17 ନଭେମ୍ବର 2020, ମଙ୍ଗଳବାର- ମାହାବଳୀ ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ଆସିବା

17 ନଭେମ୍ବର 2020, ମଙ୍ଗଳବାର- ମାହାବଳୀ ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ଆସିବା ପରିବର୍ତ୍ତନ । ଆର୍ଥିକ କ୍ଷେତ୍ରରେ ଆସିବା ସୁଧାର ଓ ମନୋବାଞ୍ଛା ପୂରଣ ହେବ ।

ଆଜି ଆମେ ଆପଣଙ୍କୁ ୧୭ ନଭେମ୍ବର ମଙ୍ଗଳବାର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ । ସ୍ଵାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ । କଳକାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ମନରେ କଳ୍ପନା ବାନ୍ଧିବେ । କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ଅବଶ୍ୟ ଫେରିବା ବାଟରେ ବନ୍ଧୁ ଠାରୁ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ । ଦୁଇ ପାକ୍ଷିକ ବ୍ୟବସାୟରେ ଆପୋସ ଆଲୋଚନା ଓ ମିଳାମିଶାର ସମକ୍ୟ ଅନ୍ତର ରହିପାରେ, ଯାହାଫଳରେ ମନାନ୍ତର ଦେଖାଦେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ମଧୁରମୟ ରହିବା । ସାମାଜିିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । କାର୍ଯ୍ୟକ୍ଷେତ୍ରରେ ସୁଚାରୁ ରୂପେ କାମ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଚର୍ଚ୍ଚିକା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ବିଭିନ୍ନ ପ୍ରକାର ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ସହକର୍ମୀମାନଙ୍କ ସହ ତାଳମେଳ ବଜାୟ ରଖନ୍ତୁ । ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ, ଅଯଥା ଯୁକ୍ତିତର୍କରୁ ନିବୃତ ରୁହନ୍ତୁ । ବ୍ୟବସାୟ ବାଣିଜ୍ୟରେ ଉପଯୁକ୍ତ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଓ ଦ୍ୱନ୍ଦ୍ୱରେ ପଡିବେ । ଅଫିସରେ ତରବାରିଆ ହୋଇ କୌଣସି ପଦକ୍ଷେପ ନିଅନ୍ତୁ ନାହିଁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସାମାଜିକ କାର୍ଯ୍ୟରେ ଲୋକଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇବା ଦ୍ଵାରା ମନୋବଳ ବୃଦ୍ଧି ହେବ । ଆନୁଷ୍ଠାନିକ କାମରେ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଆପଣରେ ନିଜ ସ୍ୱାସ୍ଥ୍ୟର ଅବହେଳା କରନ୍ତୁ ନାହିଁ । ମତାନ୍ତର ଜନିତ ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢିପାରେ । ସ୍ନାୟବିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ହିଙ୍ଗୁଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖାଦେବ । ତଥାପି କୌଣସି ଦୃଢ ପଦେକ୍ଷପ ନେଲେ ଝାମେଲା ଅଧିକ ବଢି ଯାଇପାରେ । ବନ୍ଧୁମାନଙ୍କ ପ୍ରେରଣା ଓ ପ୍ରୋତ୍ସାହନରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ । ବିବାଦୀୟ କ୍ଷେତ୍ରରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ପାଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ପର କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁଣ୍ଣ କରିବ । କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । କୌଣସି କାରଣ ନେଇ ଆପଣଙ୍କ ମନରେ ଥିବା ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯିବ । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ସ୍ଵାସ୍ଥ୍ୟ ପ୍ରାୟତଃ ଭଲ ରହିବ । କିନ୍ତୁ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗର କୌଣସି ଅଭାବ ଅନୁଭବ କରିବେ ନାହିଁ ଏବଂ କୌଶଳ ପୂର୍ଣ୍ଣ କଥା କରି କାର୍ଯ୍ୟ ମଧ୍ୟ ହାସଲ କରିବାରେ ସମର୍ଥ ହେବେ । ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ନିଶ୍ଚୟ ସଫଳତା ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କିନ୍ତୁ ପରିସ୍ଥିତି ବଶତଃ ଅଯଥା ଖର୍ଚ୍ଚ ଯୋଗୁଁ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ଅଫିସର ହେଉ ଅବା ସଭାସମିତିର ବୈଠକରେ ଯୁକ୍ତିଯୁକ୍ତ କଥା କହି ସମସ୍ତଙ୍କ ଆଦରଣୀୟ ହୋଇପାରିବେ । ସାମାଜର କେତେକ କାର୍ଯ୍ୟକଳାପ ଦେଖି ଅସନ୍ତୁଷ୍ଟ ହୋଇପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ, ଯୋଗାଯୋଗ, ପ୍ରେସ୍‌, ପବ୍ଳିକେଶନ ନିମନ୍ତେ ଦିନଟି ଅତ୍ୟନ୍ତ ଭଲ ରହିବ । ଦାମ୍ପତ୍ୟ ଜୀବନରେ ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି ଆପଣ ମାନସିକ ସ୍ତରରେ ଶାନ୍ତି ପାଇଁ ପାରିବେ । ଆଜିର କାର୍ଯ୍ୟ ସମସ୍ୟା ବହୁଳ ହୋଇପାରେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଆର୍ଥିକ ପରିସ୍ଥିତି କ୍ରମଶଃ ଅସ୍ବାଭାବକର ହୋଇପାରେ । ଅଫିସ୍‌ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯିବେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ, ଯାହାକି ସମସ୍ୟାକୁ ବୃଦ୍ଧି କରିପାରେ । ଆଜି ଦିନଟି ବନ୍ଧୁମିଳନ, ଭ୍ରମଣ ରାଜନୀତି ପାଇଁ ଭଲ ରହିବ । ଅତ୍ୟାବଶ୍ୟକ କାର୍ଯ୍ୟ ସକାଶେ ଧାରକରଜ କରି କାମ ଚଳାଇ ନେଇପାରନ୍ତି । ବ୍ୟବସାୟ ମାଧ୍ୟମର ରହିବା । ଋଣମୁକ୍ତି ହେବା ପାଇଁ ପ୍ରୟାସ କରିବେ । ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ମଙ୍ଗଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ବିଭିନ୍ନ ଅପ୍ରକାଶ୍ୟ ଘଟଣାକୁ କେନ୍ଦ୍ରକରି ଅଧିକାଂଶ ସମୟ ମନ ବିଚଳିତ ରହିବ । ସ୍ଵାସ୍ଥ୍ୟ ସମସ୍ୟା କ୍ରମଶଃ ଦୁଃଶ୍ଚିନ୍ତାର କାରଣ ହୋଇପାରେ । ଏହା ସଙ୍ଗେ ସଙ୍ଗେ କର୍ମକ୍ଷେତ୍ରରେ ବାରମ୍ବାର ଅସଫଳତା ହେତୁ ନିଜ ଲୋକମାନଙ୍କ ଉପରୁ ଭରସା ତୁଟି ଯାଇପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବା କାରଣରୁ ମନ ଉଦାସ ରହିବ । ବ୍ୟବସାୟର ବୃଦ୍ଧି ନିମନ୍ତେ ନାନା ପ୍ରକାର ଉଦ୍ୟମ କରିବେ । କର୍ମକ୍ଷେତ୍ରରେ କାର୍ଯ୍ୟର ଚାପ ଅଧିକ ରହିବ ଓ କେତେକ ସହକର୍ମୀ “କଣ୍ଟା ବାଡରେ ଲୁଗା ପକାଇବା ଭଳି କାର୍ଯ୍ୟ କରିବେ” ଏବଂ ମନକୁ ବାଧିଲା ଭଳି କଥା କହିବେ । ଅଯଥା ରାଗି ପ୍ରକାଶ କରି ଅନ୍ୟମାନଙ୍କ ସହ ଥିବା ସମ୍ପର୍କକୁ ଖରାପ କରନ୍ତୁ ନାହିଁ । ପରିବାରର ପରିବେଶ ଶାନ୍ତଶିଷ୍ଟ ରହିବ । ଆପଣଙ୍କ ଅସୁବିଧାକୁ ହୃଦଙ୍ଗମ କରି ପରିବାର ସଦସ୍ୟ ଆପଣଙ୍କୁ ସହଯୋଗ କରିବେ । ସ୍ୱାସ୍ଥ୍ୟ ଦୃଷ୍ଟିରୁ ଅସୁସ୍ଥତା ଅନୁଭବ କରିବେ । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆକସ୍ମିକ ଭାବେ ସୃଷ୍ଟି ହୋଇଥିବା ସମସ୍ୟା ଯୋଗୁଁ ମନରେ ସରସତା ରହିବ ନାହିଁ । ତଥାପି ବୁଝି ବିଚାରୀ କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ । ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ପ୍ରତିଯୋଗିତାଦି କ୍ଷେତ୍ରରେ ସଫଳତା ମିଳିପାରେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଅସୁବିଧା ଉତ୍ପନ୍ନ ହେବ ନାହିଁ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟାରମ୍ଭ କରିବେ, ଶତ୍ରୁମାନେ ମିତ୍ରତାର ହାତ ବଢାଇବେ, ଉଚ୍ଚ ପ୍ରଶଂସା ଲାଭ, ମନରେ ସାହସ ବୃଦ୍ଧି, କ୍ଷମା ଗୁଣ ଯୋଗୁଁ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ନିଜର ସନ୍ଦେହୀ ମନୋଭାବ ଓ ଅଯଥା ସମସ୍ୟାର ଆଶଙ୍କା ମନକୁ ବିଚଳିତ କରିବ । ଅଫିସ କାର୍ଯ୍ୟାଳୟରେ ଉପୁଜିଥିବା ସମସ୍ୟାକୁ ସହକର୍ମୀଙ୍କ ସହ ଆପୋସ ଆଲୋଚନା କରି ସମାଧାନ କରିବାରେ ସମର୍ଥ ହେବେ । ଆପଣ ନିଜର ସୁପରିକଳ୍ପିତ ଯୋଜନା ଅନୁଯାୟୀ କାର୍ଯ୍ୟ କରିବାରେ କୌଣସି ଦ୍ଵିଧା ହେବ ନାହିଁ । ପାରିବାରିକ କ୍ଷେତ୍ରରେ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ମଧ୍ୟ ଦୁଃଚିନ୍ତାର କାରଣ ହୋଇପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମନରେ ସକାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ବନ୍ଧୁମାନଙ୍କ ସମର୍ଥନ କ୍ରମେ କୌଣସି ଆନୁଷ୍ଠାନିକ କାମରେ ନିଜକୁ ନିୟୋଜିତ କରିବେ । ଆର୍ଥିକ ପ୍ରଗତି ମାନସିକ ସୁସ୍ଥତାକୁ ବୃଦ୍ଧି କରିବ । ବ୍ୟବସାୟରେ ସ୍ଥିତି ଭଲ ରହିବ । କୌଣସି ନୂତନ କାର୍ଯ୍ୟାରମ୍ଭ କରିବା ପାଇଁ ବନ୍ଧୁ କିମ୍ବା ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । କର୍ମକ୍ଷେତ୍ରରେ ବୃଥା ସନ୍ଧେହ କରି ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଆର୍ଥିକ ସମ୍ବନ୍ଧୀୟ ପ୍ରସଙ୍ଗରେ ସତର୍କ ଅବଲମ୍ବନ କରନ୍ତୁ, ନଚେତ ନିକଟ ସମ୍ପର୍କୀଙ୍କ ସହ ସମ୍ପର୍କ ହାନୀ ହୋଇପାରେ । ପରିବାରିକ ଖର୍ଚ୍ଚ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ଆଜି ଆପଣ ପରିବାରରେ ପତ୍ନୀ ଓ ପୁଅଙ୍କ ଠାରୁ ଭଲ ଖବର ଶୁଣିବାକୁ ପାଇବେ । ବୈବାହିକ ଜୀବନ ସୁଖଦମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

