1 ଜୁନ୍ 2021, ମଙ୍ଗଳବାର :- ଆଜି ହନୁମାନଙ୍କ କୃପାରୁ ୫ଟି ରାଶିର ବ୍ୟକ୍ତିଙ୍କୁ ପ୍ରତ୍ୟେକ କ୍ଷେତ୍ରରୁ ମିଳିବ ଆଶାତୀତ

1 ଜୁନ୍ 2021, ମଙ୍ଗଳବାର :- ଆଜି ହନୁମାନଙ୍କ କୃପାରୁ ୫ଟି ରାଶିର ବ୍ୟକ୍ତିଙ୍କୁ ପ୍ରତ୍ୟେକ କ୍ଷେତ୍ରରୁ ମିଳିବ ଆଶାତୀତ

1 ଜୁନ୍ 2021, ମଙ୍ଗଳବାର :- ଆଜି ହନୁମାନଙ୍କ କୃପାରୁ ୫ଟି ରାଶିର ବ୍ୟକ୍ତିଙ୍କୁ ପ୍ରତ୍ୟେକ କ୍ଷେତ୍ରରୁ ମିଳିବ ଆଶାତୀତ ସଫଳତା । ପାରିବାରିକ କ୍ଷେତ୍ରରେ ହସଖୁସୀର ବାତାବରଣ ରହିବ ।

ଆଜି ଆମେ ଆପଣଙ୍କୁ ୦୧ ମଇ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ବ୍ୟକ୍ତିତ୍ୱର ବିକାଶ ଘଟିବ । ଗ୍ରହସ୍ଥିତି ଅନୁକୂଳ ଯୋଗୁଁ, ଯେଉଁ କାର୍ଯ୍ୟ ହାତକୁ ନେବେ ତାହାକୁ ଅତି ସହ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି ଭଲ ରହିବ । ଆର୍ଥିକ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯିବ । ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ଥି ଅନୁଭବ କରିପାରନ୍ତି । ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆଜି କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ଭଲ ରହିବ । ଆଜିର ଗ୍ରହସ୍ଥିତି ପ୍ରଭାବରେ ହସଖୁସୀରେ ପରିବାର ସହ ସମୟ କଟାଇବେ ଓ ଯାହା ଆଶା କରଛନ୍ତି ତାହା ଅବଶ୍ୟ ପାଇବେ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୁକ୍ତିତର୍କ କରିବେ ଯାହାଫଳରେ ସମ୍ପର୍କ ହାନୀ ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାକୁ ସୁଧାରି ନେବାରେ ସମର୍ଥ ହେବେ । ଅଫିସରେ କେତେକ ଅଟକି ରହିଥିବା ଫାଇଲ୍‌ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇପାରେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ । ସାମୟିକ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଚର୍ଚ୍ଚିକା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜି ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ ହାତକୁ ନେଇଥିବା କାମହାସଲରେ ସମର୍ଥ ହେବେ । ରାଶିରେ ରବି ଓ ଶନିଙ୍କ ସ୍ଥିତି ଯୋଗୁଁ କୌଣସି ବ୍ୟକ୍ତିି ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମଧୁର କଥା କହି ଠିକ୍ ସମୟରେ ପ୍ରତିଶୋଧ ନେବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ । ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବ୍ୟବସାୟରେ ଉତ୍ଥାନପତ୍ତନ ଦେଖାଦେବ । ପ୍ରିୟଜନଙ୍କ ପ୍ରେରଣାରେ ଉଦ୍‌ବୁଦ୍ଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନରେ ବନ୍ଧୁମାନଙ୍କ ପରାମର୍ଶକୁ ଗ୍ରହଣ କରିବା ଭଲହେବ । ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଭୁଲ୍‌ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଏବଂ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ରାଶିରେ କେତୁର ଅବସ୍ଥାନ ଯୋଗୁଁ କର୍ମକ୍ଷେତ୍ରରେ କେତେକ ଅଭାବନୀୟ ଘଟଣାର ସମ୍ମୁଖୀନ କରିବାକୁ ପଡିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଅଯଥା ଯୁକ୍ତି କରି ପରିଶେଷରେ ବିବାଦୀୟ ପରିସ୍ଥିତି ଉପୁଜିପାରେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆର୍ଥକ ସଙ୍କଟ ଉତ୍କଟ ରୂପ ନେବ, ଆବଶ୍ୟକତା ପୂରଣ କରିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ମନକୁ ଆଘାତ ଦେବ । ସ୍ଵାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ କର୍ମକ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳାନାଥ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଧୌର୍ଯ୍ୟର ସହ ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ରାଶିରେ ବୁଧର ପ୍ରଭାବ ଯୋଗୁଁ ପାରିବାର ସଦସ୍ୟଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ କରିବାକୁ ପଡିପାରେ । ଅଫିସରେ ଉଚ୍ଚବର୍ଗ ବ୍ୟକ୍ତିଙ୍କ ସହାୟତା ପାଇଲେ ମଧ୍ୟ ସହକର୍ମୀଙ୍କ ଅସହଯୋଗ ଫଳରେ ମନରେ ସରସତା ରହିବ ନାହିଁ । ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପରିବାରରେ ଉଭୟ ସ୍ତ୍ରୀ କିମ୍ବା ସ୍ଵାମୀ ପରସ୍ପର ସହମତିରେ କାମ କଲେ ଉପକୃତ ପାଇବେ । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ଭୈରବୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

