19 ମଇ 2020, ମଙ୍ଗଳବାର- ପ୍ରଭୁ ହନୁମାନଙ୍କ କୃପାରୁ ୬ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ ! ଋଣ ମୁକ୍ତି ହେବା ସଙ୍ଗେ ସଙ୍ଗେ

19 ମଇ 2020, ମଙ୍ଗଳବାର- ପ୍ରଭୁ ହନୁମାନଙ୍କ କୃପାରୁ ୬ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ ! ଋଣ ମୁକ୍ତି ହେବା ସଙ୍ଗେ ସଙ୍ଗେ ଆର୍ଥିକ ସ୍ଥିତିରେ ମଧ୍ୟ ସୁଧାର ଆସିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ସରସ ସୁନ୍ଦର କରି ଗଢି ତୋଳିବ । ଏକାଦଶ ଚନ୍ଦ୍ର ପ୍ରଭାବରେ କର୍ମକ୍ଷେତ୍ରରେ ସଫଳତା ପାଇବେ ଓ ମନେ ମନେ ଭାବୁଥିବା କାମଟିକୁ ମଧ୍ୟ ପୂର୍ଣ୍ଣ କରିପାଇବେ । କାର୍ଯ୍ୟକୁଶଳତା କାରଣରୁ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ କରିବାର ଯୋଗ ରହିଛି । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କେତେକାଂଶରେ ସାନ୍ତ୍ୱନାମୂଳକ ପରାମର୍ଶ ପାଇପାରନ୍ତି । ପାରଷ୍ପରିକ ଉତ୍ତମ ବୁଝାମଣା ଏବଂ ଉତ୍ସାହ ଜନିତ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ ଉଠିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଜରୁରୀ କାମ କରିବା ପୂର୍ବରୁ ବଡ଼ଙ୍କ ସମ୍ମତି ନିଅନ୍ତୁ । ଶନି କ୍ଷେତ୍ରରେ ଶୁକ୍ର ହେତୁ ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । କେତେକ କ୍ଷେତ୍ରରେ ହାତରୁ ଖାଇ ପର ପଛରେ ଦୌଡିବାକୁ ପଡିପାରେ । ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଅଫିସରେ ଉଚ୍ଚାଧିକାରୀଙ୍କ ସହାନୁଭୁତି ପାଇବା ଫଳରେ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ । ଆର୍ଥିକ ଦୁଃସ୍ଥିତି ଚିନ୍ତା ଜନକ ପରିଣାମ ସୃଷ୍ଟି କରିବାର ଆଶଙ୍କା ରହିଛି । ସ୍ଵାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଆତ୍ମୀୟ ସ୍ଵଜନଙ୍କ ପରୋକ୍ଷ ଶତ୍ରୁତା ମନୋଭାବକୁ ଲକ୍ଷ୍ୟକରି ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରବେ । ଶୁଭରଙ୍ଗ: ନୀଳ । ଆରାଧନା: ବିରଜା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ । ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ କଅଁଳିଆ କଥା କହି ମନେଇବାରେ ସମର୍ଥ ହେବେ । ଅଫିସରେ ସମସ୍ତଙ୍କ ସହିତ ତାଳମେଳ ବଜାୟ ରହିବ । କର୍ମକ୍ଷେତ୍ରରେ ଧ୍ୟୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରନ୍ତୁ, କିଛି ସମୟ ପରେ ସଫଳତା ମିଳିବ । ପରିଶ୍ରମ ମୁତାବକ ଫଳ ନ ପାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ । ପାରିବରରେ ଶାନ୍ତଶିଷ୍ଟ ବାତାବରଣ ରହିବ । ଅନ୍ୟର ବିବାଦୀୟ ଘଟଣାରେ ମୁଣ୍ଡ ପୁରନ୍ତୁ ନାହିଁ, ନତୁବା ଆପଣ ସମସ୍ୟାରେ ଫସି ପାରନ୍ତି । ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ନିରନ୍ତର ପ୍ରୟାସରେ ସଫଳତା ପାଇବେ । ବିଶିଷ୍ଟବ୍ୟକ୍ତିଙ୍କ ପୃଷ୍ଠପୋଷକତା ଲାଭକରି କାର୍ଯ୍ୟ ହାସଲ କରିବେ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସୁଧୁରିବ । ଅଫିସରେ ବଢ଼ିଆ ବାତାବରଣ ଆପଣଙ୍କୁ ଖୁସି କରାଇବ । କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ଅଫିସରେ ଅଭିଯୋଗ ଆସିପାରେ କିମ୍ବା ଘରୋଇ କଥାରେ କିଛି ମତପାର୍ଥକ୍ୟ ସୃଷ୍ଟି ହେବ । ପରୋକ୍ଷ ଶତ୍ରୁତା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରିବ ନାହିଁ । ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଆପଣଙ୍କ ସ୍ନେହର ଆଭାସ ଅନ୍ୟକୁ ପ୍ରଭାବିତ କରିବ । ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାର ସହ କେତେକ କାମ କରିବାକୁ ପଡିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଚାକିରି କରୁଥିବା କର୍ମଜୀବୀମାନେ ସହକର୍ମୀଙ୍କ ସହଯୋଗ ପାଇବା ସଙ୍ଗେ ସଙ୍ଗେ ଉଚ୍ଚାଧିକାରୀଙ୍କ ଠାରୁ ମଧ୍ୟ ପ୍ରଶଂସିତ ହେବେ । ଅଧିକାଂଶ ସମୟ ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ ଭଲ କରିବାକୁ ଯାଇ ସମସ୍ୟା ଭିତରକୁ ଟାଣି ହୋଇ ଯିବାକୁ ପଡିପାରେ । ପାରିବାରିକ ଜୀବନ ସୁଖମୟ ହେବ । ଜୀବନସାଥୀଙ୍କ ସହିତ ସମଞ୍ଜସ୍ୟତା ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ମନ ଓ ହୃଦୟରେ ସକାରାତ୍ମକ ଭାବନାରେ ରଖନ୍ତୁ, କାମ କରିବା ସହଜ ହେବ । ନୂଆ କାମ କରିବାକୁ ଥିଲେ, ବଡ଼ଙ୍କ ଅନୁମତି ନେଇ କରନ୍ତୁ । ତଥାପି କେତେକ କ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ । ଯାହାକୁ ନିଜର ବୋଲି ଭାବୁଥିବେ ସେହି ବ୍ୟକ୍ତି ହିଁ ସରଳତାର ସୁଯୋଗ ନେବାକୁ ପଛାଇବ ନାହିଁ । ଜନସେବା ଓ ଆନୁଷ୍ଠାନିକ କାମରେ ଯୋଗଦେଇ ସମାଜରେ ସମ୍ମାନିତ ହେବେ । ଅପରାହ୍ନେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ବିମଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆପଣ ନିଜକୁ ଖୁବ୍‌ ଊର୍ଜାବାନ ଅନୁଭବ କରିବେ । ବ୍ୟକ୍ତିତ୍ଵର ବିକାଶ ହେବ । ମନର ଭାବାବେଗକୁ ବନ୍ଧୁ ନିକଟରେ ପ୍ରକାଶ କରିବା ହେତୁ ଭୁଲ୍‌ ବୁଝାମଣାର ପରିସ୍ଥିତି ସୃଷ୍ଟି ହେବ । ପଣଙ୍କର ସୁସଂଯତ କାର୍ଯ୍ୟଶୈଳୀ ଜନ ସମାଜରେ ଆଦରଣୀୟ ହୋଇପାରିବ । ସରକାରୀ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାପ୍ତ ହେବ । ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହୋଇପାରନ୍ତି । ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ । ଦାଂପତ୍ୟ ସମ୍ବନ୍ଧ ମଧୁର ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ଶ୍ରୀକୃଷ୍ଣ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଦିନଟି ଆପଣଙ୍କ ପାଇଁ ମିଶ୍ରଣ ଫଳ ପ୍ରଦାନ କରିବ । ବିଭିନ୍ନ ସମସ୍ୟା ଲାଗି ରହିଥିବା କାରଣରୁ କୈାଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ । ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଅର୍ଥ ଅଭାବ ଥିଲେ ମଧ୍ୟ ତାହାକୁ ବନ୍ଧୁଙ୍କ ସାହାଯ୍ୟକ୍ରମେ ସୁଧାରି ନେଇବେ । ଆପଣଙ୍କ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସମ୍ୟକ ଝଡ ଦେଖା ଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ମନରୁ ନକରାତ୍ମକ ଚିନ୍ତାଧାରା ବାହାର କରିଦିଅନ୍ତୁ । କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିପାରେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିି ପ୍ରକାଶ କରିପାରନ୍ତି । ଆବଶ୍ୟକତା ପୂରଣ କରିବା ପାଇଁ ଧାରା କରଜ ମଧ୍ୟ କରିବାକୁ ବାଧ୍ୟ ହେବେ । ମନରେ ଲାଗି ରହିଥିବା ବିରକ୍ତି ଭାବ ଯୋଗୁଁ ପରିବାରରେ ଶାନ୍ତି ବଜାୟ ରହିବା ସମ୍ୟକ କଷ୍ଟକର ହେବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଇଷ୍ଟଦେବୀଙ୍କୁ ସ୍ମରଣ କରନ୍ତୁ, ସଙ୍କଟ ଆପଣା ଛାଏଁ ଦୂର ହୋଇଯିବ । ଆପଣଙ୍କ ନିଜ ପରିଶ୍ରମର ବଢ଼ିଆ ପରିଣାମ ପାଇବେ । ବନ୍ଧୁଙ୍କ ସହାୟତାରେ ଆଜି ଦିନଟିରେ ପାରିବାରିକ, ପ୍ରଶାସନ କ୍ଷେତ୍ରରୁ ସୁଫଳ ପାଇବେ । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ସକାଳୁ ସକାଳୁ ଅପେକ୍ଷା କରି ରହିଥିବା ଖବର ପାଇ ସାମୟିକ ଖୁସୀ ହୋଇଯିବେ । ପାରିବାରିକ କ୍ଷେତ୍ରରେ ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଚର୍ଚ୍ଚିକା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ମନରେ ଧାର୍ମିକ ଭାବନା ଉଦୟ ହେବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାକୁ ସମାଧାନ କରି କାମ ହାସଲ କରିବାରେ ସମର୍ଥ ହେବେ । ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ଗୁରୁତ୍ବ ଦେବେ । କିନ୍ତୁ କର୍ମକ୍ଷେତ୍ରରେ ଅପ୍ରିୟ ସତ କଥା କହି ସମସ୍ୟା ଘେରରେ ଛନ୍ଦି ହୋଇପାରନ୍ତି । ଆର୍ଥିକସ୍ଥିତି ସୁଧାର ଆସିବା କିନ୍ତୁ ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି । ଘରେ ସନ୍ତାନଙ୍କ ସଙ୍ଗେ ମିଳିମିଶି ମନୋରଞ୍ଜନ କାର୍ଯ୍ୟ ପ୍ରତି ଆକର୍ଷିତ ହେବେ । ବୈବାହିକ ଜୀବନରେ ସୁଖଶାନ୍ତି ଦ୍ଵିଗୁଣିତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଦିନଟି ଆପଣଙ୍କ ଲାଗି ଅତି ଉତ୍ତମ ରହିବ । ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସମସ୍ତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ । ଅଫିସରେ ଲାଗି ରହିଥିବା ଦ୍ଵନ୍ଦ ଦୂର ହେବ ଏବଂ ସହକର୍ମୀଙ୍କ ସହଯୋଗ ମଧ୍ୟ ପାଇବେ । ଆର୍ଥିକ ସ୍ଥିତି କ୍ରମଶଃ ବୃଦ୍ଧି ପାଇବା ଯୋଗୁଁ ମନରେ ସରସତା ରହିବା ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ନଚେତ ଆଗାମୀ ଦିନରେ ଅସୁବିଧାରେ ପଡ଼ିପାରନ୍ତି । ଜୀବନସାଥୀ ଆପଣଙ୍କ କଥାରେ ପ୍ରଭାବିତ ହେବେ । ବୈବାହିକ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

Be the first to comment

Leave a Reply

Your email address will not be published.


*