22 ଫେବୃୟାରୀ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବ ।

22 ଫେବୃୟାରୀ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବ ।

23 ଫେବୃୟାରୀ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବ । ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣ କରିବାରେ ସକ୍ଷମ ହେବ…

ଆଜି ଆମେ ଆପଣଙ୍କୁ ୨୩ ଫେବୃୟାରୀ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ଉନ୍ନତିର ଚରମ ସୀମାରେ ପହଞ୍ଚିଇବ । ଆଜି ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି ହେବ ସହ ଉଚ୍ଚ ପ୍ରଶଂସା ଲାଭ କରିବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପାଇଁ ସହକର୍ମୀମାନେ ସମ୍ୟକ ସମସ୍ୟା ସୃଷ୍ଟି କରିବେ, ତଥାପି ବିଶେଷ କିଛି ଅସୁବିଧା ହେବ ନାହିଁ । ଅଫିସରେ ନିଜର ଦକ୍ଷତା ପ୍ରତିପାଦନ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ସହ ଆମଦାନୀ କାରବାରରେ ଲାଭବାନ ହେବେ । ବନ୍ଧୁଙ୍କ ସାହାଯ୍ୟ ଲାଭ କରି ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟଙ୍କ ସହ ମନାନ୍ତର ହୋଇପାରେ । ପରିବାରରେ ସୁଖଶାନ୍ତି ବଜାୟ ରହିଲେ ମଧ୍ୟ ଶରୀରୀକ ସ୍ୱାସ୍ଥ୍ୟରେ ଅବନତି ଯୋଗୁଁ ଚିନ୍ତିତ ରହିବେ । ଦାମ୍ପତ୍ୟ ଜୀବନ ପରସ୍ପର ମଧ୍ୟରେ ସହଯୋଗଭିତ୍ତିରେ କାର୍ଯ୍ୟ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆତ୍ମୀୟ-ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟ କରି ଆଗରେ ନହେଲେ ମଧ୍ୟ ପଛରେ ନାନାଦି କଥା ଶୁଣିବାକୁ ପଡିବ । ପରୋକ୍ଷ ଶତ୍ରୁତା ଯୋଗୁଁ ବ୍ୟବସାୟ, ବାଣିଜ୍ୟରେ ନାନାଦି ସମସ୍ୟାର ସମ୍ମୁଖୀନ କରିବାକୁ ପଡିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହେବ । ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅଫିସ ସହକର୍ମୀଙ୍କ ସହ ବିନୟପୂର୍ଣ୍ଣ କଥା କହି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ । ଆଜି ସମାଜରେ ଏଭଳି ଜଣେ ବ୍ୟକ୍ତିଙ୍କ ସାହାର୍ଯ୍ୟ ପାଇବେ ଯାହା ଆପଣ ଆଦୌ କଳ୍ପନା କରିନଥିବେ । ବିବାଦୀୟ ପରିସ୍ଥିତିରେ ମୁଣ୍ଡ ପୂରାଇଲେ ଅପଦସ୍ଥ ହୋଇପାରନ୍ତି । ପର କଥାକୁ ବିଶ୍ୱାସ କରି ନିଜ ଜ୍ଞାତିକୁଟୁମ୍ବ ସଦସ୍ୟଙ୍କୁ ସନ୍ଦେହ କରିବେ । ସ୍ୱାସ୍ଥ୍ୟ ଜନିତ ସାମାନ୍ୟ ଓ ପିଲାଙ୍କ ଆଚରଣକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜିର ପ୍ରାତଃ ଯାତ୍ରା ପ୍ରୀତିପଦ ରହିବ । ନିଜର ସ୍ଵଭାବ ଓ ବ୍ୟବହାରରେ ଲୋକଙ୍କ ହୃଦୟ ଜିଣିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବା ସହ ହାତକୁ ନେଇଥିବା କାର୍ଯ୍ୟକୁ ପୂରାଦମରେ ପୂର୍ଣ୍ଣ କରିପାରିବେ । ଅଫିସରେ ଅଧନସ୍ଥ କର୍ମଚାରୀଙ୍କ ସହାୟତାରେ କାମଗୁଡିକ ସବୁ ସୁରୁଖୁରୁରେ ସମ୍ପର୍ଣ୍ଣ କରିବାରେ କୌଣସି ଅସୁବିଧାରେ ଉପୁଜିବା ନାହିଁ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଆଜି ଅର୍ଥ ସଂପର୍କିତ ଚୁକ୍ତିପତ୍ର ବା ନେଣଦେଣ କରନ୍ତୁ ନାହିଁ । ନିକଟ ସମ୍ପର୍କୀୟଙ୍କ ସହଯୋଗରୁ ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ । ବନ୍ଧୁଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଖୁସି ଅନୁଭବ କରିବେ । ପାରିବାରିକ ସମସ୍ୟା ଯୋଗୁଁ କର୍ମକ୍ଷେତ୍ରରେ କାର୍ଯ୍ୟ ଶିଥିଳତା ହୋଇପାରେ । ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ସାମୟିକ ମତଭେଦ ଦେଖାଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କୁ ମିଶ୍ରଣ ଫଳ ପ୍ରଦାନ କରିବ । କର୍ମକ୍ଷେତ୍ରର ସଂକଟଜନକ ସ୍ଥିତିର ସମ୍ମୁଖୀନ କରିପାରନ୍ତି । ଅଯାଚିତ ଭାବେ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ, ଯାହାଫଳରେ ମନକୁ ଆଶ୍ଵସ୍ତି ମିଳିବ । ଆର୍ଥିକ ଷ୍ଟିତି ଦୁର୍ବଳ ରହିବା ଯୋଗୁଁ ହାତକୁ ନେଇଥିବା କାର୍ଯ୍ୟଟି ଅଧାରେ ଅଟକିଯାଇପାରେ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ ଯେତେଭଲ କାର୍ଯ୍ୟ କରିଲେ ମଧ୍ୟ ଉଚ୍ଚଧିକାରୀ ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ନାହିଁ । ସଭାସମିତିରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । ପରିବାର ସଦସ୍ୟଙ୍କ ସାହାଯ୍ୟ ଓ ସହଯୋଗ ପାଇ କର୍ମକ୍ଷେତ୍ରରେ କେତେକାଂଶରେ ଉପକୃତ ହୋଇପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଲିଙ୍ଗରାଜ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଭଗବାନଙ୍କୁ ସ୍ମରଣ କରନ୍ତୁ, ଦିନଟି ସୁଖ ଦାୟକ ରହିବ । ଅବ୍ୟହିତ ଚେଷ୍ଟାକୁ ସଫଳ କରିବାରେ ଜଣେ ଘନିଷ୍ଟ ବନ୍ଧୁ ସାହାଯ୍ୟ କରିବେ । ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କରିଲେ, ଉପକୃତ ମିଳିବ । ବ୍ୟବସାୟ ବାଣିଜ୍ୟରେ ଉତ୍ଥାପତନ ଲାଗି ରହିବ । ଅଫିସରେ ସହକର୍ମୀଙ୍କ ଅନୁପସ୍ଥିତି ଯୋଗୁଁ କାର୍ଯ୍ୟଭାର ଅଧିକ ରହିବ । ସାମାଜିକ କାର୍ଯ୍ୟରେ ସକ୍ରିୟ ରହିବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ବୈବାହିକ ଜୀବନ ଖୁସିଭରା ରହିବ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ମଙ୍ଗଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଭାଗ୍ୟର ସହାୟତାରେ ଉନ୍ନତିର ଚରମ ସୀମାରେ ପହଞ୍ଚି ପାରିବେ । ଦୀର୍ଘଦିନ ହେଲା ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ । ସାମାଜିକ ଯୋଗ ଦେଲେ ମଧ୍ୟ ନୀରବତା ଅବଲମ୍ବନ କରିବା ଶ୍ରେୟସ୍କର ହେବ । ସଭାସମିତି ଓ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ଆପଣ ନିଜ ପରିଶ୍ରମର ଭଲ ପରିଣାମ ପାଇବେ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥ ସାନ୍ନିଧ୍ୟ ଲାଭ କରି ସଂପୂର୍ଣ୍ଣ କରିନେବେ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । କେତେକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି । ନିର୍ମାଣ କାର୍ଯ୍ୟରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । କଳା, ସାହିତ୍ୟରେ ଉନ୍ନତି କରିବା ସଙ୍ଗକୁ ପ୍ରଶଂସିତ ମଧ୍ୟ ହେବେ । ପରିବାର ଭିତରେ କେତେକ ଅକୁହା କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

