15 ମାର୍ଚ୍ଚ 2021, ସୋମବାର :- ଏହି ୩ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି, ପୂର୍ଣ୍ଣ ହେବ ସମସ୍ତ ମନୋସ୍କମାନ… !

15 ମାର୍ଚ୍ଚ 2021, ସୋମବାର :- ଏହି ୩ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି, ପୂର୍ଣ୍ଣ ହେବ ସମସ୍ତ ମନୋସ୍କମାନ… !

15 ମାର୍ଚ୍ଚ 2021, ସୋମବାର :- ଏହି ୩ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି, ପୂର୍ଣ୍ଣ ହେବ ସମସ୍ତ ମନୋସ୍କମାନ… ! ଆର୍ଥିକ କ୍ଷେତ୍ରରେ ଆସିବ ପରିବର୍ତ୍ତନ !

ଆଜି ଆମେ ଆପଣଙ୍କୁ ୧୫ ମାର୍ଚ୍ଚ ୨୦୨୧ ସୋମବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । କିନ୍ତୁ ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ କର୍ମକ୍ଷେତ୍ରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଲାଭ କ୍ଷତି ହିସାବରେ ଅଧିକ ସମୟ କଟିବ । ସ୍ଵଭାବରେ ବିନମ୍ର ହୋଇ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରନ୍ତୁ । କଳା, ସାହିତ୍ୟ, ମନୋରଞ୍ଜନ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ବେରୋଜଗାର ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଚାକିରି ମିଳିବାର ଯୋଗ ରହିଛି । ନିର୍ମାଣଧୀନ କାର୍ଯ୍ୟ ଅଧାରେ ଅଟକିଯାଇପାରେ । ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ । ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ ପ୍ରତିଶ୍ରୁତି ଦେବେ କିନ୍ତୁ ଦରକାର ସମୟରେ ପାଖରେ ନ ଥିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଅନ୍ୟମାନଙ୍କ କଥା ଶୁଣନ୍ତୁ ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ଉଚ୍ଚାରୋହୀ ଶୁକ୍ର ହେତୁ ସ୍ବାସ୍ଥ୍ୟର ଉନ୍ନତି ପରିଲକ୍ଷିତ ହେବା କାରଣରୁ ବ୍ୟସ୍ତତା ଦୂର ହେବ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଭାବ ପ୍ରବଣତାବଶତଃ ପରିହାସ ଯୁକ୍ତ କରିବ । ଈର୍ଷାପରାୟଣ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପ୍ରାପ୍ୟଧନରେ ବାଧା ସୃଷ୍ଟି ହେବ । ବଢ଼ିଆ ଚାକିରର ସୁଯୋଗ ଆସିପାରେ । ରାଜନୀତିରେ ସଫଳତା ପାଇବେ । ଅର୍ଥ ସମ୍ପର୍କୀୟ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଯାତ୍ରା ଓ ବନ୍ଧୁମିଳନ, କଳା, ସାହିତ୍ୟ, ସଭା ସମିତିରେ ସମ୍ମାନିତ ହେବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ । ଶନି କ୍ଷେତ୍ରସ୍ଥ ବୁଧଙ୍କ ଯୋଗୁଁ ନିଜର ଉଦାରତା ଗୁଣରୁ ନିଜ କାମ ଛାଡ଼ି ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । କର୍ମକ୍ଷେତ୍ରରେ ଈର୍ଷାାପରାୟଣ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବ । ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ରକରି ଅନର୍ଥ ସୃଷ୍ଟି ହୋଇପାରେ । ଗୃହ, ଜମି ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଦିନ ଭିତରେ କାର୍ଯ୍ୟବ୍ୟସ୍ତ ଯୋଗୁ ମନ ଖୁସୀ କରିବାର ଅବସର ପାଇବେ ନାହିଁ । ପାରିବାରକି କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ । ପ୍ରେମ ସଂପର୍କ ନିବିଡ଼ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଅମ୍ବିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥି ଦେବ । ସ୍ଵରାଶିସ୍ଥ ବଳବାନ୍‌ ଚନ୍ଦ୍ରଙ୍କ ପ୍ରଭାବରେ ବହୁତ ଦିନରୁ ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ । କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇ ଖୁସି ହେବେ । ଶିଳ୍ପ, ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇ ପାରନ୍ତି । ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମ ସହଜ ଓ ସୁବିଧାରେ ହେବ । ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା ହେବ । ସାଧାରଣ କଥାରେ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ହେତୁ ସତର୍କତାର ସହ କାମ କରିବା ଭଲ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ସାମଲେଶ୍ୱରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟର ସହଯୋଗ ପାଇବେ । ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଯାତ୍ରା ସରଳ ଓ ସହଜସାଧ୍ୟ ରହିବ । ଆକସ୍ମିକ ଭାବରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକରିବା ସକାଶେ ଦୂରଯାତ୍ରାରେ ଅଭିଳଷିତ ଜିନିଷ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ସହଯୋଗୀଙ୍କ ସହଯୋଗରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପୁସ୍ତକ ବ୍ୟବସାୟୀଙ୍କୁ ଯଥେଷ୍ଟ ଲଭ ମିଳିବ । ଆର୍ଥିକ ସ୍ଥିତି, ବୈବାହିକ ସମ୍ପର୍କ, ସାମୂହିକ କାର୍ଯ୍ୟ ଓ ଆନୁଷ୍ଠାନିକ ଆଲୋଚନାରେ ଲକ୍ଷ୍ୟ ହାସଲ କରିବେ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଦାଂପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଅନ୍ୟମାନଙ୍କ କଥା ଶୁଣନ୍ତୁ ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ରାଶ୍ୟାଧିପ ଦ୍ୱାଦଶସ୍ଥ ଯୋଗୁ ଆପଣଙ୍କୁ ଅଚାନକ ଭ୍ରମଣ ସୁଯୋଗ ଜୁଟିପାରେ । କିନ୍ତୁ ଅଷ୍ଟମସ୍ଥ ବୁଧ ଯୋଗୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଈର୍ଷାପରାୟଣ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପ୍ରାପ୍ୟଧନରେ ବାଧା ସୃଷ୍ଟି ହେବ । ବଢ଼ିଆ ଚାକିରର ସୁଯୋଗ ଆସିପାରେ । ରାଜନୀତିରେ ସଫଳତା ପାଇବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟର ସହଯୋଗ ପାଇବେ । ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଯାତ୍ରା ସରଳ ଓ ସହଜସାଧ୍ୟ ରହିବ । ଆକସ୍ମିକ ଭାବରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକରିବା ସକାଶେ ଦୂରଯାତ୍ରାରେ ଅଭିଳଷିତ ଜିନିଷ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ସହଯୋଗୀଙ୍କ ସହଯୋଗରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପୁସ୍ତକ ବ୍ୟବସାୟୀଙ୍କୁ ଯଥେଷ୍ଟ ଲଭ ମିଳିବ । ଆର୍ଥିକ ସ୍ଥିତି, ବୈବାହିକ ସମ୍ପର୍କ, ସାମୂହିକ କାର୍ଯ୍ୟ ଓ ଆନୁଷ୍ଠାନିକ ଆଲୋଚନାରେ ଲକ୍ଷ୍ୟ ହାସଲ କରିବେ । ଦାଂପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ପୂରା ହେବକୁ ଯାଉଥିବା କୌଣସି କାର୍ଯ୍ୟରେ ବାଧା ଉପୁଜିବ । ମନ ଶାନ୍ତ ରଖନ୍ତୁ ଓ ଧୈର୍ଯ୍ୟଧରି ପରିସ୍ଥିତିର ମୁକାବିଲା କରନ୍ତୁ ସଫଳ ହେବେ । ଦେବଗୁରୁଙ୍କ ଶୁଭଦୃଷ୍ଟି ଚନ୍ଦ୍ରଙ୍କ ଉପରେ ନିପତିତ ହେଉଥିବାରୁ ସମସ୍ୟା ସମାଧାନ ହୋଇଯିବାର ମାର୍ଗ ଉନ୍ମୁକ୍ତ ହେବ । ଲାଭସ୍ଥାନରେ ଶୁକ୍ର ହେତୁ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିପାରନ୍ତି । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ସ୍ଥିତି ମଜଭୁତ ରହିବ । ସରକାରୀ ସ୍ତରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ । ପ୍ରେମ ସମ୍ବନ୍ଧରେ ମଧୁରତା ବଢ଼ିବ । ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ମହତ୍ଵପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ । ବୁଧ ବ୍ୟୟ ଭାବରେ ରହିଥିବାରୁ ପରିସ୍ଥିତିରେ ପଡି ହଠାତ୍‌ ବହୁତ୍‌ ଗୁଡିଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ । ଈର୍ଷା ପରାୟଣ ବ୍ୟକ୍ତିମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ସାମାଜିକ ସ୍ତରରେ ପ୍ରତିଯୋଗିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ସମଲେଶ୍ଵରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

