01 ସେପ୍ଟେମ୍ବର 2020, ମଙ୍ଗଳବାର – ଏହି ୭ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଦୁଃଖ,

01 ସେପ୍ଟେମ୍ବର 2020, ମଙ୍ଗଳବାର – ଏହି ୭ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଦୁଃଖ,

01 ସେପ୍ଟେମ୍ବର 2020, ମଙ୍ଗଳବାର – ଏହି ୭ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଦୁଃଖ, କଷ୍ଟ ଦୂର ହେବ । ମନରେ ସକାରାତ୍ମକ ସଂଚାର ଜାଗ୍ରତ ହେବ ।

ଆମେ ଆପଣଙ୍କୁ ୦୧ ସେପ୍ଟେମ୍ବର ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆଜି ଆପଣ ମାନସିକ ସ୍ତରରେ ଶାନ୍ତି ପାଇପାରିବେ ନାହିଁ । ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ରାହୁ ଓ ବୁଧଙ୍କ ପ୍ରଭାବ ଯୋଗୁଁ ପାରିବାରିକ ସ୍ତରରେ ପଛକଥା ନଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରିବା ଭଲ ହେବ । ବନ୍ଧୁ ଓ ମିତ୍ରଙ୍କର ସହଯୋଗରେ ଆର୍ଥିକ ସହାୟତା ପାଇବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଫିସରେ ଲାଗି ରହିଥିବା ଦ୍ଵନ୍ଦ ଦୂର ହେବ ଏବଂ ସହକର୍ମୀଙ୍କ ସହଯୋଗ ମଧ୍ୟ ପାଇବେ । ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି । ପାରିବାରିକ ଜୀବନରେ ସୁଖୀ ରହିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା କପିଳାସ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି କରନ୍ତୁ, ସଫଳତା ନିଶ୍ଚୟ ମିଳିବ । ରାହୁ ଓ ମଙ୍ଗଳ ରାଶିରେ ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି । କର୍ମକ୍ଷେତ୍ରରେ ବିଧାବିଘ୍ନ ମଧ୍ୟ ଦେଇ ଗତି କରିବାକୁ ପଡିବ । କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହିପାରିବେ ନାହିଁ । ମଧ୍ୟାହ୍ନ ପରେ ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ । ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ପତ୍ନୀଙ୍କ ଉପଦେଶ ଆପଣଙ୍କୁ ସତ୍‌ମାର୍ଗୀ କରିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ମନରେ ଆତ୍ମବିଶ୍ଵାସର ସ୍ତର ଉଚ୍ଚ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହେବେ । ଆପଣଙ୍କ ପ୍ରତିଭାର ଲୋକଙ୍କୁ ପ୍ରେରଣା ମିଳିବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ହସଖୁସିରେ ସମୟ ଆତିବାହିତ କରିପାରନ୍ତି । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଦିନଟି ଶୁଭଫଳ ପ୍ରଦାନ କରିବ । ଶୁକ୍ର ପ୍ରଭାବରେ ପାଖ, ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । କିନ୍ତୁ ଆପଣ ହିଂସାମାର୍ଗରୁ ନିବୃତ୍ତ ରୁହନ୍ତୁ । ସରକାରୀ ଚାକିରିଆଙ୍କୁ ସହକର୍ମୀଙ୍କ ସହଯୋଗୀ ମିଳିବ କିନ୍ତୁ ବାକ୍‌ ସଂଯମତା ଅଭାବରୁ ସମ୍ପର୍କ ହାନୀ ହେବାର ସମ୍ଭାବନା ରହିଛି । ଆଗାମୀ ଦିନରେ ବ୍ୟବସାୟର ସ୍ଥିତିକୁ ନେଇ ଚିନ୍ତିତ ରହିବେ । ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ରହିବା ହେତୁ ସାମୟିକ ଶାନ୍ତି ଲାଭ କରିବେ । ଅନ୍ୟର ବିବାଦୀୟ ଘଟଣାରେ ମୁଣ୍ଡ ପୁରନ୍ତୁ ନାହିଁ, ନଚେତ ଅଯଥାରେ ଆପଣ ଅପମାନିତ ହେବାକୁ ପାଇବ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ମିଳିବ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ବାବା ଲିଙ୍ଗରାଜ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ରବି ଉଚ୍ଚସ୍ଥ ହେତୁ ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ବୁଝିବିଚାରି ଯେକୌଣସି ପଦକ୍ଷେପ ନିଅନ୍ତୁ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମାଜ ସେବାରେ ସମୟ ଦେବେ । ଅଭାବବଶତଃ ଇଚ୍ଛା କଲେ ମଧ୍ୟ କୌଣସି ମନସ୍ଥ ଜିନିଷକୁ କିଣି ନ ପାରି ପସ୍ତେଇବେ । କାବ୍ୟଶାସ୍ତ୍ରା ପ୍ରତି ରୁଚି ବଢିବ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ସଫଳତା ପାଇବେ ଏବଂ ଲୋକ ସମ୍ପର୍କ ଯୋଗୁଁ ଆତ୍ମସନ୍ତୋଷ ପାଇବେ । ଦାମ୍ପତ୍ୟ ଜୀବନରେ ଖୁସି ବୃଦ୍ଧି ପାଇବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ସାମାନ୍ୟ ଚିନ୍ତିତ ରହିବେ । ରାଶିରେ ମଙ୍ଗଳ ଅବସ୍ଥାନ ଯୋଗୁଁ ପାରିବାରିକ ଭୁଲଭୁଝ ମୁଣା ଦୂର ହେବ । ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କ ପ୍ରତିଷ୍ଠା ହେବ । ଅର୍ଥ ସମ୍ବନ୍ଧୀୟ ସମସ୍ୟା ମନକୁ ଅସ୍ତବ୍ୟସ୍ତ କରିପାରେ । ନିଜର ଗୁପ୍ତକଥା ବା ରହସ୍ୟକୁ ବନ୍ଧୁ ବା ପରିବାରର କୌଣସି ସଦସ୍ୟଙ୍କ ନିକଟରେ ଆଲୋଚନା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁଁ ଉଚ୍ଚାଧିକାରୀଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି । ନିଜସ୍ଵ ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବାରେ ସୁଯୋଗ ମିଳିବ । ବନ୍ଧୁମାନଙ୍କ ସହ ପରିହାସ ଯୁକ୍ତ କଥା ପରିଶେଷରେ ସମସ୍ୟା ସୃଷ୍ଟି କରିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ପୂଜାପାଠରେ ଅଧିକ ସମୟ ବିତାଇବେ । କର୍ମଭାବରେ ଶୁକ୍ରଥିବାରୁ ବହୁତ ଦିନହେଲା ବାରମ୍ବାର ଚେଷ୍ଟା କରୁଥିବା କାମଗୁଡିକ ଆଜି ସୁବିଧାରେ ସମ୍ପନ୍ନ ହୋଇଯିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇବେ । ଅଫିସ୍‌ରେ କୌଣସି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । କିନ୍ତୁ କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଆପଣଙ୍କ ଯଶ, ମାନ ସମ୍ମାନ ବୃଦ୍ଧି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଆଜି ଆପଣଙ୍କର ସ୍ଵାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି କରିପାରିବେ । ଦାମ୍ପତ୍ୟ ଜୀବନ ପ୍ରେମଭରା ହେବ । ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ । ଶୁଭରଙ୍ଗ – ମେରୁନ । ଆରାଧନା – ବାବା ଗୁପ୍ତେଶ୍ଵର ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଆଜି ଆପଣଙ୍କୁ, ଆତ୍ମୀୟସ୍ଵଜନଙ୍କ ଆଦର ପ୍ରାପ୍ତି ହେବ । ରାଶ୍ୟାଧିପତି ସ୍ଵଗୃହକୁ ଦେଖୁଥିବାରୁ ସ୍ଵାସ୍ଥ୍ୟ ନିୟନ୍ତ୍ରଣ ଭିତରେ ରହିବ । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହା କି ଅଶାନ୍ତିର ମୁଖ୍ୟ କାରଣ ପାଲଟିଯିବ । ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ପାରିବାରିକ ସ୍ଥିତିି ଭଲ ରହିବା ସହ ଅର୍ଥନୈତିକ ପ୍ରଗତି ସାମୁହିକ ପରିବାରକୁ ସୁଖମୟ କରିବ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଖାଦ୍ୟପେୟର ଅନିୟମିତା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ସକାରାତ୍ମକ ମନୋଭାବ ନେଇ କାର୍ଯ୍ୟ କରନ୍ତୁ, ସଫଳତା ମିଳିବ । ପାପଯୁକ୍ତ ବୃହସ୍ପତି କାରଣରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଆତ୍ମୀୟମାନଙ୍କ ସହଯୋଗରେ ଅର୍ଥ ସଂଗ୍ରହ କରିବାରେ ସଫଳତା ହାସଲ ହେବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବୃଦ୍ଧି ପାଇବ । ଆପଣଙ୍କ କଥାକୁ ଅଫିସରେ କର୍ତ୍ତୃପକ୍ଷ ସକାରାତ୍ମକତାର ସହ ନେବେ । ସାମାଜିକ କାର୍ଯ୍ୟକଳାପରେ ନିଜକୁ ନିୟୋଜିତ କରାଇବେ । ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ ଅବଶ୍ୟ ଅସୁବିଧା ହେବନାହିଁ । ପାରିବାରିକ କ୍ଷେତ୍ର ବିଶେଷ ଖରାପ ରହିବ ନାହିଁ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସମ୍ପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ । ସପ୍ତମ କେନ୍ଦ୍ରରେ କର୍ମାଧିପ ଥିବାରୁ ବନ୍ଧୁମାନଙ୍କ କଥାରେ ପଡି ହଠାତ୍‌ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଶାରୀରିକ ସୁସ୍ଥତା ସହ ଯୁକ୍ତିଯୁକ୍ତ କଥା କହି ପରିସ୍ଥିିତିକୁ ସୁଧାରି ନେବେ । ଆର୍ଥିକ ପରିସ୍ଥିତିରେ ସୁଧାର ଆସିବ । ଦୀର୍ଘ ଦିନ ହେଲା ଅଟକି ଥିବା ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡିକ ପୂର୍ଣ୍ଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ କିନ୍ତୁ ଆନୁଷ୍ଠାନିକ କାମରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବାର ଆଶା ନାହିଁ । ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ ଯେଉଁ କାମ କରିବେ, ପରବର୍ତ୍ତୀ ସମୟରେ ଅନୁତାପ କରିବାକୁ ପଡ଼ିପାରେ । ପରିବରରେ ହସଖୁସିର ବାତାବରଣ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦେବଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ । ମଙ୍ଗଳଙ୍କ ସୁପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ କିନ୍ତୁ ବିଚଳିତ ହୁଅନ୍ତୁ ନାହିଁ । ଦୀର୍ଘଦିନର ଅପୂରଣୀୟ ଆଶା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିବା କାରଣରୁ ମାନସିକ ଅଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବେ, ତେଣୁ ଧୌର୍ଯ୍ୟ ଧରି ପରିସ୍ଥିତିର ମୁକାବିଲା କରନ୍ତୁ । କାରବାର ବୃଦ୍ଧି କରିବା ଲାଗି ଚେଷ୍ଟା କରିବେ ଏବଂ ସଫଳ ହେବେ । ଅଫିସରେ ଉଚ୍ଚଧିକାରୀଙ୍କ ନିକଟରେ ନିଜର ଭାବକୁ ପ୍ରକାଶ କରିପାରିବେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ସ୍ଵାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ କର୍ମକ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହରପାର୍ବତୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ଅନୁକୂଳ ଗ୍ରହ ସ୍ଥିତି ଯୋଗୁଁ କର୍ମକ୍ଷେତ୍ରରେ ଉନ୍ନତିର ପାହାଚ ଚଢିବେ । ଆଶା କରୁଥିବା ଦିଗରୁ ଅଚାନକ ଭାବରେ ଶୁଭ ଖବର ଶୁଣି ଖୁସି ଅନୁଭବ କରିବେ । ସମାଜରେ ମାନସମ୍ମାନ ବୃଦ୍ଧି ହେବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ । ଅଫିସରେ ଆପଣଙ୍କ କଥା ଓ କାର୍ଯ୍ୟକୁ ଉଚ୍ଚାଧିକାରୀ ପ୍ରାଧାନ୍ୟ ଦେବେ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶାରୀରିକ ଓ ମାନସିକ ଦୃଷ୍ଟିକୋଣରୁ ସୁସ୍ଥ ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

Leave a Reply

Your email address will not be published. Required fields are marked *