13 ଅପ୍ରେଲ୍ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ୮ଟି ରାଶିର ବ୍ୟକ୍ତିଙ୍କ ମନୋବାଞ୍ଛା ପୂରଣ ହେବ । ସମାଜରେ

13 ଅପ୍ରେଲ୍ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ୮ଟି ରାଶିର ବ୍ୟକ୍ତିଙ୍କ ମନୋବାଞ୍ଛା ପୂରଣ ହେବ । ସମାଜରେ

13 ଅପ୍ରେଲ୍ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ୮ଟି ରାଶିର ବ୍ୟକ୍ତିଙ୍କ ମନୋବାଞ୍ଛା ପୂରଣ ହେବ । ସମାଜରେ ମାନସମ୍ମାନ ବୃଦ୍ଧି ପାଇବା ସହ କର୍ମକ୍ଷେତ୍ରରେ ବୀରଙ୍କ ଭଳି କାର୍ଯ୍ୟ ନିର୍ବାହ କରିବେ ।

ଆଜି ଆମେ ଆପଣଙ୍କୁ ୧୩ ଅପ୍ରେଲ୍ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ମନ ଚଞ୍ଚଳ ରହିବ ଓ ସ୍ଵଭାବ ବିନମ୍ର ହେତୁ ଅନ୍ୟମାନଙ୍କ ପ୍ରିୟପାତ୍ର ହୋଇପାରିବେ । କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ବୈଦଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ । ଦୀର୍ଘଦିନରୁ ଅଟକି ରହିଥିବା ଅମୀମାଂସୀତ ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ ନାହିଁ । ଚାକିରି ଜୀବିମାନେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ନିଜେ ମଧ୍ୟ ପ୍ରଶଂସିତ ହେବେ । ଅଫିସ୍‌ରେ ଆଲୋଚନାକ୍ରମେ କାମରେ ଲାଗିପଡ଼ନ୍ତୁ, ଅଳ୍ପ ସମୟ ପରେ ସବୁ କିଛି ଠିକ୍‌ ହୋଇଯିବ । ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡିକ ସମ୍ପନ୍ନ ହେବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପରିବାରରେ ମତ ପାର୍ଥକ୍ୟ କାରଣରୁ ଅଶାନ୍ତି ଉପୁଜିବ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀଗଣେଶ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ଆପଣଙ୍କ ଅନୁକୂଳ ରହିବ । ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । କର୍ମକ୍ଷେତ୍ରରେ ହଠାତ୍‌ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଅଫିସ ଏବଂ ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ । ସମାଜରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ ଓ ଉପହାର ମିଳିପାରେ । ପରିବହନ ଦିଗରୁ ଲାଭବାନ୍‌ ହେବେ । ଜମିଜମା କାରବାରରେ ସମସ୍ୟା ସମାଧାନ ହୋଇଯିବ । ପରକଥାରେ ମୁଣ୍ଡ ପୂରାଇ ସମସ୍ୟକୁ ଡାକି ଆଣନ୍ତୁ ନାହିଁ । ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବାସହ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ ଓ ଲାଭବାନ୍‌ ହେବେ । ସ୍ଵାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । କର୍ମକ୍ଷେତ୍ରରେ ଉପରିସ୍ଥ ସମ୍ମୁଖରେ ନିଜର ମନ କଥା ପ୍ରକାଶ କରିପାରିବେ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ । ସମାଜରେ ପ୍ରତିଷ୍ଠା ବଢ଼ିବ । ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ରାସ୍ତାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ନିଜ ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆଜି ବନ୍ଧୁମାନେ ଆପଣଙ୍କ କଥା ଓ ଉଦ୍ଦେଶ୍ୟକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ । ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବା ଦିଗରେ ସଫଳତା ପାଇପାରିବେ । ବ୍ୟବସାୟକରେ ଆର୍ଥିକ ସ୍ଥିତି ମଧ୍ୟମ ଧରଣର ରହିବ । ଚାକିରି କରୁଥିବା କର୍ମଜୀବିମାନେ ମଧ୍ୟ ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ ଏବଂ ଆପଣଙ୍କ କାମରେ ଉଚ୍ଚଧିକାରୀ ମଧ୍ୟ ପ୍ରସନ୍ନ ରହିବେ । ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁଙ୍କୁ ଅନେକ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ କିଛି କହିପାରିବେ ନାହିଁ । ସାମାଜିକ କ୍ଷେତ୍ରରେ ଉନ୍ନୟନ ମୂଳକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ । ପାରିବାରିକ ଖର୍ଚ୍ଚର ପରିମାଣ ବୃଦ୍ଧି ଯୋଗୁଁ ମନ ବିଚଳିତ ରହିବ । ଅଧିକାଂଶ ସମୟ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦୃଢ ପଦକ୍ଷେପ ନେଇ କର୍ମକ୍ଷେତ୍ରରେ କେତେକାଂଶରେ ଉପକୃତ ହେବେ । ତଥାପି ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟ କାରଣରୁ ମନ ଭାରାକ୍ରାନ୍ତ ରହିବ । ବ୍ୟବସାୟ, ବାଣିଜ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଟୂକ୍ତି ମନରେ ଦୁଃଖ ଦେବ । ଅଫିସରେ ଉଚ୍ଚାଧିକାରୀଙ୍କ ସହ ସୁ-ସମ୍ପର୍କ ରହିବା ଫଳରେ ପଦୋନ୍ନତିର ସମ୍ଭାବନା ରହିଛି । ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିପାରେ । ସାମାଜିକ କ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିପାରନ୍ତି । ସଭା ସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ସଦବ୍ୟବହାର କରିବା କାଠିକର ପାଠ ହେବ । କୌଶଳ ପ୍ରୟୋଗ କରି, ବନ୍ଧୁମାନଙ୍କୁ ମନାଇ, ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବଜାୟ ରହିବ । ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ପାଇଁ ମାଧ୍ୟମ ଫଳ ପ୍ରଦାନ କରିବ । କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣଙ୍କ ବ୍ୟବହାରରେ ବନ୍ଧୁଙ୍କ ମନଦୁଃଖର କାରଣ ହୋଇପାରେ । କିନ୍ତୁ, କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଦୁଃଶ୍ଚିନ୍ତା ସାୟାହ୍ନେ ଦୂର ହେବ । ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହରେ ହେବ । ମନ ବୁଝିଲା ଭଳି କଥା କହି କର୍ମଚାରୀଟିର ଭୁଲ୍‌ ବୁଝାମଣାକୁ ସୁଧାରିବାରେ ସମର୍ଥ ହେବେ । ପାରିବାରିକ ସ୍ତରରେ କେତେକ ସମସ୍ୟା ଓ ପ୍ରତିବନ୍ଧକ ଦେଖାଦେଇପାରେ, ମାତ୍ର ବିଶେଷ କିଛି ଅସୁବିଧା ହେବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆପଣଙ୍କ ଭିତରେ ନୂଆ ଊର୍ଜା ସଂଚାର ହେବ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ସାମାନ୍ୟ ମତଭେଦ ଦେଖାଦେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବା କଷ୍ଟ କର ହୋଇପାରେ । ତଥାପି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରକାଶନ, ପ୍ରଶାସନ ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ଇଚ୍ଛା ପୂରା କରିବା ଲାଗି ପ୍ରୟାସ‌ରେ ବାଧା ଆସିପାରେ । ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବେ, ଯାହାକି ଆପଣଙ୍କୁ ଧର୍ମସଂକଟରେ ପକାଇପାରେ । ଅନ୍ୟର ପ୍ରରୋଚନାରେ ପ୍ରଭାବିତ ହୋଇ ଭୁଲ୍‌ କାମରୁ ଦୂରେଇ ରହନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦୀର୍ଘଦିନରୁ ଅଟକି ରହିଥିବା ଅମୀମାଂସୀତ ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବୈଦଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ ନାହିଁ । ଚାକିରି ଜୀବିମାନେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ନିଜେ ମଧ୍ୟ ପ୍ରଶଂସିତ ହେବେ । ଯାନବାହାନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ । ସମ୍ପର୍କୀୟଙ୍କ ଶୁଭ-ସୂଚନା ଶୁଣି ଖୁସି ହେବେ । ପରିବାରରେ ମତ ପାର୍ଥକ୍ୟ କାରଣରୁ ଅଶାନ୍ତି ଉପୁଜିବ । ଜଣେ ବନ୍ଧୁଙ୍କଉ ପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ‌ବୁଝିପାରନ୍ତି । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀଗଣେଶ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ଭଲ ରହିବ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ ହାତକୁ ନେଇଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାରେ ସମର୍ଥ ହେବ । ଯଦିଓ କର୍ମକ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ ତଥାପି ଧୈର୍ଯ୍ୟର ସହ ସମସ୍ୟା ଗୁଡ଼ିକର ମୁକାବିଲା କରି ଆଶ୍ୱସ୍ତି ଲାଭ କରିପାରନ୍ତି । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ବ୍ୟବସାୟ, ବାଣିଜ୍ୟରୁ ଆଶାତୀତ ଫଳ ପ୍ରାପ୍ତ କରିବେ । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ସାମାଜିକ କ୍ଷେତ୍ରରେ ପଡ଼ୋଶୀମାନେ ନିଜ ସ୍ଵାର୍ଥ ସାଧନ ଆଶାରେ ଭୂରିଭୂରି ପ୍ରଶଂସା କରିବେ । ଅଫିସର ଆଲୋଚନା ବୈଠକରେ ସହକର୍ମୀମାନେ ପରସ୍ପରକୁ ଦୋଷାରୋପ କରି ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି । ଛୋଟିଆ ଛୋଟିଆ କଥାକୁ କେନ୍ଦ୍ର କରି ପରିବାର ଭିତରେ ମତପାର୍ଥକ୍ୟ ଦେଖା ଦେଇପାରେ । ଦାଂପତ୍ୟ ଜୀବନରେ ଉତ୍ଥାନପତନ ଲାଗିରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ମନରୁ ନକରାତ୍ମକ ଚିନ୍ତାଧାରା ଦୂର କରନ୍ତୁ; ଭଗବାନଙ୍କ ଉପରେ ଭରସା ରଖନ୍ତୁ । କର୍ମକ୍ଷେତ୍ରର ଅଶାନ୍ତ ମନ ଆଜି ଘରୋଇ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ଅଫିସରେ କଥା କଟାକଟି ହେତୁ ସମ୍ପର୍କ ବ୍ୟାହତ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବା ଲାଗି ଚେଷ୍ଟା କରିବେ । ଶେୟାର ବଜାର, ପ୍ଲଟିଙ୍ଗ୍‌ କାରବାର କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବାର ଆଶା ରହିଛି । ବୁଝାମଣା ମାଧ୍ୟମରେ ସମସ୍ୟାର ସରଳ ସମାଧାନ ଚେଷ୍ଟା କଲେ ଉପକୃତ ହେବେ । ଆଜି ଦିନଟିରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । କଥା କହିବା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ପରିବାରରେ ଭାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କର୍ମକ୍ଷେତ୍ରରେ ପୂର୍ବ ପ୍ରସ୍ତୁତି ଅନୁସାରେ କାର୍ଯ୍ୟ କରିବେ ଓ ସଫଳତା ମଧ୍ୟ ପାଇବେ । ଅଭିଳଷିତ ଜିନିଷ ହାସଲ କରାଇବାରେ ପଦସ୍ଥ ବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ ହେବେ । । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମଜୁବତ ରହିବ । ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ । ସାମାଜିକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ । ମିତ୍ରମାନେ ଆଗରେ ନ କହିଲେ ବି ପରୋକ୍ଷରେ ଶତ୍ରୁତା ଆଚରଣ କରିପାରନ୍ତି । ନିଜ ପରିସରରେ ନିଜର ଲୋକମାନେ ମିଥ୍ୟା ଅଭିଯୋଗ କରିପାରନ୍ତି । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ସହଧର୍ମୀଙ୍କ ସହଯୋଗ ପାଇବା ଫଳରେ ମନୋବଳ ଟାଣ ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ବ୍ୟବସାୟୀମାନେ କର୍ମକ୍ଷେତ୍ରରେ ଆଶାଜନକ ଫଳ ପାଇବେ ଏବଂ ଅପେକ୍ଷାକୃତ ସୁସ୍ଥ ବାତାବାରଣ ହସଖୁସିରେ ଦିନଟି ବିତାଇବେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ କିନ୍ତୁ ସାଧାରଣ କଥାକୁ ନେଇ ସହକର୍ମୀଙ୍କ ସହ ମନାନ୍ତର ଦେବାର ସମ୍ଭାବନା ରହିଛି । ଆଜି ଆଲୋଚନା ପରିସରରେ ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଅବ୍ୟାହତ ରହିବ । ରାଜନୀତି, ସଂଗଠନ, ସଭା ସମିତିରେ ଆଶାଜନକ ଫଳ ପାଇବେ । ଜମିଜମା, ନିର୍ମାଣ ପ୍ରଭୃତି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ । କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ଵାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

Leave a Reply

Your email address will not be published. Required fields are marked *