17 ମଇ 2021, ସୋମବାର :- ମହାଦେବଙ୍କୁ କୃପାରୁ ଆଜି ୩ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ର ମିଳିବ ଯଥେଷ୍ଟ ଉନ୍ନତି ! ଆର୍ଥିକ

17 ମଇ 2021, ସୋମବାର :- ମହାଦେବଙ୍କୁ କୃପାରୁ ଆଜି ୩ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ର ମିଳିବ ଯଥେଷ୍ଟ ଉନ୍ନତି ! ଆର୍ଥିକ

17 ମଇ 2021, ସୋମବାର :- ମହାଦେବଙ୍କୁ କୃପାରୁ ଆଜି ୩ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ର ମିଳିବ ଯଥେଷ୍ଟ ଉନ୍ନତି ! ଆର୍ଥିକ କ୍ଷେତ୍ରରେ ସୁଧାର ଆସିବା ସହ ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବଜାୟ ରହିବ ।

ଆଜି ଆମେ ଆପଣଙ୍କୁ ୧୭ ମଇ ୨୦୨୧ ସୋମବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ପୂର୍ବରୁ ପ୍ରତୁତ କରିଥିବା ବିଭିନ୍ନ ପ୍ରକାର ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଚେଷ୍ଟିତ ରହିବେ । ପରିସ୍ଥିତି ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଋଣଭାରରେ ଅତିଷ୍ଠ ହେବେ କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇବେ ନାହିଁ । ଅଫିସରେ ଉଚ୍ଚାଧିକାରୀଙ୍କ ସହ ମନୋମାଳିନ୍ୟ ହେବାର ସଙ୍କେତ ରହିଛି । ସାମାଜିକ ସ୍ତରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ଵନ୍ଦରେ ପଡିପାରନ୍ତି । ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ । ସବୁ କଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ବନ୍ଧୁଙ୍କ ସାହାଯ୍ୟ ଓ ସହାନୁଭୂତି ପାଇଁ ମନୋବଳ ଦୃଢ କରିବେ । ଭୁଲ୍ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଏବଂ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ନାନାଦି ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟ ଦେଇ ଗତି କରିବାକୁ ପଡିବ । ଅଫିସରେ ସହକର୍ମୀଙ୍କ ସହଯୋଗରେ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବା ସହ ସମସ୍ୟା ସମାଧାନ କରିପାରିବେ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ପାଖ ପଡ଼ୋଶୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଆତ୍ମାତୃପ୍ତି ପାଇବେ । ପରିବାରରେ କାହାରି ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ଜଗନ୍ନାଥ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଆପଣଙ୍କ ମନରେ ଆଜି ପୂର୍ଣ୍ଣ ଆତ୍ମବିଶ୍ଵାସରେ ଭରି ରହିବ । କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ନିମନ୍ତେ ଆଜି ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶିଳ୍ପ, ବାଣିଜ୍ୟ, ପ୍ରକାଶନ, ରାଜନୀତି, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଉଚ୍ଚମାନର ଫଳ ପାଇବେ । ଅଫିସରେ ଉଚ୍ଚାଧିକାରୀଙ୍କ ଠାରୁ ଅଧିନସ୍ଥ କର୍ମଚାରୀ ସମସ୍ତଙ୍କ ସହ ସମ୍ପର୍କ ଭଲ ରହିବ । ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାର ଚିନ୍ତା ପ୍ରକଟ କରିପାରନ୍ତି । ପରିବାରରେ ଉପୁଜିଥିବା ସମସ୍ୟାକୁ ନେଇ ସାମୟିକ ବିବ୍ରତ ହୋଇପାରନ୍ତି କିନ୍ତୁ ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟାର ସମାଧାନ ହୋଇଯିବ । ସହଧର୍ମୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଗୌରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ନିଜ ଉପରେ ବିଶ୍ଵାସ ରଖନ୍ତୁ ଏବଂ ସମୟର ଅପେକ୍ଷା କରନ୍ତୁ; ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚୟ ମିଳିବ । କର୍ମକ୍ଷେତ୍ରରେ ସଂଘର୍ଷମୟ ସ୍ଥିତିରେ ଗତି କରିବାକୁ ପଡିପାରେ । ଅଫିସ କିମ୍ବା କର୍ମକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି । ଅଫିସରେ କାର୍ଯ୍ୟବ୍ୟସ୍ତତା ଓ ଫାଇଲ କାମ ଅଧିକ ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ସଭାସମିତି, ଆଲୋଚନା ପରିସର ଯୋଗ ଦେଲେ ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଅଭାବ ନଥିଲେ ମଧ୍ୟ ମନ ଭଲ ଲାଗିବ ନାହିଁ । କେତେକ ଗୁରୁତ୍ବପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ ଆଲୋଚନା କରିବେ । ଶୁଭରଙ୍ଗ: ପିଙ୍କ୍ । ଆରାଧନା: ମାଆ ସମଲେଶ୍ଵରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଧୌର୍ଯ୍ୟଧରି କାର୍ଯ୍ୟ କରନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ମିଳିବ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବା ସଙ୍ଗେସଙ୍ଗେ ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରିବାକୁ ପଡିପାରେ । ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସ୍ଥିତିକୁ ମଜବୁତ କରିବେ । ଅଫିସରେ କାର୍ଯ୍ୟର ଚାପ ଅଧିକ ରହିବ କିନ୍ତୁ ସହକର୍ମୀଙ୍କ ସହ ମିଳିମିଶି କାର୍ଯ୍ୟ କରିବା ଫଳରେ ମନ ହଲକା ରହିବ । ସାମାଜିକ କାର୍ଯ୍ୟରେ ଇଚ୍ଛା ପୂରଣ ହେବ ଓ ଆଦର ଅଭ୍ୟର୍ଥନା ମିଳିବାର ଯୋଗ ରହିଛି । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ପାରିବାରିକ ଓ ବୈବାହିକ ଜୀବନରେ ସୁଖଶାନ୍ତି ଅତୁଟ ରହିଲେ ମଧ୍ୟ ନିକଟ ସମ୍ପର୍କୀୟମାନେ ସନ୍ଧ୍ୟାରେ ଅତୀତର କୌଣସି କଥାକୁ ନେଇ କଳହ ସୃଷ୍ଟି କରିପାରନ୍ତି । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ଚର୍ଚ୍ଚିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ । ବନ୍ଧୁଙ୍କ ସାହାଯ୍ୟରେ ଅର୍ଥଲାଭର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ । ବ୍ୟବସାୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଅନୁକୂଳ ରହିବ । ଆପଣଙ୍କ କାର୍ଯ୍ୟକଳାପରେ ଅଫିସରେ କର୍ତ୍ତୃପକ୍ଷ ଅତ୍ୟନ୍ତ ଖୁସି ହେବେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ । ଆନୁଷ୍ଠାନିକ କାମ, ରାଜନୈତିକ ସଂଗଠନ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ଘରେ ଅସାବଧାନତା ଯୋଗୁଁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ଏକପ୍ରକାର ଖୁସି ହେବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବଜାୟ ରହିବ । ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ବାବା କପିଳାସ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବା ଲାଗି ଭାବିପାରନ୍ତି । ବିଭିନ୍ନ ଅସୁବିଧାରେ ପଡ଼ି ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । କୌଣସି ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତି ପଥରେ ଅବରୋଧ କରିବାକୁ ଚେଷ୍ଟା କରିବେ । ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ଅନ୍ୟମାନଙ୍କ ଦୃଷ୍ଟିକୋଣରେ ଭିନ୍ନତା ଓ ଅସଂଗତ ବିଚାରଧାରା, ଆପଣଙ୍କ ପାଇଁ ଅହିତକର ହୋଇପାରେ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । କାହାରିକୁ ଅତିଶୀଘ୍ର ବିଶ୍ଵାସ କରନ୍ତୁ ନାହିିଁ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ବ୍ୟବସାୟର ଉନ୍ନତି କରିବା ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ଅନ୍ୟମାନଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁଁ ନିଜ ଲୋକଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଅଫିସ କାମକୁ ପୂରା କରିବାରେ ସକ୍ଷମ ହେବେ ଓ ସହକର୍ମୀଙ୍କ ସହ ତାଳମେଳ ଭଲ ରହିବ । ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅତ୍ୟଧିକ ଲୋଭ ଏବଂ ସନ୍ଦେହ, ପାରିପାର୍ଶ୍ୱିକ ପରିସ୍ଥିତିକୁ ପ୍ରତିକୂଳ ପରିସ୍ଥିତିରେ ବଦଳାଇଦେଇପାରେ । ଅତୀତର କୌଣସି ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ । ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା ଭଲ ରହିନପାରେ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି । ପୁରାତନ ରୋଗର ପୀଡ଼ା ଆପଣଙ୍କ ଦୃଢ଼ତାକୁ କେତେକାଂଶରେ କ୍ଷୁଣ୍ଣ କରିପାରେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ସମଲେଶ୍ଵରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟିଏ ଆପଣଙ୍କ ଜୀବନ ଲାଗି ଅତ୍ୟନ୍ତ ମଙ୍ଗଳଦାୟକ ରହିବ । ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ । ସରକାରୀ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସାମାନ୍ୟ ଛୋଟିଆ କଥାରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରନ୍ତୁ । ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ । କାର୍ଯ୍ୟବ୍ୟସ୍ତ ଯୋଗୁଁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ପାଇଁ ଅନୁକଳ ରହିବ । ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । କେତେକ ଗୁରୁତ୍ଵପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା କରିବେ । କର୍ମକ୍ଷେତ୍ରରେ ବିଭିନ୍ନ କାମରେ ବ୍ୟସ୍ତ ରହିବେ । ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ପରିଣାମ ପାଇବେ । ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ଆହ୍ଵାନ ଆସିବାର ସମ୍ଭାବନା ରହିଛି । ମାଲିମୋକଦ୍ଦମାରେ ଆପୋଷ ବୁଝାମୁଣା କରି ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ଅପରାହ୍ନେ ଟେନ୍‌ସନ କମିଯିବା ସାଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି । କ୍ରୋଧବଶତଃ ଯାହା ପଡିଲା ତାହା କହି ପକାଇବେ, ଫଳରେ କିଛି ସମସ୍ୟା ଆସିପାରେ । ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ଆପଣଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଅମ୍ବିକା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

