11 ମଇ 2021, ମଙ୍ଗଳବାର :- ହନୁମାନଙ୍କ କୃପାରୁ ଏହି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ । ଆର୍ଥିକ

11 ମଇ 2021, ମଙ୍ଗଳବାର :- ହନୁମାନଙ୍କ କୃପାରୁ ଏହି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ । ଆର୍ଥିକ

11 ମଇ 2021, ମଙ୍ଗଳବାର :- ହନୁମାନଙ୍କ କୃପାରୁ ଏହି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବା ସହ ପରିବାରରେ ହସଖୁସିରେ ବାତାବରଣ ରହିବ ।

ଆଜି ଆମେ ଆପଣଙ୍କୁ ୧୧ ମଇ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ଧାର୍ମିକ ଭାବନା ପ୍ରତି ମନରେ ଆଗ୍ରହ ଜନ୍ମିବ । କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୁକ୍ତିତର୍କ କରିବେ ଯାହାଫଳରେ ସମ୍ପର୍କ ହାନୀ ହେବାର ଆଶଙ୍କା ରହିଛି । ଅଫିସରେ ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣାକୁ ସୁଧାରି ନେବାରେ ସମର୍ଥ ହେବେ କିନ୍ତୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ଭୁଲ୍‌ବୁଝାମଣା ହେତୁ ଆତ୍ମୀୟ ସ୍ଵଜନମାନେ ପରୋକ୍ଷ ଶତ୍ରୁତା କରିପାରନ୍ତି । ପରିବାରରେ ସ୍ନେହ, ଶ୍ରଦ୍ଧା ଓ ଅନାଦର ଭାବକୁ ନେଇ ମନରେ ଦୁଶ୍ଚିନ୍ତା ଲାଗି ରହିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ବ୍ୟବସାୟ ଓ ବାଣିଜ୍ୟରେ ପରିସ୍ଥିତି ମନ୍ଦ ହେବ ନାହିଁ । ଅଫିସରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିନେବେ । ପ୍ରଶାସନିକ ସ୍ତରରେ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି । ପରିବାରରେ ହସଖୁସି ସହ ଜୀବନ ଆତିବାହିତ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜି ଯେଉଁ କାମ କରିବା ପାଇଁ ଭାବିଥିବେ କରିବା ବେଳେ ଅନ୍ୟ କରିବେ । କର୍ମକ୍ଷେତ୍ରରେ ନିଷ୍ଠା ଓ କର୍ତ୍ତବ୍ୟର ସହ ନିଜ କାର୍ଯ୍ୟକୁ ସମ୍ପାଦନ କରିବେ । ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ ଓ ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ । ଆର୍ଥିକ ପରିସ୍ଥିତି ମନ୍ଦ ନ ଥିବାରୁ ଅଟକି ଥିବା ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡିକ ପୂର୍ଣ୍ଣ କରିବାରେ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ବାଦବିବାଦ ଠାରୁ ଦୂରେଇ ରହିବା ଭଲ, ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଦୁର୍ଗା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆତ୍ମୀୟ ଓ ସ୍ଵଜନଙ୍କ ଠାରୁ ସ୍ନେହା ଶ୍ରଦ୍ଧା ପାଇବେ । ଆଜି ଏମିତି ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ, ଯାହାଦ୍ୱାରା ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି । ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସମସ୍ୟା ମଧ୍ୟରେ ନିଜକୁ ସମ୍ଭାଳି ନେଇ କାମ କରିବା ଦୁଷ୍କର ହୋଇପଡିବ । ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସାହାଯ୍ୟ, ସହଯୋଗ ପାଇ ପାରିବେ । ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅଫିସରେ କୌଣସି କାମର ଟିକେ ଗତିରୋଧ ହୋଇପାରେ । କୌଣସି ନିଷ୍ପତିର ଶେଷ ସମୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିପାରେ । ରାଜନୀତିରେ ଥିବା ଲୋକମାନଙ୍କ ଲୋକପ୍ରିୟତା ଅର୍ଜନ ବୃଦ୍ଧି ପାଇବ । କୌଣସି ବିବାଦୀୟ ସ୍ଥିତିରେ ମଧ୍ୟସ୍ଥତା କରିଲେ ଅପଦସ୍ଥ ହେବାକୁ ପଡିବ । ବିବାହିତଙ୍କ ଲାଗି ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବଗଳାମୁଖୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ସକାରାତ୍ମକ ଚିନ୍ତାଧାରାରେ ମନ ପୂର୍ଣ୍ଣ ରହିବେ । ବ୍ୟବସାୟରେ ସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । ସାମାଜିକ ସ୍ତରରେ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଅବଶ୍ୟ ସଫଳତା ପାଇବେ । ଅଫିସରେ ନିଜ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରିବେ କିନ୍ତୁ ଅପରାହ୍ନରେ ମିଥ୍ୟା ଅଭିଯୋଗରେ ଫସି ଯାଇପାରନ୍ତି । ନିଜ କ୍ରୋଧକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟକୁ କରନ୍ତୁ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ଅପରିଚିତଙ୍କ ସହିତ ସମ୍ପର୍କ ସ୍ଥାପନ ହେବ; ଯାହା ଦ୍ୱାରା ଭବିଷ୍ୟତରେ ଯଥେଷ୍ଟ ଲାଭ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋଭାବ କ୍ରମଶଃ ହ୍ରାସ ପାଇପାରେ । କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି କେତେକ କାର୍ଯ୍ୟ ସହଜରେ ହାସଲ କରିନେବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ବଢିପାରେ । କୌଣସି କାମ ଅଟକିବ ନାହିଁ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ସହ ଟେନସନ୍ ଲାଗି ରହିବ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର ଆଦି କ୍ଷେତ୍ରରେ ମାନସିକ ସ୍ଥିତି ଅକ୍ଷୁର୍ଣ୍ଣ ରହିବ । ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଜି ଆପଣ ମାନସିକ ସ୍ତରରେ ଶାନ୍ତି ପାଇଁ ପାରିବେ ନାହିଁ । ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ବ୍ୟବସାୟ ଓ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିଲେ ମଧ୍ୟ କ୍ଷତିର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଅଫିସରେ ଭୁଲ ବୁଝାମୁଣା ଯୋଗୁଁ ସହକର୍ମୀଙ୍କ ସହ ମନାନ୍ତର ଦେଖାଦେଇପାରେ । ଅନ୍ୟର ବିବାଦୀୟ ପରିସ୍ଥିତିରେ ମୁଣ୍ଡ ପୁରନ୍ତୁ ନାହିଁ, ନଚେତ ହଇରାଣରେ ପଡ଼ିପାରନ୍ତି । ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ତର୍କବିତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭୈରବୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । କଠୋର କଥା କାରଣରୁ ପରିବାରରେ ସାମୟିକ କଳହ ଦେଖାଦେଇପାରେ । କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇନପାରେ । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଗୋଟିଏ ପକ୍ଷରେ ଆର୍ଥିକ ସ୍ଥିତି ମାନ୍ଦା ରହିବା ବେଳେ ଅନ୍ୟପଟେ ପାରିବାରିକ ଖର୍ଚ୍ଚ ଚିନ୍ତାର କାରଣ ହୋଇପାରେ । ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ପୁରାତନ ରୋଗ ପୁନରାୟ ମୁଣ୍ଡ ଟେକିପାରେ, ତେଣୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡିବେ ଓ ପରବର୍ତ୍ତୀ ସମୟରେ ଅନୁତାପ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଧୌର୍ଯ୍ୟହରା ନ ହୋଇ କାର୍ଯ୍ୟ କରିଲେ ଉପକୃତ ହେବେ । ବୁଧ ସ୍ଵଗୃହରେ ବଳବାନ୍‌ ଯୋଗୁଁ କର୍ମକ୍ଷେତ୍ରରେ ଅଯଥା ଚିନ୍ତା କରି ମନରେ ଆଶଙ୍କା ଉପୁଜିବ । କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ପୂର୍ବ ପରିକଳ୍ପିତ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟ ବାଣିଜ୍ୟରେ କାରବାର ମାନ୍ଦା ରହିବ । ଅଫିସରେ ଈର୍ଷାନ୍ଵିତ କରୁଥିବା ସହକର୍ମୀ ଜଣକ ଆପଣଙ୍କ କାର୍ଯ୍ୟରେ ପ୍ରତିରୋଧ ସୃଷ୍ଟି କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟ ନିମନ୍ତେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡିକୁ ଆଣିବାକୁ ବାଧ୍ୟ ହେବେ । ସ୍ଥ୍ୟାସ୍ଥ୍ୟ ପ୍ରତି ଅବହେଳା କରି ଅନୁତାପ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଆପଣଙ୍କ ପାଇଁ ସୁସ୍ଥ ରହିବ । ରାଶିରେ ଶୁକ୍ରର ଅବସ୍ଥାନ ଯୋଗୁଁ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଜି ମିତ୍ରତାର ହାତ ବଢାଇବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧିନସ୍ଥ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଅଫିସରେ ଉଚ୍ଚାଧିକାରୀ ଆପଣଙ୍କ କାମରେ ସନ୍ତୁଷ୍ଟ ରହିବେ । ସମାଜରେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ଲାଭ କରି ଉନ୍ନତିର ପଥରେ ଅଗ୍ରସର ହେବେ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଅତି ଭଲ ପାଉଥିବା ସମ୍ପର୍କ ଥିବା ବନ୍ଧୁଙ୍କୁ ସନ୍ଧେହ ଚକ୍ଷୁରେ ଦେଖିବେ । ପାରିବାରିକ ସମସ୍ୟା ନେଇ ମନରେ ଯେଉଁ ଆଶଙ୍କା ରହିଛି ତାହା ଅପରାହ୍ନରେ ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ମନ ଉଦାସୀନ ରହିନ । କର୍ମାଧିପତି ସ୍ଥାନରେ ଧନାଧିପ ଅବସ୍ଥାନ କରିଥିବା ଯୋଗୁଁ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟ ଦେଇ ଗତି କରିବାକୁ ପଡିବ । କିନ୍ତୁ ବନ୍ଧୁମାନେ ଛାଇ ଭଳି ପାଖେପାଖେ ରହିବେ । ଅଫିସରେ ସ୍ଥଗିତ ଥିବା କାର୍ଯ୍ୟ ନିମନ୍ତେ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିପାରେ । କେତେକ କ୍ଷେତ୍ରରେ ମାନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳିନେବେ । ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ଆଲୋଚନା କାଳରେ ବନ୍ଧୁଙ୍କ ବିରଧାତ୍ମକ ମନ୍ତବ୍ୟକୁ ନେଇ ଝଗଡ଼ା ସୃଷ୍ଟି ହୋଇପାରେ । ଆର୍ଥିକ ସ୍ଥିତି ମାନ୍ଦା ରହିବା ସହ ଘରଭଡାକୁ କେନ୍ଦ୍ର କରି ଯୁକ୍ତିତର୍କର ସମ୍ମୁଖୀନ ହେବାକୁ ପଡିପାରେ । ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହି, ଫଳରେ ଅଶାନ୍ତିର ସମ୍ଭାବନା ରହିଛି । ବୈବାହିକ ଜୀବନରେ ଉଭୟ ପତି ଓ ପତ୍ନୀ ପରସ୍ପରକୁ ସହଯୋଗଭିତ୍ତିରେ କାମ କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

Leave a Reply

Your email address will not be published. Required fields are marked *