22 ମଇ 2021, ଶନିବାର :- ଶନିଦେବଙ୍କ କୃପାରୁ ଆଜି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବା ସହ ଆର୍ଥିକ

22 ମଇ 2021, ଶନିବାର :- ଶନିଦେବଙ୍କ କୃପାରୁ ଆଜି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବା ସହ ଆର୍ଥିକ

22 ମଇ 2021, ଶନିବାର :- ଶନିଦେବଙ୍କ କୃପାରୁ ଆଜି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବା ସହ ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ । ପରିବାରରେ ସୁଖଶାନ୍ତି ବଜାୟ ରହିବ ।

ଆଜି ଆମେ ଆପଣଙ୍କୁ ୨୨ ମଇ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ । କିଛି ନୂତନ ଲୋକଙ୍କ ସହ ଦେଖାସାକ୍ଷାତ ହେବ, ଯାହାଦ୍ଵାରା କର୍ମକ୍ଷେତ୍ରର ସ୍ଥିତିରେ ଉନ୍ନତି ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଗତ କିଛି ଦିନର ସ୍ଥଗିତ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ । ଅଫିସ ପରିସରରେ ଆୟୋଜିତ ବୈଠକରେ ଅନ୍ୟମଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସାମାଜିକ ସ୍ତରରେ ସମ୍ମାନ ମିଳିବ । ଆନୁଷ୍ଠାନିକ କାମରେ ଦୂରଯାତ୍ରା କରିବାକୁ ପଡିପାରେ । ଯଦି ଆପଣ କୌଣସି କ୍ଷେତ୍ରରେ ପୁଞ୍ଜି ବିନିଯୋଗ କରିବାକୁ ଯୋଜନା କରୁଛନ୍ତି, ତେବେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରନ୍ତୁ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳାନାଥ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିରତା ରହିବ ନାହିଁ । କର୍ମକ୍ଷେତ୍ରରେ ଟେନ୍ସନ ଲାଗି ରହିବ । ପୂର୍ବ ଯୋଜନା ଅନୁଯାୟୀ କର୍ମ କରିଲେ ଅବଶ୍ୟ କେତେକାଂଶରେ ଉପରକୁଟା ହେବେ । କାହାରି ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଅଫିସରେ ନୂଆ ଦାୟିତ୍ଵକୁ ଭଲ ଭାବରେ ନିର୍ବାହ କରିବେ । ସାମାଜିକ ସ୍ତରରେ କିମ୍ବା ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ପୁରାତନ ରୋଗର ପୀଡ଼ା କାମ କରିବାକୁ ନିରୁତ୍ସାହିତ କରିପାରେ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ମାଣିକେଶ୍ଵରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କ ନିମନ୍ତେ ଖଟାମିଠା ରହିବ । ବିଭିନ୍ନ ସମସ୍ୟାମୂଳକ କାମର ଅନ୍ତ ଘଟିବ କିନ୍ତୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । ଯାହାଫଳରେ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରର ବିବାଦୀୟ ସ୍ଥିତି କ୍ରମଶଃ ସମାଧାନ ଦିଗକୁ ଅଗ୍ରସର ହେବ । ଆର୍ଥିକ ନେଣଦେଣକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ହୋଇପାରେ । ପ୍ରତିକୂଳ ପରିସ୍ଥିତିରେ ଅଫିସ୍ କିମ୍ବା କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟର ଚାପ ବୃଦ୍ଧି ପାଇବ । ପରିବାରରେ ବୟସ୍କ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ଜନିତ ଅସୁସ୍ଥା ଯୋଗୁଁ ମନରେ ଅଜସ୍ର ଚିନ୍ତା ଲାଗିରହିବ । ବୈବାହିକ ଜୀବନରେ ଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଅତି ସୁଖଦାୟକ ରହିବ । ଭୋଗବିଳାସ ପ୍ରତି ଆକର୍ଷିତ ହେବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତିରେ କାମ କରିଲେ ସମ୍ମାନ ଲାଭ କରିବା ସହ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବୁଦ୍ଧି ଖଟାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହୋଇପାରନ୍ତି । ଅଫିସ୍ କାର୍ଯ୍ୟାଳୟରେ ପରିବେଶ ସୁସ୍ଥ ରହିବ । ସାମାଜିକ ଜନହିତକର କାର୍ଯ୍ୟରେ ନିଜକୁ ସହଭାଗିତା କରିବେ । ଘରକଥା, ଜମିବାଡି, ଆଲୋଚନା ଭିତରେ ସମୟ ଅତିବାହିତ ହେବ । ନିଜଲୋକଙ୍କ ବେଖାତିର ମନୋଭାବରୁ କଷ୍ଟ ଅନୁଭବ କରିବେ । ଭୁଲ୍‌ ବୁଝାମଣା, ବୃଥା ସନ୍ଦେହଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ନିଜ ଉପରେ ବିଶ୍ଵାସ ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ନିଶ୍ଚିତ ପାଇବେ । ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କରିଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହୋଇପାରେ । କୌଣସି କ୍ଷେତ୍ରରେ ପୁଞି ନିବେଶ କରିବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିମାନଙ୍କ ପରାମର୍ଶ ନିଅନ୍ତୁ । ଅଫିସରେ ବରିଷ୍ଠ ଅଧିକାରୀ ଆପଣଙ୍କ ବିନା କାରଣରେ କ୍ଷୁବ୍ଧ ହୋଇପାରନ୍ତି । ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ, ଧାର୍ମଚର୍ଚ୍ଚା, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ ଜନକଲ୍ୟାଣ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ପାରିବାରିକ ଜୀବନ ଉତ୍ତମ ବୁଝାମଣାଜନିତ ସୁଖସନ୍ତୋଷ ପାଇପାରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ନିଜ ଲୋକଙ୍କ କାର୍ଯ୍ୟକଳାପ ଦେଖି ମନରେ ସନ୍ଦେହ ଜାତ ହେବ । ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ । ବ୍ୟବସାୟିକ ଦୃଷ୍ଟିକୋଣରୁ ନୂତନ ଚୁକ୍ତିପତ୍ର ସ୍ଵାକ୍ଷରିତ ହୋଇପାରେ । ବ୍ୟବସାୟ ଓ ପ୍ରଶାସନିକ ସ୍ତରରେ ଆଶା ଅନୁଯାୟୀ ଫଳ ପାଇବେ । ଆନୁଷ୍ଠାନିକ କାମରେ ନୀଚ ମନୋଭାବର ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ । ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ । ସ୍ଵସ୍ଥ୍ୟାବସ୍ଥା କ୍ରମଶଃ ଅବନ୍ନତି ଘଟୁଥିବା ସକାଶେ ମନସ୍ତାପ କରିବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଶାରଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ନିଜର ଉପସ୍ଥିତ ବୁଦ୍ଧି ଖଟାଇ ଆପଣଙ୍କ ରାସ୍ତାରେ ଆସୁଥିବା ବାଧାବିଘ୍ନକୁ ଆପଣ ନିଜେ ହିଁ ସମାଧାନ କରିବେ । କେତେକ ବନ୍ଧୁ ଓ ସହକର୍ମୀମାନେ ନିଜର ସ୍ଵାର୍ଥ ହାସଲ ସକାଶେ ଆପଣଙ୍କୁ ଫୁସୁଲାଫୁସୁଲି କରି କାର୍ଯ୍ୟ ହାସଲ କରିନେବେ । ବ୍ୟବସାୟୀକ ସ୍ଥିତି ମାଧ୍ୟମ ରହିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଖାମଖିଆଲି କାର୍ଯ୍ୟପଦ୍ଧତି ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯାଇପାରେ । ଅଧୂରା କାର୍ଯ୍ୟ ସଂପୂର୍ଣ୍ଣ କରିବା ସକାଶେ ଅଣ୍ଟାରେ ଗାମୁଛା ଭିଡିବେ । ବାକ୍ ଅସଂଯମତା ଯୋଗୁଁ ସମ୍ପର୍କରେ ଫାଟ ସୃଷ୍ଟି ହୋଇପାରେ । ଅନ୍ୟ କଥାକୁ ଅନୁସରଣ କରି କାର୍ଯ୍ୟ କରିଲେ, ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡିପାରେ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଧୈର୍ଯ୍ୟଧରି ପରିସ୍ଥିତିର ମୁକାବିଲା କରନ୍ତୁ ସଫଳତା ନିଶ୍ଚୟ ମିଳିବ । ନିଜ ଲୋକମାନଙ୍କ ବିରୁଦ୍ଧାଚରଣ କରିବା ଯୋଗୁଁ ମନରେ ସରସତା ରହିବ ନାହିଁ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା ଅସୁବିଧାର ସମ୍ମୁଖୀନ ହେବେ । ବ୍ୟବସାୟରେ ଉତ୍ଥାନପତନ ଲାଗିରହିବ ଓ ଆର୍ଥିକ ସ୍ଥିତି ଅତି ଶୋଚନୀୟ ରହିବ । ଅଫିସରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ଆପଣ ସମସ୍ୟାକୁ ସହଜରେ ସମାଧାନ କରିପାରିବେ ଓ ଉଚ୍ଚାଧିକାରୀଙ୍କ ଦ୍ଵାରା ପ୍ରଶଂସିତ ହେବେ । କାଳେ ଅର୍ଥ ସମ୍ବନ୍ଧୀୟ ସାହାଯ୍ୟ ସହଯୋଗ କରିବାକୁ ପଡିବ, ଏ ଆଶା ନେଇ ନିକଟ ସମ୍ପର୍କୀୟମାନେ ପାଖତଡ ମାଡିବେ ନାହିଁ । ବୈବାହିକ ଜୀବନରେ ସୁଖଶାନ୍ତି ଅତୁଟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

