26 ମାର୍ଚ୍ଚ 2021, ଶୁକ୍ରବାର :- ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବ । କର୍ମକ୍ଷେତ୍ରରେ

26 ମାର୍ଚ୍ଚ 2021, ଶୁକ୍ରବାର :- ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବ । କର୍ମକ୍ଷେତ୍ରରେ

26 ମାର୍ଚ୍ଚ 2021, ଶୁକ୍ରବାର :- ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବ । କର୍ମକ୍ଷେତ୍ରରେ ଆଶାନୁରୂପକ ଫଳ ପାଇଁ ସହ ପରିବାରରେ ସୁଖ, ସମୃଦ୍ଧି ଲାଭ କରିବେ ।

ଆଜି ଆମେ ଆପଣଙ୍କୁ ୨୬ ମାର୍ଚ୍ଚ ୨୦୨୧ ଶୁକ୍ରବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଅସମର୍ଥିତ ସୂତ୍ରରୁ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ । ଦୁଃଶ୍ଚିନ୍ତା ଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ବ୍ୟବସାୟରେ ସାମାନ୍ୟ ମନ୍ଥର ରହିବା, ଯାହାଫଳରେ ମନ ପ୍ରସନ୍ନ ରହିବା ନାହିଁ । ଦୀର୍ଘ ଦିନର ଅଟକିଥିବା ପଇସା ମିଳିବ । ବାଣିଜ୍ୟ କ୍ଷେତ୍ରରେ କୌଣସି ନୂଆ କାମ ବା ନୂଆ ଅର୍ଡର ମିଳିପାରେ । ପରୋକ୍ଷ ଭାବରେ ଶତ୍ରୁତା କରୁଥିବା କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇ ପାରନ୍ତି । ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ । ପରିବାରରେ ମନ ବୁଝିଲା ଭଳି କଥା କହି ଜଟିଳ ପରିସ୍ଥିତିକୁ ସମ୍ଭାଳି ନେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଶରୀରପୀଡ଼ା କଷ୍ଟକର ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଘରେ ଧାର୍ମିକ ସମାରୋହର ଆୟୋଜନ କରିପାରନ୍ତି । କର୍ମକ୍ଷେତ୍ରରେ ଆତ୍ମୀୟ ସ୍ଵଜନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ । କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ପ୍ରାପ୍ତି ସଙ୍ଗେସଙ୍ଗେ ବିଭିନ୍ନ କ୍ଷେତ୍ରରେ ସୁଯୋଗ ଆପଣା ଛାଏଁ ଆସିବ । ନୂଆ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ବ୍ୟବସାୟ ପାଇଁ ସହାୟକ ହେବ । ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବା କାରଣରୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ସାମାଜିକ ଜନକଲ୍ୟାଣ କାର୍ଯ୍ୟରେ ଯୋଗଦେଇ ସମସ୍ତଙ୍କ ପ୍ରଶଂସିତ ହୋଇପାରିବେ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି । ପଡୋଶୀଙ୍କ ପରାମର୍ଶରେ ପାରିବାରିକ ସ୍ତରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିରଜା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ନିଜର ସ୍ଵଭାବ ଓ ବ୍ୟବହାର ଦ୍ଵାରା ଲୋକଙ୍କୁ ଆକର୍ଷିତ କରିପାରିବେ । କର୍ମକ୍ଷେତ୍ରରେ ଏକାଧିକ କାର୍ଯ୍ୟ ହାତକୁ ନେବା ଫଳରେ ବ୍ୟସ୍ତତା ଅନୁଭବ କରିବେ । କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମକୁ ନେଇ ସହକର୍ମୀଙ୍କ ସହ ଉଚ୍ଚବାଚ୍ଚ ଘଟିବାର ସମ୍ଭାବନା ରହିଛି । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ବ୍ୟବସାୟ ବାଣିଜ୍ୟରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ଅଫିସରେ ସ୍ଥଗିତ କାର୍ଯ୍ୟ ପାଇଁ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିବ । ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ରାଗକୁ ନିୟନ୍ତ୍ରଣରେ ନ ରଖିବା କାରଣରୁ ବନ୍ଧୁଙ୍କ ସହ ଚିକ୍ତତା ସୃଷ୍ଟି ହୋଇପାରେ । ଘରେ ସାଧାରଣ କଥାରୁ ବିବାଦର ସୂତ୍ରପାତ ହୋଇପାରେ । ପାରିବାରିକ ଘଟଣାକୁ କେନ୍ଦ୍ର କରି ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ସାମୟିକ ମନାନ୍ତର ହୋଇପାରେ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ମାଆ ଭୈରବୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଭାବିଥିବା ସବୁ କାମ ନିର୍ଦ୍ଧିଷ୍ଟ ସମୟରେ ସଂପୂର୍ଣ୍ଣ ହୋଇଯିବ । ଅର୍ଥପ୍ରାପ୍ତି ସହ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ସୁଯୋଗର ସଦ୍‌ ବ୍ୟବହାର କରି ଖୁସି ରହି ପାରନ୍ତି । ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ । ଅଫିସରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ସଭାସମିତିରେ କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥରେ ଛନ୍ଦି ହୋଇପାରନ୍ତି । ବିବାଦୀୟ ଘଟଣା ସେମିତି କିଛି ଗୁରୁତ୍ଵର ହେବ ନାହିଁ ଅବଶ୍ୟ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅପରାହ୍ନରେ ଜଣେ ପ୍ରତିଷ୍ଠାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । ଦାମ୍ପତ୍ୟ କଳହ ଦୂର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

