16 ମଇ 2021, ରବିବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ଆନନ୍ଦର ଲୋହରି ଖେଳି ଉଠିବ । କର୍ମକ୍ଷେତ୍ରରେ

16 ମଇ 2021, ରବିବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ଆନନ୍ଦର ଲୋହରି ଖେଳି ଉଠିବ । କର୍ମକ୍ଷେତ୍ରରେ

16 ମଇ 2021, ରବିବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ଆନନ୍ଦର ଲୋହରି ଖେଳି ଉଠିବ । କର୍ମକ୍ଷେତ୍ରରେ କାରବାର ଭଲ ରହିବା ସହ ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

ଆଜି ଆମେ ଆପଣଙ୍କୁ ୧୬ ମଇ ୨୦୨୧ ରବିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢିବ । ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ଅଳ୍ପ ସମୟ ଭିତରେ ମିଳାଇଯିବ । ବ୍ୟବସାୟ କାମରେ ସହଯୋଗୀଙ୍କ ସାହାଯ୍ୟ ଓ ସହଯୋଗ ପାଇ ଉନ୍ନତି କରିବେ । ଅଫିସରେ ଆପଣଙ୍କ କାର୍ଯ୍ୟ କରିବାର ଶୈଳୀ ଦେଖି ସହକର୍ମୀ ଓ ଅଧିକାରୀବର୍ଗ ମଧ୍ୟ ଆପଣଙ୍କୁ ପ୍ରଶଂସା କରିବେ । କୌଣସି କଥାକୁ ନେଇ ଅଧିକ ଜିଦ୍‌ କରନ୍ତୁ ନାହିିଁ । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ସାମାଜିକ ସ୍ତରରେ ପରସ୍ପରକୁ ସାହାଯ୍ୟ ଓ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ହେବେ ଓ ଉନ୍ନତିର ପଥରେ ଅଗ୍ରସର ହେବେ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ରହିବା ସଙ୍ଗେ ସଙ୍ଗେ ସୁଖ ଶାନ୍ତିରେ ଦିନଟି ଅତିବାହିତ କରିବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସମ୍ମୁଖୀନ ହେଲେ ମଧ୍ୟ କାମ ହାସଲ କରିବାକୁ ମନରେ ସାହସ ବାନ୍ଧିବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ପରବର୍ତ୍ତୀ କିଛି ସମୟ ମଧ୍ୟରେ ସମସ୍ୟା ଦୂରେଇ ଯିବର ସୂଚନା ରହିଛି । ଦୃଢ ଆତ୍ମବିଶ୍ଵାସ ଯୋଗୁଁ ଆଲୋଚନା କ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ରକ୍ଷା ପାଇପାରିବେ । କେତେକ ଖ୍ଯତେତରରେ ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳତା ପାଇବେ । ପାରିବାରିକ ଖର୍ଚ୍ଚ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ସାମାଜିକ ସ୍ତରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି, ପରବର୍ତ୍ତୀ ସମୟରେ ଅନୁତପ୍ତ କରିବେ । ପରିବାରରେ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ନିଜକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ । କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ । ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହୋଇପାରନ୍ତି । ଆର୍ଥିକ ସ୍ଵଚ୍ଛଳତା ବଢ଼ିଯିବାର ସମ୍ଭାବନା ରହିଛି । ବ୍ୟବସାୟ ବାଣିଜ୍ୟକୁ ଭିତ୍ତି କରି କେତେକ ସମସ୍ୟାର ସମାଧାନ ନିମନ୍ତେ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିବେ । ଅଫିସରେ କାର୍ଯ୍ୟଭାର ଅଧିକ ରହିବ, ସହକର୍ମୀମାନେ ଅସହଯୋଗ କରିବେ କିନ୍ତୁ ଉଚ୍ଚାଧିକାରୀଙ୍କ ଠାରୁ ସହାୟତା ମିଳିବାର ସୂଚନା ରହିଛି । ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ ରହିବ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ଯୋଗୁଁ ମନକୁ ଆଶ୍ଵସ୍ତି ମିଳିବ । କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ଘର କଥା ବୁଝିପାରିବେ ନାହିଁ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ହସଖୁସିରେ ଦିନଟି ଅତିବାହିତ କରିବେ । ଭାବିଚିନ୍ତି କାର୍ଯ୍ୟ କରନ୍ତୁ, ନଚେତ୍ ନାନା ପ୍ରକାର ସମସ୍ୟାର ସମ୍ମୁଖିନ ହେବାକୁ ପଡିବ । ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କୃଷ୍ଟ ରୂପ ନେବ ନାହିଁ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡିବ । ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ଦୈହିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ତରରେ ସୁସ୍ଥ ଅନୁଭବ କରିବେ । ଆତ୍ମୀୟ ସ୍ଵଜନମାନେ ଆପଣ ଉଦ୍ୟମ କରୁଥିବା କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି କିନ୍ତୁ ଧୌର୍ଯ୍ୟହରା ନ ହୋଇ ନିଜର ଯୋଜନା ମୁତାବକ କାର୍ଯ୍ୟ କରିଲେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ, ନତୁବା ଅଯଥା ଅଶାନ୍ତି ସୃଷ୍ଟି ହେବାର ଆଶଙ୍କା ରହିଛି । ସଭାସମିତି କିମ୍ବା ବନ୍ଧୁ ଗହଣରେ ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ । ରାଜନୀତିରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ପ୍ରତ୍ୟେକ ଦିଗରୁ ମନ ଖୁସୀ ରହିବ, ସ୍ଥଗିତ ଥିବା କାର୍ଯ୍ୟଗୁଡିକ ଯଥାଶୀଘ୍ର ପୂରଣ କରିବା ପାଇଁ ବିଧିବଦ୍ଧ ଭାବରେ ଯୋଜନା ପ୍ରସ୍ତୁତି କରିବେ । ବ୍ୟବସାୟରେ ଆଶାତୀତ ଫଳ ପ୍ରାପ୍ତି ହେବ । ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ସକାରାତ୍ମକରେ ନେବେ । ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରିବେ ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଯାନ୍ତ୍ରିକ କାର୍ଯ୍ୟ, ରଚନାମତ୍କ କାମ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ ଏବଂ ଆର୍ଥିକ ସ୍ଥିତି ମଧ୍ୟ ମଜବୁତ ରହିବ । ବୈବାହିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ । ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ନିର୍ବିଘ୍ନରେ ସମାପନ ହୋଇଯିବ । କର୍ମକ୍ଷେତ୍ରରେ ଆପଣଙ୍କ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍ବା ନିକଟ ସମ୍ପର୍କୀୟଙ୍କ ମନରେ ଦୁଃଖ ଦେଇପାରେ । କୌଣସି କାମ ହାସଲ ପାଇଁ ଅନେକ ଟଙ୍କା ଖର୍ଚ୍ଚକରି ପଶ୍ଚାନ୍ତରେ ଦୁଃଖିତ ହେବାକୁ ପଡ଼ିବ । ଅଫିସରେ ସହକର୍ମୀଙ୍କ ସହ ଭଲ ସମ୍ପର୍କ ଥିଲେ ମଧ୍ୟ ଅସୁବିଧା ସମୟରେ କେହି ଦେଖାଦେବେ ନାହିଁ । ସାମାଜିକ ସ୍ତରରେ ନିଜର ପଦୋମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବ । କିନ୍ତୁ ଆଲୋଚନା ପରିସରରେ ପକ୍ଷପାତିତାକୁ କେନ୍ଦ୍ର କରି ଅନ୍ୟମାନଙ୍କ ସହ ଶତ୍ରୁତା ସୃଷ୍ଟି ହେବାର ସମ୍ଭାବନା ରହିଛି । ବିବାଦୀୟ ପରିସ୍ଥିତିରେ ପଡ଼ୋଶୀଙ୍କ କଥାରେ ଚିହ୍ନା ପଡ଼ନ୍ତୁ ନାହିଁ । ଅବହେଳାରୁ ପୁରାତନ ରୋଗପୀଡ଼ାର ପାଦୁର୍ଭାବ ବଢିବାର ଆଶଙ୍କା ରହିଛି । ପାରିବାରିକ ସ୍ତରରେ ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଆଖଣ୍ତଳମଣି ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଜି ଆପଣଙ୍କ ମନରେ ଆତ୍ମବିଶ୍ଵାସ ଦୃଦ୍ଧି ପାଇବ । କାର୍ଯ୍ୟକ୍ଷେତ୍ରରେ ପୂର୍ବ ପ୍ରସ୍ତୁତି କରୁଥିବା ଯୋଜନାକୁ ଗୁପ୍ତ ରଖନ୍ତୁ । ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାରଣରୁ କେତେକ କାମରେ ବିଶୃଙ୍ଖଳା ଦେଖାଦେଇପାରେ । ବାଣିଜ୍ୟ ଓ ବ୍ୟବସାୟରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ସ୍ଥିତି ଶୋଚନୀୟ ହୋଇପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ବୃଦ୍ଧି କରିବା ନିମନ୍ତେ ବନ୍ଧୁଙ୍କ ସହ ଆଲୋଚନା କରିବେ । ପରୋକ୍ଷ ଶତ୍ରୁତା ଯୋଗୁଁ ଅଫିସରେ ସହକର୍ମୀମାନେ ମନକୁ ବଧିଲା ଭଳି କଥା କହିବେ । ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ ଏହି ଭାବନା ନେଇ ଦୂରେଇ ଯିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବା ଠିକ୍‌ ହେବନାହିଁ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି । ପରିବାରରେ ପୁନଃ ଆନନ୍ଦ ଉଲ୍ଲାସର ବାତାବରଣ ଦେଖାଦେବ । ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସମଲେଶ୍ଵରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ପରିସ୍ଥିତ ଓ ପରିଣାମକୁ ଆଖି ଆଗରେ ରଖି କାମ କରିଚାଲିଲେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁ ଓ ସହକର୍ମୀଙ୍କ ମାଧ୍ୟମରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ । ପରୋକ୍ଷ ଶତୁତା ଓ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ କରିପାରିବେ ନାହିଁ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସମାଜିକ ଜନକଲ୍ୟାଣ କାର୍ଯ୍ୟରେ ସହଭାଗିତା କରିପାରନ୍ତି । ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପରକଥାରେ ପଡି ଭୁଲ୍‍ ମାର୍ଗର ଅନୁସରଣ କରିଲେ, ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତା ପ୍ରକଟ କରିପାରନ୍ତି । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବା ଫଳରେ ମନକୁ ଆଶ୍ଵସ୍ତି ମିଳିବ । କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ରହିଥିବା ସମସ୍ୟା ବନ୍ଧୁଙ୍କ ଜରିଆରେ ସମାଧାନ ହୋଇଯିବ । ଦୈହିକ ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ କର୍ମକ୍ଷେତ୍ରରେ କାର୍ଯ୍ୟପ୍ରତି ମନରେ ଆଗ୍ରହ ଜନ୍ମିବ । ଅଫିସରେ ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା କରିବେ ଓ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନିତ ହେବେ । ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ପାଇବେ । କଥାବାର୍ତ୍ତାରେ ସଂଯମତା ଆଚରଣ ନ କଲେ ଅସୁବିଧାର ସମ୍ମୁଖୀନ ହୋଇଇପାରନ୍ତି । ପାରିବାରିକ ସମର୍ଥନ ହାସଲ କରିବା କାରଣରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ବିଗତ ଦିନର କୌଣସି ଘଟଣାକୁ କେନ୍ଦ୍ରକରି ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ନିଜର ସ୍ଵାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ସ୍ଥିତି ଶୋଚନୀୟ ରହିବ । ସହକର୍ମୀଙ୍କ ସହଯୋଗରୁ ଅର୍ଥ ପ୍ରାପ୍ତ କରିବେ । ଅଫିସରେ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟଚାପ ଅଧିକ ରହିବ । ଆଲୋଚନା ପରିସରରେ, ସଭାରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ଅପଦସ୍ଥ ହେବାକୁ ପଡିପାରେ । ସହଧର୍ମୀଙ୍କ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ ଓ ସମାଜରେ ନୂତନ ବନ୍ଧୁତ୍ଵ ସମ୍ପର୍କ ସୃଷ୍ଟି ହେବ । କୌଣସି ଆତ୍ମୀୟଙ୍କ ବିବାଦୀୟ ପରିସ୍ଥିତିରେ ଚିହ୍ନା ପଢି ଅଯଥାରେ ଅପଦସ୍ଥ ହେବେ । ଯେତେ ଚେଷ୍ଟା କଲେ ମଧ୍ୟ ସବୁ କାମ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ । କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ସଜାଡି ନେବାର ପ୍ରୟାସ କରିବେ ଓ ସହକର୍ମୀଙ୍କ ମନ ଜିଣିବେ । ଉତେଜନାପୂର୍ଣ୍ଣ ବାତାବରଣ ମଧ୍ୟରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକିଯାଇପାରେ । ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିଯିବାରୁ ବ୍ୟସ୍ତ ହୋଇପାରନ୍ତି । ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ । ପରିବାରରେ କାହାରି ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ମନରେ ସରସତା ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

Leave a Reply

Your email address will not be published. Required fields are marked *