କର୍ମକ୍ଷେତ୍ରରେ ନାନା ପ୍ରକାର ସମସ୍ୟା ଥିଲେ ମଧ୍ୟ ବୀରଙ୍କ ଭଳି କର୍ମକ୍ଷେତ୍ରକୁ ଓହ୍ଲାଇବେ । କିନ୍ତୁ କର୍ମକ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ । କର୍ମକ୍ଷେତ୍ର ଅବା ଅଫିସରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ ଓ ସହକର୍ମୀଙ୍କ ସହ ସମ୍ପର୍କକୁ ଦୃଢ କୌଶଳ କିଛି ମାତ୍ରାରେ ଫଳପ୍ରଦ ରହିବ । ସାମାଜରେ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ରାଜନୈତିକ କିମ୍ବା ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ନିଜର ବୁଦ୍ଧି ଅନୁସାରେ କାର୍ଯ୍ୟ କରନ୍ତୁ । ଆର୍ଥିକ ସ୍ଥିତିରେ ସାମାନ୍ୟ ସୁଧାର ଆସିବା ଯୋଗୁଁ ମନକୁ ଆଶ୍ଵସ୍ତି ମିଳିବ । ଯେକୌଣସି ପ୍ରକାରେ ହେଉ ନା କାହିଁକି ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ଅଫିସରେ ଯେତେ ନିଷ୍ଠାର ସହ କାର୍ଯ୍ୟ କରିଲେ ମଧ୍ୟ ସହକର୍ମୀ ଜଣକ ଆପଣଙ୍କ କାର୍ଯ୍ୟକୁ ନେଇ କ୍ଷୁଣ ବାହାର କରିବେ । ସମାଜରେ ବରିଷ୍ଠ ବ୍ୟକ୍ତିଙ୍କ ସହ ଦେଖାସାକ୍ଷାତ କରିବେ । ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ଯେଉଁ ପ୍ରୟାସ ଜାରି ରଖିଛନ୍ତି ସେଥିରେ ସଫଳ ପାଇବାର ସମ୍ଭାବନା ଅଧିକ । ସାମାଜିକ ସ୍ତରରେ ଗଠନ ମୂଳକ ପ୍ରାରଣ ଦେଇ ପ୍ରଶଂସିତ ହେବେ । ପଡ଼ୋଶୀଙ୍କ କାନକୁହା କଥାକୁ ବିଶ୍ଵାସ କରି ପରିବାର ସଦସ୍ୟଙ୍କୁ ଭୁଲ୍ ବୁଝିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣ ପ୍ରଥମେ ନିଜ ଇଚ୍ଛା ଏବଂ ଆବଶ୍ୟକତା ବୁଝିବାକୁ ଚେଷ୍ଟା କରନ୍ତୁ ଏବଂ ବିଶ୍ଳେଷଣ କରନ୍ତୁ ଯାହା ଦ୍ଵାରା ଆପଣ ଏକ ଉପଯୁକ୍ତ ନିଷ୍ପତ୍ତି ନେଇପାରିବେ । ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି ତାହାକୁ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅଫିସରେ ସହକର୍ମୀଙ୍କ ଅନୁପସ୍ଥିତି ଯୋଗୁଁ କାର୍ଯ୍ୟର ଚାପ ଅଧିକ ରହିବ । ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଧୌର୍ଯ୍ୟ ଧରି କାର୍ଯ୍ୟ କରିବେ । ନାନା ପକାର ସମସ୍ୟା ଆସିଲେ ମଧ୍ୟ ବୀରଙ୍କ ଭଳି ସମସ୍ୟାର ସମ୍ମୁଖୀନ କରିବେ ଓ ସମାଧାନର ମାର୍ଗ ଖୋଜି ବାହାର କରିବେ । ସହକର୍ମୀଙ୍କ ସହାୟତା ଲାଭ କରି ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ଆଜି ହଠାତ୍ ସଂପୂର୍ଣ୍ଣ କରିପାରିବେ । କିନ୍ତୁ କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସାମାଜିକ କାର୍ଯ୍ୟକ୍ରମ, ସଭାସମିତିରେ ଯୋଗ ଦେବେ । ବନ୍ଧୁଙ୍କ ନିମନ୍ତ୍ରଣରେ ଜନକଲ୍ୟାଣ କାର୍ଯ୍ୟରେ ଯୋଗ ଦେବେ । ସତର୍କତା ଅଭାବରୁ ନିଜ ଲୋକମାନଙ୍କ ଦ୍ଵାରା ହିଁ ବିଶ୍ୱାସଘାତକତାର ସମ୍ମୁଖୀନ ହୋଇପାରନ୍ତି । ପରିବାରରେ ଛୋଟିଆ ଛୋଟିଆ କଥାକୁ କେନ୍ଦ୍ର କରି ଅଶାନ୍ତିର ପରିବେଶ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

Leave a Reply

Your email address will not be published. Required fields are marked *