କର୍ମକ୍ଷେତ୍ରରେ ଉଚ୍ଚିତ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ଲାଭ କରିବେ । ପରିବାରର କେତେକ ବ୍ୟତିକ୍ରମ ସକାଶେ ମନ ଭଲ ରହି ନ ପାରେ । କିନ୍ତୁ କୌଣସି ବନ୍ଧୁ ବା ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ । ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ଭଲଭାବରେ ଚିନ୍ତା କରି କାମରେ କରନ୍ତୁ, କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁଁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ । ଅନ୍ୟର ଦୋଷ, ଦୁର୍ବଳତା ଘୋଡାଇବାକୁ ଯାଇ ନିଜେ ଅପମାନିତ ହେବାକୁ ପଡିବ । ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ସମସ୍ୟାରେ ଚିନ୍ତିତ ରହିପାରନ୍ତି । ଯାତ୍ରା କାଳରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ସନ୍ତାନଙ୍କ ଭବିଷ୍ୟତକ୍ଜୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆଜି ଆପଣ ଆତ୍ମନିର୍ଭରଶୀଳ ଅନୁଭବ କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ବୃତ୍ତିଗତ କର୍ମକ୍ଷେତ୍ରରେ ଜଞ୍ଜାଳ ବୃଦ୍ଧି ଘଟିବାର ବିଶେଷ ସମ୍ଭାବନା ରହିଛି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ । ଚାକିରି କରୁଥିବା କର୍ମଜୀବିମାନେ ଅଫିସ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ମିଳିବ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ମିଳିବ । ପାରିବାରିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବା ପାଇଁ ନାନା ପ୍ରକାର ଚେଷ୍ଟା କରିବେ । ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ବାଣିଜ୍ୟରେ କାରବାର ମାଧ୍ୟମ ଧରଣର ରହିବ । ବିଳମ୍ବିତ ସମୟରେ ଲକ୍ଷସ୍ଥଳରେ ପହଞ୍ଚିବେ । ଅଫିସରେ ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ ଏବଂ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିପାରିବେ । ବୁଦ୍ଧିଜୀବୀଙ୍କ ନିମନ୍ତ୍ରଣ ପାଇବା ସହ ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ । ପ୍ରଶାସନ, ଆଇନ ଅଦାଲତ ଓ ସଭାସମିତି ଆଦି କ୍ଷେତ୍ରରେ ଆଶାନୁରୂପକ ଫଳ ପାଇବେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦିନଟି ଆପଣଙ୍କ ପାଇଁ ବିଶେଷ ଫଳଦାୟୀ । ଯେଉଁ କାମ ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆଜି ଆକସ୍ମିକ ଭାବେ ସମ୍ପର୍ଣ୍ଣ କରିପାରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଲାଗି ରହିବା କାରଣରୁ ମନ ବିଚଳିତ ରହିବ । ଅଫିସରେ ସହକର୍ମୀଙ୍କ ସହଯୋଗ ଥିଲେ ମଧ୍ୟ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ନାହିଁ । ସଭାସମିତିରେ ଯୋଗ ଦେଲେ ମଧ୍ୟ ପ୍ରତିଟି କ୍ଷେତ୍ରରେ ନୀରବ ରହିବାକୁ ପଡିବ । କାଳେ ସାହାଯ୍ୟ କରିବାକୁ ପଡିବ ଏହି ଆଶା ନେଇ ନିକଟ ନିକଟ ସମ୍ପର୍କୀୟମାନେ ପାଖତଡ ମାଡିବେ ନାହିଁ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବା ସହ ଖର୍ଚ୍ଚର ପରିମାଣ ମଧ୍ୟ ବୃଦ୍ଧି ପାଇବା ଯୋଗୁଁ ମନରେ ସରସତା ରହିବ ନାହିଁ । ବୈବାହିକ ଜୀବନ ସୁଖପ୍ରଦ ରହିବ । ଶୁଭରଙ୍ଗ: ଗୋଳାପୀ । ଆରାଧନା: ମାଆ ବିମଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ମନ ଚଞ୍ଚଲ ରହିବ ଓ ମନରେ କାର୍ଯ୍ୟ କରିବା ଲାଗି ତତ୍ପରତା ବୃଦ୍ଧି ପାଇବ । ନୂତନ କର୍ମସଂସ୍ଥାନ ପାଇଁ ମନ ବଳାଇବେ ଓ ପୂର୍ବର ଯୋଜନା ଅନୁସାରେ କାର୍ଯ୍ୟ କରିଲେ ଉପକୃତ ହେବେ । କିନ୍ତୁ ଅତି ଘନିଷ୍ଠ ବନ୍ଧୁ କିମ୍ବା ଆତ୍ମୀୟମାନେ ଆପଣଙ୍କ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିବାକୁ ଚେଷ୍ଟା କରିବେ । ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ ଏବଂ ପରସ୍ପର ମଧ୍ୟରେ ସହମତିରେ କାମ କରିବେ । ଯାହାଫଳରେ ସ୍ଥଗିତ କାର୍ଯ୍ୟକୁ ଯଥାଶୀଘ୍ର ପାଇପାରନ୍ତି । ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ । ସାହିତ୍ୟ ଚର୍ଚ୍ଚା, ସଭା ସମିତିରେ ସଫଳତା ମିଳିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଗାୟତ୍ରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ମନରେ ଆତ୍ମବିଶ୍ଵାସର ସହିତ କାମ କରନ୍ତୁ, ସଫଳତା ନିଶ୍ଚୟ ମିଳିବ । ପ୍ରାୟତଃ ଟେନସନ୍ ଲାଗି ରହିବା କାରଣରୁ କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ଓ କେତେକ କାର୍ଯ୍ୟ ଅଧାରେ ଅଟକିଯାଇପାରେ । କୌଣସି ନୂତନ କର୍ମାରମ୍ଭ କରିବା ନିମନ୍ତେ ବନ୍ଧୁଙ୍କ ସହ ଆଲୋଚନା କରିବେ । ଅଫିସରେ କାର୍ଯ୍ୟଭାର ଅଧିକ ରହିବ ସହ ସହକର୍ମୀଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକୋଟ କରିପାରନ୍ତି । ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଉପସ୍ଥିତ ବୁଦ୍ଧି ଖଟାଇ ପରିବାରରେ ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି । ତଥାପି ବିବାଦୀୟ ପରିସ୍ଥିତିରେ ମଧ୍ୟସ୍ଥା କରନ୍ତୁ ନାହିଁ । ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲଭିବେ । ପରିବାର ସଦସ୍ୟଙ୍କ ସହାନୁଭୁତି ଲାଭ କରିବେ, ଫଳରେ ମାନସିକ ସ୍ଥିତି ମଜବୁତ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ନିର୍ଦ୍ଧିଷ୍ଟ ସମୟରେ କାମ ଗୁଡିକ ନ ହୋଇପାରିବା କାରଣରୁ ବ୍ୟସ୍ତ ହେବେ । ଋଣ ଭାରରେ ଅତିଷ୍ଠ ହେବାକୁ ପଡିବ ଓ ତାହାହିଁ ଦୁଃଶ୍ଚିନ୍ତାର କାରଣ ହେବାର ସୂଚନା ରହିଛି । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ କଦର୍ଯ୍ୟ କାର୍ଯ୍ୟକଳାପରେ ମନ ବିଭ୍ରାନ୍ତ ହୋଇଉଠିବ । ଅତ୍ୟାବଶ୍ୟକ ଜିନିଷଟି ପାଖରେ ନ ଥିବା କାରଣରୁ ଅନ୍ୟମାନଙ୍କ ସହ ତର୍କ ଓ ବିବାଦ ବଢ଼ିବ । ଅଫିସ୍ କାର୍ଯ୍ୟାଳୟରେ ସାଧାରଣ କଥାରେ ହଠାତ୍ କଳହ ସୃଷ୍ଟି ହୋଇପାରେ । ପୂର୍ବ ବିବାଦକୁ କେନ୍ଦ୍ରକରି ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ସମସ୍ୟା ଆସିବ । ବନ୍ଧୁ ମାନଙ୍କ ସହିତ ଆପଣଙ୍କର ସମୟ ଭଲରେ କଟିବ । ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶାନ୍ତି ଶୃଙ୍ଖଲା ବଜାୟ ରହିବ । ଶାରୀରିକ ଅବନତି ଓ ଆର୍ଥିକ ଅନଟନ ଦୁଶ୍ଚିନ୍ତାର କାରଣ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ଭଲ ରହିବ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମଜବୁତ ରହିବ । ପରିକଳ୍ପିତ ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ଦକ୍ଷତା କାରଣରୁ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ । କିନ୍ତୁ ସହକର୍ମୀଙ୍କ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ଅବହେଳା ଯୋଗୁଁ କେତେକ କାମ ଅଟକିଯାଇପାରେ । ପରିବହନ, ନିର୍ମାଣ, ସଭାସମିତି ଆଦି କ୍ଷେତ୍ରରେ ଆଶାନୁରୂପକ ଫଳ ପାଇବେ । ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ । ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ମନ ଅସ୍ଥିର ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

Leave a Reply

Your email address will not be published. Required fields are marked *