24 ଜୁଲାଇ 2021 ଶନିବାର :-କନ୍ୟା ରାଶି ସମେତ ଏହି ରାଶିର ବ୍ୟକ୍ତିଙ୍କ ନିମନ୍ତେ ଦିନଟି ମଙ୍ଗଳଦୟାକ ରହିବ । ସାମାଜିକ

24 ଜୁଲାଇ 2021 ଶନିବାର :-କନ୍ୟା ରାଶି ସମେତ ଏହି ରାଶିର ବ୍ୟକ୍ତିଙ୍କ ନିମନ୍ତେ ଦିନଟି ମଙ୍ଗଳଦୟାକ ରହିବ । ସାମାଜିକ

24 ଜୁଲାଇ 2021 ଶନିବାର :-କନ୍ୟା ରାଶି ସମେତ ଏହି ରାଶିର ବ୍ୟକ୍ତିଙ୍କ ନିମନ୍ତେ ଦିନଟି ମଙ୍ଗଳଦୟାକ ରହିବ । ସାମାଜିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରିବେ ଓ ସମାଜରେ ପଦମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରଖିବାରେ ସମର୍ଥ ହୋଇପାରିବେ ।

ଆଜି ଆମେ ଆପଣଙ୍କୁ ୨୪ ଜୁଲାଇ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହ-ନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କରିପାରନ୍ତି । ଆଜି ଯେକୌଣସି କର୍ମ ହାତକୁ ନେଲେ ସେଥିରେ ଆଶାଠାରୁ ଅଧିକ ସଫଳତା ପାଇବେ । ନିଜର କାର୍ଯ୍ୟଦକ୍ଷତା ବଳରେ ଅସାଧ୍ୟ କାର୍ଯ୍ୟକୁ ମଧ୍ୟ ସହଜରେ ସମ୍ପାଦନ କରିନେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା ଓ ଉତ୍ସାହ, ଉଦ୍ଦୀପନା ଭାବ ଜାଗ୍ରତ ହେବ । ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା ଶାନ୍ତି ପ୍ରଦାୟକ ହେବ । ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ । ଅନ୍ତରଙ୍ଗ ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ଶୁଭରଙ୍ଗ : କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ସ୍ବାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଓ ଆର୍ଥିକ ଅବସ୍ଥା ବିଗିଡ଼ିଯିବ । କର୍ମରେ ସମ୍ମାନହାନି ଓ ପଦସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ । କାମର ଚାପ ବୃଦ୍ଧି ଯୋଗୁ ଆଜି ଅଫିସ୍ କାର୍ଯ୍ୟରେ ବେଶି ବ୍ୟସ୍ତ ରହିବେ । ଆଜିର ପ୍ରତ୍ୟୁଷ ଯାତ୍ରା ଓ ବନ୍ଧୁ ମିଳନ ସଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହେବେ । ସମ୍ପର୍କିୟମାନେ ଦୂରେଇ ଯାଉଥିବାରୁ ପରକୁ ଆପଣାର କରିବାକୁ ବାଧ୍ୟ ହେବେ । ଅନ୍ୟର ବିବାଦୀୟ ଘଟଣାରେ ମୁଣ୍ଡ ପୁରନ୍ତୁ ନାହିଁ । ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ ଯୋଗୁଁ କର୍ମକ୍ଷେତ୍ର ପ୍ରତି ମନରେ ଅନାଗ୍ରହ ଭାବ ପ୍ରକାଶ ପାଇବ । ବାଣିଜ୍ୟରେ ଆୟ ମଧ୍ୟମ ଓ ବଦଖର୍ଚ୍ଚ ଅଧିକ ହେବ । ଏପରି କି କେତେକ କାର୍ଯ୍ୟ ହାସଲ କରିବା ସକାଶେ ଅଯଥା ଖର୍ଚ୍ଚ କରିବାକୁ ପଡିବ । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁଁ କେତେକ କାର୍ଯ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ । ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ । ସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ନିଜ ଲୋକଙ୍କ ଠାରୁ ସାହନୁଭୂତି ନ ପାଇଲେ ମଧ୍ୟ ବାହାରେ ଅନ୍ୟମାନେ ସହ-ଯୋଗ କରିବେ । ପାରିବାରିକ ସମସ୍ୟା ବୃଦ୍ଧି ହେତୁ ବ୍ୟସ୍ତତା ବଢ଼ିଯାଇପାରେ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିପାରେ । ଯେକୌଣସି ବିବାଦୀୟ ପରିସ୍ଥିତିର ସମାଧାନ ପାଇଁ ତତ୍ପରତା ପ୍ରକାଶ କରିବେ ଏବଂ ବନ୍ଧୁଙ୍କ ସାହାଯ୍ୟ ଲୋଡିବେ । ବ୍ୟବସାୟ ବାଣିଜ୍ୟରେ ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, ଅବଶ୍ୟ ଆଶାତୀତ ସଫଳତା ମିଳିବ ନାହିଁ କିନ୍ତୁ କେତେକାଂଶରେ ଉପକୃତ ହେବେ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ଲାଭ କରିବେ । କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି । ଶାରୀରିକ ସ୍ଵାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ଖୁସୀ ରହିବେ । ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ଗାୟତ୍ରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସ୍ୱାସ୍ଥ୍ୟ ଓ ବାକ୍‌ ସଂଯମତା ରକ୍ଷା କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ ଆୟର ଅଧାରୁ ଅଧିକ ବଦଖର୍ଚ୍ଚରେ ଯିବ । ଦୀର୍ଘ ଦିନରୁ ଲାଗିଥିବା ମାନସିକ ଚିନ୍ତା ସମ୍ୟକ ଲାଘବ ହୋଇପାରେ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ବ୍ୟବସାୟରେ ଜେଥେଷ୍ଟ ଉନ୍ନତି କରିବେ । ଦୀର୍ଘ ଦିନରୁ ପ୍ରୟାସ କରୁଥିବା ସରକାରୀ କାମଟିରେ ଆଜି ସଫଳତା ମିଳିବ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । କେତେକ କ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ଆତ୍ମବଡିମା ପ୍ରକାଶ କରି ଉପହସିତ ହେବାକୁ ପଡିପାରେ । ଆର୍ଥିକ ଅନଟନ ହେତୁ ଋଣ କରିବାକୁ ପଡ଼ିପାରେ । ଭୁଲ୍‌ ବୁଝାମଣା, ବୃଥା ସନ୍ଦେହ ଯୋଗୁଁ ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ମନ ପସନ୍ଦ ଅନୁସାରେ କାର୍ଯ୍ୟ ସମ୍ପନ୍ନ କରିବେ । ଯେକୌଣସି କାର୍ଯ୍ୟ ହାତକୁ ନେବେ ସେଥିରେ ସଫଳତା ନିଶ୍ଚୟ ପାଇବେ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟିକ ସଫଳତା ସାଙ୍ଗକୁ ସାମାଜିକ ସ୍ତରରେ ଲୋକପ୍ରିୟତା ବୃଦ୍ଧି ମନକୁ ଖୁସୀ କରାଇପାରେ । ଅଫିସରେ ସହକର୍ମୀଙ୍କ ସହ ବକ୍ ଅସଂଯମତା ଯୋଗୁଁ ବିବାଦର ସମ୍ମୁଖୀନ ହେବାକୁ ପଡିବ । ଆର୍ଥିକ ସ୍ଥିତି ମଜବୁତ ରହିବା ଯୋଗୁଁ ଅନ୍ୟାନ୍ୟ କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ପାଇଁ ମନସ୍ଥ କରିବେ । ପ୍ରଶାସନିକ ସ୍ତରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ପରିବାରରେ କାହାରି ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ଗାୟତ୍ରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନ ଶୁଣି ନିଜର ହୃଦୟ କଥା ଶୁଣନ୍ତୁ । କଠିନଶ୍ରମଜନିତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । କର୍ମରେ ଯେତେ ଭଲ କରିବାକୁ ଚେଷ୍ଟା କଲେ ମଧ୍ୟ ତାହା କାହା ମନକୁ ଠିକ୍‌ ଲାଗିବ ନାହିଁ । କର୍ମକ୍ଷେତ୍ର, ସଭାସମିତିରେ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ପୁରାତନ ରୋଗପୀଡା, ଋଣଭାର, ଓ ଆତ୍ମୀୟଙ୍କ ବିରୁଦ୍ଧାଚରଣ ମନକୁ ବ୍ୟତାବିବ୍ରତ କରିବ । କୋର୍ଟ କଚେରୀର ମାମଲାରେ ଆପୋସ ବୁଝାମୁଣା ଦ୍ଵାରା ସମସ୍ୟାର ସମାଧାନ ହୋଇପାରିବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ସୂର୍ଯ୍ୟଦେବ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦିନଟି ଅତି ସୁଖଦାୟକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ସେଥିପାଇଁ ସୁଯୋଗ ମିଳିପାରେ । ଅନ୍ୟମାନଙ୍କ ସହମତିରେ କାମ କରିବା ଫଳରେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବୁଦ୍ଧି ଖଟାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହୋଇପାରନ୍ତି । ଘରକଥା, ଜମିବାଡି, ଯାନବାହନ, ଲୋକସମ୍ପର୍କ, ଆଲୋଚନା ଭିତରେ ସମୟ ଅତିବାହିତ ହେବ । ଟଙ୍କା ପଇସାକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନୀ ହୋଇପାରେ । ପରିବାରରେ ସୁଖ, ଶାନ୍ତି, ମନରେ ପ୍ରସନ୍ନତା ଓ ଉତ୍ସାହ ଉଦ୍ଦୀପନା ଭାବ ଜାଗ୍ରତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ନିଜର ଉପସ୍ଥିତ ବୁଦ୍ଧି ଖଟାଇ ବାଧାବିଘ୍ନକୁ ଦୂର କରିବା ପାଇଁ ଉଦ୍ୟମ କରିବେ । ବ୍ୟବସାୟୀକ ସ୍ଥିତି ମାଧ୍ୟମ ରହିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଖାମଖିଆଲି କାର୍ଯ୍ୟପଦ୍ଧତି ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯାଇପାରେ । ବନ୍ଧୁମାନେ ଆପଣଙ୍କୁ ସରଳତାର ସୁଯୋଗ ନେଇ ନିଜ ନିଜର ସ୍ଵାର୍ଥ ହାସଲ କରିବା ପାଇଁ ଚେଷ୍ଟା କରିବେ । ଅଫିସରେ ଉଚ୍ଚଧିକାରୀଙ୍କ ସହ ସମ୍ପର୍କ ଭଲ ରହିବ ଏବଂ ସହକର୍ମୀଙ୍କ ସହ ମିଳିମିଶି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପରୋକ୍ଷଶତ୍ରୁତା କାରଣରୁ ଭଲ କାମ କରି ମଧ୍ୟ ପ୍ରଶଂସା ପାଇପାରିବେ ନାହିଁ । ବକ୍ ଅସଂଯମତା ଯୋଗୁଁ ସମ୍ପର୍କରେ ଫାଟ ସୃଷ୍ଟି ହୋଇପାରେ । ଅନ୍ୟ କଥାକୁ ଅନୁସରଣ କରି କାର୍ଯ୍ୟ କରିଲେ, ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡିପାରେ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡ଼ୋଶୀଙ୍କର ସହାୟତା ଏବଂ ତାଙ୍କ ସହ ସମ୍ପର୍କ ନିବିଡ଼ ହେବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ ଓ ସହକର୍ମୀଙ୍କ ସହ ସମ୍ପର୍କକୁ ଦୃଢ କୌଶଳ କିଛି ମାତ୍ରାରେ ଫଳପ୍ରଦ ରହିବ । ସାମାଜରେ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ରାଜନୈତିକ କିମ୍ବା ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନରେ ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେ ନାହିଁ । କର୍ମକ୍ଷେତ୍ରରେ ଆଜି ବ୍ୟସ୍ତତା ରହିବେ । ଚାକିରି କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । ସମାଜରେ ମାନସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । ଗଠନମୂଳକ କିମ୍ବା ସାମୂହିକ କାମରେ କିମ୍ବା ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ପରିସ୍ଥିତି ଆଡକୁ ଗତି କରିପାରେ । ପରିବାରରେ ସୁଖ ଓ ସମୃଦ୍ଧି ବୃଦ୍ଧି ପାଇବ । କିନ୍ତୁ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହୋଇପାରନ୍ତି । ଶୁଭରଙ୍ଗ : କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ । ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତାରୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସଙ୍ଗକୁ ଟେନସନ୍‌ କମିଯିବ । ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ବିନା ବାଧାବିଘ୍ନରେ ସଂପୂର୍ଣ୍ଣ କରିପାରିବେ । ଅଫିସରେ ଆପଣଙ୍କ କାର୍ଯ୍ୟ କରିବା ଶୈଳୀ ଦେଖି ଉଚ୍ଚାଧିକାରୀ ମଧ୍ୟ ଖୁସି ହେବେ । ଆଜି ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ପରିବାରରେ ବିଶେଷ କିଛି ସମସ୍ୟା ନଥିଲେ ମଧ୍ୟ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ସ୍ଵାସ୍ଥ୍ୟ ସମସ୍ୟା ଦେଖାଦେବାର ସମ୍ଭାବନା ରହିଛି । ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

Leave a Reply

Your email address will not be published. Required fields are marked *