କର୍ମକ୍ଷେତ୍ରରେ ପ୍ରତି ଆଗ୍ରହ ବୃଦ୍ଧି ପାଇବ । କିନ୍ତୁ ନିଜ ଲୋକମାନେ ହିଁ ଆପଣଙ୍କ ଉନ୍ନତିର ପଥରେ ପ୍ରତିରୋଧ ସୃଷ୍ଟି କରିବେ । ବୃତ୍ତିଗତ କର୍ମ ଅବା ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ପରିସ୍ଥିତିକୁ ଯେତେ ଜଟିଳ ମନେକରିଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । ଆର୍ଥିକ ସ୍ଥିତି ମାନ୍ଦା ରହିଲେ ମଧ୍ୟ ପରିବାରରେ ଆର୍ଥିକ ଜନିତ କୌଣସି ଅଭାବ କିମ୍ବା ଅସୁବିଧା ହେବ ନାହିଁ । ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ରହିବେ । ଅବଶ୍ୟ ସହକର୍ମୀଙ୍କ ସାହାଯ୍ୟରେ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ବୈବାହିକ ଜୀବନରେ ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ପାଇବେ, ଯାହାଫଳରେ ମନୋବଳ ଦୃଢ ହେବ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଚର୍ଚ୍ଚିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ପୂଜାପାଠରେ ଆପଣଙ୍କ ମନ ଲାଗି ରହିବ । ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ । କର୍ମକ୍ଷେତ୍ରରେ ମଧ୍ୟ ସ୍ଵାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ କିନ୍ତୁ ଆର୍ଥିକ ସ୍ତରରେ ବିଶେଷ କିଛି ଉନ୍ନତି ହେବ ନାହିଁ । ବ୍ୟାବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅର୍ଥ ସମ୍ପର୍କୀୟ କେତେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ । ଅଫିସରେ ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ ମନରେ ସରସତା ରହିବ ନାହିଁ । ପ୍ରଶାସନିଳ ସ୍ତରରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ । ସ୍ଵାସ୍ଥ୍ୟରେ ଆଂଶିକ ଉନ୍ନତି ଆସିବା ସଙ୍ଗେସଙ୍ଗେ ପାରିବାରିକ ସ୍ଥିତିରେ ସୁସ୍ଥ ରହିବ । ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ବାବା ଲିଙ୍ଗରାଜା ।

Leave a Reply

Your email address will not be published. Required fields are marked *