16 ମାର୍ଚ୍ଚ 2021, ମଙ୍ଗଳବାର :- ପ୍ରଭୁ ହାମୁମାନଙ୍କ କୃପାରୁ ଆଜି ଏହି ୮ଟି ରାଶିର ବ୍ୟକ୍ତି ଦୁଃଖ କଷ୍ଟରୁ ମୁକ୍ତି ପାଇବେ ।

16 ମାର୍ଚ୍ଚ 2021, ମଙ୍ଗଳବାର :- ପ୍ରଭୁ ହାମୁମାନଙ୍କ କୃପାରୁ ଆଜି ଏହି ୮ଟି ରାଶିର ବ୍ୟକ୍ତି ଦୁଃଖ କଷ୍ଟରୁ ମୁକ୍ତି ପାଇବେ ।

16 ମାର୍ଚ୍ଚ 2021, ମଙ୍ଗଳବାର :- ପ୍ରଭୁ ହାମୁମାନଙ୍କ କୃପାରୁ ଆଜି ଏହି ୮ଟି ରାଶିର ବ୍ୟକ୍ତି ଦୁଃଖ କଷ୍ଟରୁ ମୁକ୍ତି ପାଇବେ । ପାରିବାରିକ ଜୀବନରେ ସୁଖଶାନ୍ତି ଅତୁଟ ରହିବ ।

