16 ଫେବୃୟାରୀ 2021, ମଙ୍ଗଳବାର :- ଗ୍ରହ ନକ୍ଷେତ୍ରର ଶୁଭ ସଂଯୋଗ ଯୋଗୁଁ ୮ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ଆସିବା

16 ଫେବୃୟାରୀ 2021, ମଙ୍ଗଳବାର :- ଗ୍ରହ ନକ୍ଷେତ୍ରର ଶୁଭ ସଂଯୋଗ ଯୋଗୁଁ ୮ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ଆସିବା

16 ଫେବୃୟାରୀ 2021, ମଙ୍ଗଳବାର :- ଗ୍ରହ ନକ୍ଷେତ୍ରର ଶୁଭ ସଂଯୋଗ ଯୋଗୁଁ ୮ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ଆସିବା ପରିବର୍ତ୍ତନ । କର୍ମକ୍ଷେତ୍ରେରେ ଅଧୁରା କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ ଓ ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବଜାୟ ରହିବ ।

ଆଜି ଆମେ ଆପଣଙ୍କୁ ୧୬ ଫେବୃୟାରୀ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ସାଧାରଣ କଥାରେ ବିବ୍ରତ ହେବା କ୍ଷତିକାରକ ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବ୍ୟବସାୟ ବାଣିଜ୍ୟର ପ୍ରସାର ପ୍ରଚାର କରି କେତେକାଂଶରେ ଉପକୃତ ହୋଇପାରିବେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ । ଆର୍ଥିକ ଦିଗରୁ ବନ୍ଧୁଙ୍କ ସହଯୋଗ ପାଇବେ, ଯାହାଫଳରେ ଆର୍ଥିକରେ ଦେଖାଦେଇଥିବା ସମସ୍ୟା ଦୂର ହୋଇପାରିବ । ସାମାଜିକ ସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ସମସ୍ୟା ଆସିପାରେ । ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କଳହ ଉପୁଜିପରେ । ବନ୍ଧୁମାନଙ୍କ ସହାୟତାରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ । ସନ୍ଧ୍ୟାରେ କୌଣସି ବନ୍ଧୁଙ୍କ ସହିତ ଭେଟ ସୁଖଦ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । କାର୍ଯ୍ୟ ହାସଲ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ । ପରିଶ୍ରମର ଯଥାଚିତ ଫଳ ପାଇବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ବ୍ୟବସାୟରୁ ଆଶାନୁରୂପ ଲାଭ ପାଇବେ । ରାଜନୀତି, କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ । ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ । ଶେଷ ସମୟରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ପ୍ରତ୍ୟେକ କାମରେ କିଛି ନା କିଛି ବ୍ୟତିକ୍ରମ ଲାଗି ରହିବ । ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ କାମ ହାସଲ କରିବା ନିମନ୍ତେ ଖର୍ଚ୍ଚାନ୍ତ ଅଧିକ ହୋଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତି ଓ ସହକର୍ମୀଙ୍କ ସହଯୋଗ ଲାଭ କରି ଉପକୃତ ହେବେ । ବ୍ୟବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ସାମାଜିକ ସ୍ତରରେ ବହୁଲୋକଙ୍କ ଗହଣରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ନିଜର ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ପାରିବାରିକ କ୍ଷେତ୍ରରେ ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ପରିବାରରେ ଉଭୟ ପତିପତ୍ନୀ ମଧ୍ୟରେ ସହଯୋଗ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଦୈହିକ ଦୁର୍ବଳତା ଯୋଗୁଁ କର୍ମକ୍ଷେତ୍ରରେ ମନୋବଳ କମି ଯାଇପାରେ । କର୍ମକ୍ଷେତ୍ରରେ ଆକସ୍ମିକ କଳହ ଦେଖାଦେବାର ସମ୍ଭାବନା ରହିଛି । ନକରାତ୍ମକ ଚିନ୍ତାଧାରା ଓ ମାନସିକ ଉତ୍ତେଜନା ମଧ୍ୟରେ ସାରା ଦିନ ଅତିବାହିତ କରିବେ । ବିଭିନ୍ନ ସମସ୍ୟାମୂଳକ ବିଷୟକୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି କିନ୍ତୁ ବନ୍ଧୁମିଳନ ମାଧ୍ୟମରେ ମନକୁ ଖୁସୀ ରଖିବ । ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ଟଙ୍କା, ପଇସାକୁ କେନ୍ଦ୍ର କରି ମତଭେଦ ଦେଖାଦେଇପାରେ । ସାମାଜିକ କ୍ଷେତ୍ରରେ ନୂଆ ଲୋକଙ୍କ ସହ ବନ୍ଧୁତ୍ଵ ସମ୍ପର୍କ ସୃଷ୍ଟି ହେବ, ଯାହା ଆଗାମୀ ଦିନରେ ଆପଣଙ୍କୁ ଯଥେଷ୍ଟ ଫଳପ୍ରଦ ସାବ୍ୟସ୍ତ ହେବ । ମାଙ୍ଗଳିକ କାର୍ଯ୍ୟ ସକାଶେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ବନ୍ଧୁ କିମ୍ବା ନିକଟ ସମ୍ପର୍କୀୟଙ୍କ ପ୍ରତାରଣା ଯୋଗୁଁ ମନରେ ସରସତା ରହିବ ନାହିଁ । କିନ୍ତୁ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରାଦମ୍‌ରେ ସଂପୂର୍ଣ୍ଣ କରିବାକୁ ପ୍ରୟାସ ଜାରି ରଖିବେ । କର୍ମକ୍ଷେତ୍ରରେ କେତେକ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ରହିବ କିନ୍ତୁ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ବୁଝାମଣା ଅଭାବରୁ ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ । ବହୁତ ଦିନ ହେଲା ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବିବାଦୀୟ ଘଟଣାରେ ବିଜୟ ଲାଭର ଆଶା ଗୈାଣ ମନେ ହେବ । ପାରସ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରି ଆସିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ମନରେ ଚାଲୁ ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହେବ । ସମ୍ପର୍କର ନ୍ୟୂନତା, ମନର ଚାଲୁଥିବା ସନ୍ଦେହ ମାନସିକ ଅସ୍ଥିରତା ସୃଷ୍ଟି କରିବେ । ଦଶମ ସ୍ଥାନରେ ଏକାଧିକ ଗ୍ରହ ଆପଣଙ୍କ କର୍ମକ୍ଷେତ୍ରକୁ ଚଳଚଂଚଳ କରାଇବେ । ବୃହସ୍ପତିଙ୍କ ଭାଗ୍ୟସ୍ଥାନକୁ ଅବୋଲକାନ କରୁଥିବା ଯୋଗୁଁ ପରିବାର, ବନ୍ଧୁମିଳନ, ସଭାସମିତି, ଆନୁଷ୍ଠାନିକ କାମକୁ ସମ୍ପନ୍ନ କରିବାରେ ସମର୍ଥ ହୋଇ ପାରନ୍ତି । ପ୍ରତ୍ୟେକ କଥାକୁ ଭଲ ରୂପେ ବିଚାର ନ କରି କାମ କଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ । ବ୍ୟବସାୟ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଦାଗ ଲାଗିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ମାଲିମକଦ୍ଦମାରେ ସଫଳତା ହାସଲ କରିବେ ଏବଂ ଆର୍ଥିକ ପରିସ୍ଥିତି ପ୍ରାୟତଃ ମନ୍ଦ ହେବନି । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ଶୁକ୍ରଙ୍କ ଦୃଷ୍ଟି ଫଳରେ ଆଜି ଆପଣ ଏକସାଥିରେ ଅର୍ଥଲାଭ, ମନୋରଞ୍ଜନ, ସମ୍ପର୍କ ସ୍ଥାପନ, ବସ୍ତ୍ରାଳଙ୍କାର ପ୍ରାପ୍ତି କରାଇପାରେ । ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ । ବହୁମୂଲ୍ୟ ବସ୍ତୁ କିଣି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ଅଫିସରେ କୌଣସି ନୂଆ ଦାୟିତ୍ଵ ମିଳିବ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭ କାମନାରୁ ଖୁସି ରହିବେ । ନିଜ ନିଜର ସ୍ଵାର୍ଥକୁ ଗୁରୁତ୍ୱ ଦେଇ ଆତ୍ମୀୟମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା କପିଳାସ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ସମସ୍ୟା ଓ ପ୍ରତିବନ୍ଧକ କାରଣରୁ ବିଭିନ୍ନ ପ୍ରକାରର ନକାରାମତ୍କ ଚିନ୍ତାଧାରା ମନକୁ ବିଭ୍ରାନ୍ତ କରାଇପାରେ । ରାହୁଙ୍କ କୁପ୍ରଭାବରେ ଛୋଟ ଛୋଟ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ କଳହ ଲାଗିବ । କ୍ରନିକ୍‌ ରୋଗର ପ୍ରଭାବରେ ଭାଙ୍ଗିପଡିଥିବା ସ୍ଵାସ୍ଥ୍ୟରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ । କାରବାର ବିସ୍ତାର ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ସଭା ସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦବ୍ୟବହାର କରିବା କାଠିକର ପାଠ ହେବ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କର ସମାଲୋଚିତ ହେବେ । ଆଲୋଚନା, ଚୁକ୍ତିପତ୍ର ପ୍ରଭୃତି ତରବରିଆ ଭାବେ କରିବା ଠିକ୍‌ ହେବ ନାହିଁ । ପ୍ରତୀକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇବା ସହ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବା । କର୍ମଭାବରେ ସ୍ଵଗୃହୀ ମଙ୍ଗଳ ଯୋଗୁ ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯତ୍ନ କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ବୃଦ୍ଧି କରାଇବା, ତେଣୁ ସାବଧାନତା ଅବଲମ୍ବନ କରିବା ନିହାତି ଜରୁରୀ । ବ୍ୟବସାୟୀମାନେ ନଗଦ କାରବାରରେ କରିଲେ ଭଲ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ସରକାରୀ ସାହାଯ୍ୟର ଦୃଢ ପ୍ରତିଶ୍ରୁତି ପାଇବେ କିନ୍ତୁ ନିର୍ଦ୍ଦିଷ୍ଟତା ଅଭାବରୁ ଅସ୍ଥିରତା ବଢିବ । କର୍ମକ୍ଷେତ୍ର କିମ୍ବା ପାରିବାରିକ ସ୍ତରରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆପଣଙ୍କ ମିଷ୍ଟ ବ୍ୟବହାର ଆପଣଙ୍କୁ ଯଥେଷ୍ଟ ଲାଭ ଆଣିଦେବ । ଆଜି ଶନିପ୍ରଭାବରେ ଅପେକ୍ଷାକୃତ ଅସୁବିଧା ଭୋଗିଲେ ମଧ୍ୟ ଅର୍ଥଲାଭ କରିବା ସଙ୍ଗେ ସଙ୍ଗେ କାମ ମଧ୍ୟ ଅଟକିବ ନାହିଁ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହୋଇପାରନ୍ତି । କୈାଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇ ପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭଦ୍ରକାଳୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଶୁଭଫଳ ପ୍ରଦାନ କରିବ । ଆଜିର ଉଚ୍ଚସ୍ଥ ଚନ୍ଦ୍ର ଯୋଗୁ ପରିଜନ ସହ ବନ୍ଧୁମିଳନର ମଜା ଉଠାଇବେ । ଜୀବନରେ କିଛି ସକାରାତ୍ମକ ପରିବର୍ତ୍ତନ ଆସିବ । ଦୀର୍ଘଦିନର ଆଶା ପୂରଣ ହେବା ସଙ୍ଗକୁ ଅର୍ଥଲାଭ ଓ ସମ୍ମାନ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିବେ । ବ୍ୟବସାୟ ବାଣିଜ୍ୟକୁ କେନ୍ଦ୍ର କରି ମନରେ ନୂଆ ବିଚାର ଆସିବ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ । ଅଫିସରେ ଉଚ୍ଚଅଧିକାରୀଙ୍କ ସହଯୋଗରେ ସ୍ଥଗିତ ଥିବା କାମ ପୂରା ହେବ । ଜମିଜମା ବିବାଦ, ପରିବହନ ଝଗଡ଼ାର ସମାଧାନ ହୋଇପାରିବ । ପୈତୃକ ସମ୍ପତ୍ତିିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେବାର ଆଶଙ୍କା ରହିଛି । ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ସକାରାତ୍ମକ ଫଳ ପ୍ରଦାନ କରିବ । ଶୁଭଭାବସ୍ଥ କର୍ମାଧିପ ଯୋଗୁ ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ । ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରେ ଦିନଟି ଭାରି ଭଲ ରହିବ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ହାସଲ କରିବେ । ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ, କିନ୍ତୁ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । କେତେକ କ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିବେ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହେବା ଆଶଙ୍କା ରହିଛି । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

Leave a Reply

Your email address will not be published. Required fields are marked *