20 ଅପ୍ରେଲ୍ 2021, ମଙ୍ଗଳବାର :- ଆଜି ୩ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ

20 ଅପ୍ରେଲ୍ 2021, ମଙ୍ଗଳବାର :- ଆଜି ୩ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ

20 ଅପ୍ରେଲ୍ 2021, ମଙ୍ଗଳବାର :- ଆଜି ୩ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ କରିବାକୁ ପଡିବ । ଆର୍ଥିକ ଅନଟନ ଯୋଗୁଁ ଅଣନିଶ୍ଵାସୀ ହୋଇପାରନ୍ତି ।

ଆଜି ଆମେ ଆପଣଙ୍କୁ ୨୦ ଅପ୍ରେଲ୍ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ସହ କାର୍ଯ୍ୟ କରିଲେ ଉପକୃତ ହେବେ । କର୍ମାଧିପତି ସ୍ଥାନରେ ଧନାଧିପ ଅବସ୍ଥାନ କରିଥିବା ଯୋଗୁଁ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟ ଦେଇ ଗତି କରିବାକୁ ପଡିବ । ଏପରି କି କର୍ମକ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ । ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ । ଦୀର୍ଘ ଦିନରୁ ସ୍ଥଗିତ ଥିବା କାର୍ଯ୍ୟ ନିମନ୍ତେ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିପାରେ । କିନ୍ତୁ ସହକର୍ମୀମାନଙ୍କ ସହଯୋଗ ଓ ସାହାଯ୍ୟର ଅଭାବ ପରିଲକ୍ଷିତ ହେବ ନାହିଁ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ କିନ୍ତୁ ଯୁକ୍ତିତର୍କର ସମ୍ମୁଖୀନ ହୋଇପାରନ୍ତି । ଅର୍ଥ ସମ୍ପର୍କିତ କାମକୁ ବନ୍ଧୁ ଦ୍ୱାରା ହାସଲ କରିପାରିବେ । ପରିବାରର ସୁସ୍ଥ ବାତାବରଣ ମନକୁ ଶାନ୍ତି ପ୍ରଦାନ କରିବ । ବୈବାହିକ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଅନ୍ୟମାନଙ୍କ ପ୍ରେରଣା ଓ ଉତ୍ସାହରେ ଆଗକୁ ବଢିବେ । ବୁଧ ସ୍ଵଗୃହରେ ବଳବାନ୍‌ ଯୋଗୁଁ କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଆପଣଙ୍କ ନିଜ ପରିଶ୍ରମର ବଢ଼ିଆ ପରିଣାମ ପାଇବେ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ଅଫିସରେ କାର୍ଯ୍ୟଭାର ଅଧିକ ରହିଲେ ମଧ୍ୟ ସହମତି କାର୍ଯ୍ୟ କରିଲେ ଉପକୃତ ହେବେ । ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହିବା ଦ୍ୱାରା ତିକ୍ତତା ସୃଷ୍ଟିହେବ ।ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ । ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ମେଳ ମିଳାପ ବଢ଼ିବ । କେତେକ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତି ସାମ୍‌ନା କରିବାକୁ ପଡିପାରେ । ଅଷ୍ଟମାଧିପତି ଧନସ୍ଥାନସ୍ଥ ଯୋଗୁ ଆର୍ଥିକ ଅଭାବ ସଙ୍ଗକୁ ପ୍ରତ୍ୟେକ କାମ ବହୁତ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢିଯିବ । ଆନ୍ତରିକତା ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି କେତେକ କାମ କରିବାକୁ ବାଧ୍ୟ ହେବେ । ନିଜ କଥାବାର୍ତ୍ତା ଓ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ । ଅଫିସରେ ନିଷ୍ଠାର ସହ କାର୍ଯ୍ୟ କରିଲେ ମଧ୍ୟ ସହକର୍ମୀମାନଙ୍କ କୁଟକ୍ତି ବାକ୍ୟ ମାନସିକ ସ୍ଥିତିକୁ ଭଙ୍ଗ କରିବ । ନିକଟସ୍ଥ ଆତ୍ମୀୟ ସ୍ଵଜନଙ୍କୁ ବିଶ୍ୱାସ କରି ଠକାମିରେ ପଡିପାରନ୍ତି । