12 ଜାନୁୟାରୀ 2021, ମଙ୍ଗଳବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପରିଶ୍ରମର ଉପଯୁକ୍ତ ପରିଶ୍ରମିକ ! ସ୍ଥଗିତ

12 ଜାନୁୟାରୀ 2021, ମଙ୍ଗଳବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପରିଶ୍ରମର ଉପଯୁକ୍ତ ପରିଶ୍ରମିକ ! ସ୍ଥଗିତ

12 ଜାନୁୟାରୀ 2021, ମଙ୍ଗଳବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପରିଶ୍ରମର ଉପଯୁକ୍ତ ପରିଶ୍ରମିକ ! ସ୍ଥଗିତ କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ ଓ ପରିବାରରେ ସୁଖଶାନ୍ତି ବଜାୟ ରହିବ ।

ଆଜି ଆମେ ଆପଣଙ୍କୁ ୧୨ ଜାନୁୟାରୀ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ପ୍ରଭୁଙ୍କ ଧ୍ୟାନରେ ମନର ସକାରାତ୍ମକ ଶକ୍ତି ଓ ଚିନ୍ତା ଜାଗ୍ରତ ହେବ । କର୍ମାଧିପ ବ୍ୟୟାଧିପ ଯୁକ୍ତ ହେତୁ ସବୁ ସୁବିଧା ଥାଇ ମଧ୍ୟ ବିନା ଖର୍ଚ୍ଚରେ କିଛି କରିପାରିବେ ନାହିଁ । ଜରୁରୀ କାମ ସମ୍ପର୍ଣ୍ଣ କରିବା ଲାଗି ମନରେ ଯୋଜନା ପ୍ରସ୍ତୁତ କରିବେ । ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ । କର୍ମକ୍ଷେତ୍ରରେ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିବ । ସରକାରୀ କର୍ମଚାରୀଙ୍କ ଉପରେ ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ ମନରେ ସରସତା ରହିବ ନାହିଁ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରଙ୍କ ପରି ବ୍ୟବହାର କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଆଦି କ୍ଷେତ୍ରରେ ରାୟ ଆପଣଙ୍କ ସପକ୍ଷରେ ରହିବ । ସନ୍ତାନଙ୍କ ଗୌରବରେ ଗୌରବାନ୍ୱିତ ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ରାଶ୍ୟାଧିପ କର୍ମାଧିପଙ୍କ ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପ୍ରତ୍ୟେକ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରିବେ । ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସ ସମାରୋହରେ ଆନନ୍ଦ ଉପଭୋଗ କରିବେ । ଉଚ୍ଚପଦସ୍ଥ ଅଫିସରମାନେ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ରହିବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । ଲୋକସମ୍ପର୍କ, ବ୍ୟବସାୟିକ ସ୍ଥିତି, ପୂର୍ବ ସ୍ଥିରୀକୃତ କାର୍ଯ୍ୟ, ଯାତ୍ରାରୁ ସୁଫଳ ପାଇବେ । ବାଦ ବିବାଦ ଠାରୁ ଦୂରେଇ ରହିବା ରୁହନ୍ତୁ । ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ । ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ସଫଳତାର ନୂଆ ପାହଚରେ ପାଦ ରଖିବେ । ରାହୁ ଦ୍ୱାଦଶ ସ୍ଥାନରେ ରହିଥିବାରୁ ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି କେତେକାଂଶରେ ଉପକୃତ ହୋଇପାରନ୍ତି । ଅଫିସରେ ସ୍ଥିତି ଭଲ ଥିଲେ ମଧ୍ୟ ଆପଣଙ୍କୁ ବିରୋଧ କରୁଥିବା ସହକର୍ମୀ ଜଣକ ମଧ୍ୟାହ୍ନରେ କୌଣସି ବିଷୟକୁ ନେଇ ଅଯଥାରେ ଝଗଡା କରିପାରେ । ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜିପାରେ । ପୁରୁଣା ରୋଗ ପୁନରାୟ ମୁଣ୍ଡ ଟେକିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି । ପାରିବାରିକ କ୍ଷେତ୍ରରେ ଲାଗିରହିଥିବା ଅସନ୍ତୋଷ ଆପୋସ ଆଲୋଚନା ଦ୍ୱାରା ସମାଧାନ କରିବାକୁ ଚେଷ୍ଟା କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ରାଶ୍ୟାଧିପ ଷଷ୍ଠଭାବରେ ରହିଥିବାରୁ ଆଜି ଯେକୌଣସି ସମସ୍ୟା ଆସିଲେ ତାହାକୁ ସାମ୍ନା କରିବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବ୍ୟବସାୟରୁ ଆଶାନୁରୂପ ଲାଭ ପାଇବେ । କୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ଅଫିସର ବାତାବରଣ ସୁସ୍ଥ ରହିବ କିନ୍ତୁ ଆପଣ ଅନ୍ୟମନସ୍କତା ରହି କେତେକ ଭୁଲ୍‌ କରିବସିବେ ଓ ପରବର୍ତ୍ତୀ ସମୟରେ ପଶ୍ଚାତ୍ତାପ କରିବେ । ସାମାଜିକ କାର୍ଯ୍ୟରେ ସକ୍ରିୟ ରହିବା ସହ ଆନୁଷ୍ଠାନିକ କାର୍ଯ୍ୟରେ ଅଗ୍ରଗତି କରିବେ । ଆର୍ଥିକ ସ୍ଥିତି ଭଲ ଥିବା ଯୋଗୁଁ ଋଣ ପରିଶୋଧ କରିବା ପାଇଁ ଚିନ୍ତା କରିପାରନ୍ତି । ପରିବାରରେ ମତଭେଦ କାରଣରୁ ଭୁଲ୍‌ ବୁଝାମଣା ଜନିତ ସମ୍ପର୍କ ହାନି ଘଟିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଆପଣଙ୍କ କାର୍ଯ୍ୟରେ ଆତ୍ମୀୟମାନେ ଅବରୋଧ ସୃଷ୍ଟି କରିପାରନ୍ତି । କର୍ମଭାବସ୍ଥ ଶନି ଓ କେତୁ କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁତା ସୃଷ୍ଟି କରିବ । ପ୍ରତ୍ୟେକ କାର୍ଯ୍ୟଗୁଡିକ ବିଳମ୍ବରେ ସମ୍ପନ୍ନ ହେବା ଯୋଗୁଁ ମନ ବିବ୍ରତ ହୋଇଉଠିବ । କେତେକ କ୍ଷେତ୍ରରେ ଆପଣ ମନକଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଉ ନ ଥିବେ । ବ୍ୟବସାୟରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ଯାହାଫଳରେ ମନ ବିଷାଦଗ୍ରସ୍ତ ରହିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ଯୁକ୍ତିତର୍କକୁ କେନ୍ଦ୍ର କରି ମନାନ୍ତର ହୋଇପାରେ । ଅବଶ୍ୟ ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହୋଇପାରନ୍ତି ଏବଂ ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥ ସଂକଟରୁ ରକ୍ଷା ପାଇପାରିବେ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଧୈର୍ଯ୍ୟଧରି ପରିସ୍ଥିତିର ମୁକାବିଲା କରନ୍ତୁ ସଫଳ ହେବେ । ଶନି ଓ ବୃହସ୍ପତିଙ୍କ ସଂଯୋଗରୁ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ସମସ୍ୟା ବହୁଳ ରହିବ । ବ୍ୟବସାୟର ଉନ୍ନତି ଆଣିବା ପାଇଁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବାରେ ସକ୍ଷମ ହୋଇପାରିବେ । ସଭାସମିତିରେ, ଆଲୋଚନା ଅବସରରେ ସମ୍ମାନଜନକ ସ୍ଥିତିରେ ରହିପାରନ୍ତି । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ରୋଗପୀଡ଼ା, ଶତ୍ରୁତା ଓ ଧାର କରଜ ସକାଶେ ଚିନ୍ତିତ ରହିବେ । ମାଲିମକଦ୍ଦମାରେ ରାୟ ଅମୀମାଂଶିତ ହୋଇରହିଯିବ । ସମ୍ପର୍କୀୟମାନେ ସମ୍ମୁଖରେ ମିଷ୍ଟା ଭାଷାରେ କଥାବାର୍ତ୍ତା ହେଲେ ମଧ୍ୟ ପରୋକ୍ଷରେ ବିରୁଦ୍ଧାଚରଣ କରିବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ମାଆ ଚର୍ଚ୍ଚିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି ପ୍ରତ୍ୟେକ କାମରେ ଲୋକେ ଆପଣ ଦୋଷ ତୃଟି ଖୋଜି ବାହାର କରିବେ । ତୃତୀୟାଧିପ ନୀଚସ୍ଥ ଯୋଗୁଁ ବନ୍ଧୁଙ୍କ ସମ୍ପର୍କ ହାନୀ ହୋଇପାରେ । କର୍ମକ୍ଷେତ୍ରରେ ଯେକୌଣସି କାର୍ଯ୍ୟ କରିଲେ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ ନାହିଁ । ବ୍ୟବସାୟରେ ଅଧିକ ପରିଶ୍ରମ କରିବା ସତ୍ତ୍ୱେ ମଧ୍ୟ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଅଫିସରେ କାର୍ଯ୍ୟର ଚାପ ଅଧିକ ରହିବା ଫଳରେ ବ୍ୟଥିତ ହେବେ । ସଭାସମିତିରେ ଅପ୍ରିୟ ସତ କହିବା ହେତୁ ପରୋକ୍ଷ ଶତ୍ରୁତା ସୃଷ୍ଟି ହେବ । କିନ୍ତୁ ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କଲେ ବିବାଦ ଭିତରକୁ ଠେଲି ହୋଇ ଯାଇପାରନ୍ତି । ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ଦାମ୍ପତ୍ୟ ଜୀବନରେ ମଧୁର ବଢିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ସମ୍ପର୍କୀୟମାନେ କ୍ରମଶଃ ଧୁରେଇ ରହୁଥିବାର ଅନୁଭବ କରିବେ, ଫଳରେ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସରକାରୀ ଚାକିରି ପାଇଁ ପ୍ରୟାସ କରିଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଆଜି ଶୁଭ ଖବର ମିଳିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ । କଳା, ସାହିତ୍ୟ ଓ ବନ୍ଧୁ ମିଳନ କ୍ଷେତ୍ରରେ ବେଶ୍ ଆଦୃତ ହେବେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ପରିଜନଙ୍କ ସ୍ଵାସ୍ଥ୍ୟ ସମସ୍ୟାର ନିରାକରଣ ପାଇଁ ଧାଆଁ ଦଉଡ ହେବାକୁ ପଡିପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

କର୍ମକ୍ଷେତ୍ରରେ ନିଷ୍ଠା ଓ କର୍ତ୍ତବ୍ୟର ସହ ନିଜ କାର୍ଯ୍ୟକୁ ସମ୍ପାଦନ କରିବେ । ବୁଧଙ୍କ ପ୍ରଭାବରୁ ଶାରୀରିକ ସୁସ୍ଥତା ସହ ଯୁକ୍ତିଯୁକ୍ତ କଥା କହି ପରିସ୍ଥିିତିକୁ ସୁଧାରି ନେବେ । ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇ ଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ଆର୍ଥିକ ପରିସ୍ଥିତି ମନ୍ଦ ନ ଥିବାରୁ ଅଟକି ଥିବା ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡିକ ପୂର୍ଣ୍ଣ କରିବାରେ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଆଜି ସହକର୍ମୀ, ଭାଇ ଭଉଣୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ବାଦବିବାଦ ଠାରୁ ଦୂରେଇ ରହିବା ଭଲ, ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପାରିବାରିକ ଖର୍ଚ୍ଚ କ୍ରମଶଃ ବୃଦ୍ଧି ପାଉଥିବାରୁ ମନରେ ସରସତା ରହିବ ନାହିଁ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ । କର୍ମକ୍ଷେତ୍ରରେ ଅନ୍ତରଙ୍ଗ ବନ୍ଧୁଟି ବେଳକାଳ ଦେଖି ଅସୁବିଧାରେ ପକାଇପାରେ । ତେଣୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ସରକାରୀ କ୍ଷେତ୍ରରେ ସ୍ଥଗିତ ଥିବା କାମକୁ ସଂପୂର୍ଣ୍ଣ କରିବାରେ ସମର୍ଥ ହେବେ । ଅଫିସରେ ଆପଣଙ୍କୁ ନୂଆ ପରିଯୋଜନାର ଦାୟିତ୍ଵ ମିଳିବ । ପୂର୍ବ ଅପେକ୍ଷା ଆର୍ଥିକ କ୍ଷେତ୍ରରେ ବହୁତ ଭଲ ରହିବ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ଆଜିର ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତା ଯୋଗୁଁ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ । ଘରର କେତେକ ଅଟକି ରହିଥିବା କାର୍ଯ୍ୟକୁ ସମ୍ପାଦନ କରିବା ସକାଶେ ଚିନ୍ତା କରିବେ । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ଶୁକ୍ର ପ୍ରଭାବରେ ମନକୁ ସୁହାଇଲା ଭଳି କଥା କହି କାମ ହାସଲ କରିପାରିବେ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି । ବ୍ୟବସାୟ ବାଣିଜ୍ୟରେ କୌଣସି ଅସୁବିଧା ନ ଥିଲେ ମଧ୍ୟ କେତେକ ଆଶଙ୍କା କରି ମନ ଅସ୍ଥିର ରହିବ । ସରକାରୀ କର୍ମଜୀବିମାନେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ସଭାସମିତି, ଆଲୋଚନା ପରିସରରେ ଯୋଗ ଦେବେ, ଇଚ୍ଛା ନଥିଲେ ମଧ୍ୟ ବନ୍ଧୁଙ୍କ ମନ୍ତବ୍ୟକୁ ମନିବାକୁ ବାଧ୍ୟ ହେବେ । ବାଦ, ବିବାଦ, କୋର୍ଟ କଚେରୀରେ ସକାରାତ୍ମକ ବିଜୟୀ ଲାଭ କରିବେ । ସାଧାରଣ ଯୁକ୍ତିତର୍କ ଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶୁଭରଙ୍ଗ:ଲାଲ । ଆରାଧନା: ହନୁମାନ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଭଗବାନଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ରାଶିରେ ପାପ ଗ୍ରହର ପ୍ରଭାବ ଯୋଗୁଁ ଆଜି ଆପଣ ସମସ୍ତଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ସମ୍ପର୍କୀୟଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । ବ୍ୟବସାୟରେ ଉତ୍ଥାନପତ୍ତନ ଲାଗି ରହିବ । ବିନା କାରଣରେ କର୍ମକ୍ଷେତ୍ରରେ କଳହର ସୂତ୍ରପାତ ହୋଇପାରେ । ଅଫିସର ବାତାବରଣ ସୁସ୍ଥ ଥିଲେ ମଧ୍ୟ ସହକର୍ମୀମାନଙ୍କ ପକ୍ଷପାତି କାର୍ଯ୍ୟକଳାପ ମନକୁ ଆଘାତ ଦେବ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆପଣଙ୍କୁ ଆସୁବିଧାରେ ପକାଇବାକୁ ଚେଷ୍ଟା କରିବେ । ଆର୍ଥିକ ଅବସ୍ଥା ମାନ୍ଦା ରହିବ । ଆବଶ୍ୟକତା ପୂରଣ କରିବା ନିମନ୍ତେ ଧାର କରଜ କରିବାକୁ ପଡ଼ିପାରେ । ସାମାଜିକ ସ୍ତରରେ ଛୋଟ ବଡ ସମସ୍ୟା ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ରହିବ ନାହିଁ । ପାରିବାରିକ ଜୀବନରେ ସୁଖ ମିଳିବ, ଘରେ ସମୟ ଅତିବାହିତ କରିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

Leave a Reply

Your email address will not be published. Required fields are marked *