23 ଅପ୍ରେଲ୍ 2021, ଶୁକ୍ରବାର :- ଆଜି ୩ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ଅନ୍ୟ ରାଶିର ବ୍ୟକ୍ତିଙ୍କ

23 ଅପ୍ରେଲ୍ 2021, ଶୁକ୍ରବାର :- ଆଜି ୩ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ଅନ୍ୟ ରାଶିର ବ୍ୟକ୍ତିଙ୍କ

23 ଅପ୍ରେଲ୍ 2021, ଶୁକ୍ରବାର :- ଆଜି ୩ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ଅନ୍ୟ ରାଶିର ବ୍ୟକ୍ତିଙ୍କ ନିମନ୍ତେ ଦିନଟି ଅତ୍ୟନ୍ତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ମନୋବାଞ୍ଛିତ ଫଳ ପ୍ରାପ୍ତ କରିବେ ।

ଆଜି ଆମେ ଆପଣଙ୍କୁ ୨୨ ଅପ୍ରେଲ୍ ୨୦୨୧ ଶୁକ୍ରବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆତ୍ମୀୟସ୍ୱଜନଙ୍କ ଗହଣରେ ମନର ଦୁଃଖକୁ ପ୍ରକାଶ କରିବେ ଓ ସେମାନଙ୍କ ସହଯୋଗରେ ଦୁଃଖକୁ ଲାଘବ କରିପାରିବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ, ଲକ୍ଷ୍ୟପୂରଣ ହେବା ସଙ୍ଗେ ସଙ୍ଗେ ସମସ୍ୟା ସମାଧାନ ଓ ନୂତନ ଚିନ୍ତାଧାରାକୁ କାର୍ଯ୍ୟର ରୂପରେଖା ଦେଇପାରିବେ । କିନ୍ତୁ ପରିସ୍ଥିତି ପ୍ରତି ନଜର ଦେଇ କାମ କରିବାକୁ ପଡିବ, ନଚେତ କେତେକ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଅଫିସରେ ଆୟୋଜିତ ବୈଠକରେ ଅପ୍ରିୟ ସତ କଥା କହିବା ଦ୍ଵାରା ସହକର୍ମୀମାନେ ଶତ୍ରୁତା ଆଚରଣ କରିବେ । ପୁରୁଣା ଜିନିଷ ବିକ୍ରୟ କରି ନୂତନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇବେ । ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ । ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

