24 ଅପ୍ରେଲ୍ 2021, ଶନିବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । କର୍ମକ୍ଷେତ୍ରରେ ମନ

24 ଅପ୍ରେଲ୍ 2021, ଶନିବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । କର୍ମକ୍ଷେତ୍ରରେ ମନ

24 ଅପ୍ରେଲ୍ 2021, ଶନିବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । କର୍ମକ୍ଷେତ୍ରରେ ମନ ସ୍ଵାଧୀନ ଭାବରେ କାର୍ଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବଜାୟ ରହିବ ।

ଆଜି ଆମେ ଆପଣଙ୍କୁ ୨୪ ଅପ୍ରେଲ୍ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଅଯଥା ଚିନ୍ତା କରି ମନ ଉଦାସ ରହିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ନିଜ ଲୋକମାନେ ହିଁ ପଥରୋଧ କରିବେ । ଯାହାଫଳରେ କର୍ମକ୍ଷେତ୍ର ପ୍ରତି ମନରେ ଆଗ୍ରହ ଜନ୍ମିବା ନାହିଁ । କର୍ମକ୍ଷେତ୍ରର ବିବାଦୀୟ ସ୍ଥିତି କ୍ରମଶଃ ସମାଧାନ ଦିଗକୁ ଅଗ୍ରସର ହେବ । ପରିସ୍ଥିତିକୁ ଆଖି ଆଗରେ ରଖି ଉପସ୍ଥିତି ବୁଦ୍ଧି ଖଟାଇ କାର୍ଯ୍ୟ ସାଧନ କରିବେ । ଅଫିସରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ । ଆନୁଷ୍ଠାନିକ କାମ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇବେ । ବନ୍ଧୁ ଓ ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଓ ସହଯୋଗରେ କର୍ମକ୍ଷେତ୍ରରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇପାରିବ ଓ ଆର୍ଥିକ ମାନ୍ଦାବସ୍ଥାରୁ କେତେକାଂଶରେ ଉପକୃତ ମଧ୍ୟ ହେବେ । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।ବୈବାହିକ ଜୀବନରେ ଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ନିଜ ଉପରେ ବିଶ୍ଵାସ ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ନିଶ୍ଚିତ ପାଇବେ । ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ନିଶ୍ଚୟ ଲାଭ କରିବେ । ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ଆର୍ଥିକ ସ୍ଥିତି ମଧ୍ୟମ ଧରଣର ରହିବ । କୌଣସି କ୍ଷେତ୍ରରେ ପୁଞି ନିବେଶ କରିବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିମାନଙ୍କ ପରାମର୍ଶ ନିଅନ୍ତୁ । ଅଫିସରେ ବରିଷ୍ଠ ଅଧିକାରୀ ଆପଣଙ୍କ ବିନା କାରଣରେ କ୍ଷୁବ୍ଧ ହୋଇପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ, ଧାର୍ମଚର୍ଚ୍ଚା, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ ଜନକଲ୍ୟାଣ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ପାରିବାରିକ ଅସ୍ଥିରତା ମାନସିକ ଦୁଶ୍ଚିନ୍ତାର କାରଣ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜି ଅଧିକାଂଶ ସମୟ ବନ୍ଧୁମାନଙ୍କ ସହିତ ଅତିବାହିତ କରିବେ । ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ । ଆଜିର ସବୁ କାମଗୁଡ଼ିକ ବନ୍ଧୁମାନଙ୍କ ସାହାଯ୍ୟରେ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ଲାଘବ ହେବ । ବୀରଙ୍କ ଭଳି କମ୍ରକ୍ଷେତରରେ କାର୍ଯ୍ୟ କରିବେ । ଦୁଃସାଧ୍ୟ କାର୍ଯ୍ୟକୁ ମଧ୍ୟ ସହଜରେ ସମ୍ପନ୍ନ କରିବେ । ଅଫିସରେ ସହକର୍ମୀ ଓ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟ କରିବା ଶୈଳୀକୁ ଦେଖି ପ୍ରଶଂସା କରିବେ । ଆର୍ଥିକ ସ୍ଥିତି ମଜବୁତ ରହିବ । ଯଥାସାଧ୍ୟ ଋଣ ପରିଶୋଧ କରିବା ନିମନ୍ତେ ପ୍ରୟାସ କରିବେ । ରୋଗପୀଡ଼ା ଉପଶମ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି । କୌଣସି ବନ୍ଧୁଙ୍କ ସକାଶେ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭରଙ୍ଗ: ବାଦାମୀ । ଆରାଧନା: ହର ପାର୍ବତୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କ ଲାଗି ପ୍ରତିକୂଳତା ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ହେତୁ ମନ ବିବ୍ରତ ରହିବ । କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ, ଯାହାଦ୍ୱାରା ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ । ସମକର୍ମୀମାନେ ମଧ୍ୟ ସହଯୋଗ ବଦଳରେ ଅସହଯୋଗ କରିବେ ଓ ଆପଣଙ୍କ କାର୍ଯ୍ୟକୁ ନେଇ ସମାଲୋଚିତ କରିପାରନ୍ତି । କିନ୍ତୁ ଆପଣଙ୍କ ଦୃଢ ବିଶ୍ଵାସ ଆପଣଙ୍କ ମନୋବଳକୁ ବୃଦ୍ଦି କରିବ ଏବଂ ବୁଦ୍ଧି ଖଟାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହୋଇପାରିବେ । ସମାଜରେ ମାନସମ୍ମାନ ମିଳିବାର ମଧ୍ୟ ସମ୍ଭାବନା ରହିଛି । କଥାବାର୍ତ୍ତା କରିବା ସମୟରେ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ପରିବାରରେ ସୁଖ-ଶାନ୍ତି ଏବଂ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ । ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ସାମୟିକ ଦୁଃଖକୁ ଭୁଲିଯିବେ । ଶିଳ୍ପ, ବାଣିଜ୍ୟରେ ବିଶେଷ ଅସୁବିଧା ହେବ ନାହିଁ । ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ କିନ୍ତୁ ସମୟାନ୍ତରେ ସମାଧାନ ମଧ୍ୟ ହୋଇଯିବ । ସାମାଜିକ ପ୍ରତିଷ୍ଠା ବଢିବା ସହ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଶାରୀରିକ ଏବଂ ମାନସିକ ରୂପରେ ମଧ୍ୟ ଆପଣ ସୁସ୍ଥ ରହିବେ । ପରିସ୍ଥିତିରେ ପଡି ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ପାରିବାରିକ ଜୀବନ ଉତ୍ତମ ବୁଝାମଣାଜନିତ ସୁଖସନ୍ତୋଷ ପାଇପାରିବେ । ଅତୀତର କେତେକ ଘଟଣାକୁ କେନ୍ଦ୍ର କରି ମନ ଉଦାସ ରହିବ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଭ୍ରମଣ ହେତୁକ କ୍ଳାନ୍ତ ଦେଖା ଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇବା ଫଳରେ ମନ ଉତ୍ସାହିତ ହେବେ । ଅଟକି ଥିବା କାର୍ଯ୍ୟକୁ ସୁରୁଖୁରୁରେ ସମ୍ପାଦନ କରିବେ । ବ୍ୟବସାୟ କ୍ଷେତ୍ରରେ ଆନନ୍ଦପ୍ରଦ ଓ ଲାଭପ୍ରଦ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ମିତ୍ରମାନଙ୍କ ସହଯୋଗ ପାଇବେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ମଧ୍ୟ ମିତ୍ରତାର ହାତ ବଢାଇବେ । ହାତକୁ ନେଇଥିବା କାମଗୁଡିକ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ଯଥାସାଧ୍ୟ ଋଣ ପରିଶୋଧ କରିବେ, ଶତ୍ରୁତାର ଅବସାନ ଘଟିବ, ରୋଗପୀଡ଼ା ଉପଶମ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି । ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡିଲେ ପଶ୍ଚାତ୍ତାପ କରିବେ । ଅତୀତର କେତେକ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ସୁଖରେ ବାଧା ଉପୁଜିପାରେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜିର ଦିନଟି ଆପଣଙ୍କୁ ମଧ୍ୟମ ଫଳପ୍ରଦାନ କରିବ । ପ୍ରତ୍ୟେକ କାମରେ ସଫଳତା ମିଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ । ଆପଣଙ୍କ ସ୍ଵଭାବ ଓ ବ୍ୟବହାର ଲୋକଙ୍କୁ ଆକୃଷ୍ଟ କରିବ । କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଜଟିଳ ପରିସ୍ଥିତିକୁ ସୁଧାରିନେଇ ପାରିବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଲାଗି ରହିଥିବା ସମସ୍ୟାର ଅବସାନ ଘଟିବ କିନ୍ତୁ ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ପରୋକ୍ଷ ଶତ୍ରୁତା କାରଣରୁ କେତେକ ସୁଯୋଗ ହାତପାହାନ୍ତାରୁ ଖସି ଯାଇପାରେ । ଟଙ୍କାପଇସା ନେଣଦେଣ କ୍ଷେତ୍ରରେ ସତର୍କ ରୁହନ୍ତୁ, ନତୁବା ପଶ୍ଚାନ୍ତରେ ଅନୁତାପ କରିବାକୁ ପଡ଼ିପାରେ । ବିଦେଶରେ ରହୁଥିବା ସ୍ଵଜନମାନଙ୍କର ଭଲ ସମାଚାର ମିଳିବ । ପରିବାରରେ ଶାନ୍ତଶିଷ୍ଟର ବାତାବରଣ ବଜାୟ ରହିବ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବିରଜା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ସ୍ଵଭାବ ଚଞ୍ଚଳ ପ୍ରକୃତିର ରହିବ । ଆପଣଙ୍କୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବାରୁ ମନରେ ହର୍ଷ ଏବଂ ପ୍ରସନ୍ନତା ଅନୁଭବ କରିବେ । ଆର୍ଥିକ କ୍ଷେତ୍ରରେ ଦିନଟି ଲାଭଦାୟକ ପ୍ରମାଣିତ ହେବ । ମିତ୍ରମାନଙ୍କ ଏବଂ ପରିଜନମାନଙ୍କର ସହିତ ସହଯୋଗ ମିଳିବା କାରଣରୁ ଘରର ବାତାବରଣ ଆନନ୍ଦ ଏବଂ ଉଲ୍ଲାସରେ ଭରି ରହିବ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । କର୍ମକ୍ଷେତ୍ର, ସଭାସମିତିରେ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ । ଅଫିସରେ ପଦୋନ୍ନତି ପାଇଁ କାର୍ଯ୍ୟ କରି ଚାଲିବେ । ଶାରୀରିକ ଦୁର୍ବଳତା ଯୋଗୁଁ କେତେକ କାମ ଅଧାରେ ଅଟକି ଯାଇପାରେ । ଆଜି ଉଭୟ ପତି ଓ ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ପାରିବାରିକ କ୍ଷେତ୍ରରେ ଭଉଣୀଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ଆଶ୍ୱସ୍ତି ଲାଭ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ସୁଖରେ ଦିନଟି ଅତିବାହିତ ହେବ । ଦୁସଧ୍ୟ କାର୍ଯ୍ୟକୁ ମଧ୍ୟ ସଂପୂର୍ଣ୍ଣ କରିବା ପାଇଁ ମନରେ ଇଚ୍ଛା ପ୍ରକାଶ କରିବେ । କିନ୍ତୁ ସତର୍କତା ଅଭାବରୁ ହଠାତ୍‌ କଳହ, ପ୍ରତିହିଂସା, ବାଦବିବାଦ, ଧନହାନି ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି । କୌଣସି କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିମାନଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବା ସଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ସମାଧାନ ହୋଇଯିବ । ଅତ୍ୟଧିକ ପାରିବାରିକ ଖର୍ଚ୍ଚ ଯୋଗୁଁ ମନରେ ସରସତା ରହିବ ନାହିଁ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ । ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସହଧର୍ମୀଙ୍କ ପରାମର୍ଶ ପାଇ କେତେକ କାର୍ଯ୍ୟ ସହଜରେ ସମ୍ପାଦନ କରିପାରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ପ୍ରତ୍ୟେକ ସ୍ଥଳରେ ବନ୍ଧୁମାନେ ସହଯୋଗର ହାତ ବଢାଇବେ । ଉଚ୍ଚପଦାଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ । ବ୍ୟବସାୟରେ ଆଶାନୁରୂପକ ଫଳ ପାଇବେ । ବୃତ୍ତିଗତ କାର୍ଯ୍ୟ ହେଉ ଅବା ଅଫିସ କାର୍ଯ୍ୟରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲ ଭାବରେ ଚିନ୍ତା କରନ୍ତୁ । କର୍ମକ୍ଷେତ୍ରରେ ହଠାତ୍‌ ସମସ୍ୟା ଦେଖାଦେବାରୁ ମନ ବିଚଳିତ ରହିବ । ସାମାଜିକ ସ୍ତରରେ ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦ୍ଵିଗୁଣା ହୋଇପାରେ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତରହିଁ ମୁଖ୍ୟ କାରଣ ହେବ । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ସକାରାତ୍ମକ ଭାବନାରେ ରହନ୍ତୁ, ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ । ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ । ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କିନ୍ତୁ ବ୍ୟବସାୟରେ ଉତ୍ଥାନପତନ ଲାଗିରହିବ । ସ୍ଥଗିତ ଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାରେ ବନ୍ଧୁଙ୍କ ସହଯୋଗ ମିଳିବ । ଉଚ୍ଚ ପଦାଧିକାରୀ ଆପଣଙ୍କୁ କୌଣସି ଗୁରୁଦାୟିତ୍ୱ ଅର୍ପଣ କରିପାରନ୍ତି, ଯାହାଫଳରେ କର୍ମକ୍ଷେତ୍ରରେ କାର୍ଯ୍ୟ ବୃଦ୍ଧି ପାଇପାରେ । ଗୁପ୍ତ ଶତ୍ରୁମାନେ ଆପଣଙ୍କର ଭାବମୂର୍ତ୍ତିକୁ ଖରାପ କରିବା ପାଇଁ ଆପଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି । ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପାରିବରରେ ସୁଖଶାନ୍ତି ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ସୁଖ-ଶାନ୍ତିରେ ଦିନଟି ଅତିବାହିତ ହେବ । ଗତକାଲିଠାରୁ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହେବେ । କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ । ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ବ୍ୟବସାୟରେ ପୁଞି ଲଗାଣ କରନ୍ତୁ, ଲାଭ ହେବ । ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ କାମରେ ଯୋଗ ଦେଇପାରନ୍ତି । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ । କୈାଣସି ଖଳ ଲୋକମାନଙ୍କ କଥାରେ ପଡି ହଇରାଣ ହରକତ ହୋଇପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

Leave a Reply

Your email address will not be published. Required fields are marked *