18 ଅପ୍ରେଲ୍ 2021, ରବିବାର :- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ହେବ ପରିବର୍ତ୍ତନ ହେବ ! ଆର୍ଥିକ ସ୍ଥିତିରେ

18 ଅପ୍ରେଲ୍ 2021, ରବିବାର :- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ହେବ ପରିବର୍ତ୍ତନ ହେବ ! ଆର୍ଥିକ ସ୍ଥିତିରେ

18 ଅପ୍ରେଲ୍ 2021, ରବିବାର :- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ହେବ ପରିବର୍ତ୍ତନ ହେବ ! ଆର୍ଥିକ ସ୍ଥିତିରେ ଆସିବା ସୁଧାର ଓ ଲକ୍ଷ୍ୟ ପ୍ରାପ୍ତି କରିବାରେ ସଫଳ ହେବେ ।

ଆଜି ଆମେ ଆପଣଙ୍କୁ ୧୮ ଅପ୍ରେଲ୍ ୨୦୨୧ ରବିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଚନ୍ଦ୍ର ରାହୁଙ୍କ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ମାର୍ଗରେ ଅନୁଧାବିତ କରାଇପାରନ୍ତି । ତଥାପି କେତେକ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ ଚେଷ୍ଟା କରୁଥିବା କାମ ହାସଲ କରିବେ । ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ଆପଣଙ୍କ ପାଇଁ କ୍ଷତି ହିଁ କ୍ଷତି ସାବ୍ୟସ୍ତ ହେବ, ତେଣୁ ବୁଝି ବିଚାରି କାର୍ଯ୍ୟ କରନ୍ତୁ । ଅଫିସରେ କାର୍ଯ୍ୟଭାର ବଢିବା ଫଳରେ ମନରେ ବିରକ୍ତିଭାବ ଜାତ ହେବ । ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ ସମସ୍ୟା ସୃଷ୍ଟି ହୋଇପାରେ । କୌଣସି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ପତି-ପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ସମଲେଶ୍ଵରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବାରେ ବିଶେଷ କଷ୍ଟ ହେବନି । ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ । ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ । ଖାସ୍‌ ଲୋକଙ୍କ ସହିତ ମିଶିବା ଲାଭପ୍ରଦ ହୋଇପାରେ । ଉନ୍ନତ ଚିନ୍ତା, ନିରଳସ ଉଦ୍ୟମ, ଆନ୍ତରିକତାପୂର୍ଣ୍ଣ କାର୍ଯ୍ୟ ଓ ମନ ବୁଝିଲା ଭଳି କଥା କହି ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ପ୍ରେମ ସମ୍ପର୍କ, ଉନ୍ନତମାନର ଆଲୋଚନା, ପାରିବାରିକ ସଦ୍ଭାବ, ଶିଳ୍ପ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ । ପରିବାର ଲୋକଙ୍କ ସହିତ ବଢ଼ିଆ ସମ୍ବନ୍ଧ ସ୍ଥାପିତ ହେବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା:ମାଆ ଭଦ୍ରକାଳୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଇଷ୍ଟଦେବୀଙ୍କୁ ଆରାଧନା କରନ୍ତୁ, ମନରେ ଆତ୍ମା ବିଶ୍ଵାସ ବଢିବ । କର୍ମାଧିପ ବୃହସ୍ପତିଙ୍କ ସୁପ୍ରଭାବରୁ ସମସ୍ୟା ବେଶୀ ସମୟ ସ୍ଥାୟୀ ହେବ ନାହିଁ । ବ୍ୟବସାୟରେ ମାନ୍ଦା ସ୍ଥିତି ଉତ୍ପନ ହେବ, ବନ୍ଧୁଙ୍କ ମଧ୍ୟରେ ଶତ୍ରୁତା ସୃଷ୍ଟି ହେବ ଏବଂ ପୂର୍ବରୁ ସ୍ଥିରୀକୃତ ହୋଇଥିବା ପୁଅ ଝିଅଙ୍କ ବିବାହ ପ୍ରସ୍ତାବରେ ସମ୍ୟକ ବାଧା ଉପୁଜିପାରେ । ଅଫିସ୍‌ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ, ନୂତନ ପ୍ରକଳ୍ପ ସ୍ଥଗିତ ରହିପାରେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯାଇପାରନ୍ତି । ବନ୍ଧୁଙ୍କ ସହାୟତାରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନିଜ ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ବଳରେ ଆପଣ ନିଜକୁ ସମ୍ଭାଳି ନେବେ ଓ ମନରେ ରୋଜଗାରର ନୂତନ ପନ୍ଥା ମଧ୍ୟ ଆସିବା । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆଜି ପୂରା ଦିନ ମନ ପ୍ରସନ୍ନ ରହିବ । ବୃହସ୍ପତିଙ୍କ ସ୍ଥିତି ଆପଣଙ୍କ ଯୋଜନା ଓ ବିଚାରଧାରାକୁ ସର୍ପିଳ ଗତିରେ ନେଇପାରେ । ତଥାପି ସାମୟିକ ସମସ୍ୟା ମଧ୍ୟରେ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପ୍ରଦାନ କରିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଚାକିରି କରୁଥିବା କର୍ମଜୀବିଙ୍କୁ ଅଯଥାରେ ଉଚ୍ଚଧିକାରୀଙ୍କ ନିକଟରେ ଅପମାନିତ ହେବାକୁ ପଡିପାରେ । ଆକସ୍ମିକ ସମସ୍ୟା କାରଣରୁ ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ । ପରୋକ୍ଷ ଶତ୍ରୁତା, ଧାରକରଜ, ପିଲାମାନଙ୍କ ସ୍ଵାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବା ଆଶଙ୍କା ରହିଛି । ଆତ୍ମୀୟଙ୍କ ସହାୟତାରେ ହାତକୁ ନେଇଥିବା କାର୍ଯ୍ୟ ସମ୍ପନ୍ନ ଆଶା ରଖିପାରନ୍ତି । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା ଆଖଣ୍ତଳମଣି ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ଭାଗ୍ୟଭାବସ୍ଥ ଗ୍ରହମାନେ ପ୍ରତ୍ୟେକ ଚିନ୍ତା ଓ ଯୋଜନାକୁ ସାକାର କରିବାରେ ସହାୟକ ହେବେ । କିନ୍ତୁ ପୂର୍ବ ଫାଲ୍‌ଗୁନୀ ନକ୍ଷତ୍ରର ଆର୍ଥିକ ଅନଟନ ଓ ପାରିବାରିକ କ୍ଷେତ୍ରରେ ରହିଥିବା ବ୍ୟତିକ୍ରମରୁ ମାନସିକ ଶାନ୍ତି ବ୍ୟାହତ ହେବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ଅଫିସରଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ମାଲିମକଦ୍ଦମାରେ ମନ ଅଶାନ୍ତ ରହିବ । ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ରାଜନୈତିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆପଣଙ୍କର ଊର୍ଜାର ସ୍ତର ବୃଦ୍ଧି ହେବ । ନିଜ ସପକ୍ଷରେ ଲଢ଼ିବା ସକାଶେ ଆତ୍ମୀୟଙ୍କୁ ମନାଇବା ଚେଷ୍ଟା କରି ବିଫଳ ହୋଇପାରନ୍ତି । ଗ୍ରହ ସ୍ଥିତିର ଅନୁକୂଳତା ଯୋଗୁଁ ଆପଣଙ୍କ ଯାତ୍ରା, ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ, ନୂତନ ବନ୍ଧୁଙ୍କ ଆତିଥ୍ୟକୁ ନେଇ ମନ ଖୁସି ରଖିବ । ଅଭିଳାଷ ପୂରଣ ଲକ୍ଷ୍ୟରେ ସୁନ୍ଦର କଥା ମାଧ୍ୟମରେ ବନ୍ଧୁଙ୍କୁ ଆପଣାଇ ପାରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରେ ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଖୁସି ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ । ଜମିଜମା କ୍ଷେତ୍ର ପାଇଁ ପ୍ରତିକୂଳତା ସୃଷ୍ଟି ହେବ । ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ସ୍ଵାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଆଖଣ୍ତଳମଣି ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟ ଦେଇ ଗତି କରିବେ, ଯାହାଫଳରେ ମନରେ ସରସତା ରହିବ ନାହିଁ । ଅଷ୍ଟମସ୍ଥ ରାହୁ ଓ ଚନ୍ଦ୍ରଙ୍କ ପ୍ରଭାବଜନିତ ଭାରାକ୍ରାନ୍ତ ମନ ନେଇ କାମ କରିବେ । ଅଧିକାଂଶ ସମୟ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ନୀରବତାକୁ ପ୍ରାଥମିକତା ଦେଇପାରନ୍ତି । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କାରବାର ଭଲ ହେଲେ ମଧ୍ୟ ଆୟ ଓ ବ୍ୟୟର କୌଣସି ତାଳମେଳ ରହିବ ନାହିଁ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟକୁ ସମ୍ପାଦନ କରିବା ପାଇଁ ଉଦ୍ୟମ ଜାରି ରଖିବେ । ଚାକିରି କ୍ଷେତ୍ରରେ ଉଚ୍ଚାଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ । ଦୈହିକ ଦୁର୍ବଳତା ଯୋଗୁଁ ଉନ୍ନୟନ ମୂଳକ କାର୍ଯ୍ୟରେ ମନୋବଳ କମି ଯାଇପାରେ । ମାଲିମୋକଦ୍ଦମା ମାମଲାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ପରିବାରର ସଦସ୍ୟଙ୍କ ମଧ୍ୟରେ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଚର୍ଚ୍ଚିକା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ । ଚନ୍ଦ୍ର ଓ ବୃହସ୍ପତିଙ୍କ ଦୃଷ୍ଟିଗତ ସମ୍ପର୍କ ଆପଣଙ୍କ ପ୍ରତ୍ୟେକ କାମ ପାଇଁ ସାହାଯ୍ୟକାରୀ ହେବେ । ଇଚ୍ଛା ପୂରା କରିବାର ପ୍ରୟାସରେ ସଫଳ ହେବେ । ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ଅର୍ଥନୈତିକ, ସାମାଜିକ, ଆନୁଷ୍ଠାନିକ କ୍ଷେତ୍ର ସକାଶେ କୌଣସି ଅସୁବିଧା ସୃଷ୍ଟି ହେବନାହିଁ । ନିଃସ୍ବାର୍ଥ ଭାବରେ ସମାଜ ସେବାରେ ନିଜକୁ ସାମିଲ କରିବେ । ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ରହିପାରନ୍ତି । ବ୍ୟବସାୟରେ ଆଶାତୀତ ଫଳ ପାଇବେ । ସାଥୀରେ କାମ କରୁଥିବା ଲୋକେ ଆପଣଙ୍କ ଉପରେ ଖୁସି ରହିବେ । କୌଣସି ବିବାଦୀୟ ପରିସ୍ଥିତିରୁ ଆଶ୍ଚର୍ଯ୍ୟଜନକ ଭାବେ ମୁକ୍ତି ମିଳିବ । ସାମ୍ବାଦିକତା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ପାରିବାରିକ ତିକ୍ତତାର ସମାପ୍ତି ଘଟାଇବା ପାଇଁ ବନ୍ଧୁଙ୍କ ପରାମର୍ଶକୁ ପ୍ରାଧାନ୍ୟ ଦେଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ମନରେ ଅଯଥା ଆଶଙ୍କା ଉପୁଜିବ । ଶନିକ୍ଷେତ୍ରସ୍ଥ ବୃହସ୍ପତି ଯୋଗୁଁ ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ । ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ରହିବ । ଆର୍ଥିକ ସ୍ଥିତି ମଜବୁତ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପରିବର୍ତ୍ତିତ ମନୋଭାବରୁ କିଛିଟା ହଇରାଣ ହୋଇପାରନ୍ତି । କେତେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କାରଣରୁ ସମାଲୋଚିତ ହେବାକୁ ପଡିବ । ଜମିଜମା କାରବାର, ନିର୍ମାଣ, ପରିବହନରୁ ଲାଭ ପାଇବେ । ଜମି କିମ୍ବା ନୂଆ ଘର କିଣିବା ଲାଗି ଯୋଜନା କରିବେ । ଆତ୍ମୀୟମାନଙ୍କ ମଧ୍ୟରେ ଟଙ୍କା ପଇସାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ । ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମର ସମ୍ମୁଖୀନ ହେବାକୁ ପଡିବ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ନିଶ୍ଚୟ ପାଇବେ । ଆଜିର ଚନ୍ଦ୍ର ଉତ୍ତରଭାଦ୍ରପଦ ନକ୍ଷତ୍ରରେ ରହିଥିବାରୁ ବିଭିନ୍ନ ପ୍ରକାରର ସମସ୍ୟା ସାଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧିନସ୍ଥ କର୍ମଚାରୀମାନେ ଆପଣଙ୍କ ସମ୍ମୁଖରେ କିଛି କହିବେ ନାହିଁ ସିନା, କିନ୍ତୁ ପଛରେ ସମାଲୋଚନା କରିପାରନ୍ତି । ଟଙ୍କା ପଇସା ଦିଆନିଆ କ୍ଷେତ୍ରରେ ସତର୍କ ରହନ୍ତୁ ନଚେତ୍‌ କ୍ଷତିରେ ପଡ଼ିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୁର୍ବଳ ରହିଲେ ମଧ୍ୟ କ୍ଷତି ହେବ ନାହିଁ । କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ନ ରହିବାରୁ ସ୍ଵାସ୍ଥ୍ୟହାନିର ହୋଇପାରେ । ଜମି ସମ୍ବନ୍ଧୀୟ ମାମଲା ଆପଣଙ୍କ ପକ୍ଷରେ ହୋଇପାରେ । ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । କୋର୍ଟ କଚେରି ମାମଲା ମନ୍ଥର ହେବା କାରଣରୁ ଚିନ୍ତା କରିପାରନ୍ତି । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମାନସିକ ଅସ୍ଥିରତା ବୃଦ୍ଧି ପାଇବା ପଛରେ ପରିବାରରେ ଅଶାନ୍ତି ବାତାବରଣ ମୁଖ୍ୟ କାରଣ ହୋଇପାରେ । ରବିଙ୍କ ସ୍ଥିତି ପ୍ରଭାବରେ ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭକରି ନିଜକୁ ଧନ୍ୟ ମନେକରିବେ । ଅର୍ଥାଭାବ ଦୂରେଇବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଅଟକି ରହିଥିବା କାମକୁ କୌଶଳରେ ହାସଲ କରିବେ । ବ୍ୟବସାୟରେ ବଡ଼ ସଉଦା ହୋଇପାରେ । ଜମିଜମା, ପୁରୁଣା ଗାଡ଼ି ଓ ଯାନ୍ତ୍ରିକ ଦ୍ରବ୍ୟ କିଣାବିକା ସକାଶେ ମନ ବଳାଇବେ । ସଂଘର୍ଷମୟ ପରିସ୍ଥିତିର ସାମ୍ନା କରିପାରନ୍ତି, ତେଣୁ ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ପରିବାର କିମ୍ବା ବନ୍ଧୁମାନଙ୍କ ମଧ୍ୟରେ ଆଲୋଚନା ଅସମାପ୍ତ ରହିବା ସହ ଆଗାମୀ ମାଙ୍ଗଳିକ କାମ ପାଇଁ ଆଲୋଚନା କରିପାରନ୍ତି । ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ । ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ । ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ । ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ଅଫିସ୍‌ କାମର ଚାପ ପ୍ରଭାବରୁ ଟେନ୍‌ସନ କିିଛି ମାତ୍ରାରେ ଲାଗି ରହିବ । ପ୍ରତ୍ୟେକ ସ୍ତରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ କେତେକ ଆକସ୍ମିକ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ପାରିବାରିକ ଅଶାନ୍ତିର ସମାପ୍ତ ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସମାପ୍ତି ଘଟାଇବ । ଖଳ ପ୍ରକୃତିର ଲୋକ କିମ୍ବା ଭଲ ସମ୍ପର୍କ ରଖୁ ନ ଥିବା ଲୋକେ ବିରୁଦ୍ଧାଚରଣ କରିପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

Leave a Reply

Your email address will not be published. Required fields are marked *