14 ମଇ 2021, ଶୁକ୍ରବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ଉପରେ ମାଆ ସନ୍ତୋଷୀଙ୍କ ଆଶୀର୍ବାଦ ରହିବ । ସ୍ଥଗିତ ଥିବା

14 ମଇ 2021, ଶୁକ୍ରବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ଉପରେ ମାଆ ସନ୍ତୋଷୀଙ୍କ ଆଶୀର୍ବାଦ ରହିବ । ସ୍ଥଗିତ ଥିବା

14 ମଇ 2021, ଶୁକ୍ରବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ଉପରେ ମାଆ ସନ୍ତୋଷୀଙ୍କ ଆଶୀର୍ବାଦ ରହିବ । ସ୍ଥଗିତ ଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ।

ଆଜି ଆମେ ଆପଣଙ୍କୁ ୧୪ ମଇ ୨୦୨୧ ଶୁକ୍ରବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦୈନଦିନ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ଭୁଲି ପାରିବାରିକ ସଦସ୍ୟଙ୍କ ସହ ଅଧିକ ସମୟ ଅତିବାହିକ କରିବେ । ବ୍ୟବସାୟ ବାଣିଜ୍ୟରେ ହାତ ଯୋଡି ବସିବାକୁ ପଡିବ । ବ୍ୟବସାୟକୁ ନେଇ ମନରେ ନୂଆ ଯୋଜନା ଆସିବ । ତଥାପି ଆର୍ଥିକ କ୍ଷେତ୍ରରେ ବିଶେଷ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଅଫିସ୍‌ କାମରେ ବ୍ୟତୀତ ଅନ୍ୟ କେତେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସାମାଜିକ ସ୍ତରରେ ଦୂରଦର୍ଶିତା ଅଭାବରୁ କେତେକ ଭୁଲ୍‌କୁ ପ୍ରଶ୍ରୟ ଦେଇପାରନ୍ତି । ସହକର୍ମୀଙ୍କ ସାହାଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବେ । ବନ୍ଧୁଙ୍କ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି । ବୈବାହିକ ଜୀବନ ସୁଖପ୍ରଦ ରହିବ । ଶୁଭରଙ୍ଗ: ଗୋଳାପୀ । ଆରାଧନା: ମାଆ ବିମଳା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅନ୍ୟର ସହଯୋଗ ପାଇଁ କେତେକାଂଶରେ ଉପକୃତ ହେବେ । ସାଧାରଣ କଥାକୁ କେନ୍ଦ୍ର କରି ଅଫିସରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ସରକାରୀ ନେଣଦେଣରୁ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ସ୍ଥିତି ସମ୍ଭାଳି ନେବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ପାରିବାରିକ ସଦସ୍ୟଙ୍କ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ରହିବ । ସ୍ୱାସ୍ଥ୍ୟ ଅବସ୍ଥା ଉନ୍ନତି ରହିଲେ ମଧ୍ୟ ସନ୍ତାନଙ୍କ ଭବିଷୟକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ମନ ଅସ୍ଥିରତା ଲାଗି ରହିବ । ତେଣୁ ଧୌର୍ଯ୍ୟହରା ନ ହୋଇ କାର୍ଯ୍ୟ କରନ୍ତୁ, ଅବଶ୍ୟ ସଫଳତା ବିଳମ୍ବରେ ମିଳିପାରେ । ଆର୍ଥିକ ଦିଗରୁ କୌଣସି ଅସୁବିଧା ରହିବ ନାହିଁ । ବ୍ୟବସାୟ, ବାଣିଜ୍ୟରେ ଉତ୍ଥାନପତନ ଲାଗିରହିବ । ଅଫିସରେ କେତେକ ସହକର୍ମୀଙ୍କ ଅନୁପସ୍ଥିତି ଯୋଗୁଁ କାର୍ଯ୍ୟଭାର ଅଧିକ ରହିବ । ପ୍ରଶାସନିକ ସ୍ତରରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ । ଉପସ୍ଥିତ ବୁଦ୍ଧି ଖଟାଇ ପରିବାରରେ ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି । ଋଣ ପରିଶୋଧ ସକାଶେ ବ୍ୟଗ୍ରତା ପ୍ରକାଶ ପାଇବ । କର୍ମକ୍ଷେତ୍ରରେ, ବ୍ୟବସାୟରେ, ପାରିବାରିକ ସମସ୍ୟା ସମାଧାନରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି । ଆଜି ଜଣେ ବନ୍ଧୁ ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି, ଯାହାଦ୍ଵାରା ଆପଣଙ୍କ କେତେକାଂଶରେ ଉପକୃତ ପାଇବେ । ପାରିବାରିକ ସ୍ତରରେ କେତେକ ସମସ୍ୟା ଦେଖାଦେଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଚର୍ଚ୍ଚିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

