21 ଫେବୃୟାରୀ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ଜୀବନ ଧନଧାନ୍ୟରେ ପୂର୍ଣ୍ଣ

21 ଫେବୃୟାରୀ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ଜୀବନ ଧନଧାନ୍ୟରେ ପୂର୍ଣ୍ଣ

21 ଫେବୃୟାରୀ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ଜୀବନ ଧନଧାନ୍ୟରେ ପୂର୍ଣ୍ଣ ହେବ । ଖୁସିରେ ଦିନ ଅତିବାହିତ କରିବେ… !

ଆଜି ଆମେ ଆପଣଙ୍କୁ ୨୧ ଫେବୃୟାରୀ ୨୦୨୧ ରବିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । କଥା କହି ଲୋକଙ୍କ ମନ ଜିଣିପାରିବେ କିନ୍ତୁ ଖର୍ଚ୍ଚର ପରିବାରଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । କୌଣସି କ୍ଷେତ୍ରରେ ତରବାରିଆ ହୋଇ ଅର୍ଥ ବିନିଯୋଗ କରନ୍ତୁ ନାହିଁ, ଭଲ ଭାବରେ ଭାବିଚିନ୍ତ ଅର୍ଥ ବିନିଯୋଗ କରନ୍ତୁ । ବନ୍ଧୁଙ୍କ ସାହାର୍ଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍ ହୋଇଯିବ । ଯେଉଁମାନେ ରାଜନୀତି କ୍ଷେତ୍ର ସହିତ ଜଡିତ ଅଛନ୍ତି ସେମାନଙ୍କ ପାଇଁ ଆଜିର ଦିନଟି ଅତ୍ୟନ୍ତ ଭଲ ରହିବ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ମଧୁରଭାଷା, ସହନଶୀଳ, ଉଦାରପ୍ରେମୀ ଗୁଣ ଯୋଗୁଁ ସମାଜରେ ଆପଣ ସମ୍ମାନ, ଲୋକପ୍ରିୟତା ବୃଦ୍ଧି ପାଇବେ । ଭୁଲ୍ ବୁଝାମଣାରୁ ପରିବାରରେ ମତାନ୍ତର ସୃଷ୍ଟି ହେବ । ନିକଟସ୍ଥ ଲୋକଟିକୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡିପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଲକ୍ଷ୍ୟ ସାଧନରେ କୌଣସି ଅସୁବିଧା ହେବ ନାହିଁ ଓ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । କିନ୍ତୁ ବ୍ୟବସାୟୀମାନେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ । ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ । ପାରିବାରିକ ସ୍ଥିତି ଭଲ ରହି ନ ପାରେ । ପାଖ, ପଡୋଶୀଙ୍କ ମୂଲ୍ୟହୀନ କଥାରେ ମୁଣ୍ଡ ପୂରାଇ ଶତ୍ରୁତାକୁ ନିମନ୍ତ୍ରଣ କରିପାରନ୍ତି । ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ । ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ମଧ୍ୟାହ୍ନରେ ପରିବାର ମଧ୍ୟରେ କଳହ ଦେଖାଦେଇପାରେ । ପୂର୍ବରୁ କରିଥିବା ଅବହେଳା ଯୋଗୁଁ ସ୍ଵାସ୍ଥ୍ୟ ସମସ୍ୟା ଜଟିଳ ହୋଇପାରେ । ଶୁଭରଙ୍ଗ: ସବୁଜ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

