1 ଅପ୍ରେଲ 2020, ବୁଧବାର- ମାଆ ଦୁର୍ଗାଙ୍କ କୃପାରୁ ଏହି ୪ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ପରିବର୍ତ୍ତନ ଆସିବ । ପାରିବାରିକ ଜୀବନରେ

1 ଅପ୍ରେଲ 2020, ବୁଧବାର- ମାଆ ଦୁର୍ଗାଙ୍କ କୃପାରୁ ଏହି ୪ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ପରିବର୍ତ୍ତନ ଆସିବ । ପାରିବାରିକ ଜୀବନରେ ହସଖୁସିର ବରବରଣ ବଜାୟ ରହିବ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଉଚ୍ଚଆଶା ସଫଳ ହେବ । ଉତ୍ତରାଷାଢ଼ା ନକ୍ଷତ୍ରରେ ମଙ୍ଗଳ ଥିବାରୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ ଆଗଭର ହେବେ । ସ୍ଵାସ୍ଥ୍ୟ ଭଲ ରହିବା ସହ କାର୍ଯ୍ୟସିଦ୍ଧି ଘଟିବ । ଯାହା ଚାହୁଁଛନ୍ତି ସେହି ଅନୁସାରେ କାମ କରି ଚାଲିଲେ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଅଫିସ କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ । ଅଫିସରେ ଜଣେ ବନ୍ଧୁଙ୍କ କାର୍ଯ୍ୟକଳାପକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । ଆଜି ଆପଣ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି । ସନ୍ତାନଙ୍କ ଅଶାନ୍ତ ମନଦେଖି ଚିନ୍ତିତ ହୋଇପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ପ୍ରଭୁ ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ନିଜ ଉପରେ ଭରସା ରଖନ୍ତୁ, ସମସ୍ତ କାର୍ଯ୍ୟରେ ସଫଳ ହେବେ । ଶନି ଚତୁର୍ଥାଧିପତିଙ୍କ ନକ୍ଷତ୍ରସ୍ଥ ହେତୁ ପ୍ରତ୍ୟେକ ପ୍ରକାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ଯେଉଁ କାମରେ ହାତ ଦେବେ, ସେଥିରେ ଅବଶ୍ୟ ସଫଳତା ପାଇବେ । କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଅବଶ୍ୟ ଆର୍ଥିକ ସ୍ଥିତିରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ । ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ମାନସିକ ଅସ୍ଥିରତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ବୃହସ୍ପତି ନକ୍ଷତ୍ରସ୍ଥ ବୁଧ ଯୋଗୁ ଆଜି ଆପଣ ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଆପଣଙ୍କ ମନରେ ଉଙ୍କି ମାରିଥିବା ପ୍ରଶ୍ନର ସମାଧାନ ମିଳିବ । କ୍ରୀଡ଼ା, କଳା ସାହିତ୍ୟ, ସଙ୍ଗୀତ, ନୃତ୍ୟାଦିରେ ସୃ୍‌ଷ୍ଟି ହୋଇଥିବା ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ବଳବାନ୍‌ ରାଶ୍ୟାଧିପତିଙ୍କ ପ୍ରଭାବରେ ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଜୀବନଯାତ୍ରାକୁ ସ୍ଵାଭାବିକ କରାଇବାରେ ସାହାଯ୍ୟ କରିବ । ବ୍ୟୟଭାବ ପ୍ରତି ଗ୍ରହମାନଙ୍କ ଦୃଷ୍ଟି ଫଳରେ ପାରିବାରିକ ଖର୍ଚ୍ଚ ବଢିବା ଯୋଗୁଁ ମନ ବିଚଳିତ ହୋଇଉଠିବ । ବନ୍ଧୁ ବା ପାଖପୋଡଶୀଙ୍କ ସହ କୌଣସି ଯୁକ୍ତିତର୍କ କରନ୍ତୁ ନାହିଁ ନଚେତ ଅଯଥାରେ ଶତ୍ରୁତା ସୃଷ୍ଟି ହୋଇପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟ ମାନେ ଆପଣଙ୍କ ପରାମର୍ଶ ଲୋଡ଼ି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଭଲ ରହିବ । କର୍ମାଧିପ ନିଜ ଗୃହରେ ଅବସ୍ଥାନ କରିଥିବାରୁ କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ପାଖ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବା କାରଣରୁ ଖୁସି ରହିବେ । କଳା, ସାହିତ୍ୟ ଓ ସଙ୍ଗୀତ, ସାମ୍ବାଦିକତାରେ ସୁନାମ ଅର୍ଜନ କରିବେ । ଶତ୍ରୁହାନି ହେବ, ଉଚ୍ଚ ପ୍ରଶଂସା ଲାଭ କରିବେ ଓ କ୍ଷମା ଗୁଣ ଯୋଗୁଁ ଯଶ ପ୍ରାପ୍ତି କରିବେ । କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଅସାଧ୍ୟ କାର୍ଯ୍ୟକୁ ମଧ୍ୟ କରିବା ପାଇଁ ଆଗେଇ ଆସିବେ । ପରିବାରରେ ପିଲାଙ୍କ ସହ ହସଖୁସିରେ ଦିନ ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଅନ୍ୟର କଥାକୁ ବିଶ୍ୱାସ କରି ନିଜ ମନବଳକୁ ହ୍ରାସ କରନ୍ତୁ ନାହିଁ । ରାହୁଯୁକ୍ତ ଚନ୍ଦ୍ର ଜନିତ ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ । ଆର୍ଥିକ ସ୍ଥିତି ଶୋଚନୀୟ ଅବସ୍ଥା ମଧ୍ୟରେ ଗତି କରିବା । ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ଆର୍ଥିକ ସ୍ଥିତିକୁ କିଛି ପରିମାଣରେ ମଜବୁତ କରିବା ସଙ୍ଗେ ସଙ୍ଗେ କ୍ରୀଡ଼ା, ସାହିତ୍ୟ, କଳା ଓ ସଙ୍ଗୀତ କ୍ଷେତ୍ରରୁ ମଧ୍ୟ ବେଶ୍ ଉପକୃତ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ । ଭଲ ସମ୍ପର୍କ ନ ଥିବା ପାଖ ପଡ଼ୋଶୀମାନେ ସମସ୍ୟା ସୃଷ୍ଟିକାରୀ ମନ୍ତବ୍ୟ ପ୍ରଦାନ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ରାଶିରେ ବୃହସ୍ପତିଙ୍କ ଶୁଭଦୃଷ୍ଟି ଯୋଗୁଁ ପଦମର୍ଯ୍ୟାଦା ବୃଦ୍ଧି ପାଇବା ସହ ଅର୍ଥନୈତିକ ସ୍ଥିତିରେ ଉନ୍ନତି ଘଟିବ । ଆପଣଙ୍କର ମଧୁର ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରି ନେବେ । ସାମାଜିକ ସ୍ତରରେ ସମ୍ମାନିତ ହେବା ସାଙ୍ଗକୁ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । କର୍ମକ୍ଷେତ୍ରରେ ସହକର୍ମଚାରୀଙ୍କ ମଧ୍ୟରେ ବିଶ୍ଵସ୍ତତା ଘନିଷ୍ଟ ହେବ । ପରିସ୍ଥିତିକୁ ଦେଖି ନିଜକୁ ନିଜକୁ ନିୟନ୍ତ୍ରଣ ଭିତରେ ରଖିବାକୁ ଚେଷ୍ଟା କରିଲେ ଭଲ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଙ୍ଗଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଆଧ୍ୟାତ୍ମିକ ଦିଗରେ ମନ ଲାଗି ରହିବ । ରାଶ୍ୟାଧିପ ଉଚ୍ଚାଂଶରେ ରହିଥିବାରୁ ପ୍ରତ୍ୟେକ କାର୍ଯ୍ୟକୁ ଦୃଢ଼ ପଦକ୍ଷେପ ନେଇ ସମ୍ପନ୍ନ କରିବାରେ ସମର୍ଥ ହେବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଆଜି ଆପଣ କାର୍ଯ୍ୟବ୍ୟସ୍ତ ରହିବେ ଯେ, କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିପାରିବେ ନାହିଁ । ଆଜି ଆପଣ ପଦସ୍ଥ ବ୍ୟକ୍ତିଙ୍କ ସହ ସାକ୍ଷାତ ଆଲୋଚନା କଲେ ନିରାଶ ହେବାକୁ ପଡ଼ିବ ନାହିଁ । ଅନ୍ୟମାନଙ୍କ କଥାକୁ ସତ ମନେ କରି ନିଜ ବନ୍ଧୁଙ୍କୁ ଭୁଲ୍‌ ବୁଝିବେ କିନ୍ତୁ ପରବର୍ତ୍ତୀ ସମୟରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ପାରିବାରିକ ଜୀବନ ଅତ୍ୟନ୍ତ ସୁଖମୟ ରହିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଚର୍ଚିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଆଜିର ଗ୍ରହାବସ୍ଥାନ ଆପଣଙ୍କୁ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ମାନସିକ ଉତ୍ତେଜନା ସୃଷ୍ଟି କରିପାରେ । ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ । ସହକର୍ମୀଙ୍କ ସହ ମିଳିତ ଭାବରେ କାର୍ଯ୍ୟର ପୂର୍ଣ୍ଣାଙ୍ଗ ରୂପରେଖ ଦେବେ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଆର୍ଥିକରେ କୌଣସି ପରିବର୍ତ୍ତନ ଆସିବା ନାହିଁ, ଯାହାଫଳରେ ମନବଳ କ୍ରମଶଃ ହ୍ରାସ ପାଇବ । ପାରିବାରିକ ବିବାଦୀୟ ପରିସ୍ଥିତିକୁ ଗୁରୁତ୍ଵାରୋପ ଦେଲେ, ମାନସିକ ଅଶାନ୍ତି ବଢିବ ସିନା କମିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ମନରୁ ନକରାତ୍ମକ ଭାବନା ଦୂର କରନ୍ତୁ ।ପରସ୍ପର ବିରୁଦ୍ଧାତ୍ମକ ଗ୍ରହ ରାଶିରେ ଅବସ୍ଥାନ କରିଥିବାରୁ ବିବାଦୀୟ ଚିନ୍ତାଧାରା ମନକୁ ଉତ୍ତେଜିତ କରିବ । ଆଶା କରିଥିବା ଜିନିଷଟି ଆଜି ଅପରାହ୍ନ ସମୟରେ ପାଇପାରିବେ । ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ଏବଂ ଆଶା କରିଥିବା ଦିଗରୁ ହଠାତ୍‌ କୌଣସି ଖବର ପାଇପାରନ୍ତି । ସଭାସମିତି, ପ୍ରଶାସନ ତଥା ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନାର ସୁଯୋଗ ଜୁଟିବ । ନିଷ୍ପତ୍ତିମୂଳକ ଆଲୋଚନାରେ ପ୍ରତିଦ୍ୱନ୍ଦ୍ୱୀମାନେ ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇ ପାରନ୍ତି । ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହୋଇପାରନ୍ତି । ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରିବେ । ସମସ୍ୟା ଆସିଲେ ମଧ୍ୟ ତାହାକୁ ଅତି ସରଳ ଓ ସହଜରେ ସମାଧାନ କରିପାରିବେ । ଅତୀତର ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ସମ୍ପାଦନା କରିବାକୁ ଚେଷ୍ଟା କରିବେ କିନ୍ତୁ ସମ୍ୟକ ସଫଳତା ପାଇବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ । ମତାନ୍ତର କିମ୍ବା ଭୁଲ୍‌ ବୁଝାମଣାଜନିତ ପ୍ରଶାସନିକ ସ୍ତରରେ ବିଶୃଙ୍ଖଳା ଦେଖାଦେବାର ଆଶଙ୍କା ରହିଛି । ପାରିବାରିକ ସମସ୍ୟା ବାରମ୍ବାର ମନକୁ ଆନ୍ଦୋଳିତ କରିବା, ଯାହାଫଳରେ ମନ ଭଲ ରହିବା ନାହିଁ । ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବମାନ ଗ୍ରହଣ କରି ସମ୍ମାନ ଲାଭ କରିିବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ସମସ୍ୟା ବହୁଳ ରହିପାରେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଦିନଟି ଆପଣଙ୍କ ପାଇଁ ମିଶ୍ରଣ ଫଳ ପ୍ରଦାନ କରିବ । ଦ୍ୱାଦଶରେ ବୁଧ ଓ ପରିବାର ଭାବରେ ଚନ୍ଦ୍ର ରାହୁଯୁକ୍ତ କାରଣରୁ ପାରିବାରିକ ଅସ୍ଥିରତା, ବନ୍ଧୁ ସମ୍ପର୍କକୁ କ୍ଷୁଣ୍ଣ କରିବ । ଆପଣଙ୍କ ଭଲ ବ୍ୟବହାର ପାଇଁ ଅଫିସ୍‌ର ସହ କର୍ମଚାରୀମାନେ ପ୍ରଭାବିତ ହେବେ । ପରିବାରର ସହମତି ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହୋଇପାରିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ଭବିଷ୍ୟତର ମାଙ୍ଗଳିକ କାର୍ଯ୍ୟ ପାଇଁ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । ସନ୍ତାନଙ୍କ ବିଶୃଙ୍ଖଳିତ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

Leave a Reply

Your email address will not be published. Required fields are marked *