କାର୍ଯ୍ୟବ୍ୟସ୍ତତା କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଆଜି କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଆପଣଙ୍କ ନୀରବତା ଅନ୍ୟମାନଙ୍କ ମନରେ ସନ୍ଦେହକୁ ଦ୍ୱିଗୁଣିତ କରିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଲାଭ ପାଇବାର ଆଶା ରହିଛି । ଅଫିସରେ ପୂର୍ବରୁ କରିଥିବା କାମ ସକାଶେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । ସଭାସମିତି ଓ ଆଲୋଚନା ପରିସରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବାରେ ସଫଳ ହେବେ । ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ଡୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସମସ୍ୟା ଲାଗି ରହିଥିଲେ ମଧ୍ୟ ସାହସ ବାନ୍ଧି କାର୍ଯ୍ୟ କରିବାକୁ ପ୍ରୟାସ କରିବେ । ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ । ନିର୍ଦ୍ଧିଷ୍ଟ ସମୟରେ କାମ ଗୁଡିକ ନ ହୋଇପାରିବା କାରଣରୁ ବ୍ୟସ୍ତ ରହିବ । ବନ୍ଧୁ ଓ ସହକର୍ମୀଙ୍କ ସହାୟତା ଲାଭ କରି ଦୀର୍ଘ ଦିନରୁ ଚାଲିଥିବା ଅପ୍ରୀତିକର ଘଟଣାର ଆଶୁ ସମାଧାନ ହୋଇଯିବ । ତଥାପି କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ହୋଇପାରନ୍ତି । ଅଫିସରେ ସହକର୍ମୀମାନେ କୌଣସି କାର୍ଯ୍ୟ ନେଇ ଆପଣଙ୍କୁ ବିରୋଧ କରିପାରନ୍ତି । ସାମାଜିକ କ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଜୀବନସାଥୀଙ୍କ ସାଥିଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦୃଢ ମନୋବଳ ଓ କାର୍ଯ୍ୟଦକ୍ଷତା ଯୋଗୁଁ କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ଅଭାବ ନ ଥିଲେ ମଧ୍ୟ କୌଣସି କାମ ସକାଶେ ଆକସ୍ମିକ ଅର୍ଥ ଅଭାବରୁ କାମଟି ସମ୍ପୂର୍ଣ୍ଣ ହେବ ନାହିଁ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି । ଅଫିସ କାମଗୁଡିକ ନିର୍ଦ୍ଧିଷ୍ଟ ସମୟରେ ପୂରଣ ହେବା ଯୋଗୁଁ ସମ୍ୟକ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି ।ପରିବାରରେ ଆର୍ଥିକ ସମସ୍ୟା ଦେଖାଦେଲେ ମଧ୍ୟ ପ୍ରିୟଜନଙ୍କ ସହାୟତାରେ ସମସ୍ୟାର ଆଶୁ ସମାଧାନ କରିବାରେ ସକ୍ଷମ ହେବେ । ସ୍ଵାସ୍ଥ୍ୟ ପରିସ୍ଥିତିରେ କୈାଣସି ଉନ୍ନତି ଦେଖାଯାଇ ନ ପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି ପରିବାର ସହ ଅଧିକାଂଶ ସମୟ ଅତିବାହିତ କରିବେ । ବାଣିଜ୍ୟ, ବ୍ୟବସାୟ ସମ୍ପର୍କୀୟ ଚିନ୍ତାରେ ଆପଣଙ୍କ ନିମଗ୍ନ ରହିପାରନ୍ତି । କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ ଓ କାରବାରକୁ ବୃଦ୍ଧି କରିବା ପାଇଁ ଚେଷ୍ଟା କରିବେ । ଆର୍ଥିକ କ୍ଷେତ୍ରରେ ବିଶେଷ କିଛି ଅଭାବ ଓ ଅସୁବିଧା ପରିଲକ୍ଷିତ ହେବେ ନାହିଁ । ଅଫିସ କିମ୍ବା କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ରାଜନୀତିର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କୌଣସି କାରଣବଶତଃ ନିର୍ମାଣଧୀନ କାର୍ଯ୍ୟ ଅଧାରେ ଅଟକିଯାଇପାରେ । ବାଦବିବାଦ ଜନିତ ମନାନ୍ତର ଆଲୋଚନା ଦ୍ୱାରା ସମାଧାନ ହୋଇଯିବ । ବନ୍ଧୁଙ୍କ ପ୍ରତାରଣାପୂର୍ଣ୍ଣ କଥାକୁ ମନ ଅସ୍ଥିର କରିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଧାର୍ମିକ କାର୍ଯ୍ୟପ୍ରତି ମନରେ ଆଗ୍ରହ ଜନ୍ମିବ । ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସାମ୍‌ନା କରିବାକୁ ପଡିପାରେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମଧ୍ୟମ ଧରଣର ରହିବ । କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ । ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଢିଯିବାରୁ ବିବ୍ରତ ହେବେ । କିନ୍ତୁ ଅଫିସର ଉଚ୍ଚଅଧିକାରୀଙ୍କ ସହଯୋଗ ପାଇ କାମକୁ ତ୍ୱରାନ୍ୱିତ କରିବେ । ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ ବିଶେଷ କିଛି ଅସୁବିଧା ରହିବ ନାହିଁ । ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିକୁ ଗ୍ରହଣ କରିବା ଭଲ ହେବ । ଦାମ୍ପତ୍ୟ ଜୀବନ ଅତି ରୋମାଞ୍ଚକର ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ହର ପାର୍ବତୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ଅଫିସ୍‌ରେ ଅଟକି ରହିଥିବା କାମ ସକାଶେ ଚିନ୍ତା କରିବେ ଓ ମନ ଆନ୍ଦୋଳିତ କରିପାରେ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରା କରଜ କରିବାକୁ ପଡିପାରେ । ଆପଣଙ୍କ କଠୋର ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ରୁଗ୍‌ଣ ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା ଯୋଗୁଁ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ମନରେ ସକାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ । ଆଜି ଦିନରେ ଯାହା କରିବା ସକାଶେ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥା ମାନି କାମ କଲେ ଉପକୃତ ହେବେ । ବାଣିଜ୍ୟ, ବ୍ୟବସାୟରେ କାରବାର ମାନ୍ଦା ରହିବ ନାହିଁ । କିନ୍ତୁ ବ୍ୟବସାୟୀମାନେ ଅଧିକ ପରିଶ୍ରମ କଲେ ମଧ୍ୟ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ । ଅଫିସରେ ଆଲୋଚନା ପରିସରରେ ଯୋଗ ଦେବେ କିନ୍ତୁ ଇଚ୍ଛା ନ ଥିଲେ ମଧ୍ୟ ବିପକ୍ଷଙ୍କ ମନ୍ତବ୍ୟକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସାମାଜିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କୌଣସି ବିବାଦୀୟ ପରିସ୍ଥିତିରେ ମୁଣ୍ଡ ପୁରନ୍ତୁ ନାହିଁ । ପରିବାର ସଦସ୍ୟଙ୍କ ମଧ୍ୟ ସ୍ନେହ ଶ୍ରଦ୍ଧା ଅତୁଟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦେବାଦେବୀଙ୍କୁ ଆରୋଧନ କରନ୍ତୁ ମନକୁ ଶାନ୍ତି ମିଳିବ । ଆପଣ ଯେଉଁ ବ୍ୟକ୍ତିଟିକୁ ଅତି ଆପଣର ଭାବୁଛନ୍ତି, ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ଆପଣଙ୍କୁ ଅସୁବିଧାରେ ପକାଇବାକୁ ପଛଘୁଞ୍ଚା ଦେବ ନାହିଁ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ । ପ୍ରଶାସନ ଓ ରାଜନୀତିି କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ଆଲୋଚନା ଅମୀମାଂସିତ ରହିପାରେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଦାମ୍ପତ୍ୟ ଜୀବନରେ ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ମନାନ୍ତର ଦେଖାଦେଇପାରେ । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ଚର୍ଚ୍ଚିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ପାଇଁ ସମ୍ୟକ ଅପ୍ରୀତିକର ରହିବ । ପୂର୍ବର କଳହକୁ କେନ୍ଦ୍ରକରି ନିଜର ଆତ୍ମୀୟ ଓ ପାଖ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ । ଅଫିସ କିମ୍ଭା ନିଜ କର୍ମକ୍ଷେତ୍ରରେ ସହକର୍ମୀମାନେ ସମ୍ମୁଖରେ ଗୋଟିଏ କଥା କହିବେ କିନ୍ତୁ କାର୍ଯ୍ୟ କରିବା ସମୟରେ ଓଲଟା କରିବେ । ଯାହାଫଳରେ ସହକର୍ମୀ କିମ୍ବା ଅଧିନସ୍ଥ କର୍ମଚାରୀଙ୍କ କାର୍ଯ୍ୟକଳାପକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ । ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ । ପୁରାତନ ରୋଗପୀଡାର ପାଦୁର୍ଭାବ ବଢିବାର ସମ୍ଭାବନା ରହିଛି । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଅମ୍ବିକା ।

Leave a Reply

Your email address will not be published. Required fields are marked *