18 ମାର୍ଚ୍ଚ 2021, ଗୁରୁବାର :- ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନ, ଆନନ୍ଦଉଲ୍ଲାସରେ ଅତିବାହିତ

18 ମାର୍ଚ୍ଚ 2021, ଗୁରୁବାର :- ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନ, ଆନନ୍ଦଉଲ୍ଲାସରେ ଅତିବାହିତ

18 ମାର୍ଚ୍ଚ 2021, ଗୁରୁବାର :- ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଜୀବନ, ଆନନ୍ଦଉଲ୍ଲାସରେ ଅତିବାହିତ ହେବ ଓ ଆର୍ଥିକ ଅନଟନ ଦୂର ହେବ …

ଆଜି ଆମେ ଆପଣଙ୍କୁ ୧୮ ମାର୍ଚ୍ଚ ୨୦୨୧ ଗୁରୁବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ମାନସିକ ସ୍ତରରେ ଶାନ୍ତି ପାଇବେ । ରାଶିରେ ଚନ୍ଦ୍ରର ପ୍ରଭାବ ଯୋଗୁଁ ସ୍ଵାସ୍ଥ୍ୟ, ନିକଟ ସମ୍ପର୍କୀୟଙ୍କ ଲାଗିରହିଥିବା ଦୁଶ୍ଚିନ୍ତା ଦୂର ହେବ । ବ୍ୟବସାୟରେ କାରବାର ମାଧ୍ୟମ ଧରଣର ରହିବ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଅଫିସରେ ସହକର୍ମୀଙ୍କ ସାମୟିକ ଯୁକ୍ତିତର୍କ ଦେଖାଦେଇପାରେ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ କାରଣରୁ ମନରେ ସରସତା ରହିବ ନାହିଁ । ବନ୍ଧୁ ଓ ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ସ୍ଥଗିତ ଥିବା କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବେ । ବାଦବିବାଦ, ଯୁକ୍ତିତର୍କ ଆଦି କ୍ଷେତ୍ରରେ ସମସ୍ୟା ବହୁଳ ରହିବ । ପରିବାରରେ ହସଖୁସିର ମହୋଲ ରହିଲେ ମଧ୍ୟ ଅତୀତର କେତେକ କଥାକୁ ନେଇ ମନ ଉଦାସ ରହିବ । ବୈବାହିକ ଜୀବନରେ ଉତ୍ଥାନପତନ ଲାଗିରହିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସୂର୍ଯ୍ୟଦେବ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ଆପଣଙ୍କୁ ମିଶ୍ରଣ ଫଳ ପ୍ରଦାନ କରିବ । ରାଶିରେ ରାହୁ ଓ ମଙ୍ଗଳଙ୍କ ପ୍ରଭାବ ଯୋଗୁଁ ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବାରେ ସମର୍ଥ ହେବେ । କିନ୍ତୁ କାର୍ଯ୍ୟ ହାସଲ କରିବେ ସକାଶେ ଅତ୍ୟଧିକ ଖର୍ଚ୍ଚାନ୍ତ କରିବାକୁ ପଡିବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ କାର୍ଯ୍ୟକଳାପ ଯୋଗୁଁ ମନ ବିବ୍ରତ ହୋଇପାରେ । ବୃତ୍ତିଗତ କାର୍ଯ୍ୟ ସକାଶେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ନିଜ ଦକ୍ଷତା ଯୋଗୁଁ ଅଫିସରେ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀମାନଙ୍କ ସାନ୍ନିଧ୍ୟରେ ଆସିବେ । ଆର୍ଥିକ ସ୍ଥିତି, ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ଆପଣଙ୍କ ସ୍ଥିତି ମଧ୍ୟମ ଧରଣର ରହିବ । ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବାର ସମ୍ଭାବନା ରହିଛି । ଉତ୍ତମ ବୁଝାମଣା ଯୋଗୁଁ ପରିବାରରେ ସୁସଖଶାନ୍ତିର ବାତାବରଣ ରହିବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ; ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସିଦ୍ଧି ଲାଭ କରିବେ । ଆପଣଙ୍କ ଲକ୍ଷ୍ୟକୁ ଭିତ୍ତି କରି କାର୍ଯ୍ୟ କରିବେ କିନ୍ତୁ ମାନସିକ ଅସ୍ଥିରତା ଓ ଅଷ୍ଟମସ୍ଥ ରବି କାର୍ଯ୍ୟକୁ ଏପଟ ସେପଟ କରି ଦେଇପାରେ । ଶିଳ୍ପ, ବାଣିଜ୍ୟ, ପରିବହନ, ସାହିତ୍ୟ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ । ଆଜି କର୍ମକ୍ଷେତ୍ରରେ ଯାହାକିଛି ବି ରୋଜଗାର କରିବେ, ତାହା ଅନ୍ୟ ବାଟ ଦେଇ ଖର୍ଚ୍ଚ ହୋଇଯିବ । ଅପ୍ରିୟ ସତ୍ୟକଥା ପ୍ରକାଶ କରିବା ଦ୍ୱାରା ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଭୁଲ୍‌ ଧାରଣା ପୋଷଣ କରି ପାରନ୍ତି । ନିଜ ଲୋକ ପ୍ରତିବନ୍ଧକ ସାଜିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ସଂଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ । ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ଘଟିପାରେ । ବୈବାହିକ ଜୀବନରେ ପରସ୍ପର ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ସାଇରାମ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଉତ୍ସାହର ସହିତ ସବୁ କାମ କରିବେ । ଶୁକ୍ରଙ୍କ ସୁପ୍ରଭାବ ବିଳାସବ୍ୟସନ, କଳା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରେ ସୁନାମ ପ୍ରଦାନ କରିବ । ବ୍ୟବସାୟ ବାଣିଜ୍ୟରେ କାରବାର ଯଥେଷ୍ଟ ଭଲ ରହିବ । ଆର୍ଥିକ ସ୍ଥିତି ଭଲ ରହିବା ଯୋଗୁଁ ନୂତନ କାର୍ଯ୍ୟାରମ୍ଭ କରିବାକୁ ମନରେ ଯୋଜନା କରିପାରନ୍ତି ।ଅଫିସ କାର୍ଯ୍ୟାଳୟରେ ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି । ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ । ଉନ୍ନୟନମୂଳକ କାର୍ଯ୍ୟରେ କରି ଆଗେଇ ଯିବେ । ଦୀର୍ଘଦିନରୁ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରି ପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସାଧାରଣ କଥାରେ ବନ୍ଧୁଙ୍କ ସହ ମାନମନାନ୍ତର ଦେଖା ଦେଇପାରେ । ଦୁଃସ୍ଥାନସ୍ଥ ରାଶ୍ୟାଧିପ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ସହ ବିରୋଧଭାବ ସୃଷ୍ଟି କରିପାରେ । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଅସନ୍ତୁଷ୍ଟ ହୋଇପାରନ୍ତି । ପରିବାର ସହ ସମୟ ଅତିବାହିତ କରିବେ । ନିଜ ଲୋକଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତା ବଢ଼ିଯାଇପାରେ । ଖର୍ଚ୍ଚର ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ଜୀବନସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଭୁଲ ନିଷ୍ପତ୍ତି ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ପଶ୍ଚୟତା କରିବେ । କର୍ମାଧିପ ନିଜ ରାଶିରେ ଅନ୍ୟ ଗ୍ରହର ଦୃଷ୍ଟି ଆଢୁଆଳରେ ରହୁଥିବାରୁ ଆଜି ନିଜର ମନ ଅନୁଯାୟୀ କାମ କରିବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ସ୍ଥଗିତ କାମଟିକୁ ଆରମ୍ଭକରିବାକୁ ମନ ବଳାଇବେ । ବ୍ୟବସାୟ ବାଣିଜ୍ୟରେ ଯୋଜନା ଗୁଡିକ ସାଫଲ୍ୟଦାୟକ ରହିବ । ସାମାଜିକ ଆୟୋଜନରେ ସହଭାଗିତା କରିବେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆଲୋଚନା କ୍ଷେତ୍ର କିମ୍ବା ସଭାସମିତିରେ ନିଜର ପ୍ରାଧାନ୍ୟତା ବଜାୟ ରହିବ । ସତର୍କତା ଅଭାବରେ ଯାନବାହନ ଚାଳନାରେ କୌଣସି ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ । କଳା, ସାହିତ୍ୟ, କ୍ରୀଡା, ପ୍ରଶାସନ,ପରିବହନ, ପ୍ରକାଶନରେ ଶୁଭଫଳ ପାଇବେ । ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ସାଧାରଣ କଥାକୁ କେନ୍ଦ୍ରକରି ଭ୍ରାତୃ ସମ୍ପର୍କ ଭଲ ରହିନପାରେ । କର୍ମକ୍ଷେତ୍ର ପ୍ରତି ଗ୍ରହଦୃଷ୍ଟି ପ୍ରଭାବ, ଅସଜଡ଼ା ସ୍ଥିତିକୁ ସଜାଡି ନେବାରେ ସାହାଯ୍ୟ କରିବ । ବ୍ୟବସାୟ, ମାଲିମକଦ୍ଦମା, ସଙ୍ଗଠନ, ଲେଖାପଢ଼ାରେ ସମସ୍ୟା ସମାଧାନ ହୋଇଯିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି । କୌଣସି ବଡ଼ ସମସ୍ୟାର ସମାଧାନ ହେବ । ସମାଜରେ ମାନସମ୍ମାନ ବଜାୟ ରହିବ । ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ, ରାଜନୀତି, ଶିଳ୍ପ, ବାଣିଜ୍ୟ, ଯାତ୍ରା, କଚେରି ମାମଲାରେ ଚିନ୍ତିତ ରହିବେ । ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ । ପରିବାରର ବ୍ୟୟ ଭାର କ୍ରମଶଃ କମି ଆସିବାରୁ ଅସ୍ୱସ୍ତି ଲାଭ କରିବେ । ଜୀବନସାଥୀଙ୍କ ପୂର୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ହାତକୁ ନେଇଥିବା କାମଟିକୁ ପୂର୍ଣ୍ଣାଙ୍ଗ କାରିବାରେ ସଫଳ ହେବେ । ବ୍ୟବସାୟ କିମ୍ବା ପରିବହନ କ୍ଷେତ୍ରରେ କେତେକ ଅସ୍ବାଭାବିକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ସହକର୍ମୀଙ୍କ ସହାୟତା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସ୍ଵାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖନ୍ତୁ । ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ତାଙ୍କ ଦ୍ୱାରା ପ୍ରତାରିତ ହେବାକୁ ପଡ଼ିପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଲୋକନାଥ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆପଣଙ୍କ ରାଶିରେ ସପ୍ତମ ସ୍ଥାନ ପ୍ରଭାବଶାଳୀ ଯୋଗୁ ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା ଆପଣଙ୍କ ସକାଶେ ବିଶେଷ ଅନୁକୂଳ ରହି ନ ପାରେ । ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ । ଆପଣଙ୍କୁ ଶତ୍ରୁମାନଙ୍କ ଠାରୁ ଦୁରେଇ ରହିବା ଉଚିତ୍ । କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିମାନଙ୍କ ପରାମର୍ଶ ନେଇ ନିବେଶ କରନ୍ତୁ । ଆନୁଷ୍ଠାନିକ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ । ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରୁ ସମସ୍ୟା ଓ ପ୍ରତିବନ୍ଧକ ଦୂର ହୋଇଯିବ । ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି । ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଆଜି କୌଣସି ଖୁସି ଖବର ପାଇବାର ଆଶା ରହିଛି । ଏହା ସଙ୍ଗକୁ ସନ୍ତାନଙ୍କ କୃତିତ୍ୱ ପାଇଁ ଗର୍ବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରି ପାରିବ ନାହିଁ । ବିଭିନ୍ନ ପ୍ରତିବନ୍ଧକ ଓ ପରୋକ୍ଷ ଶତ୍ରୁତା ରହିଥିଲେ ମଧ୍ୟ ଆପଣଙ୍କ କାମ ପାଇଁ ତାହାର କୌଣସି କୁପ୍ରଭାବ ରହିବ ନାହିଁ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦେଖା ଯାଇପରେ । ବାହାନ ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । କର୍ମକ୍ଷେତ୍ରରେ ସମସ୍ୟା ଦୂରେଇ ଯିବ । ଆର୍ଥିକ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ଆସିବ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା ଆଜି ଦୁରୂହ ହୋଇପାରେ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ । କୋର୍ଟ କଚେରୀ ମାମଲାରୁ ଦୁରେଇ ରୁହନ୍ତୁ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ମଙ୍ଗଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ବାରମ୍ବାର ବିଫଳ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବ୍ୟବସାୟ ବାଣିଜ୍ୟରେ କାରବାର ମାନ୍ଦା ରହିବ । ବ୍ୟବସାୟରେ କୌଣସି ନୂଆ ରଣନୀତି ଆପଣାଇବାକୁ ଚେଷ୍ଟା କରିବେ । ଅଫିସରେ ପରିବେଶ ସୁସ୍ଥ ଥିଲେ ମଧ୍ୟ କାର୍ଯ୍ୟର ଚାପ ଅଧିକ ରହିବ ଯୋଗୁଁ ମନରେ ସରସତା ରହିବ ନାହିଁ । ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭ କାମନାରୁ ଖୁସି ରହିବେ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଘଟିପାରେ । ନୀଚ ସଂସର୍ଗରୁ ଦୂରେଇ ରୁହନ୍ତୁ । ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ କର୍ମକ୍ଷେତ୍ରର କେତେକ କାର୍ଯ୍ୟ ସଫଳ ହୋଇପାରିବ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆଜି ଦିନରେ ବହୁତ ଚିନ୍ତା ପରେ କୌଣସି ପଦକ୍ଷେପ ନେବେ । ଚନ୍ଦ୍ରଙ୍କ ଦ୍ୱାଦଶସ୍ଥ ଶନି ଆପଣଙ୍କ ବିଚାର ଧାରାକୁ ପ୍ରଭାବିତ କରିପାରେ । ଉତ୍ସାହର ସହିତ ସବୁ କାମ କରିବେ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ । ଆର୍ଥିକ ଦିଗରୁ ଉପକୃତ ହେବ ସହ ସ୍ଥଗିତ କାମଗୁଡିକୁ ତ୍ୱରାନ୍ୱିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ପରିବାରରେ ପାରସ୍ପରିକ ସହଯୋଗ କାରଣରୁ ପରିବେଶ ଅତ୍ୟନ୍ତ ସରସ, ସୁନ୍ଦର ରହିବ । ଉଭୟ ସ୍ଵାମୀ ଓ ସ୍ତ୍ରୀ ମିଶି ନିକଟସ୍ଥ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କ ଘରକୁ ଯାଇପାରନ୍ତି । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

Leave a Reply

Your email address will not be published. Required fields are marked *