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ଖୁସିରେ ରହିବେ । ସାମାଜିକ ସ୍ତରରେ ମିତ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି । ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହେବେ । ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା କାରଣରୁ ସାମୟିକ ଚିନ୍ତିତ ରହିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଧର୍ମ କାର୍ଯ୍ୟରେ ସମୟ ବିତିବ । ପାରିବାରିକ ସମସ୍ୟା ହେତୁ ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟହେବେ । ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିପାରେ । ତଥାପି କୌଶଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହୋଇପାରନ୍ତି । ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ମନରେ ଯେଉଁ ବିଚାର ଆସିବ ତାହା ସଫଳ ହେବ । ଅଫିସରେ ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ । ଗଠନମୂଳକ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ । ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଲେ ସାମୟିକ ଭାବରେ ଅଶାନ୍ତି ଦୂରେଇ ରହିବ । ପରିବାରର କେତେକ ବ୍ୟତିକ୍ରମ ବିଷୟରେ ବିନ୍ତା କରି ମନ ବିଚଳିତ ରହିବ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ପାଇବା ଫଳରେ ମନୋବଳ ଟାଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳାନାଥ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ଲାଗି ଭଲ ରହିବ । ବ୍ୟବସାୟରୁ ଆଶା ଠୁଁ ଅଧିକ ଲାଭ ହେବ । କୌଣସି ନୂଆ କାମ ପାଇଁ ରାଜ୍ୟ ବାହାରକୁ ଯାଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆର୍ଥିକ ସ୍ଥିତି ଓ ବୈଷୟିକ ସମୃଦ୍ଧିର ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିରତା ରହି ନ ପାରେ । ଅଫିସରେ କାର୍ଯ୍ୟଭାର ଅଧିକ ରହିବ । ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ସାମାଜିକ ସ୍ତରରେ କୈାଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ମନରେ କିଛି ଆଶଙ୍କା ଉପୁଜିପାରେ । ବାଦ-ବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ଏପରିକି ଅନ୍ୟର ବ୍ୟକ୍ତିଗତ ମାମଲାରେ ମୁଣ୍ଡ ପୁରନ୍ତୁ ନାହିଁ । ଗୃହ, ଭୂମି, ଜମିଜମା ସମ୍ବନ୍ଧୀୟ ଚିନ୍ତା ବନ୍ଧୁଙ୍କ ଦ୍ୱାରା ଦୂର ହେବ । ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ସନ୍ତୋଷୀମାତା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଭାଗ୍ୟର ସହଯୋଗ ପାଇ ଉନ୍ନତି ପଥରେ ଅଗ୍ରସର ହେବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଧିକାଂଶ ସମୟ କଟାଇବେ । ଆଜି କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ପ୍ରିୟ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବ । ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ ଚାପରେ ବିବ୍ରତ ହୋଇପାରନ୍ତି । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ହେତୁକ ମନ ଖୁସୀ ରହିବ । ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ । ପାରିବାରିକ କ୍ଷେତ୍ରରେ ପରସ୍ପର ମଧ୍ୟରେ ସ୍ନେହ, ଶ୍ରଦ୍ଧା ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଅମ୍ବିକା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ବିଭିନ୍ନ ସମସ୍ୟାରେ ଛନ୍ଦି ହେବାରୁ କାର୍ଯ୍ୟ ସମ୍ପନ୍ନ କ୍ଷେତ୍ରରେ ଅନ୍ତରାୟ ସୃଷ୍ଟି ହେବ । ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହୋଇପାରନ୍ତି । ବ୍ୟବସାୟ ବାଣିଜ୍ୟରେ କାରବାର ମାନ୍ଦା ରହିବ । ଆର୍ଥିକ ସ୍ଥିତି ଅତି ଶୋଚନୀୟ ହୋଇପାରେ । କେତେକ ଆବଶ୍ୟକତା ପୂରଣ କରିବା ନିମନ୍ତେ ବନ୍ଧୁ ଓ ସହକର୍ମୀଙ୍କ ଠାରୁ ଧାରା କରଜ କରିବାକୁ ପଡିପାରେ । ଅଫିସରେ ଯେତେ ନିଷ୍ଠାର ସହ କାର୍ଯ୍ୟ କରିଲେ ମଧ୍ୟ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ନେଇ ସମାଲୋଚନା କରିବେ । ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି । ପାରିବାରିକ ସୁଖ ସଙ୍ଗେ ସଙ୍ଗେ ସହଧର୍ମୀଙ୍କ ସହିତ ପ୍ରେମ ଆଳାପରେ ଦିନଟି ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଏକାଧିକ ବିଷୟକୁ ଚିନ୍ତା ମନ ବିବ୍ରତ ରହିବ । କର୍ମକ୍ଷେତ୍ରରେ ନାନା ପ୍ରକାର ପ୍ରତିବନ୍ଧକ ମଧ୍ୟ ଦେଇ ଗତି କରିବାକୁ ପଡିବ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଅଫିସରେ ଉଚ୍ଚାଧିକାରୀଙ୍କ ଆଦେଶପ୍ରାପ୍ତରେ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ଈର୍ଷାାପରାୟଣ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ସ୍ଵଭାବରେ ବିନମ୍ର ହୋଇ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରନ୍ତୁ । ଋଣରୁ ମୁକ୍ତି ହେବା ପାଇଁ ଯୋଜନା କରିବେ କିନ୍ତୁ ପରିବାରରେ ଅଯଥା ଖର୍ଚ୍ଚ ହେବା ଯୋଗୁଁ ମନରେ ସରସତା ରହିବା ନାହିଁ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ । ଅନ୍ୟର ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଅନ୍ୟଥା ଆପଣଙ୍କ ପାଇଁ କ୍ଷତି ସାବ୍ୟସ୍ତ ହୋଇପାରେ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଅନ୍ୟର କାର୍ଯ୍ୟକୁ ସଂପୂର୍ଣ୍ଣ କରିବା ପାଇଁ ମନରେ ତତ୍ପରତା ପ୍ରକାଶ କରିବେ । ବହୁ ଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ । ନୂତନ ପ୍ରକଳ୍ପ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଅଫିସରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇପାରନ୍ତି । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଅଫିସରେ ସହକର୍ମୀଙ୍କ ସହମତିରେ କାର୍ଯ୍ୟ କରିଲେ ଉପକୃତ ପାଇବେ । ବକ୍ ଅସଂଯମତା ଯୋଗୁଁ ସଭାସମିତିରେ ଅପମାନିତ ହେବାକୁ ପଡିପାରେ । କାହାର କଥାରେ ଭାସି ନ ଯାଇ ବିଚାରପୂର୍ବକ କାମ ନକଲେ ହଇରାଣ ହେବାକୁ ପଡ଼ିପାରେ । ବିବାଦୀୟ ଘଟଣାରେ ଦିଗ ବଦଳି ଯାଇପାରେ, ଯାହା କି ଆପଣଙ୍କ ସମସ୍ୟାକୁ କମାଇ ଦେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ ରବିବ । କର୍ମକ୍ଷେତ୍ରରେ ଧିମେଇ ଧିମେଇ ଗତି କରିବାକୁ ପଡ଼ିପାରେ । ଦୀର୍ଘଦିନର ସ୍ଥଗିତ କାମକୁ ଆରମ୍ଭ କରିବାର ସୁଯୋଗ ପାଇବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିିଙ୍କଠାରୁ ଦୂରେଇ ରହିବା ସହ ସତର୍କତା ରକ୍ଷା କରିବା ଭଲ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିିଭାବ ସୃଷ୍ଟି ହୋଇପାରେ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବାଣିଜ୍ୟରେ ଉନ୍ନତି କରିବେ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ପାରିବାରିକ ସ୍ଥିତି ବିଶେଷ ପ୍ରୀତିଦାୟକ ରହିବ ଏବଂ ବନ୍ଧୁମିଳନ ଜନିତ ଆନନ୍ଦ ଅନୁଭବ କରିପାରନ୍ତି । ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆଜି ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବିଶେଷ ଅନୁକୂଳ ରହିବ । ଆଶା କରୁଥିବା ଦିଗରୁ ସାହାଯ୍ୟ ମିଳିବ । ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମନୋଭାବ ଆପଣଙ୍କ ମନକୁ ପ୍ରଫୁଲ୍ଲିତ କରିବ । ଅର୍ଥଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଯୋଗୁ ମନ ଖୁସି ରହିବ । ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ । ମାଲିମକଦମା ଜନିତ ମାମଲା ପରସ୍ପର ମଧ୍ୟରେ ଆପୋସ ବୁଝାମୁଣା ଦ୍ଵାରା ସମାଧାନ କରିନେବେ । ବୈବାହିକ ଜୀବନ ସୁଖମୟ ରହିବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଯାତ୍ରା ଓ କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରିବା ଶେୟସ୍କର ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

Leave a Reply

Your email address will not be published. Required fields are marked *