କିଛି ଭଲ ଓ କିଛି ମନ୍ଦର ମିଶ୍ରିତ ଅନୁଭୂତି ନେଇ ଦିନଟି ଅତିବାହିତ କରିବାକୁ ପଡିବ । ସମସ୍ୟା ସମାଧାନ କରିବା ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ବନ୍ଧୁଙ୍କ ମାଧ୍ୟମରେ ହିଁ କର୍ମକ୍ଷେତ୍ରରେ ଉପୁଜିଥିବା ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ଅଫିସର ବାତାବରଣ ସୁସ୍ଥ ଥିଲେ ମଧ୍ୟ ଅପରାହ୍ନରେ ମିଥ୍ୟା ଅଭିଯୋଗର ଆରୋପ ଆପଣଙ୍କ ଉପରେ ଲାଗିପାରେ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ରାଜନୀତି ଓ ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଟେନସନ୍ କିିଛି ମାତ୍ରାରେ କମିପାରେ । ଆଲୋଚନା, ଚୁକ୍ତିପତ୍ରରେ ତରବରିଆ ପଦକ୍ଷେପ ଗ୍ରହଣ କରିବା ଠିକ୍‌ ହେବ ନାହିଁ । ଅତୀତର କେତେକ କଥାକୁ ମନେ ପକାଇ ଉଦାସ ରହିବେ । ପାରିବାରିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟତା ଅକ୍ଷୁଣ୍ଣ ରହିବ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

Be the first to comment

Leave a Reply

Your email address will not be published.


*