ଆଜି ଆମେ ଆପଣଙ୍କୁ ୧୬ ମାର୍ଚ୍ଚ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ମାଶ୍ରଣ ଫଳ ପ୍ରଦାନ କରିବ । ପୁରୁଣା କଥାକୁ ନେଇ ମନ ବିଚଳିତ ହୋଇପାରେ । ଅଷ୍ଟମାଧିପରେ ରାଶ୍ୟାଧିପ ଅବସ୍ଥାନ କରିଥିବା ଯୋଗୁଁ ସ୍ଵାସ୍ଥ୍ୟହାନି କିମ୍ବା କର୍ମକ୍ଷେତ୍ରରେ କିଛି ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହୋଇପାରେ । ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ । ଆଜି ଘର କାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଢିଯିବବ, ଫଳରେ ମାନସିକ ବ୍ୟସ୍ତତା ବୃଦ୍ଧି ପାଇବ । ବ୍ୟବସାୟିକ କ୍ଷେତ୍ରରେ ଆର୍ଥିକ ସ୍ଥିତି ଦୁର୍ବଳ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଅଫିସରେ କୌଣସି କାମର ଟିକେ ଗତିରୋଧ ହୋଇପାରେ । ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ବିଳମ୍ବ ହେଲେ ମଧ୍ୟ ସବୁ ଠିକ୍‌ ହୋଇଯିବ । ବିବାହିତଙ୍କ ଲାଗି ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବଗଳାମୁଖୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ସପ୍ତମାଧିପତି ଭାଗ୍ୟସ୍ଥାନରେ ମିତ୍ରମାନଙ୍କ ସହାୟତା ଲାଭକରି ବାଣିଜ୍ୟ, ବ୍ୟବସାୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି । ବ୍ୟବସାୟୀମାନେ ବେଶ ଲାଭବାନ ହେବେ ଏବଂ କର୍ମଜିବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ହସଖୁସିରେ ଦିନଟି ବିତାଇବେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଗ୍ରହମାନଙ୍କ ସୁପ୍ରଭାବରେ ଯେକୌଣସି ପ୍ରତିରୋଧକୁ ଏଡ଼େଇ ଯାଇ କାମ ହାସଲରେ ସମର୍ଥ ହେବେ । କିନ୍ତୁ ଶନିଙ୍କ ତୃତୀୟଭାବ ସ୍ଥିତି କାରଣରୁ ପାରିବାରିକ ସ୍ଥିତି ଭଲ ରହି ନ ପାରେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଶୁଭରଙ୍ଗ: ସବୁଜ ରଙ୍ଗ । ଆରାଧନା: ବାବା ଭୋଳାନାଥ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ମଧୁରମୟ ରହିବା । ସ୍ଵସ୍ଥାନସ୍ଥ ଶୁକ୍ର ଯୋଗୁ ସାମାଜିିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଚାରୁରୂପେ କାମ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ କିନ୍ତୁ କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ଵର ଉଠାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ରାଶ୍ୟାଧିପତିଙ୍କ ପ୍ରଭାବରେ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ । କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ଆବଶ୍ୟକତା ପୂରଣ ହେବା ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । କୌଣସି ନୂଆ ବ୍ୟବସାୟ ଆରମ୍ବ କରିବା ପାଇଁ ମନରେ କଳ୍ପନା ବାନ୍ଧିବେ । କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ଅବଶ୍ୟ ଫେରିବା ବାଟରେ ବନ୍ଧୁ ଠାରୁ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ । ଦୁଇ ପାକ୍ଷିକ ବ୍ୟବସାୟରେ ଆପୋସ ଆଲୋଚନା ଓ ମିଳାମିଶାର ସମକ୍ୟ ଅନ୍ତର ରହିପାରେ, ଯାହାଫଳରେ ମନାନ୍ତର ଦେଖାଦେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଚନ୍ଦ୍ରଙ୍କ ଭାଗ୍ୟସ୍ଥାନକୁ ପୂର୍ଣ୍ଣଦୃଷ୍ଟି ଯୋଗୁ ଆପଣଙ୍କର ଦକ୍ଷତା ବୃଦ୍ଧି ପାଇବା ସହ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ପ୍ରତ୍ୟେକ କ୍ଷେତ୍ରରେ ଯେକୈାଣସି ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । କିନ୍ତୁ ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରିଚିକା ପଛରେ ଦୌଡିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କାକୁ ବରଦାସ୍ତ କରାଯାଇନପାରେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ମନରେ ଆତ୍ମ ବିଶ୍ଵାସ ବୃଦ୍ଧି ପାଇଁ ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ । ବ୍ୟୟଭାବସ୍ଥ ଶନି ଜନିତ ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ । ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । କର୍ମକ୍ଷେତ୍ରରେ ବିଗତ ଦିନ ମାନଙ୍କର ଘଟଣା ଗୁଡିକୁ ଅସ୍ଵାଭାବିକ ଭାବେ ଚିନ୍ତାର ବିଷୟ ପାଲଟିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ବଢିପାରେ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପ୍ରେମ ସମ୍ବନ୍ଧ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆତ୍ମବିଶ୍ଵାସ ବଜାୟ ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚୟ ମିଳିବ । ମନରେ ବିଭିନ୍ନ ପ୍ରକାର ଓଲଟପାଲଟ ଚିନ୍ତାଧାରା ରହିବା ଓ ସମସ୍ତଙ୍କୁ ସନ୍ଦେହ ଦୃଷ୍ଟିରେ ହିଁ ଦେଖିବେ । ବ୍ୟବସାୟରେ ଲାଗିରହିଥିବା ସମସ୍ୟା ଗମ୍ଭୀର ରୂପା ଧାରଣ କରିପାରେ । ଆର୍ଥିକ ସ୍ଥିତି ମଧ୍ୟ ସଙ୍କଟାପର୍ଣ୍ଣ ରୂପା ଧାରଣ କରିପାରେ । ଧାର କରଜ କରି ମଧ୍ୟ ଆବଶ୍ୟକତାକୁ ପୂର୍ଣ୍ଣାଙ୍ଗ କରିବାରେ ସଫଳ ହୋଇନପାରନ୍ତି । ଚାକିରି କରୁଥିବା କର୍ମଜୀବୀ ମାନେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅପମାନିତ ହେବାକୁ ପଡିପାରେ । ଅବଶ୍ୟ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ସମଲେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଭଗବାନଙ୍କ ଉପରେ ଭରସା ରଖନ୍ତୁ ଏବଂ ନକରାତ୍ମକ ଚିନ୍ତା ମନରୁ ଦୂରେଇ ରଖନ୍ତୁ । ଆଦୈା ଇଛା ନଥିଲେ ମଧ୍ୟ କେତେକ କାମ ବାଧ୍ୟ ହୋଇ କରିବାକୁ ପଡିବ । ସାହାଯ୍ୟ, ସହଯୋଗ ଅଭାବରୁ କୌଣସି କାମ ଶୃଙ୍ଖଳିତ ହୋଇପାରିବ ନାହିଁ । ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେବେ । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ଭାଇ ବନ୍ଧୁ ଓ ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କ ରହି ନ ପାରେ । ଚାକିରି କ୍ଷେତ୍ରରେ କର୍ମଜୀବିଙ୍କୁ ଉଚ୍ଚଧିକାରୀଙ୍କ ଠାରୁ ଅପମାନିତ ହେବାକୁ ପଡିପାରେ । ପରିବାରରେ ଶାନ୍ତି ବଜାୟ ରଖିବା ପାଇଁ ଯେତେ ଚେଷ୍ଟା କରିଲେ ମଧ୍ୟ କେହି ନା କେହି ଶାନ୍ତ ଭଙ୍ଗ କରିବକୁ ଚେଷ୍ଟା କରିବେ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବା । ପରିବାରରେ ସୁସ୍ଥବାତାବରଣ ରହିବା ସଙ୍ଗେ ସଙ୍ଗେ ପାରିବାରିକ ଜୀବନରେ ପ୍ରେମ ମଧୁରତା ଦୃଢୀଭୂତ ହେବ । ସ୍ଵାତୀ ନକ୍ଷତ୍ରର ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ । ବୃହସ୍ପତି ପ୍ରଭାବରୁ ପାରିବାରିକ କ୍ଷେତ୍ରରେ ଉନ୍ନତ ମାନର ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ । ବ୍ୟବସାୟ ଓ ପରିବହନ, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ । ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ ହେବ । ବରିଷ୍ଠ ଲୋକ ନିଜର ବନ୍ଧୁଙ୍କ ସହିତ ମିଶିବେ । ଭୁଲ୍‌ ବୁଝାମଣା କାରଣରୁ ନିଜ ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ । ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ଦାଂପତ୍ୟ ଜୀବନରେ ପାରସ୍ପରିକ ବିଶ୍ବାସରେ ମଜଭୁତ ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ରାହୁ ଓ ମଙ୍ଗଳ ରାଶିରେ ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି । ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି । କର୍ମକ୍ଷେତ୍ରକୁ ସମସ୍ୟା ମୁକ୍ତ କରାଇବା ସଙ୍ଗେ ବନ୍ଧୁମିଳନ ମାଧ୍ୟମରେ ମନକୁ ଖୁସୀ ରଖିବ । କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ । ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ । ଉଚ୍ଚବର୍ଗର ଲୋକ ଜଣେ ସାହାଯ୍ୟ କରିବେ । କଚେରି ମାମଲା, ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ, ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ରାଶ୍ୟାଧିପତିଙ୍କ ଶୁଭଦୃଷ୍ଟିରୁ ବନ୍ଧୁ ମାନଙ୍କ ସହ କୈାଣସି ଗୁରୁତ୍ୱପୂର୍ଣ୍ଣ ବିଷୟୟକୁ ନେଇ ଆଳାପ ଆଲୋଚନାରେ ସମୟ କଟାଇବେ । ବ୍ୟବସାୟରୁ ଭଲ ଧନଲାଭ ହେବ । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ । ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ଥି ଅନୁଭବ କରିପାରନ୍ତି । ଘରେ ଛୋଟିଆ ସମାରୋହ ଆୟୋଜନ କରିପାରନ୍ତି । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ବୃଦ୍ଧି ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିମଳା ।

Leave a Reply

Your email address will not be published. Required fields are marked *