ଆସନ୍ତୁ ଜାଣିବା 26 ଅକ୍ଟୋବର 2020, ସୋମବାରର ରାଶିଫଳ !

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖାଦେଇଥାଏ । ଆମେ ପ୍ରତିଦିନର ରାଶିଫଳ ବିଶେଷ କରି ଆପଣଙ୍କ ପାଇଁ ପ୍ରକାଶ କରୁଛୁ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ? ଆସନ୍ତୁ ଜାଣିବା ୨୬ ଅକ୍ଟୋବର ସୋମବାରର ରାଶିଫଳ :

ମେଷ :

ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ପୂର୍ବର ସମସ୍ୟା କେତେକାଂଶରେ ସୁଧୁରି ଯାଇଥିବାରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରୁ ସୁଫଳ ମିଳିବ । ଅଫିସ୍‌ କାମରେ ସହକର୍ମୀଙ୍କ ସହ ଉତ୍ତମ ବୁଝାମଣା ନେଇ କାର୍ଯ୍ୟ କରିବେ । ଆଜି ଆବଶ୍ୟକତାରୁ ଅଧିକ ଅର୍ଥ ଖର୍ଚ୍ଚାନ୍ତ ହୋଇପାରେ । କଠିନ ପରିଶ୍ରମ ଅନୁସାରେ ଆପଣଙ୍କୁ ଫଳ ମଧ୍ୟ ମିଳିବ । ପ୍ରଶାସନ, ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ଆଧ୍ୟାତ୍ମିକତା ଦିଗ ପ୍ରତି ଆପଣଙ୍କର ଆଗ୍ରହ ବୃଦ୍ଧି ପାଇବ ଓ ଧାର୍ମିକ କାର୍ଯ୍ୟ ଅଂଶଗ୍ରହଣ କରିପାରନ୍ତି । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପାରିବାରିକ ସମସ୍ୟା କର୍ମକ୍ଷେତ୍ରରେ ପ୍ରତିରୋଧ ସୃଷ୍ଟି କରିପାରେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ବୃଷ :

ଆଜି ମଧୁର କଥା ମାଧ୍ୟମରେ ଅନ୍ୟମାନଙ୍କୁ ପ୍ରଭାବିତ କରିବାରେ ସମର୍ଥ ହେବେ । ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବ୍ୟବସାୟ ସମ୍ବନ୍ଧୀୟ କୌଣସି ଏକ ଚୁକ୍ତି ବିଷୟରେ ଚିନ୍ତିତ ରହିବେ । ବ୍ୟବସାୟରେ ନୂତନ କାର୍ଯ୍ୟାରମ୍ଭ ନିମନ୍ତେ ମନ ବଳାଇବେ । ଆର୍ଥିକ ସ୍ଥିତି ମାଧ୍ୟମ ଧାରଣର ରହିବ । ହାତକୁ ନେଇଥିବା ଅସମୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ସଭା ସମିତି, ଓ କଳା ସାହିତ୍ୟରେ ପ୍ରସଂଶିତ ହେବେ । ଶାରୀରିକ ଦୁର୍ବଳତା ଯୋଗୁଁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ମିଥୁନ :

ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ । ବିବାଦୀୟ ପରିସ୍ଥିତିରେ ଅନୁକୂଳ ସ୍ଥିତି ସୃଷ୍ଟି ହେବ, ଯାହାଫଳରେ ମନକୁ ଆଶ୍ୱାସନା ମିଳିବ । ମନ ବୁଝିଲାଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ସ୍ଵାସ୍ଥ୍ୟ ଭଲ ରହିଲେ ମଧ୍ୟ କାର୍ଯ୍ୟ ସମ୍ପନ୍ନ କରିବା କଷ୍ଟକର ହୋଇପଡିବ । କର୍ମକ୍ଷେତ୍ରରେ ସତର୍କ ଅବଲମ୍ବନ କରି କାର୍ଯ୍ୟ ପରିଚାଳନା କରିବାକୁ ପଡିବ ନଚେତ ବିବାଦୀୟ ପରିସ୍ଥିତି ଉପୁଜିପାରେ । ବ୍ୟବସାୟରେ ପାଦେ ପାଦେ ସମସ୍ୟାର ସମ୍ନା କରିବାକୁ ପଡିବ । ଯଦି ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି କାର୍ଯ୍ୟ କରିବେ, ତେବେ କେତେକାଂଶରେ ସୁଧାରି ଆସିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରା କରଜ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା ଯୋଗୁଁ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

କର୍କଟ :