କର୍ମକ୍ଷେତ୍ରରେ ଅଗ୍ରଗତି କରିବେ । ଚେଷ୍ଟା କରୁଥିବା କାର୍ଯ୍ୟଗୁଡିକ ସୁରୁଖୁରୁରେ ସଂପୂର୍ଣ୍ଣ କରିବାରେ କୌଣସି ଅସୁବିଧା ହେବ ନାହିଁ । ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ର ନିମନ୍ତେ ଦିନଟି ଭାରି ଭଲ ରହିବ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ହାସଲ କରିବେ କିନ୍ତୁ ପରୋକ୍ଷ ଶତ୍ରୁତା କାରଣରୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଅଫିସ୍‌ କାମରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ସଭାସମିତି ଓ ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିବେ । ମାଙ୍ଗଳିକ କାର୍ଯ୍ୟରେ ସାମୟିକ ସମସ୍ୟା ଦେଖାଦେଲେ ବି ପରେ ତାହା ସଂପନ୍ନ ହେବ । ପରିବାରରେ ମତଭେଦ କାରଣରୁୁ କଳହ ସୃଷ୍ଟି ହୋଇପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ଆତ୍ମବିଶ୍ଵାସ ବୃଦ୍ଧି ପାଇଁ ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ । ଆଜି ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ, ଅଶାନ୍ତିର କାରଣ ହେବ । ଖଳ ସ୍ଵଭାବର ଲୋକମାନଙ୍କ ଦ୍ୱାରା ଗୁଜବ ଖବର, ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ଆଜି ନୂତନ କର୍ମାରମ୍ଭ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ବିଗତ ଦିନମାନଙ୍କର ଘଟଣା ଗୁଡିକୁ ଅସ୍ଵାଭାବିକ ଭାବେ ଚିନ୍ତାର ବିଷୟ ପାଲଟିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ବଢିପାରେ । ଆଲୋଚନା ମଧ୍ୟରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡିବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସହଯୋଗ ଅଭାବରୁ କାର୍ଯ୍ୟ ମଉଳି ଯିବାକୁ ବସିପାରେ । କୌଣସି ଯୁକ୍ତି କିମ୍ବା କଳିରେ ନ ପଡ଼ିବା ପାଇଁ ଚ଼େଷ୍ଟା କରନ୍ତୁ । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ କରିବେ ଯାହାଫଳରେ କାର୍ଯ୍ୟ କରିବକୁ ମନରେ ଆଗ୍ରହ ଆସିବା ନାହିଁ । ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି । ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ପରୋକ୍ଷ ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତିମାନେ ଆପଣଙ୍କ ବିପକ୍ଷରେ ଷଢଯନ୍ତ୍ର କରିବେ । ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । ଦୀର୍ଘ ଦିନରୁ ରହି ଆସିଥିବା ବକେୟା ଟଙ୍କା ଆଜି ପାଇବେ । ଇଚ୍ଛା ନ ଥାଇ ମଧ୍ୟ ଘର ଅପେକ୍ଷା ବାହାରେ ବେଶୀ ସମୟ କଟାଇବାକୁ ପଡ଼ିପାରେ । ପାରିବାରିକ ଜୀବନରେ ବୁଝାମଣା ନେଇ ସଫଳତା ପାଇବା କଷ୍ଟକର ହେବ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଭଲ ରହିବ । ଆର୍ଥିକ ଅଭିବୃଦ୍ଧି ସହ ନୂତନ ବନ୍ଧୁତ୍ଵ ସମ୍ପର୍କ ମନକୁ ଆଶ୍ଵସ୍ତି ପ୍ରଦାନ କରିବ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ବୃତ୍ତିଗତ କର୍ମରେ ସହକର୍ମୀଙ୍କ ସହଯୋଗ ପାଇବେ । ଅଫିସରେ ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦ୍ୱାରା ଅନ୍ୟମାନେ ବିଭିନ୍ନ ପ୍ରକାରର ଟୀକାଟିପ୍ପଣୀ ଦେଇପାରନ୍ତି । ଉନ୍ନୟନ ମୂଳକ କାର୍ଯ୍ୟରେ ଅଗ୍ରଗତି କରିବେ । ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କହିବାରେ ସଂଯମତା ରକ୍ଷା ନ କଲେ ସମାଲୋଚିତ ହୋଇପାରନ୍ତି । ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ । ବ୍ୟବସାୟିକ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମକ୍ଷେତ୍ରରେ ଦୁଃସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ବନ୍ଧୁମାନଙ୍କୁ ସୁପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ଆତ୍ମତୃପ୍ତି ଲାଭ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ । ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଜିର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଆର୍ଥିକ ଲାଭ ଓ ଉନ୍ନତି ଯୋଗ ପ୍ରବଳ ରହିଛି । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କିଛି ନୂଆ କରିବା ପାଇଁ ଯୋଜନା କରିବେ । ସରକାରୀ ଚାକିରିରେ ଥିବା ବ୍ୟକ୍ତି ବିଶେଷଙ୍କୁ କିଛି ସୁଖଦ ଖବର ମିଳିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରିବେ । ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଯାହାକୁ ନିଜର ଭାବୁଛନ୍ତି, ସେହିମାନେ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହ୍ୟ କରିପାରିବେ ନାହିଁ । ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ ଅନ୍ୟଥା ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ସବୁ ଭଲ ହେଲେ ମଧ୍ୟ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଭୈରବୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ । ଯେକୌଣସି ସମସ୍ୟା ଆସିଲେ ଭୟଭୀତ ନ ହୋଇ ବୀରତ୍ଵର ସହ ସମ୍ମୁଖୀନ କରିବେ । କର୍ମକ୍ଷେତ୍ରରେ ସ୍ଥିତି ଭଲ ରହିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ସକାଶେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ କରିବାକୁ ପଡିବ । ଅଫିସରେ ସହକର୍ମୀ ସହ ସମ୍ପର୍କ ଭଲ ରହିବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ କ୍ରୟ କରିପାରନ୍ତି । ନିଜ ନିଜର ସ୍ଵାର୍ଥସାଧନ ଆଶାରେ ନିଜ ଲୋକମାନେ ଦାଉ ସାଜି ପାରନ୍ତି । ସଭାସମିତି ଅବା ଆଲୋଚନା ପରିସରରେ ଯୋଗ ଦେଲେ ମଧ୍ୟ ଅନ୍ୟର ମନ୍ତବ୍ୟକୁ ଶୁଣନ୍ତୁ, ପ୍ରତିକ୍ରିୟା ଦିଅନ୍ତୁ ନାହିଁ । ବାଦବିବାଦ,ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ସାମୟିକ ସ୍ଵାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗ କାରଣରୁ ଦିନତମାମ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭଦ୍ରକାଳୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆତ୍ମବିଶ୍ୱାସର ସହିତ କାମ କରନ୍ତୁ; ସଫଳତା ନିଶ୍ଚୟ ମିଳିବ । ଆଜି ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ନାନା ପ୍ରକାର କଥା ହୃଦୟ ଜିଣିବାକୁ ପ୍ରୟାସ କରିବେ । କର୍ମକ୍ଷେତ୍ରରେ ଗୋଟିଏ ପରେ ଗୋଟିଏ ସମସ୍ୟାର ସମ୍ମୁଖୀନ କରିବାକୁ ପଡିବ । ପ୍ରତିକୂଳ ପରିସ୍ଥିତିର ଅଫିସରେ କାର୍ଯ୍ୟର ଚାପ କ୍ରମଶଃ ବଢିବ କିନ୍ତୁ ଆପଣ ନିଷ୍ଠାର ସହ କାର୍ଯ୍ୟଗୁଡିକ ସମ୍ପନ୍ନ କରିବା ଯୋଗୁଁ ଉଚ୍ଚାଧିକାରୀ ଆପଣଙ୍କ ଉପରେ ଅତ୍ୟନ୍ତ ସନ୍ତୁଷ୍ଟ ରହିବେ । ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବା ନିମନ୍ତେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ବିବାଦୀୟ ପରିସ୍ଥିତିରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତିି ସେଥିରେ କିଛି ହେବ ନାହିଁ । ପରିବାରରେ ଶାନ୍ତଶିଷ୍ଟ ରହିଲେ ମଧ୍ୟ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । କର୍ମକ୍ଷେତ୍ରରେ କାହାର ମନଗଢା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ସ୍ଵାସ୍ଥ୍ୟ ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଲାଭ କରିବେ । ବ୍ୟବସାୟ ବାଣିଜ୍ୟରେ ଉତ୍ଥାନପତନ ଲାଗିରହିବ । ଆୟ ବ୍ୟୟର କୌଣସି ତାଳମେଳ ରହିବ ନାହିଁ । ପ୍ରତିକୂଳ ପରିସ୍ଥିତିରେ ଅଫିସରେ କାର୍ଯ୍ୟର ଚାପ ଅଧିକ ରହିବା ଯୋଗୁଁ ଚିନ୍ତିତ ରହିପାରନ୍ତି । ଅନ୍ୟପକ୍ଷରେ ସହକର୍ମୀଙ୍କ ଅସହଯୋଗ ମନୋବୃତ୍ତି ଯୋଗୁଁ କାର୍ଯ୍ୟ କରିବା ପାଇଁ ମନରେ ଆଗ୍ରହ ଆସିବ ନାହିଁ । ନିଃସ୍ବାର୍ଥ ଭାବରେ ସମାଜ ସେବାରେ ନିଜକୁ ସାମିଲ କରିବେ । ଅର୍ଥକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟଙ୍କ ସହିତ ସମ୍ପର୍କ ହାନୀ ହେବାର ସମ୍ଭାବନା ରହିଛି । ଇଚ୍ଛା ନଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତିି । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମୁଣା ଯୋଗୁଁ ସଦସ୍ୟଙ୍କ ମନରେ ତିକ୍ତତା ଲାଗିବାର ସମ୍ଭାବନା ରହିଛି । ବୈବାହିକ ଜୀବନରେ ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳାନାଥ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ପାରିବାରିକ କ୍ଷେତ୍ର, ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ର ସାମାନ୍ୟ ବ୍ୟତିକ୍ରମ ମଧ୍ୟ ଦେଇ ଚଳିବାକୁ ପଡିବ । ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ବନ୍ଧୁ ଓ ଅଭିଜ୍ଞ ବ୍ୟକ୍ତିଙ୍କ ସହ ଆଲୋଚନା କରି ବ୍ୟବସାୟୀକ ସ୍ଥିତିକୁ ଦୃଢ କରିବା ପାଇଁ ଉଦ୍ୟମ କରିବେ । ଅଫିସରେ ଯେତେଭଲ କାମ କରିଲେ ମଧ୍ୟ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ନେଇ ଅସନ୍ତୁଷ୍ଠ ରହିବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ । କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇ କଳହକୁ ନିମନ୍ତ୍ରଣ କରିପାରନ୍ତି । ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ କିନ୍ତୁ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଯୋଗୁଁ ମନରେ ସରସତା ରହିବ ନାହିଁ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।

Leave a Reply

Your email address will not be published. Required fields are marked *