କର୍ମକ୍ଷେତ୍ରରେ ଆପଣ ଯୋଦ୍ଧାଙ୍କ ଭଳି ରହିବେ । ଚନ୍ଦ୍ର ନବମସ୍ଥ ରହି ପାପଗ୍ରହ ପ୍ରଭାବରୁ ମୁକ୍ତ ରହିଥିବାରୁ ଯେଉଁ କର୍ମାରମ୍ଭ କଲେ ମଧ୍ୟ ସଫଳତା ପାଇବେ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା କୈାଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ଆପଣଙ୍କର କୌଣସି ସ୍ଵପ୍ନ ପୂରା ହେବ । ଆୟ ବୃଦ୍ଧିର ସମ୍ଭାବନା ରହିଛି । ଚାକିରିରେ କୌଣସି ବିଶେଷ ଦାୟିତ୍ଵ ଗ୍ରହଣ କରିବେ ଓ ସହକର୍ମୀମାନେ ସହଯୋଗ କରବେ । ଭାବପ୍ରବଣବଶତଃ ଓଲଟା କଥା କହି ବନ୍ଧୁ ଗହଣରେ ଅପଦସ୍ଥ ହୋଇପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ପ୍ରେମ ଆଳାପ ପାଇଁ ଭଲ ଦିନଟିଏ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ବେପାର ବୃତ୍ତିରେ ସନ୍ତୋଷଜନକ ପରିଣାମ ପାଇବା ଲାଗି ଏକାଗ୍ର ଚିତ୍ତରେ କାମ କରନ୍ତୁ । ଉଚ୍ଚାରୋହୀ ବୁଧ ପ୍ରଭାବରେ ଶାରୀରିକ ସୁସ୍ଥତା ସହ କର୍ମକ୍ଷେତ୍ରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଆଲୋଚନାରେ ଭାଗନେଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ଉପକୃତ ହୋଇପାରନ୍ତି । ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ । ଅର୍ଥ ଉପାର୍ଜନରେ ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପରିବାରର ସହଯୋଗ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବାରେ ସାହାଯ୍ୟ କରିବ । ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ ପାଇଁ ମନ ବଳାଇବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଧର୍ମ କାର୍ଯ୍ୟରେ ସମୟ ବିତିବ । ବ୍ୟୟାଧିପ ଧନସ୍ଥାନକୁ ଦୃଷ୍ଟିଦେଉଥିବାରୁ ସ୍ଵେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିବେ । ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ । ଅପରାହ୍ନରେ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‌ କମିଯିବ । କର୍ମକ୍ଷେତ୍ରରେ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ପ୍ରଶାସନିକ ସ୍ତରରେ ଓ ରାଜନୀତିରେ ପ୍ରଶଂସିତ ହେବେ । ଅତୀତର କେତେକ ଘଟଣାକୁ ନେଇ ମନ ଚଞ୍ଚଳ ରହିବ ନାହିଁ । ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

Leave a Reply

Your email address will not be published. Required fields are marked *