କାର୍ଯ୍ୟରେ ସଫଳତା ଓ ନୂତନ କାର୍ଯ୍ୟର ଶୁଭାରମ୍ଭ ପାଇଁ ଆଜିର ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ଅଟେ । କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗର ସୁଅ ଆପଣଙ୍କ ପାଖକୁ ଆପଣାଛାଏଁ ଆସିବ । ଦୀର୍ଘଦିନ ହେଲା ଯାହା ପାଉ ନ ଥିଲେ ଆଜି ତାହା ପାଇବା ଫଳରେ ମନ ଖୁସି ହୋଇଯିବ । ବ୍ୟବସାୟରେ ସ୍ଥିତି ଭଲ ରହିବ । ମଧୁର ବାକ୍ୟାଳାପ ଦ୍ଵାରା ଗ୍ରାହକଙ୍କ ହୃଦୟରେ ନିଜ ପାଇଁ ସ୍ଵତନ୍ତ୍ର ଜାଗା ସୃଷ୍ଟି କରିବାରେ ସମର୍ଥ ହେବେ । ଅଫିସ ପରିସରରେ ଆୟୋଜିତ ଆଲୋଚନରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । କୌଣସି ବିବାଦୀୟ ପରିସ୍ଥିତିରେ ସମାଜର ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ସମସ୍ୟାର ସମାଧାନ ହୋଇପାରିବ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ନିଜର କଳାକୃତି ଓ କୃତିତ୍ୱ ହେତୁ ବନ୍ଧୁମହଲରେ ସମ୍ମାନିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆପଣଙ୍କ ଦୃଢ଼ ମନୋବଳ ଜରୁରୀ କାମରେ ସଫଳତା ଆଣିବ । କିନ୍ତୁ କିଛି ପାଇବାର ଅଭିଳାଷ ନେଇ ମାନସିକ ସ୍ତରରେ ଉତ୍ସୁକତା ଅନୁଭବ କରିବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ତଥାପି ବଣିକ୍ୟ, ବ୍ୟବସାୟ, ଶିଳ୍ପ, ପରିବହନ ଆଦିରେ କୌଣସି ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ବିଜ୍ଞ ବ୍ୟକ୍ତିମାନଙ୍କର ପ୍ରଶଂସାଭାଜନ ହେବେ । ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ଈର୍ଷାରେ ଜଳୁଥିବା ଆତ୍ମୀୟମାନଙ୍କ ଅସହଯୋଗ ଏବଂ ଅସମ୍ମାନ ଯୋଗୁଁ ମନ ଦୁଃଖିତ ହେବେ । ଆପଣଙ୍କ ରୁକ୍ଷ ଓ କଠୋରକଥା ପରିସ୍ଥିତିକୁ ଗୋଳମାଳିଆ କରିଦେଇପାରେ । ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ମତଭେଦ ଦେଖାଦେବ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ଵରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପାରିବାରିକ ବ୍ୟତିକ୍ରମକୁ ସହୃଦୟତାର ସହ ଗ୍ରହଣ କରିବାକୁ ପ୍ରେରଣା ଦେବେ। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିବ୍ରତ ହୋଇପାରନ୍ତି। ଲେଖାପଢା, ପ୍ରକାଶନ ଓ ପ୍ରଶାସନ, ଆଇନ, ସଭାସମିତି, ଧାର୍ମିକ ତଥା ଆନୁଷ୍ଠାନିକ କାମରେ ଲକ୍ଷ୍ୟ ପୂରଣ ହେବ। ଆଜି ବନ୍ଧୁମାନଙ୍କ ଗହଣରେ ଅଧିକାଂଶ ସମୟ ଅତିବାହିତ କରିବେ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ପାଇଁ ଭଲ ରହିବ । କୌଣସି କାମ ଅଟକି ରହିବ ନାହିଁ । ତଥାପି ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । ଅଫିସ୍‌ରେ ଅଟକି ରହିଥିବା କାମ ସକାଶେ ଚିନ୍ତା କରିବେ ଓ ମନ ଆନ୍ଦୋଳିତ କରିପାରେ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରା କରଜ କରିବାକୁ ପଡିପାରେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ଧର୍ମକାର୍ଯ୍ୟ, ବନ୍ଧୁମିଳନ, ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ରାଜନୀତି, ଆଇନ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବେ । କିନ୍ତୁ ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହେବ। ଯାହା ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଚର୍ଚ୍ଚିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦୃଢ ମନୋବଳ ଓ କାର୍ଯ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ଆଜି ଅଧିକାଂଶ ସମୟ ଆଶା ଓ ଆଶଙ୍କା ମଧ୍ୟରେ ବିଶ୍ରାମହୀନ କାମ କରିବାକୁ ପଡିପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ ଶିଳ୍ପ କ୍ଷେତ୍ରରେ ଶୁଭଫଳ ପାଇବେ । ଆକସ୍ମିକ ଅର୍ଥ ଅଭାବରୁ କାରଣରୁ କେତେକ କାମ ଅଧାରେ ଅଟକିଯାଇପାରେ । ଅଫିସରେ ସହକର୍ମୀଙ୍କ ସହ ସହମତିରେ କାର୍ଯ୍ୟ କରିବେ । ଗୃହନିର୍ମାଣ, ଜମି କିଣାବିକା, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ମନ ଦୁଃଖ ହୋଇପାରେ । ଆକସ୍ମିକ ଭାବରେ ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ଆର୍ଥିକ ସମସ୍ୟାର ସମାଧନ କରିବା ସହ ଯାହା ଚାହୁଁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ବ୍ୟବସାୟରେ ବିଭିନ୍ନ ଦିଗରୁ ଲାଭ ହିଁ ଲାଭ ପାଇବେ । କର୍ମକ୍ଷେତ୍ରର ଉଚ୍ଚାଧିକାରୀଙ୍କ ପୂର୍ଣ୍ଣ ସମର୍ଥନ ପାଇବେ ଓ ପ୍ରଶଂସିତ ମଧ୍ୟ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ନୂତନ କର୍ମାରମ୍ଭ, ସଭାସମିତି, ବନ୍ଧୁମିଳନ, ଆନୁଷ୍ଠାନିକ କାମ ଓ ମନୋରଞ୍ଜନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କିଛି ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ପରିବାର ଭିତରେ ଝଡ ଉଠିପାରେ । ବନ୍ଧୁଙ୍କ ସହ ପୂର୍ବରୁ ଥିବା ମନୋମାଳିନ୍ୟ ଦୂରେଇ ଯାଇପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ଶ୍ରୀଗଣେଶ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆଶା କରୁଥିବା ସୁବିଧା-ସୁଯୋଗ ହାସଲ କରିପାରିବେ । ବ୍ୟବସାୟ ବାଣିଜ୍ୟରେ ବାଧାବିଘ୍ନ ଉପୁଜିଲେ ମଧ୍ୟ ସହଜରେ ସମାଧାନ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ଯୁକ୍ତିତର୍କ ହୋଇପାରେ । ସଭାସମିତି, ପ୍ରବଚନ, ସତ୍‌ସଙ୍ଗ ଓ ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ । କିଛି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । ମାଙ୍ଗଳିକ କାମ, ଅତିଥି ଚର୍ଚ୍ଚା ଆଦିରୁ ସଫଳତା ପାଇବା ହେତୁ ମନ ଆନନ୍ଦଉଲ୍ଲାସ ରହିବ । ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କଳହ ସୃଷ୍ଟି ହୋଇପାରେ । ସ୍ଵାସ୍ଥ୍ୟ ପ୍ରତି ସଜାଗ ନ ହେଲେ ଅନୁତାପ କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ବିରଜା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ନିଜ ଲୋକମାନେ ଦୂରେଇ ଯିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । କିନ୍ତୁ କର୍ମକ୍ଷେତ୍ରରେ ବୀରଙ୍କ ଭଳି ସମସ୍ତ ସମସ୍ୟାର ସମ୍ମୁଖୀନ କରିବେ । ଯେଉଁ କାମ କରନ୍ତୁ ନା କାହିଁକି ସଫଳତା ନିର୍ଦ୍ଦିଷ୍ଟ ସମୟ ସୀମାରେ ମିଳିବ ନାହିଁ, ଯାହାଫଳରେ ମନରେ ସରସତା ରହିବ ନାହିଁ । ଆର୍ଥିକ ସ୍ଥିତି କୌଣସି ପରିସ୍ଥିତିରେ ମଧ୍ୟ ପ୍ରଭାବିତ ହେବ ନାହିଁ । ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ସ୍ଥଗିତ କାମକୁ ସଂପୂର୍ଣ୍ଣ କରିବା ନିମନ୍ତେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତିଙ୍କ ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିବାକୁ ପଡିବ । ପରିବାରରେ ସାଧାରଣ କଥାକୁ ଜଟିଳତର କରି ଦ୍ୱନ୍ଦ୍ୱରେ ପଡିପାରନ୍ତି । ଦାଂପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଅମ୍ବିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡିପାରେ । ପୂର୍ବ ସ୍ଥିରୀକୃତ ଯୋଜନା ଅନୁସାରେ କାର୍ଯ୍ୟ କରିବା ଫଳରେ କେତେକାଂଶରେ ଉପକୃତ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବିଶେଷ କିଛି ଅସୁବିଧା ହେବନାହିଁ । ବନ୍ଧୁମାନଙ୍କ ଅସହିଷ୍ଣୁ ମନୋଭାବରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସହଯୋଗ ପାଇ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଅଫିସରେ ଆୟୋଜିତ ବୈଠକରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଯୋଗୁଁ ସାମାଜିକ ସ୍ତରରେ ସମାଲୋଚିତ ହୋଇପାରନ୍ତି । ବିଗତ ଦିନରୁ ଚାଲିଥିବା ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ମନରେ ସରସତା ରହିବ ନାହିଁ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମନକୁ ସ୍ଥିର ରଖି କାର୍ଯ୍ୟ କରିନ୍ତୁ, ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ । ବାଣିଜ୍ୟ, ବ୍ୟବସାୟରେ ସତର୍କ ନ ହେଲେ ଠକାମିର ଶିକାର ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସନ୍ତୋଷଜନକ ଫଳ ପାଇବେ, କିନ୍ତୁ ସାମୟିକ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ ଉଚ୍ଚାଧିକାରୀଙ୍କ ଆଦେଶରେ ଗୁରୁଦାୟିତ୍ଵ ବହନ କରିବେ । ଅସମର୍ଥିତ ସୂତ୍ରରୁ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସଭାସମିତିରେ ନୀରବତା ରହି ଅନ୍ୟର ମନ୍ତବ୍ୟକୁ ଶୁଣନ୍ତୁ, ପ୍ରତିଉତ୍ତର ଦିଅନ୍ତୁ ନାହିଁ । ବନ୍ଧୁ ମିଳନ, ମାଙ୍ଗଳିକ କାର୍ଯ୍ୟରେ ନିଜକୁ ସହଭାଗିତା କରାଇପାରନ୍ତି । ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଗୌରୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ସ୍ଥଗିତ କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ । କର୍ମକ୍ଷେତ୍ରରେ କେତେକ ସୁଯୋଗ ଆପଣା ଛାଏଁ ଆସିବ । ବ୍ୟବସାୟ, ବାଣିଜ୍ୟରେ ଅର୍ଥ ଲାଭ ସହ ସମାଜରେ ସମ୍ମାନ ପ୍ରାପ୍ତ କରିବେ । କର୍ମକ୍ଷେତ୍ରରେ କେତେକ ପ୍ରତିବାନ୍ଧକ ଦେଖାଦେଲେ ମଧ୍ୟ ବନ୍ଧୁଙ୍କ ସହୃଦୟତା ପ୍ରତିବନ୍ଧକରୁ ମୁକୁଳି ପାରିବେ । ବ୍ୟବସାୟକୁ ପ୍ରସାର କରିବା ଲାଗି ବନ୍ଧୁ ସହଯୋଗ ଲୋଡିବେ । କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ବାଦ ବିବାଦ ଠାରୁ ଦୂରେଇ ରୁହନ୍ତୁ ଓ ଅନ୍ୟର ବିବାଦୀୟ ମାମଲାରେ ମୁଣ୍ଡପୁରାନ୍ତୁ ନାହିଁ । ଆନୁଷ୍ଠାନିକ କାମ, ଜମିଜମା, ଏପରି କି ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକ ସ୍ଥିତି ଅକ୍ଷୁର୍ଣ୍ଣ ରହିବ । ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ମାଆ ଭୈରବୀ ।

Leave a Reply

Your email address will not be published. Required fields are marked *