17 ଅପ୍ରେଲ୍ 2021, ଶନିବାର :- ଆଜି ୬ଟି ରାଶିର ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଶନିଦେବଙ୍କ ଆଶୀର୍ବାଦ ! କର୍ମକ୍ଷେତ୍ରରେ

17 ଅପ୍ରେଲ୍ 2021, ଶନିବାର :- ଆଜି ୬ଟି ରାଶିର ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଶନିଦେବଙ୍କ ଆଶୀର୍ବାଦ ! କର୍ମକ୍ଷେତ୍ରରେ

17 ଅପ୍ରେଲ୍ 2021, ଶନିବାର :- ଆଜି ୬ଟି ରାଶିର ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଶନିଦେବଙ୍କ ଆଶୀର୍ବାଦ ! କର୍ମକ୍ଷେତ୍ରରେ ମନୋବାଞ୍ଛା ପୂର୍ଣ୍ଣ ହେବା ସହ ପାରିବାରିକ ପରିସ୍ଥିତି ସୁଖଦମୟ ରହିବ…

ଆଜି ଆମେ ଆପଣଙ୍କୁ ୧୭ ଅପ୍ରେଲ୍ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ଲାଗି ନୂଆ ସମ୍ଭାର ନେଇ ଆସିଛି । ବ୍ୟବସାୟ ବାଣିଜ୍ୟ ମାନ୍ଦା ରହିଲେ ମଧ୍ୟ କୌଣସି କ୍ଷତି ସହିବାକୁ ପଡିବ ନାହିଁ । ଅଫିସ କାର୍ଯ୍ୟକୁ ନେଇ ବ୍ୟସ୍ତତା ରହିବେ । ପାରିବାରିକ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନା କରିବେ । କୌଣସି ସଭାସମିତି କାର୍ଯ୍ୟରେ ସାମିଲ ହୋଇପାରନ୍ତି । ମାନସିକ ରୂପରେ ଆଳସ୍ୟ ଅନୁଭବ କରିପାରନ୍ତି । କୌଣସି ସଭାସମିତି କାର୍ଯ୍ୟରେ ସାମିଲ ହୋଇପାରନ୍ତି । ବାଦବିବାଦ, କୋର୍ଟ କଚେରୀରେ ସକାରାତ୍ମକ ବିଜୟୀ ଲାଭ କରିବେ । ସନ୍ଧ୍ୟା ସୁଦ୍ଧା ଘରକୁ କୌଣସି ବନ୍ଧୁ ଆସିବେ । ପାରିବାରିକ ସୌଖ୍ୟ ସାଙ୍ଗକୁ ପୁତ୍ରକନ୍ୟାଙ୍କ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ସମ୍ୟକ କଷ୍ଟଦାୟକ ରହିବ । ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତି କ୍ରମଶଃ ବଦଳିବବାର ସମ୍ଭାବନା ରହିଛି । ବ୍ୟବସାୟ, ବାଣିଜ୍ୟରେ ପରିସ୍ଥିତି ସାମାନ୍ୟ ମାନ୍ଦା ରହିବେ । ଅଫିସରେ କିଛି ଉଚ୍ଚ-ଅଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ସମାଜରେ ମନ ସମ୍ମାନ ମଧ୍ୟ ବଢିବ । ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହିନପାରେ । ବନ୍ଧୁମାନେ ସାମୟିକ ସହଯୋଗକୁ ନିଜର ସ୍ଵାର୍ଥ ସାଧନ ଦିଗରେ ଲଗାଇପାରନ୍ତି । ପରୋକ୍ଷ ଶତ୍ରୁତା କରିବା ଯୋଗୁ ବିଚଳିତବୋଧ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସାମୟିକ ଉତ୍ଥାନପନ ଲାଗିରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ । ଏକଦଶସ୍ଥ ସ୍ଥାନରେ ରାହୁ ଅବସ୍ଥାନ କରିଥିବାରୁ ମନରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ରହିବ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବା ସହ ଶତୃ ବୃଦ୍ଧି ଓ ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରିବାକୁ ପଡିବ । ପରୋକ୍ଷ ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତିମାନେ ଆପଣଙ୍କ କର୍ମକ୍ଷେତ୍ରରେ ବାଧାବିଗ୍ନ ସୃଷ୍ଟି କରିପାରନ୍ତି । ସାମାଜିକ ସ୍ତରରେ ନିଜର ସ୍ଵାଭିମାନ ରକ୍ଷା କରିବାକୁ ଉଦ୍ୟମ କରିବେ । ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ ରହିବ । ଅତୀତର କେତେକ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ସୁଖରେ ବାଧା ଉପୁଜିପାରେ । ସନ୍ଧ୍ୟା ସମୟରେ ପରିବାର ସହ ହସଖୁସିରେ ଦିନ ଅତିବାହିତ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ । ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ବ୍ୟବସାୟ ବାଣିଜ୍ୟରେ କାରବାର ଭଲ ରହିବ । ବ୍ୟବସାୟରେ ପୁଞି ଲଗାଣ କରନ୍ତୁ, ଲାଭ ହେବ । ଅଫିସରେ ବାତାବରଣ ସୁସ୍ଥ ଥିଲେ ମଧ୍ୟ କାର୍ଯ୍ୟଭାର ଅଧିକ ରହିବ । ସାଧାରଣ କଥାକୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ରହିଛି । ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ କାମରେ ଯୋଗ ଦେଇପାରନ୍ତି । ମାଲିମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ, କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ । ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହା କି ପାରିବାରିକ ସମସ୍ୟାକୁ ବଢାଇଦେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ବିଳମ୍ବ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ନ ହେବା ଯୋଗୁଁ ମନରେ ବିରକ୍ତ ଭାବନା ଜାତ ହେବ । ଆଜି ପରିବାର କଥାକୁ ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ । ଚାକିରୀ କ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ଆର୍ଥିକ ସ୍ଥିତି ପୂର୍ବ ପରି ରହିବ । ଅଫିସରେ ଆପଣଙ୍କ କାର୍ଯ୍ୟକୁ ନେଇ ଉପରିସ୍ଥ କର୍ମଚାରୀ ଅସନ୍ତୋଷ ପ୍ରକାଶ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଆତ୍ମୀୟଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ପାଖ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ । ଶୁଭରଙ୍ଗ: ବାଦାମି । ଆରାଧନା: ହନୁମାନ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ . ତଥାପି କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି । ନିକଟ ଅତୀତର ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ଉଚ୍ଚ ପଦାଧିକାରି ମାନଙ୍କର ପ୍ରୋତ୍ସାହନରେ ଆପଣ ମନରେ ଉତ୍ସାହ ବଢିବ । ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ । ସରକାରଙ୍କ ତରଫରୁ ଲାଭ ପ୍ରାପ୍ତି କରି ପାରିବେ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ । ପାରିବାରିକ କ୍ଷେତ୍ରରେ ଗତକାଲିର ବିଷୟକୁ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋପାରନ୍ତି । ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେ ନାହିଁ । ବ୍ୟବସାୟ ବାଣିଜ୍ୟରେ କେତେକ ସମସ୍ୟା ଦେଖାଦେଲେ ମଧ୍ୟ ଆପଣା ଛାଏଁ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ସହକର୍ମୀ କିମ୍ବା ବନ୍ଧୁଙ୍କ ଆଲୋଚନା କରିବା ସମୟରେ ବିତର୍କ ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଖାଇବା ପିଇବାର ଧ୍ୟାନ ଦିଅନ୍ତୁ । ନିର୍ମାଣାଧୀନ କାର୍ଯ୍ୟ ହଠାତ୍‌ କିଛିଦିନ ପାଇଁ ଅଟକି ରହିଯାଇପାରେ । ସଙ୍ଗୀତ, ଚଳଚ୍ଚିତ୍ର ଓ କ୍ରୀଡା, ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ ।ଦ୍ୱାଦଶଚନ୍ଦ୍ର ହେତୁ ଦୂରଯାତ୍ରା କରିପାରନ୍ତି କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ । ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ଚାକିରି କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ କିନ୍ତୁ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକଳାପ ଉପରେ ରୁଷ୍ଟ ହୋଇପାରନ୍ତି । ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ବନ୍ଧୁଙ୍କ ଠାରୁ ଧାରକରଜ କରିବାକୁ ପଡିପାରେ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜି ଆପଣ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ମଧ୍ୟ ପାଇବେ । ରାଶିରେ ରାଜଯୋଗ କାରକ ଚତୁଃଗ୍ରହ ଆପଣଙ୍କୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତାର ସହ ସମ୍ମାନଜନକ ସ୍ଥିତିରେ ରଖିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶତ୍ରୁତା କାରଣରୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରିବେ ଓ ସଫଳତା ମଧ୍ୟ ହାସଲ କରିପାରିବେ । ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟଗୁଡ଼ିକର ପ୍ରାରମ୍ଭ କରି ପାରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବା ସୂଚନା ରହିଛି । ଚାକିରିରେ ଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଆୟ ବୃଦ୍ଧି ସଙ୍ଗେ ପଦୋନ୍ନତିର ଯୋଗ ମଧ୍ୟ ରହିଛି । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବା । ବଳବାନ୍‌ ଶନିଙ୍କ ପ୍ରଭାବରେ ବିବାଦରେ ବିଜୟ ଲାଭ କରିବେ କିନ୍ତୁ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନି ଓ ଯାତ୍ରା ସ୍ଥଗିତ ରହିଯାଇପାରେ । ପାପଗ୍ରହ ଜନିତ ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି । କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଏଜେନ୍ସିପରୁ ଖୁସି ରହିବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାରେ ବିଳମ୍ବ ହୋଇପାରେ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ରୋଗ, ଋଣ ଓ ଶତ୍ରୁତା ବିଷୟ ଚିନ୍ତନରେ ସମୟ କାଟିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆଜି ଆପଣ ଉର୍ଜାବାନ ଓ ସକ୍ରିୟ ରହିବେ । ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରିୟ ବନ୍ଧୁ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ ହୋଇପାରେ । ଯୁକ୍ତି ତର୍କ, ବାଦବିବାଦ, କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରୁହନ୍ତୁ । ପାରିବାରିକ ଅଶାନ୍ତିର ସମାପ୍ତ ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

Leave a Reply

Your email address will not be published. Required fields are marked *