25 ମାର୍ଚ୍ଚ 2021, ଗୁରୁବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । କର୍ମକ୍ଷେତ୍ରରେ

25 ମାର୍ଚ୍ଚ 2021, ଗୁରୁବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । କର୍ମକ୍ଷେତ୍ରରେ

25 ମାର୍ଚ୍ଚ 2021, ଗୁରୁବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । କର୍ମକ୍ଷେତ୍ରରେ ଆଶାନୁରୂପକ ଫଳ ପାଇବେ । ।

ଆଜି ଆମେ ଆପଣଙ୍କୁ ୨୫ ମାର୍ଚ୍ଚ ୨୦୨୧ ଗୁରୁବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ଲାଗି ଉତ୍ସାହଦାୟକ ରହିବ । ବନ୍ଧୁମାନଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ସମ୍ପନ୍ନ କରିନେବେ । ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପକ ଫଳ ପାଇବେ । ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ । ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ରାଜନୀତିରେ ପ୍ରାଧାନ୍ୟ ବଢ଼ିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରିବାରରେ ସ୍ଵାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି । ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ଜୀବନସାଥୀଙ୍କ ଠାରୁ ପର୍ଯ୍ୟାପ୍ତ ପ୍ରେମ ପାଇବେ । ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆପଣଙ୍କ ଆଶା ଅବଶ୍ୟ ପୂରଣ ହେବ । ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । କିନ୍ତୁ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଆଜି ପାଖ ପଡୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଚେଷ୍ଟା କରୁଥିବା କାମ ଓ କୋର୍ଟ କଚେରୀ କ୍ଷେତ୍ରରେ ସଫଳତା ମିଳିବ ଏବଂ ଜମି ବିବାଦରେ ଉପକୃତ ହେବେ । ଗୃହ ସଜ୍ଜା, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି । ଅର୍ଥନୈତିକ ଅଭିବୃଦ୍ଧି, ଭ୍ରମଣ ଓ ନୂତନ ବସ୍ତ୍ରଭୂଷଣ ଲାଭ ଜନିତ ମନ ଖୁସୀ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ, ସମସ୍ତ ବାଧା ବିଘ୍ନ ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା । ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ଘରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । କଠୋର ଶ୍ରମ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ତଥାପି କେତେକ ନୂତନ କାମର ପରିକଳ୍ପନା କରି ସଫଳ ହେବେ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇ ପାରନ୍ତି । ଶୁଭରଙ୍ଗ: ଧଳା। ଆରାଧନା : ମାଆ ଭୈରବୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁୁ ଠିକ୍‌ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ । ବ୍ୟବସାୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ଆର୍ଥିକ ଦିଗରୁ ସ୍ଥିତି ମଜବୁତ ରହିବ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ୱିତ କରିବାରେ ସମର୍ଥ ହେବେ । ନିଜ ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ । ସନ୍ଦେହ କରି ନିଜ ଲୋକମାନଙ୍କ ଭୁଲ୍‌କୁ ଦେଖିପାରିବେ ନାହିଁ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ମନରେ ସକାରାତ୍ମକ ଭାବନା ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚୟ ମିଳିବ । ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । କର୍ମକ୍ଷେତ୍ରରେ ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଚାକିରିଆଙ୍କୁ ଲାଭ ମିଳିବାର ସମ୍ଭାବନା ରହିଛି । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖଦମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ଲାଗି ଅନୁକୂଳ । ଆପଣଙ୍କର ଦାୟିତ୍ଵ ବୃଦ୍ଧି ହେବାର ସମ୍ଭାବନା ରହିଛି । ପରିସ୍ଥିତିର ତାଡନାରେ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ବ୍ୟବସାୟ ପାଇଁ ନୂଆ ସୁଯୋଗ ମିଳିବ । କୌଣସି ଉନ୍ନତିମୂଳକ କାମ ଲାଗି ମୋଟାଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ । ଅଫିସରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ସାମାଜିକ ପ୍ରତିଷ୍ଠାରେ ମାନସମ୍ମାନ ବୃଦ୍ଧି ହେବ । ଆକସ୍ମିକ ଭାବରେ ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ସଙ୍କଟ ଭୋଗିବେ । ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଅତୀତର ଘଟଣାବଳୀକୁ ସ୍ମରଣ କରିବା ଫଳରେ ମନ ଅସ୍ଥିର ରହିବ । ଆର୍ଥିକ ସ୍ଥିତି ପ୍ରତି ଧ୍ୟାନ ଦେବା ଉଚିତ୍ । ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ସ୍ଵାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖନ୍ତୁ । ବ୍ୟବସାୟ କ୍ଷେତ୍ରରେ ସମୟ ଠିକ ରହିବ । ଘର ପାଇଁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଲୋକନାଥ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଜି ପ୍ରତ୍ୟେକ କ୍ଷେତ୍ର ଓ କାର୍ଯ୍ୟରେ ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ରହିବ । ବନ୍ଧୁଙ୍କ କଥାକୁ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଅସନ୍ତୁଷ୍ଟ ହୋଇପାରନ୍ତି । ଶିକ୍ଷା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ । ପରିବାର ସହ ସମୟ ଅତିବାହିତ କରିବେ । ପାରିବାରିକ ଖର୍ଚ୍ଚର ପରିମାଣ ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ । ତେଣୁ ଭାବି ବିଚାରି ଖର୍ଚ୍ଚ କରନ୍ତୁ । ଜୀବନସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ମନ ଆନନ୍ଦ ଉଲ୍ଲାସ ରହିବ । ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ । ଚେଷ୍ଟା କରୁଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାରେ କୌଣସି ଅସୁବିଧା ହେବ ନାହିଁ । କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଅଧିକାରୀଙ୍କ ଆଲୋଚନା କରିପାରନ୍ତି । ଆପଣଙ୍କୁ ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାଧ୍ୟମ ଧରଣର ରହିବ । କିନ୍ତୁ ଅଫିସରେ ପରୋକ୍ଷ ଶତ୍ରୁତା କାରଣରୁ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ ସବୁ କାମରେ ଆଗୁଆ ରହି କାମ କରିବା ଯୋଗୁଁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ପର କଥାକୁ ସତ ମନେ କରି ନିଜ ଲୋକଙ୍କୁ ଭୁଲ ବୁଝିବେ । ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ଶ୍ରୀଗଣେଶ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆତ୍ମା ବିଶ୍ଵାସ ଦୃଢ଼ ରହିବ । ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ବାଣିଜ୍ୟ, ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ନୂତନ କର୍ମାରମ୍ଭ କ୍ଷେତ୍ରରେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ । ପ୍ରକାଶନ, ପ୍ରଶାସନ, ଯାନବାହନ, ସଭାସମିତି ତଥା ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ହଠାତ୍‌ କୌଣସି ଖବର ପାଇ ଖୁସି ହେବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ରହିବ । ସ୍ଵାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବା କାରଣରୁ ମନ ପ୍ରଫୁଲ୍ଲିତ ରହିବ । ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ସହଯୋଗ ଭିତ୍ତିରେ କାର୍ଯ୍ୟ କରିବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଆପଣଙ୍କ ପାଇଁ ରୋମାଞ୍ଚକର ରହିବା । ଆଜି ଯେଉଁ କାମରେ ହାତ ଦେଲେ ମଧ୍ୟ ସେଥିରେ ସଫଳତା ନିଶ୍ଚିତ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । କୋର୍ଟ କଚେରି ମାମଲାରେ ବିଜୟୀ ହେବେ । ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ସହ ଆଜି ମନୋରଞ୍ଜନ ପ୍ରୀତିପ୍ରଦ ହେବ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ । ସହକର୍ମୀ କିମ୍ବା ବନ୍ଧୁବର୍ଗଙ୍କ ସାହାଯ୍ୟ ଲାଭକରି କାମଗୁଡ଼ିକୁ ତ୍ୱରାନ୍ବିତ କରିପାରିବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ନୂତନ ବସ୍ତ୍ର, ଯାନବାହନ, ଯାନ୍ତ୍ରିକ ଜିନିଷ କିମ୍ବା ଉପଢ଼ୌକନ ଲାଭ ଯୋଗ ରହିଛି । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ମନରେ ଅଜସ୍ର ଆଶା ରହିବ । କିନ୍ତୁ ନୂତନ କର୍ମାରମ୍ଭ କରିବା କାଠିକର ପାଠ ହୋଇପାରେ । ଅଯଥା ଅର୍ଥବ୍ୟୟ ମାନସିକ ସ୍ଥିତିକୁ ଦୋହଲାଇ ଦେବ । ବ୍ୟବସାୟ ବାଣିଜ୍ୟରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ତଥାପି ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । କର୍ତ୍ତବ୍ୟ ପାଳନରେ ତତ୍ପତରତା, ଦାୟିତ୍ୱସମ୍ପନ୍ନ କାର୍ଯ୍ୟ ନିର୍ବାହ କରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ଖଳ ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବନ୍ଧୁମାନଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ । ପରିବାର ସଦସ୍ୟମାନଙ୍କ ସହିତ ମନାନ୍ତର ମାନସିକ ଅଶାନ୍ତିର କାରଣ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

Leave a Reply

Your email address will not be published. Required fields are marked *