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ସ୍ଵାସ୍ଥ୍ୟରେ ଅବନ୍ନତି ଘଟିବା ସହ କର୍ମକ୍ଷେତ୍ରର ସ୍ଥିତି ପ୍ରାୟତଃ ଅସ୍ଥିର ରହିବ । ଆପଣଙ୍କ ଅତି ଘନିଷ୍ଠ ବିଶ୍ଵସ୍ତମାନେ ହିଁ ଆପଣଙ୍କ ସହ ବିଶ୍ଵାସଘାତ କରିପାରନ୍ତି । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ପୂର୍ବର କଳ୍ପିତ ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ନିମନ୍ତେ ଅନେକ ବାଧାବିଘ୍ନ ସହ୍ୟ କରିବାକୁ ପଡିପାରେ । ସାଧାରଣ ଯୁକ୍ତିତର୍କକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବା ଫଳରେ ମନୋବଳ ବୃଦ୍ଧି ପାଇବ । ଭାଙ୍ଗିଯାଇଥିବା ସମ୍ପକ ପୁନଃ ପ୍ରତିଷ୍ଠିତ ହେବ, ଫଳରେ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ପରିବାର ସଦସ୍ୟଙ୍କ ମଧ୍ୟ ସ୍ନେହ ଶ୍ରଦ୍ଧା ଅତୁଟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ସିଂହ :

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, ଭଗବାନଙ୍କୁ ବିଶ୍ଵାସ କରନ୍ତୁ । ଆଜି ଗୋଟିଏ ପରେ ଗୋଟିଏ ସମସ୍ୟା ଲାଗିରହିବା କାରଣରୁ ମନ ଅତିଷ୍ଟ ହୋଇଯିବ । ଏହା ସଙ୍ଗେ ସଙ୍ଗେ ଆର୍ଥିକ ଅନଟନ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ସହକର୍ମୀ ଓ ବନ୍ଧୁଙ୍କ ମାଧ୍ୟମରେ କର୍ମକ୍ଷେତ୍ରରେ କେତେକାଂଶରେ ଉପକୃତ ହୋଇପାରିବେ । ପ୍ରଶାସନ ଓ ରାଜନୀତିି କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନିକଟ ସମ୍ପର୍କୀୟମାନେ ଦୂରେଇ ଯିବେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଦେଖାଯିବାର ସମ୍ଭାବନା ରହିଛି । ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନଚେତ୍ ପରେ ଚିନ୍ତା କରିବାକୁ ପଡିବ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

କନ୍ୟା :

ଦେବାଦେବୀଙ୍କ ଧ୍ୟାନ, ମନରେ ସକାରାତ୍ମକ ଶକ୍ତି ସଂଚାର ସୃଷ୍ଟି କରିବ । ଆଜି ଚେଷ୍ଟା କରୁଥିବା ଉଦ୍ୟମରେ ସଫଳତା ମିଳିବ । ଆଜି ହାତକୁ ନେଇଥିବା କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ମିଳିବ କିନ୍ତୁ ଆଲୋଚନା ଅବସରରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ । କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ଖୁସି ହେବେ । କୌଣସି ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ସ୍ଵର ଉତ୍ତୋଳନ କରିବେ ତଥାପି ବିଶେଷ କିଛି ଉପକୃତ ପାଇବେ ନାହିଁ । ଆତ୍ମୀୟସ୍ଵଜନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ଚିନ୍ତା ବଢିପାରେ । ଅନିୟମିତ ଆହାର ପେଟରେ ଯନ୍ତ୍ରଣାର କାରଣ ହୋଇପାରେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଚର୍ଚ୍ଚିକା ।

ତୁଳା :

କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ, ସଫଳତା ନିଶ୍ଚୟ ପାଇବେ । କର୍ମକ୍ଷେତ୍ର ଓ ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ । ବ୍ୟବସାୟରେ ଅର୍ଥଲାଭ ହେବ ସଙ୍ଗେ ସଙ୍ଗେ ହଜି ଯାଇଥିବ ଦ୍ରବ୍ୟ ପ୍ରାପ୍ତି ହେବ । ଋଣ ପରିଶୋଧ ସକାଶେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ । ଅଫିସରେ ସହକର୍ମୀଙ୍କ ସହାନୁଭୂତି ପାଇ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ରହିବ । ଅତୀତର ଘଟଣା ଗୁଡିକୁ ଅସ୍ଵାଭାବିକ ଭାବେ ସ୍ମରଣ କରି ମନ ଉଦାସ ରହିବ । ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ । ପରିବାରର ଛୋଟ ଛୋଟ କଥାକୁ ଧ୍ୟାନ ଦିଅନ୍ତୁ ନାହିଁ ନଚେତ ଅଶାନ୍ତି ଉପୁଜିବାର ଆଶଙ୍କା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବିଛା :

ଭାବିଚିନ୍ତି ଯେକୌଣସି କାର୍ଯ୍ୟ କରନ୍ତୁ, ନତୁବା ଯେଉଁ ବ୍ୟକ୍ତିମାନେ ଆପଣଙ୍କ ଗୁଣଗାନ କରୁଥିଲେ ସେହି ବ୍ୟକ୍ତିମାନେ ହିଁ ଆପଣଙ୍କ ପ୍ରତିଟି କାର୍ଯ୍ୟରେ ସମସ୍ୟା ସୃଷ୍ଟି କରାଇବେ । ହଠାତ୍ କର୍ମକ୍ଷେତ୍ରରେ ଅସ୍ଵାଭାବିକ ପରିସ୍ଥିତିର ମନକୁ ବିଚଳିତ କରିବ । ଅଫିସରେ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟର ଚାପ ଅଧିକ ରହିବା ସଙ୍ଗେ ସଙ୍ଗେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ତର୍ଜମା କରିବେ ଓ ଆପଣଙ୍କ କାର୍ଯ୍ୟକୁ ନେଇ ଆପଣଙ୍କୁ ଅପମାନିତ କରିପାରନ୍ତି । ନିଜର ଅପାରଗତା ଅଥବା ଅବହେଳା ଯୋଗୁଁ ବ୍ୟବସାୟରେ କେତେକ ସୁଯୋଗ ହାତଛଡା ହୋଇପାରେ । ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ । ପରିବାର ସଦସ୍ୟ ଓ ସହଧର୍ମୀଙ୍କ ସହଯୋଗ ପାଇବା ଫଳରେ ମନକୁ ଆଶ୍ଵସ୍ତି ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ଧନୁ :

ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବା ଲାଗି ଭାବି ପାରନ୍ତି । ସାମାନ୍ୟ ବିଳମ୍ବ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ କିନ୍ତୁ ପାରିବାରିିକ ଜଞ୍ଜାଳ ଓ ସମସ୍ୟା ବୃଦ୍ଧି ପାଇବା ଯୋଗୁଁ ମନକୁ ବିଚଳିତ ରହିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରନ୍ତୁ ନାହିଁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତିର ତାଳମେଳ ରହିବ ନାହିଁ । ଅଫିସରେ ସହକର୍ମୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ । ଅବସ୍ଥାକୁ ଦେଖି ବ୍ୟବସ୍ଥା କରନ୍ତୁ ଅର୍ଥାତ ଦେଖିଚାହିଁ ଖର୍ଚ୍ଚ କରନ୍ତୁ, ନଚେତ ଧାର କରଜ କରିବାକୁ ପଡିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦେହ ଭଲ ରହିଲେ ମଧ୍ୟ ଆକସ୍ମିକ ଭାବେ ଶାରୀରିକ ଅସୁସ୍ଥତାର ଯୋଗୁଁ ମନରେ ସରସ ରହିବ ନାହିଁ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ବିମଳା ।

ମକର :

ବିଭିନ୍ନ ପ୍ରକାରର ଦ୍ୱନ୍ଦ୍ୱର ଆଶଙ୍କା କରି ମନ ଉଦାସ ହୋଇପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୁର୍ବଳ ରହିବ ଓ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟ ଦେଇ ଗତି କରିବାକୁ ପଡିପାରେ । ଅଫିସରେ ସ୍ଥଗିତ ଥିବା କାର୍ଯ୍ୟକୁ ନେଇ ମନ ବିଚଳିତ ହୋଇପାରେ । ସହକର୍ମୀଙ୍କ ସହଯୋଗ ଓ ସାହାଯ୍ୟ ତ ଦୂରର କଥା, ସେମାନେ ଆପଣଙ୍କ କାର୍ଯ୍ୟକୁ ନେଇ ସମାଲୋଚନ କରିପାରନ୍ତି । ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ କାର୍ଯ୍ୟ ସକାଶେ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ କେତେକ ସମସ୍ୟାରୁ ବର୍ତ୍ତୀ ପାରିବେ । ଦାମ୍ପତ୍ୟ ଜୀବନରେ ଉତ୍ଥାନ-ପତ୍ତନ ଲାଗିରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ :

ଆଜି ଆପଣ ନୀରବତା ରହି ଅନ୍ୟମାନଙ୍କ କାର୍ଯ୍ୟକୁ ତଦାରଖ କରନ୍ତୁ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ବ୍ୟବସାୟ ବାଣିଜ୍ୟରେ ଲାଗିରହିଥିବା ସମସ୍ୟା ଓ ପ୍ରତିବାନ୍ଧକ ଦୂର ହେବ । ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ସାମାଜିକ ସ୍ତରରେ କୈାଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ବିଭିନ୍ନ ପ୍ରକାର ଆଶଙ୍କା କରି ମନ ଅସ୍ଥିର ରହିବ । ନିର୍ମାଣଧିନ କାର୍ଯ୍ୟରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ ଏବଂ ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

ମୀନ :

ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ, ନକରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତି । ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାବ ଜନିତ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ମାନସିକ ଅସୁସ୍ଥତା ଲାଗି ରହିବ ଓ କୌଣସି କାର୍ଯ୍ୟକୁ ନେଇ ମନରେ ବ୍ୟସ୍ତତା ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ । ଅଫିସରେ ଅଯଥା ମିଥ୍ୟା ଆରୋପ ଓ କଳଙ୍କ ମଧ୍ୟ ଲାଗିପାରେ । କୈାଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି । ରାଜନୀତି, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ପରିବାର ସଦସ୍ୟଙ୍କ ସହଯୋଗ ଫଳରେ ମନୋବଳ ଦୃଢ ହେବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

Be the first to comment

Leave a Reply

Your email address will not be published.


*