20 ନଭେମ୍ବର 2020, ଶୁକ୍ରବାର :- ଆଜି ଏହି ୩ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଭାଗ୍ୟର ସହାୟତା ! ଆର୍ଥିକ କ୍ଷେତ୍ରରେ

20 ନଭେମ୍ବର 2020, ଶୁକ୍ରବାର :- ଆଜି ଏହି ୩ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଭାଗ୍ୟର ସହାୟତା ! ଆର୍ଥିକ କ୍ଷେତ୍ରରେ ଆସିବା ସୁଧାର । ପାରିବାରିକ ସୁଖଶାନ୍ତି ପ୍ରାପ୍ତ କରିବେ ।

ଆଜି ଆମେ ଆପଣଙ୍କୁ ୨୦ ନଭେମ୍ବର ଶୁକ୍ରବାର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ସମ୍ୟକ କଷ୍ଟଦୟାକ ରହିବ । କେତେକ ପାରିବାରିକ ପରିସ୍ଥିତି ଆପଣଙ୍କ ମନରେ ଅସ୍ଵାଭାବିକ ଚିନ୍ତା ସୃଷ୍ଟି କରିବା । ଯାହାଫଳରେ କର୍ମକ୍ଷେତ୍ରରେ କାର୍ଯ୍ୟ କରିବାର ଗତି ମନ୍ଥର ହୋଇଯିବ । କର୍ମକ୍ଷେତ୍ରରେ ସହକର୍ମୀ ସହ ମଧ୍ୟାହ୍ନରେ ମତାନ୍ତର ଦେଖାଦେଇପାରେ । ପରିବାରରେ ଆର୍ଥିକ ସମସ୍ୟା ଦେଖାଦେଲେ ମଧ୍ୟ ପ୍ରିୟଜନଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ ଅନୁଚିନ୍ତା ସାମୟିକ ଭାବରେ ଦୂର ହେବ । ସ୍ଵାସ୍ଥ୍ୟରେ କୈାଣସି ଉନ୍ନତି ଦେଖାଯାଇ ନ ପାରେ । ପଡ଼ୋଶୀମାନେ ଆପଣଙ୍କ ପ୍ରତିଷ୍ଠା ଓ ପ୍ରଶଂସାକୁ ସହ୍ୟ କରି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ସକାରାତ୍ମକ ଭାବନାରେ ମନ ଉର୍ତ୍ତଫୁଲ୍ଲିତ ରହିବେ ଏବଂ ଭାଗ୍ୟର ମଧ୍ୟ ପୂର୍ଣ୍ଣ ସହଯୋଗ ମିଳିବ । ଧନସ୍ଥାନରେ ଗୁରୁଚାନ୍ଦ୍ର ଯୋଗ ହେତୁ ଅର୍ଥଲାଭ, ସାମାଜିକ ସମ୍ମାନ ସଙ୍ଗେ ସଙ୍ଗେ କର୍ମକ୍ଷେତ୍ରରେ ମଧ୍ୟ ସଫଳତା ପାଇପାରିବେ । କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ମନରେ ଶାନ୍ତି, ଭୟ ସତ୍ତ୍ୱେ ସମସ୍ତ କାର୍ଯ୍ୟରେ ଜୟ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ସ୍ଥିର କରିପାରନ୍ତି । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜିର ଦିନଟିରେ ହସଖୁସିରେ ସମୟ କଟାଇବେ । ଚନ୍ଦ୍ର ପ୍ରଭାବରେ ଦୈହିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ଥିରତା ଆପଣଙ୍କ କାର୍ଯ୍ୟସାଧନ ପାଇଁ ହିତକର ହେବ । କିନ୍ତୁ ପୁଷ୍ୟା ନକ୍ଷତ୍ର ସକାଶେ ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ସମାଜରେ ଆପଣଙ୍କ ସ୍ଥିତି ମଜବୁତ ରହିବ ଓ ମାନ-ସମ୍ମାନ ବୃଦ୍ଧି ପାଇବ । ପରିବାରର ଆବଶ୍ୟକତାକୁ ଉପଲବ୍ଧଧି କରି ଔଷଧ ପତ୍ର ଓ ଅନ୍ୟାନ୍ୟ ଦ୍ରବ୍ୟ କ୍ରୟ କରିପାରନ୍ତି । ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ମଧ୍ୟରେ ଗତି କରିବା ସହ କାର୍ଯ୍ୟହାନୀ କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧାର କାରଣ ନବୁଝି କାମ କଲେ ହଇରାଣ ହେବାକୁ ପଡିବ । ଅଧିକାରୀଙ୍କ ସହିତ ଖାସ୍‌ ବିଷୟ ଉପରେ କଥାବାର୍ତ୍ତା ହେବେ । ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି ସେମାନଙ୍କୁ ଲାଭ ପ୍ରାପ୍ତ ହେବ । ଆଜି ଦିନଟିରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ ଏପରିକି ଯାତ୍ରାକାଳୀନ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ଵରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ଧନସ୍ଥାନରେ ଏକାଧିକ ଗ୍ରହ ରହିଥିବାରୁ ଅର୍ଥଲାଭ ସାଙ୍ଗକୁ ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲରେ ବିତିବ କିନ୍ତୁ ଏକାଧିକ ମାମଲାରେ ବ୍ୟସ୍ତ ରହିବେ । ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପାରନ୍ତି । କୌଣସି କାମରେ ବ୍ୟସ୍ତତା ବଢିଯାଇପାରେ କିନ୍ତୁ କୌଣସି ଅସୁବିଧା ହେବ ନାହିଁ । ଅର୍ଥ ସମ୍ପର୍କୀୟ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ମିଳିବ । ଘରୋଇ କର୍ମଚାରୀଙ୍କ କର୍ମକ୍ଷେତ୍ରରେ ମତାନ୍ତର ସୃଷ୍ଟି ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜୀବନସାଥୀଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଆଖଣ୍ତଳମଣି ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ । ଗ୍ରହଯୋଗର ସୁପ୍ରଭାବରେ ଯେଉଁ କାମରେ ହାତଦେଲେ ମଧ୍ୟ ସଫଳତା ନିଶ୍ଚିତ ପାଇପାରିବେ । ପ୍ରତ୍ୟେକ କ୍ଷେତ୍ରରେ ସତ୍ୟର ସାଥ ଦେବେ । କାର୍ଯ୍ୟ କ୍ଷେତ୍ରରେ ଉନ୍ନତି ହେବ । ଲୋକ ଆପଣଙ୍କୁ ସହଯୋଗ କରିବେ । ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ସହ ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧାରିନେବେ । ରାଜନୀତିରେ ଲାଭ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ପ୍ରେମ ସାଗରରେ ବୁଡ଼ ପକାଇବେ । ବିବାଦୀୟ ଘଟଣାରେ ବିଜୟଲାଭ ସୁନିଶ୍ଚିତ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆପଣ ନିଜର କାମକୁ ଠିକ୍‌ ଭାବେ ନିର୍ବାହ କରିବେ । ତୃତୀୟାଧିପ ବଳହୀନ ଯୋଗୁଁ ପୂର୍ବରୁ କଥା ଦେଇଥିବା ନିଜ ଲୋକମାନଙ୍କ ଉପରେ ଭରସା କରନ୍ତୁ ନାହିଁ । ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିବିଚାରି କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ନିଜର ବ୍ୟବହାର ଅର୍ଥାତ କଥାବାର୍ତ୍ତାରେ ସଂଯମତା ରଖନ୍ତୁ ଏବଂ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ; ଆପଣଙ୍କ ପାଇଁ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି କାମ ହାସଲ କରି ପାରିବେ । ପରିବାର ଭିତରେ କଳହ ଲାଗିପାରେ । ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । ଦୁଃସ୍ଥାନସ୍ଥ ବୁଧଜନିତ କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ କିନ୍ତୁ ଅପରାହ୍ନରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସାମାଜିକ ସ୍ତରରେ ଥିବା ସମସ୍ୟା ସମାଧାନ କରିବାରେ ସଫଳ ହେବେ । ଉପସ୍ଥିତ ବୁଦ୍ଧି ଖଟାଇ ପରିବାରରେ ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି । କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସୀ ରହିବେ । ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇପାରନ୍ତି । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜି ଆପଣ ନୂଆ ଊର୍ଜାର ସହିତ କାମ କରିବେ । ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ବୃହସ୍ପତିଙ୍କ ଦୋଷରୁ ନିର୍ଦ୍ଧିଷ୍ଟ ସମୟରେ କାମ ଗୁଡିକ ନ ହୋଇପାରିବା କାରଣରୁ ବ୍ୟସ୍ତ ହେବେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅଫିସରେ ସହକର୍ମୀମାନେ କୌଣସି କାର୍ଯ୍ୟ ନେଇ ଆପଣଙ୍କୁ ବିରୋଧ କରିପାରନ୍ତି । ଗୁପ୍ତକଥା, କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କିତ ଅଯଥା ଚିନ୍ତା କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ସମ୍ୟକ ଅଭାବ ପରିଲକ୍ଷିତ ହେଲେ ମଧ୍ୟ କୌଣସି ଅଭାବ ହେବ ନାହିଁ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯତ୍ନ କରିପାରନ୍ତି । ଦେଖାଚାହିଁ ଖର୍ଚ୍ଚ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ସକାରାତ୍ମକ ଭାବନାରେ ରହନ୍ତୁ; କାମ କରିବା ସହଜ ହେବ । ଚତୁର୍ଥାଧିପ ନିଜରାଶିରୁ ଷଷ୍ଠଭାବସ୍ଥ ଯୋଗୁ ପରିବାରରେ ମତଭେଦ କାରଣରୁ କଳହ ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ମନ ଭାରକ୍ରାନ୍ତ ଯୋଗୁଁ ବ୍ୟବସାୟ ସମ୍ବନ୍ଧୀୟ କେତେକ ସୁଯୋଗ ହାତଛଡା ହୋଇପାରେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ଆର୍ଥିକ ଲାଭ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ଅଟେ । ସାହାଯ୍ୟକାରୀ ମନୋଭାବ କାରଣରୁ ଆତ୍ମୀୟମାନେ ମନ ଭୁଲାଣିଆ କଥା କହି ଆଦର ପ୍ରଶଂସା କରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ସଂପୂର୍ଣ୍ଣ ହୋଇଯିବ । ଶୁକ୍ର ପ୍ରଭାବରେ ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ । ବ୍ୟବସାୟ ଓ ପରିବହନରେ ଶିଥିଳତା କାରଣରୁ ମନ ଭଲ ରହିନପାରେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ପାଇବା ଫଳରେ ମନୋବଳ ଆହୁରି ବଢିବ । ସାମାଜିକ ସ୍ତରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । କୌଣସି ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମନକୁ ବିଚଳିତ କରିପାରେ । ସାମୟିକ ଭାବେ କର୍ମକ୍ଷେତ୍ରରେ ଉପୁଜୁଥିବା ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ବନ୍ଧୁଙ୍କ ସହ ଆଲୋଚନା କରିବେ । ପରିବାରରେ କଳହ ଲାଗିବାର ସୂଚନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ଭଲ ରହିବା । ବଳବାନ୍‌ ଚନ୍ଦ୍ର ପ୍ରଭାବରେ ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ନେଇ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । କୌଣସି ବଡ଼ ଅଧିକାରୀଙ୍କ ସହଯୋଗ ମିଳିପାରେ । ଅଫିସରେ ମାହୋଲ ଠିକ୍‌ଠାକ୍‌ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ କିନ୍ତୁ ଅଫିସ କାମ ସକାଶେ ମନ ସମ୍ୟକ ଚିନ୍ତିତ ରହିବ । ଆନୁଷ୍ଠାନିକ କାମ, ସାମାଜିକ ସମ୍ପର୍କରେ ଉନ୍ନତି ସହ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ । କୋର୍ଟ-କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ଶୁଭରଙ୍ଗ: ସବୁଜ । ଆରାଧନା : ମାଆ ରାମଚଣ୍ତୀ ।

Be the first to comment

Leave a Reply

Your email address will not be published.


*