24 ଜାନୁୟାରୀ 2020, ରହିବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଉପରେ ସୂର୍ଯ୍ୟଦେବଙ୍କ କୃପଦୃଷ୍ଟି ରହିବ । ନିଜ ନିଜର

24 ଜାନୁୟାରୀ 2020, ରହିବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଉପରେ ସୂର୍ଯ୍ୟଦେବଙ୍କ କୃପଦୃଷ୍ଟି ରହିବ । ନିଜ ନିଜର

24 ଜାନୁୟାରୀ 2020, ରହିବାର :- ଆଜି ୭ଟି ରାଶିର ବ୍ୟକ୍ତିଙ୍କ ଉପରେ ସୂର୍ଯ୍ୟଦେବଙ୍କ କୃପଦୃଷ୍ଟି ରହିବ । ନିଜ ନିଜର ଲକ୍ଷ୍ୟ ପ୍ରାପ୍ତି କରିବାରେ ସଫଳ ହେବେ ।

ଆଜି ଆମେ ଆପଣଙ୍କୁ ୨୪ ଜାନୁୟାରୀ ୨୦୨୧ ରହିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ଆପଣ ମନ ଉତ୍ସାହରେ ଭରି ରହିବେ । କର୍ମାଧିପ କର୍ମକ୍ଷେତ୍ରରେ ଅବସ୍ଥାନ କରିଥିବା ଯୋଗୁଁ ଆଜି ଆପଣଙ୍କ ମନରେ କର୍ମତତ୍ପରତା ବୃଦ୍ଧି ପାଇବ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିଯୋଗୀତା ମନୋଭାବ ଜନ୍ମିପାରେ । ବ୍ୟବସାୟ କାମରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । ତଥାପି ଅଫିସରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତା ଯୋଗୁଁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଆଜିର କାର୍ଯ୍ୟ ନିମନ୍ତେ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିବ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି । ସମ୍ପର୍କୀୟଙ୍କ ସହିତ ଭଲ ସମ୍ପର୍କ ରହିବ କିନ୍ତୁ ସେମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପଡୋଶୀ, ଭାଇଭଉଣୀ ସହ ଯୁକ୍ତିତର୍କ ଲାଗିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ସମଲେଶ୍ୱରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ସକାଳୁ କିଛି ଅର୍ଥ କିମ୍ବା ଖୁସି ଖବର ପାଇବେ । ଧର୍ମାଧିପଙ୍କ ଧର୍ମଭାବ ମଣ୍ଡନରୁ ଧର୍ମକାର୍ଯ୍ୟ, ଆଧ୍ୟାତ୍ମିକତା, ସତ୍ସଙ୍ଗ, ଦେବାର୍ଚ୍ଚନା ସକାଶେ ମନ ବଳାଇବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ରଣନୀତି ଆପଣାଇବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିଲେ ମଧ୍ୟ ପରିବହନରେ କ୍ଷତି କିମ୍ବା ଆକସ୍ମିକ ସମସ୍ୟାର ଆଶଙ୍କା ରହିଛି । କର୍ମକ୍ଷେତ୍ରର ଉଚ୍ଚାଧିକାରୀଙ୍କ ପୂର୍ଣ୍ଣ ସମର୍ଥନ ପାଇବେ ଓ ପ୍ରଶଂସିତ ମଧ୍ୟ ହେବେ । ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତତ୍ପରତା ଲାଗି ରହିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ । ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ଶ୍ରୀଗଣେଶ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ନବମସ୍ଥ ଶୁକ୍ର ଯୋଗୁଁ ଚେଷ୍ଟା କରୁଥିବା କାମରେ ବିଳମ୍ବରେ ସଫଳତା ପାଇବେ । ବ୍ୟବସାୟରେ ଆର୍ଥିକ ମାନ୍ଦା ରହିଲେ ମଧ୍ୟ କ୍ଷତି ସହ୍ୟ କରିବାକୁ ପଡିବ ନାହିଁ । ଅଫିସ କାର୍ଯ୍ୟ ନିମନ୍ତେ ରାଜ୍ୟ ବାହାରକୁ ଯାଇପାରନ୍ତି । ଗୁରୁତ୍ୱପୂର୍ଣ୍ଣ ଆଲୋଚନାଦିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଘର ତିଆରି, ଯାନବାହନ, ଦୋକାନର ଉନ୍ନତି ଓ ସଭାସମିତିରୁ ଉପକୃତ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ସାମୟିକ ଖୁସି ହେବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରବିଙ୍କ ସ୍ଥିତି ପ୍ରଭାବରେ ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରିବେ । ଅଫିସରେ ସହକର୍ମୀଙ୍କ ପୂର୍ଣ୍ଣ ସହଯୋଗରେ କାର୍ଯ୍ୟଗୁଡିକ ମଧ୍ୟ ସୁରୁଖୁରୁରେ ସମ୍ପର୍ଣ୍ଣ କରିପାରିବେ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ଆଲୋଚନା ଅମୀମାଂସିତ ରହିପାରେ । ପରିବାରରେ ଆର୍ଥିକ ସମସ୍ୟା ଦେଖାଦେଲେ ମଧ୍ୟ ପ୍ରିୟଜନଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ ଅନୁଚିନ୍ତା ସାମୟିକ ଭାବରେ ଦୂର ହେବ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ସ୍ଵାସ୍ଥ୍ୟ ପରିସ୍ଥିତିରେ କୈାଣସି ଉନ୍ନତି ଦେଖାଯାଇ ନ ପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ରାହୁଙ୍କ ସୁପ୍ରଭାବରେ ରାଜନୈତିକ ସ୍ଥିତିରେ ପ୍ରାଧାନ୍ୟତା ବୃଦ୍ଧି ପାଇବ । ସମସ୍ୟାର ସମାଧାନ କରିବାର ଧୈର୍ଯ୍ୟ ଓ ସାହସ ଅକ୍ଷୁଣ୍ଣ ରହିବ । ତଥାପି ସାମୟିକ ପାରିବାରିକ ଅସ୍ଥିରତା ଓ କର୍ମକ୍ଷେତ୍ରର ଶିଥିଳତା ମଧ୍ୟ ଏହି ଦିଗରେ ପ୍ରତିବନ୍ଧକ ସାଜିବ । ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ । ବ୍ୟୟଭାବସ୍ଥ ବୁଧ ପ୍ରଭାବରେ ଆଜିର ଅବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ମନ ଦୁଃଖ ହୋଇପାରେ । ଆକସ୍ମିକ ଭାବରେ ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ସ୍ଵସ୍ଥାନହନ୍ତା ବୃହସ୍ପତି ପରିବାର ସ୍ଥାନରେ ଥିବାରୁ ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ସକାଳୁ ସକାଳୁ ବନ୍ଧୁ ମିଳନ ଓ ଆନୁଷ୍ଠାନିକ କାମରୁ ଖୁସୀ ରହିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପରିବର୍ତ୍ତିତ ମନୋଭାବ କାରଣରୁ କିଛିଟା ହଇରାଣ ହୋଇପାରନ୍ତି । ବନ୍ଧୁ ଓ ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ସାହିତ୍ୟ, ସାମ୍ବାଦିକତା, ଜମିଜମା କାରବାର, ନିର୍ମାଣ, ପରିବହନରୁ ଲାଭ ପାଇବେ । ଆତ୍ମୀୟମାନଙ୍କ ମଧ୍ୟରେ ଟଙ୍କା ପଇସାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ । କେତେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବା କାରଣରୁ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖା ଦେଇପାରେ । ପାରିବାରିକ ସ୍ଥିତି ସୁଖଦମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ସକାରାତ୍ମକ ଭାବନାରେ ମନ ଉର୍ତ୍ତଫୁଲିତ ରହିବେ । ଚନ୍ଦ୍ର ଓ ବୃହସ୍ପତିଙ୍କ ଦୃଷ୍ଟିଗତ ସମ୍ପର୍କ ଆପଣଙ୍କ ପ୍ରତ୍ୟେକ କାମ ପାଇଁ ସାହାଯ୍ୟକାରୀ ହେବେ । ଇଚ୍ଛା ପୂରା କରିବାର ପ୍ରୟାସରେ ସଫଳ ହେବେ । କିନ୍ତୁ ବିଭିନ୍ନ ପ୍ରକାରର କର୍ମ ଜଞ୍ଜାଳର ଚାପରେ ଅତିଷ୍ଠ ହୋଇପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ । ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ରହିପାରନ୍ତି । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରଶଂସିତ ହେବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଦୈହିକ ଦୁର୍ବଳତା ଓ କ୍ଳାନ୍ତ ଅନୁଭବ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିବାରେ ଲାଗିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ଚନ୍ଦ୍ର ଓ ବୃହସ୍ପତିଙ୍କ ପ୍ରଭାବରେ ଭଲ ସମ୍ପର୍କ ରହିଥିବା ବନ୍ଧୁଟି ଆପଣଙ୍କୁ ଆଜି ନୈରାଶ୍ୟବାଣୀ ଶୁଣାଇପାରେ । କିନ୍ତୁ ଆଜି ଯାହା କରୁଛନ୍ତି ସେଥିପ୍ରତି ସତର୍କତା ଅଭାବ ଯୋଗୁଁ ପରିସ୍ଥିତି ଅଣାୟତ ହୋଇପାରେ । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । ଅଫିସରେ ନିଷ୍ଠାର ସହ ନିଜ କାର୍ଯ୍ୟକୁ ଯଥାଚିତ ସମୟରେ ସଂପୂର୍ଣ୍ଣ କରିବେ । କିନ୍ତୁ ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିବ । ସାମାଜିକ ସ୍ତରରେ ଉତ୍ସୁକତାର ସହ କାମ କରି ପ୍ରଶଂସିତ ହେବେ । ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । କାର୍ଯ୍ୟହାନି ଓ ପାରିବାରିକ ଜଞ୍ଜାଳ ବୃଦ୍ଧି ଯୋଗୁଁ ମାନସିକ ସନ୍ତୁଳନ ହରାଇପାରନ୍ତି । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ ଲାଭ କରି କେତେକାଂଶରେ ଉପକୃତ ହେବେ । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ଅଫିସରେ ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଖୁସି ହେବେ କିନ୍ତୁ ସହକର୍ମୀଙ୍କ ଇର୍ଷାନ୍ଵିତ ମନୋଭାବ ଯୋଗୁଁ ଅପରାହ୍ନରେ କେତେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ପ୍ରକୃତ ଘଟଣା ନ ବୁଝି ବନ୍ଧୁ, ପରିବାର ସଦସ୍ୟ କିମ୍ବା ପଡ଼ୋଶୀ ଉପରେ କ୍ରୋଧିତ ହୋଇପାରନ୍ତି । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ସ୍ଵାସ୍ଥ୍ୟ ଜନିତ କେତେକ ସମସ୍ୟା ଯେପରି କି ଥଣ୍ଡା, କାଶ, ଜ୍ଵର ହେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆଶା ଓ ବିଶ୍ୱାସ ରଖି କାର୍ଯ୍ୟ କରିଲେ, ଅବଶ୍ୟ ସଫଳତା ମିଳିବ । ରାଶ୍ୟାଧିପଙ୍କ ସ୍ଵଗୃହ ପ୍ରତି ସୁଦୃଷ୍ଟି ହେତୁ ଶାରୀରିକ ସୁସ୍ଥତା ପୂର୍ବପରି ବଳବତ୍ତର ରହିବ । କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ । ବନ୍ଧୁ ଓ ପରିବାର ସଦସ୍ୟଙ୍କ ସହଯୋଗରେ ସ୍ଥଗିତ କାମ ଗୁଡିକ ସୁବିଧାରେ ସମ୍ପନ୍ନ କରିପାରିବେ । ନୂତନ ଯୋଜନା ଆରମ୍ଭ କରି ଖୁସି ରହିବେ । ଚାକିରି କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି । ରାଜନୀତି, ମାଲି ମକଦ୍ଦମା କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିରେ ଚାପ ବଢିପାରେ । ଘରେ ମାଙ୍ଗଳିକ ଉତ୍ସବର ଆୟୋଜନ ନିମନ୍ତେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଯେତେ ଭଲ କାମ କରିଲେ ମଧ୍ୟ ଖଳ ସ୍ଵଭାବର ବ୍ୟକ୍ତିମାନେ ଆପଣଙ୍କ କାର୍ଯ୍ୟକୁ ବିରୋଧ କରିବେ । ପୁତ୍ରକନ୍ୟାଙ୍କ ହେତୁକ ସାମୟିକ ସମସ୍ୟା ଲାଗି ରହିଲେ ମଧ୍ୟ ବନ୍ଧୁମାନଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ। ଶୁଭରଙ୍ଗ: ବାଦାମୀ । ଆରାଧନା: ହର ପାର୍ବତୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ପରିସ୍ଥିତିକୁ ଦୃଷ୍ଟି ରଖି କାର୍ଯ୍ୟ କରନ୍ତୁ, ସଫଳତା ମିଳିବାରେ କୌଣସି ଅସୁବିଧା ରହିବ ନାହିଁ । ରାହୁଙ୍କ ପ୍ରଭାବରେ ଯୋଗୁଁ କର୍ମକ୍ଷେତ୍ରରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ । ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବେଶି ବ୍ୟସ୍ତ ହୋଇପାରନ୍ତି । ବ୍ୟବସାୟରେ ମାନ୍ଦା ସ୍ଥିତି ଉତ୍ପନ ହେବ, ବନ୍ଧୁଙ୍କ ମଧ୍ୟରେ ଶତ୍ରୁତା ସୃଷ୍ଟି ହେବ ଏବଂ ପୂର୍ବରୁ ସ୍ଥିରୀକୃତ ହୋଇଥିବା ପୁଅ ଝିଅଙ୍କ ବିବାହ ପ୍ରସ୍ତାବରେ ସମ୍ୟକ ବାଧା ଉପୁଜିପାରେ । ଚାକିରି କ୍ଷେତ୍ରରେ ମଧ୍ୟ ସହକର୍ମୀ ମନାନ୍ତର ହୋଇପାରେ । ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ, ନୂତନ ପ୍ରକଳ୍ପ ସ୍ଥଗିତ ରହିପାରେ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ବଳରେ ଆପଣ ନିଜକୁ ସମ୍ଭାଳି ନେବେ ଓ ମନରେ ରୋଜଗାରର ନୂତନ ପନ୍ଥା ମଧ୍ୟ ଆସିବା । ପାରିବାରିକ ଜୀବନରେ ତାଳମେଳ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆପଣଙ୍କ ଭିତରେ ଅତ୍ୟଧିକ ଉତ୍ସାହ ଦେଖିବାକୁ ମିଳିବ । ଦ୍ୱାଦଶସ୍ଥ ଶୁକ୍ର ଯୋଗୁଁ ଆପଣ ମନୋରଞ୍ଜନରେ ବୁଢି ରହିବେ ଏବଂ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ । କିଛି ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ । ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଆର୍ଥିକ ସ୍ଥିତି ବହୁତ ଭଲ ରହିବ ଓ ସ୍ଥଗିତ କାମ ସହଜରେ ସମ୍ପନ୍ନ ହେବାରେ ଅସୁବିଧା ରହିବ ନାହିଁ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ବନ୍ଧୁ ମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି । କୌଣସି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ପରିବହନ, ଶେୟାର୍‌ ବଜାର କ୍ଷେତ୍ରରୁ ସୁଫଳ ମିଳିବ । ପତି-ପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

Leave a Reply

Your email address will not be published. Required fields are marked *