18 ଜୁଲାଇ 2021 ରବିବାର :- ଆଜି କର୍ମକ୍ଷେତ୍ରରେ ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ । ପାରିବାରିକ ସୁଖ

18 ଜୁଲାଇ 2021 ରବିବାର :- ଆଜି କର୍ମକ୍ଷେତ୍ରରେ ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ । ପାରିବାରିକ ସୁଖ

18 ଜୁଲାଇ 2021 ରବିବାର :- ଆଜି କର୍ମକ୍ଷେତ୍ରରେ ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ । ପାରିବାରିକ ସୁଖ ସମେତ ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ ।

ଆଜି ଆମେ ଆପଣଙ୍କୁ ୧୮ ଜୁଲାଇ ୨୦୨୧ ରହିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହ-ନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆପଣଙ୍କ ବ୍ୟବହାରରେ ଅନ୍ୟର ହୃଦୟ ଜିଣିବେ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ହାସଲ କରିବେ । ବନ୍ଧୁ ଓ ସହକର୍ମୀମାନଙ୍କର ସାହାଯ୍ୟ ଓ ସହଯୋଗର ଅଭାବ ରହିବ ନାହିଁ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ସାମାଜିକ ଜନକଲ୍ୟାଣ କାର୍ଯ୍ୟରେ ଦେଇ ସମ୍ମାନିତ ହେବେ । କୌଣସି ଆଲୋଚନାର ବିବାଦୀୟ କଥା କିମ୍ବା ପିଲାଙ୍କ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ କରିବାକୁ ପଡିବ । ପରିବାରରେ ସୁସ୍ଥ ବାତାବରଣ ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟାରେ ଉନ୍ନତି ଘଟିବାରୁ ମନକୁ ଆଶ୍ଵସ୍ତି ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ପ୍ରତ୍ୟେକ କ୍ଷେତ୍ରରେ ଦ୍ଵନ୍ଦରେ ପଡି ଠିକ ନିଷ୍ପତ୍ତି ନେଇପାରିବେ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ରହିବା କାରଣରୁ ବାରମ୍ବାର ଭୁଲ୍‌ କରିବାକୁ ପଡ଼ିପାରେ । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧା ବିଘ୍ନ ଦେଖାଦେବ । ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଅଫିସରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ଵ ମିଳିବା ସଙ୍ଗେ ସଙ୍ଗେ କାର୍ଯ୍ୟ ଚାପ ମଧ୍ୟ ବଢିଯିବ । ତର୍କ ବିତର୍କ, ବାଦ ବିବାଦ ଠାରୁ ଦୂରେଇ ରୁହନ୍ତୁ । ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ପୁରାତନ ରୋଗର ପାଦୁର୍ଭାବ ବଢିବାର ସମ୍ଭାବନା ରହିଛି । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆପଣଙ୍କ ବ୍ୟବହାରରେ ଅନ୍ୟର ହୃଦୟ ଜିଣିବେ । ଆତ୍ମୀୟ ସ୍ଵଜନଙ୍କ ସହାୟତାରେ ଆଜିର କାମ ଗୁଡ଼ିକ ସବୁ ଠିକ୍‌ଠାକ୍‌ ହୋଇଯିବ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସାମାଜିକ ଜନକଲ୍ୟାଣ କାର୍ଯ୍ୟରେ ଦେଇ ସମ୍ମାନିତ ହେବେ । କୌଣସି ଆଲୋଚନାର ବିବାଦୀୟ କଥା କିମ୍ବା ପିଲାଙ୍କ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ପରିବାରରେ ସୁସ୍ଥ ବାତାବରଣ ରହିବ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ । ବ୍ୟବସାୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କିନ୍ତୁ ଅଫିସ୍‌ କାମର ଚାପ ଯୋଗୁଁ କିଛି ମାତ୍ରରେ ଟେନ୍‌ସନ ଲାଗିରହିବ । ଅଫିସ୍‌ରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ । ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ । ସ୍ଵାସ୍ଥ୍ୟର ଅବଳାହେଲା କରନ୍ତୁ ନାହିଁ । ଜୀବନ ସାଥିଙ୍କ ସହଯୋଗରେ କେତେକ କାମ ସହଜରେ ସମ୍ପର୍ଣ୍ଣ ହେବାର ସୂଚନା ରହିଛି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦୀର୍ଘଦିନ ପରିଶ୍ରମର ସାର୍ଥକତା ସ୍ୱରୂପ ସଫଳତା ମିଳିବ ଯୋଗୁଁ ମନରେ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଶୀଘ୍ର ଶୀଘ୍ର ଶେଷ କରିବାକୁ ଆଶାକରି କାର୍ଯ୍ୟର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ । ବ୍ୟବସାୟରେ ସ୍ଥିତି ଭଲ ରହିବ । ଅଫିସରେ ସହକର୍ମୀଙ୍କ ପୂର୍ଣ୍ଣ ସହଯୋଗରେ କାର୍ଯ୍ୟଗୁଡିକ ମଧ୍ୟ ସୁରୁଖୁରୁରେ ସମ୍ପର୍ଣ୍ଣ କରିପାରିବେ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇବେ । ଯେଉଁ କାମଟିକୁ ବର୍ତ୍ତମାନ ପର୍ଯ୍ୟନ୍ତ ଆପଣ କରିପାରୁ ନ ଥିଲେ, ଆଜି ଅପରାହ୍ନରେ ତାହା ସୁବିଧାରେ ସମ୍ପର୍ଣ୍ଣ ହୋଇଯିବ । ପରିବାରର ବରାଦ ଅନୁସାରେ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଇଷ୍ଟଦେବୀଙ୍କୁ ଆରାଧନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଦୀର୍ଘଦିନରୁ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ରହିବା ସହ ଆର୍ଥିକ ସ୍ଥିତି ମଧ୍ୟ ଉନ୍ନତମାନର ରହିବ । ଯେଉଁ କାର୍ଯ୍ୟ ହାତକୁ ନେଇଛନ୍ତି, ତାହାକୁ ଶେଷ କରିବାରେ କୌଣସି ଅସୁବିଧା ହେବ ନାହିଁ । ସ୍ଥଗିତ କାର୍ଯ୍ୟକୁ ନେଇ ଚାକିରି କ୍ଷେତ୍ରରେ ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ଦ୍ଵାରା ସମାଲୋଚନାର ପାତ୍ର ହୋଇପାରନ୍ତି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସମର୍ଥ ହେବ । ନିଜ ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ଫଳରେ ମନୋବଳ ଟାଣ ରହିବ । ପରିବାର ସଦସ୍ୟଙ୍କ ମଧ୍ୟ ପାରସ୍ପରିକ ତାଳମେଳ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦୃଢ ମନୋବଳ ନେଇ କର୍ମକ୍ଷେତ୍ରରେ ଓହ୍ଲାଇବେ । ଅର୍ଥକ ପ୍ରସଙ୍ଗକୁ ନେଇ ସତର୍କତା ରୁହନ୍ତୁ, ନଚେତ କ୍ଷତିର ସମ୍ମୁଖୀନ ହେବାକୁ ପଡିବ । କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ସ୍ଵଭାବକୁ ନେଇ ମନ ବିଭ୍ରାନ୍ତ ରହିବ । ଅଫିସରେ ନିଜ କାର୍ଯ୍ୟକୁ ସୂଚାରୁ ରୂପେ ପାଳନ କରିବେ ଓ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ସ୍ଥଗିତ ଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ସାମାଜିକ କ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ । କୌଣସି ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପରିବାରରେ ପରସ୍ପର ସହିତ ପାରସ୍ପରିକ ସମନ୍ୱୟ ଭଲ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ସ୍ୱାସ୍ଥ୍ୟଜନିତ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା କିମ୍ବା ବିଶୃଙ୍ଖଳାକୁ ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଧିନସ୍ଥ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ । ବ୍ୟବସାୟରେ ଆର୍ଥିକ ମାନ୍ଦା ରହିବ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ସଭାସମିତି, ଆଲୋଚନା ପରିସରରେ ଯୋଗ ଦେଲେ ମଧ୍ୟ ନୀରବ ରହିବକୁ ବାଧ୍ୟ ହେବେ । ସାମାଜିକ ସ୍ତରରେ ମନ ଗଢା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କ ଦ୍ୱାରା କାମ ହାସଲ କରିବେ । ପାରିବାରିକ କ୍ଷେତ୍ରରେ ସଦସ୍ୟମାନଙ୍କ ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ଆକାଶିଆ ନୀଳ । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଭୁଲ୍‌ ବୁଝାମଣା ମଧ୍ୟରେ ରହିଥିବା ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ବ୍ୟବସାୟ, ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିମାନେ ସମସ୍ୟା ସୃଷ୍ଟି କରିପାରନ୍ତି । ଅଫିସ୍‌ କାମର ଚାପ ପ୍ରଭାବରୁ ଟେନ୍‌ସନ କିିଛି ମାତ୍ରାରେ ଲାଗି ରହିବ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ଭଲ ସମ୍ପର୍କ ନ ଥିବା ବନ୍ଧୁମାନେ ଈର୍ଷା ପରାୟଣତାରୁ କୌଣସି କାମ ହେବାକୁ ଥିଲେ ମଧ୍ୟ ତାହା କରାଇ ଦେବେନାହିଁ । ଆତ୍ମୀୟ ସ୍ଵଜନଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ଜୀବନସାଥୀଙ୍କ ସହ ସଂପର୍କରେ ନୂତନତ୍ଵ ଆସିବ । ଶୁଭରଙ୍ଗ: କଫି ରଙ୍ଗ । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ପ୍ରିୟଜନଙ୍କ ସହାୟତାରେ ଆନୁଷ୍ଠାନିକ କାର୍ଯ୍ୟକୁ ସୁରୁଖୁରୁରେ ସମ୍ପନ୍ନ ହେବ । ବ୍ୟବସାୟ ବାଣିଜ୍ୟରେ ଆଶାନୁରୂପକ ଫଳ ପାଇବେ । ନୂତନ ଯୋଜନା ଆରମ୍ଭ କରିବା ପାଇଁ ପରିବାର ସଦସ୍ୟଙ୍କ ଠାରୁ ସମର୍ଥନ ପାଇବେ । କିନ୍ତୁ କୌଣସି କ୍ଷେତ୍ରରେ ପୁଞ୍ଜି ବିନିଯୋଗ କରିବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଅଫିସରେ ସାଧାରଣ କଥାକୁ ନେଇ ସହକର୍ମୀଙ୍କ ସହ ସାମୟିକ ମନାନ୍ତର ଦେଖାଦେଇପାରେ । ସଭାସମିତି, ପ୍ରକାଶନ, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଅତୀତର କେତେକ ଘଟଣାକୁ ସ୍ମରଣ କରି ମନ ଉଦାସ ରହିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ବୈବାହିକ ଜୀବନରେ ପରସ୍ପର ମଧ୍ୟରେ ଉତ୍ତମ ତାଳମେଳ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିମଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ ନ କଲେ ଅସୁବିଧାରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ବୁଦ୍ଧି ଓ କୌଶଳକ୍ରମେ ସ୍ଥଗିତ କାମକୁ ଅନ୍ୟମାନଙ୍କ ସହାୟତାରେ ସଂପୂର୍ଣ୍ଣ କରିବାରେ ସମର୍ଥ ହେବେ । କୌଣସି ନୂତନ କର୍ମାରମ୍ଭ ନିମନ୍ତେ ବନ୍ଧୁଙ୍କ ସହ ଆଲୋଚନା କରିବେ । ସାମାଜିକ ସ୍ତରରେ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ପ୍ରଶାସନ, ରାଜନୀତିରେ ଲାଗିରହିଥିବା ଦ୍ଵନ୍ଦ ଦୂର ହେବ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବୈବାହିକ ଜୀବନରେ ପରସ୍ପର ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ବାବା ଆଖଣ୍ଡଳମଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ସୁଖଦୁଃଖର ମିଶ୍ରଣରେ ଦିନଟି ଅତିବାହିତ ହେବେ । ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ । କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ । କର୍ମଚାରୀମାନେ ଆପଣଙ୍କ ସମ୍ମୁଖରେ କିଛି କହିବେ ନାହିଁ ସିନା, ପଛରେ ସମାଲୋଚନା କରିପାରନ୍ତି । ବ୍ୟବସାୟ ବାଣିଜ୍ୟରେ କାରବାର ମାନ୍ଦା ରହିବା ସହ ଆର୍ଥିକ ସ୍ଥିତି ମଧ୍ୟ ଦୁର୍ବଳ ରହିବ । ଅଫିସ କାର୍ଯ୍ୟାଳୟରେ ସହକର୍ମୀ କିମ୍ବା ଉପରିସ୍ଥ ଅଧିକାରୀଙ୍କ ସହ ମତଭେଦ ଘଟିବାର ସମ୍ଭାବନା ରହିଛି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଘର ଲୋକଙ୍କ ସହିତ ଅଧିକ ସମୟ ଅତିବାହିତ କରିବେ । ସନ୍ତାନହେତୁକ କୌଣସି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

Leave a Reply

Your email address will not be published. Required fields are marked *