କର୍ମକ୍ଷେତ୍ରରେ ନିଷ୍ଠା ଓ କର୍ତ୍ତବ୍ୟର ସହ ନିଜ କାର୍ଯ୍ୟକୁ ସମ୍ପାଦନ କରିବେ । ବୁଧଙ୍କ ପ୍ରଭାବରୁ ସ୍ୱାସ୍ଥ୍ୟ ଜନିତ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବା ସହ ପ୍ରତ୍ୟେକ ଯୁକ୍ତିଯୁକ୍ତ କଥା କହି ପରିସ୍ଥିିତିକୁ ସୁଧାରି ନେବେ । ହାତକୁ ନେଇଥିବା କାମଟିକୁ ବିନା ବାଧାବିଘ୍ନରେ ସଂପୂର୍ଣ୍ଣ କରିନେବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ବାଦବିବାଦ ଠାରୁ ଦୂରେଇ ରହିବା ଭଲ, ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ସମସ୍ୟା ବଢିଯାଉଥିବାରୁ ଦୁର୍ଭାବନା ବଢିବ ଓ ଅନ୍ୟଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି ଆପଣଙ୍କୁ ମିଶ୍ରିତ ଫଳ ପ୍ରାପ୍ତ ହେବ । ଚନ୍ଦ୍ରଙ୍କ କୋଣଭାବରେ ରାହୁଙ୍କ ସହ ମଙ୍ଗଳ ଓ ବୁଧ ରହିଥିବା ଯୋଗୁଁ ଦିନଚର୍ଯ୍ୟାରେ କିଛି ପରିବର୍ତ୍ତନ ଆସିପାରେ । ଦୀର୍ଘଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ସହକର୍ମୀଙ୍କ ସହାୟତାରେ ପ୍ରତ୍ୟେକ କାମ ଅଳ୍ପ ପରିଶ୍ରମରେ ସାଧିତ ହୋଇପାରିବ । ଅଫିସରେ କାର୍ଯ୍ୟର ଚାପ ରହିଲେ ମଧ୍ୟ ସହକର୍ମୀଙ୍କ ସହଯୋଗରେ କାର୍ଯ୍ୟକୁ ତ୍ୱରାନ୍ୱିତ କରିପାରିବେ । ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ପରିବାରରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ପେଟ ଯନ୍ତ୍ରଣା ଜନିତ ପୀଡାରେ କଷ୍ଟ ଅନୁଭବ କରିପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ହିଙ୍ଗୁଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ବିକଳ୍ପ ପନ୍ଥା ଅନୁସରଣ କରି ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାକୁ ପ୍ରୟାସ ଜାରି ରଖିବେ । ରାଶିରେ ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ଯୋଗୁଁ ପରିସ୍ଥିତି ପଡି ଭୁଲ ନିଷ୍ପତ୍ତି ନେଇ ପରେ ଅନୁତାପ କରିବେ । ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ନାନା ପ୍ରକାର ବାଧାବିଘ୍ନ ଦେଖାଦେବାର ସମ୍ଭାବନା ରହିଛି । ମାନସିକ ଅସ୍ଥିରତା ଲାଗି ରହିଥିବା କାରଣରୁ ଅନ୍ୟମନସ୍କତା ରହିବେ, ଯାହାଫଳରେ ଅଫିସରେ ଅନ୍ୟମାନେ ଭୁଲ ବୁଝିବେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ । ବାଦ-ବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । କାଳେ ସହଯୋଗ ସାହାଯ୍ୟ କରିବାକୁ ପଡିବ ଏଇ ଆଶା ନେଇ ନିକଟ ସମ୍ପର୍କୀୟମାନେ ପାଖତଡ ମାଡିବେ ନାହିଁ । ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କରିଲେ କେତେକାଂଶରେ ଉପକୃତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ମାଧ୍ୟମ ଫଳ ପ୍ରଦାନ କରିବ । ଅଷ୍ଟମାଧିପତି ଚନ୍ଦ୍ର ଗୁରୁଯୁକ୍ତ ହେତୁ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ ରହନ୍ତୁ । ଉପସ୍ଥିତ ବୁଦ୍ଧି ଖଟାଇ ପରିବାର କ୍ଷେତ୍ରରେ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ଏବଂ ଆଶା କରିନଥିବା ଦିଗରୁ ଅର୍ଥ ପ୍ରାପ୍ତ କରିବେ । ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆର୍ଥିକ ଦିଗରୁ ସ୍ଥିତିରେ ସୁଧାର ଆସିବ । କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ପରିବାରର କେତେକ ବ୍ୟତିକ୍ରମ ସକାଶେ ମନ ଭଲ ରହିବ ନାହିଁ । ସାଧାରଣ କଥାକୁ କେନ୍ଦ୍ରକରି ଘରେ ସ୍ତ୍ରୀଙ୍କ ଚିଡା ସ୍ଵଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିମଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ । ଶନିଙ୍କ ନକ୍ଷତ୍ରସ୍ଥ ବୁଧ ଯୋଗୁଁ ସଂକୋଚବଶତଃ ବନ୍ଧୁ ନିକଟରେ ମନ କଥା ପ୍ରକାଶ କରିପାରିବେ ନାହିଁ । ବ୍ୟବସାୟରେ ସ୍ଥିତି ସାମାନ୍ୟ ମାନ୍ଦା ରହିବ । କର୍ମକ୍ଷେତ୍ରରେ ବିଗତ ଦିନର ଘଟଣାଗୁଡିକୁ ସ୍ମରଣ କରି ଚିନ୍ତିତ ରହିବେ । ଚାକିରୀରେ ଯେତେ ଭଲ କାମ କରିଲେ ମଧ୍ୟ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ସମାଲୋଚିତ କରିବେ । କିନ୍ତୁ ସଭାସମିତି ଓ ଆଲୋଚନା ପରିସରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କେତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମନରେ ସେବା ମନୋବୃତ୍ତି ଜାତ ହେବ । କୋଣଭାବସ୍ଥ ତିନୋଟିଗ୍ରହର ପ୍ରଭାବ ଯୋଗୁଁ ଭାଇ, ବନ୍ଧୁ ଓ ନିଜ ଆତ୍ମୀୟ ସ୍ଵଜନଙ୍କୁ ମନ ଭୂଲାଣିଆ କଥା କହି ଆପଣାଇବାରେ ସମର୍ଥ ହେବେ । ଅଫିସରେ ସ୍ଥଗିତ ଥିବା ଫାଇଲ୍‌ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । କୌଣସି ନିଷ୍ପତିର ଶେଷ ସମୟରେ ଅର୍ଥ ସମ୍ପର୍କୀୟ ଟଣାଓଟରାକୁ ନେଇ ଅମୀମାଂସିତ ହୋଇରହିଯିବ । ରାଜନୀତିରେ ଥିବା ଲୋକମାନଙ୍କ ଲୋକପ୍ରିୟତା ଅର୍ଜନ ବୃଦ୍ଧି ପାଇବ । ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ । ପରିବାରରେ ସମସ୍ତଙ୍କ ମଧ୍ୟ ସ୍ନେହ ଶ୍ରଦ୍ଧା ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଚେଷ୍ଟା କରୁଥିବା କାମରେ ଦୁଇଜଣ ବ୍ୟକ୍ତି ସାହାଯ୍ୟ କରିବେ । ଆଜି ରାଶିର ସପ୍ତମ ସ୍ଥାନରେ ଚନ୍ଦ୍ର ଯୋଗୁଁ ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗିରହିବ ତଥାପି କର୍ମକ୍ଷେତ୍ରରେ କୌଣସି ପ୍ରଭାବ ପଡିବ ନାହିଁ । କର୍ମକ୍ଷେତ୍ରରେ ବନ୍ଧୁ ଓ ସହକର୍ମୀମାନେ ସହାୟତାର ହାତ ବଢାଇବେ, ଜହଫଳରେ ମନରେ ଆତ୍ମବିଶ୍ଵାସ ବଢିବ । କିନ୍ତୁ ଅତ୍ୟଧିକ କାର୍ଯ୍ୟ ସକାଶେ କ୍ଳାନ୍ତ ଅନୁଭବ କରିପାରନ୍ତି । ଅଫିସ କାର୍ଯ୍ୟାଳୟରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ସାମାଜିକ ସ୍ତରରେ ଆପଣ ଯେତେ ଭଲ କାର୍ଯ୍ୟ କରିଲେ ମଧ୍ୟ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପ୍ରଶଂସା ବଦଳରେ ଆପଣଙ୍କ କାର୍ଯ୍ୟକୁ ନେଇ ସମାଲୋଚନା କରିବେ । ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ, ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପାରିବାରିକ ସମସ୍ୟା ଓ ସ୍ୱାସ୍ଥ୍ୟ ଜନିତ ଅବନତି ମାନସିକ ଦୁଶ୍ଚିନ୍ତାର କାରଣ ହେବ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

Leave a Reply

Your email address will not be published. Required fields are marked *