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ପରିବାରରେ ବୟୋଜ୍ୟେଷ୍ଟଙ୍କ ସହ ମିଶି କୌଣସି ବିଷୟକୁ ନେଇ ଆଲୋଚନା କରିପାରନ୍ତି । ଜୀବନସାଥୀଙ୍କ ଠାରୁ ବହୁତ ପ୍ରେମ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବ ଓ ପ୍ରଶଂସା ପାଇବେ । ସ୍ଵଗୃହକୁ ଶନିଙ୍କ ଦୃଷ୍ଟି ଯୋଗୁଁ ଆପଣ ପରିସ୍ଥିତିବଶତଃ ଆଲୋଚନା କ୍ଷେତ୍ରରେ ଯାହା କହିବା ପାଇଁ ଭବିଛନ୍ତି, ତାହା ପ୍ରକାଶ କରିପାରିବେ ନାହିଁ । କିନ୍ତୁ କେତେକ କ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିପାରିବେ । ବ୍ୟବସାୟୀରେ ସ୍ଥିତି ଭଲ ଥିଲେ ମଧ୍ୟ ଆୟ ବ୍ୟୟର ତାଳମେଳ ରହିବ ନାହିଁ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ କିନ୍ତୁ ସ୍ଥଗିତ ଥିବା କାର୍ଯ୍ୟ ସକାଶେ କୈଫତ୍ ଦେବାକୁ ପଡିବ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଆତ୍ମ ବିଭୋର ହୋଇପାରନ୍ତି । ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ । । ଆଜି ଛୋଟ କଥାକୁ କେନ୍ଦ୍ର କରି ଘରେ ସାଧାରଣ କଥାରେ ଝଗଡା ହେବାର ଆଶଙ୍କା ରହିଛି । ଶୁଭରଙ୍ଗ: ମେରୁନ । ଆରାଧନା: ପ୍ରଭୁ ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ମନ ଉଦାସ ରହିବ । ରାଶିରେ ପାପ ଗ୍ରହର ପ୍ରଭାବ ଯୋଗୁଁ ନାନା ପ୍ରକାର ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡିବ । ବିଭିନ୍ନ ଯୋଜନା କରିବେ ସିନା ପାଦେ ମାତ୍ର ଆଗକୁ ଯାଇ ପାରିବେ ନାହିଁ । ବ୍ୟବସାୟ ବାଣିଜ୍ୟ ବ୍ୟତୀତ ଆନୁଷ୍ଠାନିକ କାମରେ, ପରିବହନରେ, ସଭା ସମିତିରେ ଆଶାନୁରୂପକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ସଂପୂର୍ଣ୍ଣ କରିପାରିବେ । ସାମାଜିକ ସ୍ତରରେ ବିରୋଧୀମାନେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିପାରନ୍ତି । ଜମିଜମା, ନିର୍ମାଣ, ଆଇନ, ଅଦାଲତ କ୍ଷେତ୍ର ପାଇଁ ମଧ୍ୟମ ପ୍ରକାରର ସ୍ଥିତି ରହିପାରେ । ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତାଖୋଜି ପାଇବେ ନାହିଁ । ବନ୍ଧୁ ଗହଣରେ ବେଶୀ ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

କର୍ମକ୍ଷେତ୍ରରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ରାହୁ ଯୁକ୍ତ ବୁଧ ହେତୁ ଟଙ୍କା ପଇସା ଯୋଗାଡ କରିବା ମଧ୍ୟ କାଠିକର ପାଠ ହେବ ଏବଂ ଛୋଟ ଛୋଟ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ କଳହ ଲାଗିବ । କର୍ମକ୍ଷେତ୍ରରେ ମଧ୍ୟ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକି ଉଭା ହେବ, ଯାହାଫଳରେ କର୍ମକ୍ଷେତ୍ର ପ୍ରତି ମନରେ ଆଦୌ ସରସତା ରହିବ ନାହିଁ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । କଳା, କାରିଗରି, ସାହିତ୍ୟ, ସଙ୍ଗୀତ ପ୍ରଭୃତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପରିବାରର ସଦସ୍ୟଙ୍କ ସହଯୋଗ ମିଳିବା ଫଳରେ ମନୋବଳ ଦୃଢ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ପୂର୍ବ ସ୍ଥିରୀକୃତ ଯୋଜନାନୁଯାୟୀ କାର୍ଯ୍ୟାରମ୍ଭ କଲେ ସଫଳ ହେବେ । ଏକାଦଶସ୍ଥ ଗ୍ରହ ପ୍ରଭାବରେ କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ଆଜିର ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ ଏବଂ ନୂତନ ଯୋଜନା କରିବାରେ ମନ ଦେବେ । ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅଫିସରେ ପରୋକ୍ଷ ଶତ୍ରୁତା କରୁଥିବା ସହକର୍ମୀ ଜଣକ ଅପରାହ୍ନରେ କଳହ ସୃଷ୍ଟି କରିପାରେ । ସାମାଜିକ ସ୍ତରରେ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଅବଶ୍ୟ ସଫଳତା ପାଇବେ । ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଖର୍ଚ୍ଚଭାର ବୃଦ୍ଧି ପାଇଲେ ମଧ୍ୟ ଆବଶ୍ୟକୀୟ ଅର୍ଥ ବିଭିନ୍ନ ସୂତ୍ରରୁ ପାଇବାରେ ଅସୁବିଧା ହେବ ନାହିଁ । ପରିବାରରେ ଲାଗି ରହିଥିବା ଦୀର୍ଘ ଦିନର ଅଶାନ୍ତି ଦୂର ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦୀର୍ଘ ଦିନ ଧରି ଅଟକି ରହିଥିବା କାମ ଜଣେ ବନ୍ଧୁଙ୍କ ସହାୟତାରେ ହୋଇଯିବ । ଶନିଙ୍କ ପ୍ରଭାବରେ ଅତୀତର କେତେକ ଘଟଣାକୁ କେନ୍ଦ୍ରକରି ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି ହେବ । ମାନସିକ ଏକାଗ୍ରତା ଭଙ୍ଗ ହେବାର ସମ୍ଭାବନା ରହିଛି, ଯାହାଫଳରେ କର୍ମକ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହୋଇପାରେ । କିନ୍ତୁ ଆଜି ବନ୍ଧୁମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଆର୍ଥିକ ସ୍ଥିତିର ଦୁରବସ୍ଥା ପ୍ରତିଟି କ୍ଷେତ୍ରରେ ଅଗ୍ରଗତିର ପଥରୋଧ କରିପାରେ । ପରିବହନରେ ଉନ୍ନତି କରିବେ ଓ ସଭାସମିତିରେ ପ୍ରଶଂସିତ ହେବେ । ପୁରାତନ ରୋଗପୀଡା ପୁନରାୟ ମୁଣ୍ଡ ଟେକିପାରେ, ତେଣୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାକୁ ବିଶ୍ଵାସ କରିନେବେ ଓ ପରବର୍ତ୍ତୀ ସମୟରେ ଅନୁତାପ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ପାରିବାରିକ ସମସ୍ୟା କ୍ରମଶଃ ବଦଳି ଯିବା କାରଣରୁ ମନ ପ୍ରଫୁଲ୍ଲ ରହିବା ସହ ପ୍ରତ୍ୟେକ କାମକୁ ସୁରୁଖୁରୁରରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ହାସଲ କରିବେ । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମଧାନ ହୋଇଯିବ । କମ୍ପାନୀରେ ଚାକରି କରୁଥିବା ବ୍ୟକ୍ତିଙ୍କର ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଆନୁଷ୍ଠାନିକ, ସାଙ୍ଗଠନିକ ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହୋଇଯିବ । ଅଫିସରେ ଥିବା ସମୟରେ କୌଣସି ବ୍ୟକ୍ତିଙ୍କ ଠାରୁ ଶୁଭଖବର ପାଇ ଆନନ୍ଦ ଉଲ୍ଲସିତ ହେବେ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁତ୍ଵ ସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଛି । ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି । ପାରିବାର ସଦସ୍ୟଙ୍କ ମଧ୍ୟରେ ପରସ୍ପର ମଧ୍ୟରେ ସ୍ନେହ ଶ୍ରଦ୍ଧା ଅତୁଟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଶୁକ୍ର କର୍ମସ୍ଥାନସ୍ଥ ଯୋଗୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ । ସହକର୍ମୀଙ୍କ ସହାୟତାରେ ଅସାଧ୍ୟ କାର୍ଯ୍ୟକୁ ମଧ୍ୟ ସାଧନ କରିବାରେ କୌଣସି ଅସୁବିଧା ହେବ ନାହିଁ । କିନ୍ତୁ ତରବାରିଆ ହୋଇ କୌଣସି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଉପର ଅଧିକାରୀଙ୍କ ସହଯୋଗ ଲୋଡ଼ିପାରନ୍ତି । ଏଜେନ୍ସି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ସମ୍ମାନିତ ହୋଇପାରନ୍ତି । ଜମିଜମା, ଯାନବାହନ, ନିର୍ମାଣ, ପରିବହନ ମଧ୍ୟମ ପ୍ରକାରର ରହିବ । ବିବାଦୀୟ ଘଟଣାରେ କୈାଣସି ପକ୍ଷ ସମର୍ଥନ କରିବା ଠିକ୍‌ ହେବ ନାହିଁ । ଘରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ରିବାରରେ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଯେତେ ଭଲ କାମ କଲେ ମଧ୍ୟ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସମାଲୋଚିତ ହୋଇପାରନ୍ତି । କୌଣସି ଦୁଃସାହସିକ ପଦକ୍ଷେପ ନେବା ପୂର୍ବରୁ ଭଲ ଭାବରେ ଭାବିଚିନ୍ତି କାମ କରନ୍ତୁ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ମନୋଭାବ ଉପୁଜିବ । କୌଶଳ ପ୍ରୟୋଗ କରି, ବନ୍ଧୁମାନଙ୍କୁ ମନାଇ, ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସଭା ସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ସଦ୍-ବ୍ୟବହାର କରିବା କାଠିକର ପାଠ ହେବ । ପ୍ରତ୍ୟେକ କାମ ଓ କଥାରେ ସଂଯମତା ରକ୍ଷା ନ କଲେ କଳହ ସୃଷ୍ଟି ହୋଇପାରେ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିକଟ ସମ୍ପର୍କୀଯମାନେ ସହଯୋଗ କରିବେ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ରାଶିରେ ବୁଧଙ୍କ ପ୍ରଭାବ ହେତୁ କର୍ମକ୍ଷେତ୍ରରେ କାର୍ଯ୍ୟର ଚାପ ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ କିଛିଟା ବ୍ୟତିକ୍ରମ ମଧ୍ୟ ଦେଖାଦେବ, ଯାହାଫଳରେ ମାନସିକ ସ୍ତରରେ ବିଚଳିତ ହୋଇପାରନ୍ତି । ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢାଇବେ । ଅଫିସରେ ଅତ୍ୟଧିକ କାର୍ଯ୍ୟ ଯୋଗୁଁ ମନ ବିଚଳିତ ରହିବ । କୈାଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇ ପାରନ୍ତି । ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ । ଆଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ପାଇବେ । ପାରିବାରିକ ଜୀବନରେ କେତେକ ସମସ୍ୟା ଦେଖାଦେଲେ ମଧ୍ୟ ମାନସିକ ସ୍ତରରେ ବିଶେଷ କିଛି ପ୍ରଭାବ ପଡିବ ନାହିଁ । ସନ୍ତାନଙ୍କ ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

Leave a Reply

Your email address will not be published. Required fields are marked *