କେତେକ ଅପ୍ରୀତିକର କାର୍ଯ୍ୟ ନିମନ୍ତେ ମନ ଉଦାସ ରହିବ । କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କରିଲେ, ସମସ୍ୟାର ସମାଧାନର ସମାଧାନ କରିବାରେ ସମର୍ଥ ହେବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ହୋଇପାରେ । ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡ଼ିପାରନ୍ତି । ସାମାଜିକ ସ୍ତରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ସଭାସମିତିରେ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ମଧ୍ୟାହ୍ନରେ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ । କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । କେତେକ ପାରିବାରିକ ସମସ୍ୟା ହେତୁ ମନଟା ଚଞ୍ଚଳ ରହିବା ନାହିଁ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଚର୍ଚ୍ଚିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ବନ୍ଧୁ, ସହକର୍ମୀ ଓ ପରିବାର ସଦସ୍ୟଙ୍କ ସହଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ଭଲ ଥିଲେ ମଧ୍ୟ କାର୍ଯ୍ୟ ହାସଲ ନିମନ୍ତେ ଖର୍ଚ୍ଚାନ୍ତ କରିବାକୁ ପଡିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଆରମ୍ଭ କରି ଉପରିସ୍ଥ କର୍ମଚାରୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଠାରୁ ପ୍ରଶଂସିତ ହେବେ । ଅଫିସରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କ ନିଜର ବାକ୍ ଚତୁରତାରେ ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବାରେ କୌଣସି ଅସୁବିଧା ହେବନାହିଁ । ଆର୍ଥିକ ଦିଗରୁ ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ସାମ୍ବାଦିକତା, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ଶାରୀରିକ ଅବସ୍ଥାରେ କିମ୍ବା ପାରିବାରିକ କ୍ଷେତ୍ରରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭୈରବୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । କୌଣସି ନୂତନ କର୍ମାରମ୍ଭ କରିପାରନ୍ତି । ନିଜ ଆତ୍ମୀୟ ସ୍ଵଜନମାନେ ହିଁ ଈର୍ଷାପରାୟଣ ହୋଇ ଶତ୍ରୁତା କରିପାରନ୍ତି । ବାଣିଜ୍ୟ ଓ ବ୍ୟବସାୟରେ ଆଶାତୀତ ଲାଭବାନ୍‌ ହେବେ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଅଫିସରେ କୌଣସି କାମକୁ ନେଇ ନିଷ୍ପତ୍ତି ନେବା ପୂର୍ବରୁ ଉଚ୍ଚାଧିକାରୀଙ୍କ ପରାମର୍ଶ ନିଅନ୍ତୁ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବା ସହ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳିଜାଇ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଅତୀତର କେତେକ ଘଟଣାକୁ ସ୍ମରଣ କରି ମନରେ ଚଞ୍ଚଳତା ରହିବ ନାହିଁ । ଆଜି ଆପଣ ସମାଜର ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରାଇବ । କର୍ମକ୍ଷେତ୍ରରେ ଏକାଧିକ କାର୍ଯ୍ୟ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ସହକର୍ମୀମାନେ ଆପଣଙ୍କୁ ଭୁଲ୍‌ ବୁଝିପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କାମ କରିଲେ କେତେକାଂଶରେ ଉପକୃତ ହୋଇପାରିବେ । ବ୍ୟବସାୟରେ କାରବାର ଭଲ ଥିଲେ ମଧ୍ୟ ଗୋଟିଏ ବାଟରୁ ଅର୍ଥ ରୋଜଗାର କରିଲେ ତାହା ଅନ୍ୟ ବାଟ ଦେଇ ଖର୍ଚ୍ଚ ହୋଇଯିବା କାରଣରୁ ମନରେ ସରସତା ରହିବ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ । ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ରରୁ ଆଶାନୁରୁକ ଫଳ ପାଇବେ । ପରିବାର ସଦସ୍ୟଙ୍କ ସହ ଅଧିକ ସମୟ ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଅଯଥା ଚିନ୍ତା କରି ମାନସିକ ଭାରସାମ୍ୟ ହରାଇବସିବେ । ଆଳସ୍ୟ ଓ ଅବହେଳା ଯୋଗୁଁ କର୍ମକ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇଲେ ମଧ୍ୟ ହାତଛଡା ହୋଇଯିବ, ପରବର୍ତ୍ତୀ ସମୟରେ ଅନୁତାପ କରିବାକୁ ପଡିବ । କୌଣସି କ୍ଷେତ୍ରରେ ମଧ୍ୟ ତରବରିଆ ପଦକ୍ଷେପ ନେବେ ଉଚିତ ହେବ ନାହିଁ । ବ୍ୟବସାୟ ବାଣିଜ୍ୟରେ ସମସ୍ୟା ଓ ନାନା ପ୍ରକାର ପ୍ରତିବାନ୍ଧକର ସମ୍ମୁଖୀନ ହେବାକୁ ପଡିବ । ତେଣୁ ଧୌର୍ଯ୍ୟହରା ନ ହୋଇ ନିଜ ପରିସ୍ଥିତିର ମୁକାବିଲା କରନ୍ତୁ । ଅଫିସରେ ସହକର୍ମୀଙ୍କ ସହ ଏକ ସାଧାରଣ କଥାକୁ କେନ୍ଦ୍ର କରି ଯୁକ୍ତିତର୍କ ହୋଇପାରେ । ସମାଜରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କେତେକ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ହେବ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ପରିବାର ସଦସ୍ୟମାନେ ଆପଣଙ୍କ କାର୍ଯ୍ୟକୁ ସମର୍ଥନ କରିବେ ଓ ପୂର୍ଣ୍ଣ ସହଯୋଗ କରିବେ । କିନ୍ତୁ ସହଧର୍ମୀଙ୍କ ସ୍ୱାସ୍ଥ୍ୟହାନୀ ଯୋଗୁଁ ଚିନ୍ତା ପ୍ରକୋଟ କରିବେ । ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ତାରିଣୀ ।

Leave a Reply

Your email address will not be published. Required fields are marked *