12 ଜୁଲାଇ, ସୋମବାର :- ମହାଦେବଙ୍କ କୃପାରୁ ଆଜି ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ନିମନ୍ତେ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଋଣ

12 ଜୁଲାଇ, ସୋମବାର :- ମହାଦେବଙ୍କ କୃପାରୁ ଆଜି ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ନିମନ୍ତେ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଋଣ

12 ଜୁଲାଇ, ସୋମବାର :- ମହାଦେବଙ୍କ କୃପାରୁ ଆଜି ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ନିମନ୍ତେ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଋଣ ମୁକ୍ତ ହେବା ସହ ଆର୍ଥିକ କ୍ଷେତ୍ରରେ ସ୍ଥିତି ମଜବୁତ ରହିବ ।

ଆଜି ଆମେ ଆପଣଙ୍କୁ ୧୨ ଜୁଲାଇ ୨୦୨୧ ରବିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହ-ନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ମନରେ ଆତ୍ମା ବିଶ୍ଵାସ ବଢିବ । ଅଟକି ଥିବା ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ କରିବେ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ରହିବ । କିନ୍ତୁ ପ୍ରତିଯୋଗିତା ମନୋଭାବା ଉପୁଜିପାରେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରେମ ପାଇଁ ଦିନଟି ଭଲ । ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନର ଆଶାକୁ ଚରିତାର୍ଥ କରିବା ପାଇଁ ଉଦ୍ୟମ କରିବେ । ଯେତେ ବାଧାବିଘ୍ନ ଆସୁନା କାହିଁକି, ଆଜି କୌଣସି କାମ ଅଟକିବ ନାହିଁ । ବ୍ୟବସାୟ ବାଣିଜ୍ୟରେ ଆଶଟି ଲାଭ ପାଇବେ । ଅଧିନସ୍ଥ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଅଫିସରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବେ । ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପରିବାରିକ ଜୀବନରେ ଶାନ୍ତି ବଜାୟ ରହିବା । ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଓ ଫେରନ୍ତା ବାଟରେ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିରଜା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ସମସ୍ତ ପ୍ରକାର ସୁଖ ସୁବିଧା ଥିଲେ ମଧ୍ୟ ଆପଣଙ୍କ ପାଇଁ ଦିନଟି ଖଟାମିଠା ରହିବା । ଅତ୍ୟଧିକ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ମନରେ ସରସତା ରହିବ ନାହିଁ । ବ୍ୟବସାୟୀମାନେ କାରବାର ବୃଦ୍ଧି କରିବା ପାଇଁ ନାନାଦି ଉପାୟ ଅବଲମ୍ବନ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ଆପଣାର ଉପରେ କୃପା ଭାଜନ ହେବେ । ଭାଗୀଦାରିଙ୍କ ସହଯୋଗ ମିଳିବାର ଯୋଗ ରହିଛି । ଆର୍ଥିକ ସ୍ଥିତି ମଜଭୁତ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ଜୀବନସାଥୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ମଧୁର ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଶୁଭରଙ୍ଗ: ଗୋଲାପି । ଅରାଧନା: ମାଆ ଦୁର୍ଗା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କ ପାଇଁ ମଙ୍ଗଳଦାୟକ ରହିବ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ଆୟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶାରୀରିକ ଅସୁସ୍ଥତା ଯୋଗୁଁ କେତେକ କାମ ବାଧ୍ୟ ହୋଇ ସ୍ଥଗିତ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳନାଥ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସାମଜିକ କାର୍ଯ୍ୟରେ ଲିପ୍ତ ରହିବ । ଚାକିରି ଓ ବ୍ୟବସାୟରେ ସ୍ଥିତି ଭଲ ରହିବ । ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି । କୌଣସି ନୂଆ ପରିଯୋଜନା ପୂରା କରିବା ଲାଗି ମନବଳ ଦୃଢ ହେବ । ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ । ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ । ଆତ୍ମୀୟ ଓ ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ କ୍ରୟକରି ଅଯଥାରେ ଅପବାଦ ଶୁଣିବେ । ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିବେ ଓ ନିଜର ପ୍ରତିଷ୍ଠା ବୃଦ୍ଧି କରି ଉନ୍ନତି ପଥରେ ଅଗ୍ରସର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ । ବ୍ୟବସାୟୀଙ୍କୁ କୌଣସି ଚୁକ୍ତିରୁ ଅଚାନକ ଧନଲାଭ ହେବ । ଚାକିରିଆଙ୍କର ଦରମା ବୃଦ୍ଧି ହୋଇପାରେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦିନଟି ଆପଣଙ୍କ ପାଇଁ ସୁଖ ଓ ଶାନ୍ତିମୟ ରହିବ । କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ଓ ନିର୍ଭୀକତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ । ସମାଜରେ ଶତ୍ରୁମାନେ ମିତ୍ରତାର ହାତ ବଢାଇବେ । ଆନୁଷ୍ଠାନିକ କାର୍ଯ୍ୟରେ ଉଚ୍ଚ ପ୍ରଶଂସା ଲାଭ କରିବେ । ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅବିବାହିତଙ୍କୁ ବିବାହର ପ୍ରସ୍ତାବ ମିଳିବ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ପାରିବାରିକ ସଦସ୍ୟମାନେ ଆପଣଙ୍କ କାର୍ଯ୍ୟରେ ସହଯୋଗ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ବ୍ୟବସାୟରେ ପୂର୍ବ ସମସ୍ୟା ଦୂର ହେବ ଏବଂ ବନ୍ଧୁଙ୍କ ସହ ନୂଆ ବ୍ୟବସାୟ ସମ୍ବନ୍ଧରେ ଆଲୋଚନା କରିବେ । କର୍ମକ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପ୍ରତି ସତର୍କ ରୁହନ୍ତୁ । ଅଫିସରେ କୌଣସି ନୂଆ ଯୋଜନା ଉପରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ମିଳିପାରେ । ଆୟ ବଢ଼ିବା ହେତୁ ଆର୍ଥିକ କଷ୍ଟ ଦୂର ହେବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣା ହେବ ନାହିଁ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ବ୍ୟବସାୟରୁ ଅଧିକ ଲାଭ ପାଇବା ପାଇଁ ନୂଆ କୌଶଳ ଅବଲମ୍ବନ କରିବେ । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଚାଲିଥିବା ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ମାନସିକ ଏକାଗ୍ରତା ରଖି ପ୍ରତ୍ୟେକ କାର୍ଯ୍ୟକୁ ନିଷ୍ଟାର ସହ ସମ୍ପାଦନ କରିବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ନୂଆ ବାହନ କିଣିବା ଲାଗି ମନ ବଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଚର୍ଚ୍ଚିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆଜିର ଯାତ୍ରାରେ ଅର୍ଥ ପ୍ରାପ୍ତିର ଆଶା ପୂରାମାତ୍ରାରେ ରହିଛି । ହାତକୁ ନେଇଥିବା କାର୍ଯ୍ୟକୁ ସମ୍ପାଦନ କରିବାରେ ସମର୍ଥ ହେବେ । ବ୍ୟବସାୟରେ କାରବାର ଭଲ ରହିବା ସହ ଆଶାନୁରୂପକ ସଫଳତା ପାଇବେ । ପାଖ, ପଡ଼ୋଶୀଙ୍କ ସାହାଯ୍ୟକ୍ରମେ ନିର୍ମାଣାଧୀନ କାମ ପୂର୍ଣ୍ଣାଙ୍ଗ ହୋଇଯିବ । ନିଜ ନିଜ ଭିତରେ ଅଯଥା କଳହରୁ ଦୂରେଇ ରୁହନ୍ତୁ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ସହ ବୁଝାମଣା ଠିକ୍‌ ରହି ନ ପାରେ । ସଭାସମିତିରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ ମନ ଭାରକ୍ରାନ୍ତ ରହିବ । ସ୍ଵାସ୍ଥ୍ୟ ପୂର୍ବପରି ରହିବ କିନ୍ତୁ ବିଶେଷ ଅସୁବିଧା ହେବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଧବଳେଶ୍ଵର ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ସାମୟିକ କଷ୍ଟଦାୟକ ରହିବ । ନିଜର ସମ୍ପର୍କୀୟମାନେ ବିନା କାରଣରେ କଳହ କରିପାରନ୍ତି । ବ୍ୟବସାୟରେ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ଛାଡ଼ିପାରିବେ ନାହିଁ । ଗୋପନରେ ଶତ୍ରୁତା କରୁଥିବା କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତିଶ୍ରୁତି ପାଇବା ଫଳରେ ମନକୁ ଆଶ୍ୱସ୍ତି ମିଳିବ । ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିବ । ହଠାତ୍‌ ଯାତ୍ରା କରିବାକୁ ଯିବାକୁ ମନସ୍ଥ କରି ବାଟରୁ ଫେରି ଆସିବାକୁ ପଡ଼ିପାରେ । ପରିବାରରେ ସୁଖ ଶାନ୍ତି ବଢ଼ିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭୈରବୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆଶା କରୁଥିବା ସବୁ ସୁବିଧା ସୁଯୋଗ ପାଇ ଖୁସି ହେବେ । ଧୌର୍ଯ୍ୟ ଧରି ପରିସ୍ଥିତିର ମୁକାବିଲା କରନ୍ତୁ, ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇପାରିବ । ବ୍ୟବସାୟରେ ସ୍ଥିତି ମାନ୍ଦା ରହିବା କାରଣରୁ ଆର୍ଥିକ ସ୍ଥିତି ଦୁର୍ବଳ ହୋଇପାରେ । ଅଫିସରେ କୌଣସି କାମ ତରବାରିଆ ହୋଇ କରନ୍ତୁ ନାହିଁ । ପରିସ୍ଥିତିବଶତଃ ଅଧସ୍ତନ କର୍ମଚାରୀ କିମ୍ବା ସହକର୍ମୀଙ୍କୁ କଟୁକଥା କହି ସୁସମ୍ପର୍କ ହରାଇବେ । ପଡ଼ୋଶୀ କିମ୍ବା ଆତ୍ମୀୟଙ୍କଠାରୁ ଅଯାତିତ ସହାୟତା ପାଇବେ । ଈର୍ଷା କରୁଥିବା ଲୋକ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ । ପାରିବାରିକ କ୍ଷେତ୍ରରେ ସମସ୍ତ କାମ ଗୋଳିଆ ସ୍ଥିତ ମଧ୍ୟରେ ସମାପନ କରିବାକୁ ପଡିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହର ପାର୍ବତୀ ।

Leave a Reply

Your email address will not be published. Required fields are marked *