28 ମାର୍ଚ୍ଚ 2021, ରବିବାର :- ଆଜି ଏହି ୭ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ, ଅଯଥା ବାଦବିବାଦରେ

28 ମାର୍ଚ୍ଚ 2021, ରବିବାର :- ଆଜି ଏହି ୭ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ, ଅଯଥା ବାଦବିବାଦରେ

28 ମାର୍ଚ୍ଚ 2021, ରବିବାର :- ଆଜି ଏହି ୭ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ, ଅଯଥା ବାଦବିବାଦରେ ମଧ୍ୟସ୍ଥତା କରନ୍ତୁ ନାହିଁ ।

ଆଜି ଆମେ ଆପଣଙ୍କୁ ୨୮ ମାର୍ଚ୍ଚ ୨୦୨୧ ରବିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସମ୍ମୁଖୀନ ହେଲେ ମଧ୍ୟ କାମ ହାସଲ କରିବାକୁ ମନରେ ସାହସ ବାନ୍ଧିବେ । ଆକସ୍ମିକ ଭାବରେ କୌଣସି ସମସ୍ୟାରେ ଛନ୍ଦି ହେବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ପରବର୍ତ୍ତୀ କିଛି ସମୟ ମଧ୍ୟରେ ସମସ୍ୟା ଦୂରେଇ ଯିବର ସୂଚନା ରହିଛି । ଦୃଢ ଆତ୍ମବିଶ୍ଵାସ ଯୋଗୁଁ ଆଲୋଚନା କ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ରକ୍ଷା ପାଇପାରିବେ । ବନ୍ଧୁଙ୍କ କେତେକ ଅଶୋଭନୀୟ କାର୍ଯ୍ୟ ଓ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବା । ସାମାଜିକ ସ୍ତରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି, ପରବର୍ତ୍ତୀ ସମୟରେ ଅନୁତପ୍ତ କରିବେ । ପରିବାରରେ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ଖଟାମିଠା ରହିବ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଅଧିକାଂଶ ସମୟ ମାନସିକ ଅସ୍ଥିରତା କାରଣରୁ କିମ୍ବା ସତର୍କତା ଅଭାବ ଯୋଗୁଁ, ଯେଉଁ କାମ କରିବା ପାଇଁ ଭାବୁଥିବେ; କିନ୍ତୁ କରିବା କରିବା ବେଳକୁ ତାହାର ଠିକ୍‌ ଓଲଟା ହିଁ କରିବେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ବନ୍ଧୁମାନଙ୍କ ସହ ମତାନ୍ତରର ଘଟିବାର ସମ୍ଭାବନା ରହିଛି । କଠିନଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ମନର ବଳ ଖୁବ୍‌ ଟାଣ ରହିବ । ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ସହଧର୍ମୀଙ୍କ ଉପଦେଶକୁ ଗ୍ରହଣ କରି କାର୍ଯ୍ୟ କରିଲେ ବିଶେଷ ଉପକୃତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ । କର୍ମକ୍ଷେତ୍ରରେ ଭୁଲ୍‌ବଶତଃ ସ୍ଥଗିତ କାମ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ । ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ଅଳ୍ପ ସମୟ ଭିତରେ ମିଳାଇଯିବ । କର୍ମକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ଚେଷ୍ଟା କରିବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ । ବ୍ୟବସାୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କିନ୍ତୁ ଅଫିସ୍‌ କାମର ଚାପ ଯୋଗୁଁ କିଛି ମାତ୍ରରେ ଟେନ୍‌ସନ ଲାଗିରହିବ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ସ୍ଵାସ୍ଥ୍ୟର ଅବଳାହେଲା କରନ୍ତୁ ନାହିଁ । ମନ ଅସ୍ଥିର ରହିବା ହେତୁ କାମଗୁଡ଼ିକ ସମ୍ପୂର୍ଣ୍ଣ କରିବା କଷ୍ଟକର ହୋଇପଡ଼ିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପ୍ରତ୍ୟେକ କ୍ଷେତ୍ରରେ ଦ୍ଵନ୍ଦରେ ପଡି ଠିକ ନିଷ୍ପତ୍ତି ନେଇପାରିବେ ନାହିଁ । ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ । ବିଭିନ୍ନ ପ୍ରକାରର ସମସ୍ୟା ସାଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିବ । ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନ ଦେଖାଦେବ । ଅଫିସରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ଵ ମିଳିବା ସଙ୍ଗେ ସଙ୍ଗେ କାର୍ଯ୍ୟ ଚାପ ମଧ୍ୟ ବଢିଯିବ । ସହକର୍ମୀମାନେ ଅଯଥାରେ ମିଥ୍ୟା ଆରୋପ ଲଗାଇ ପାରନ୍ତି । ତର୍କବିତର୍କ, ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ପୁରାତନ ରୋଗର ପାଦୁର୍ଭାବ ବଢିବାର ସମ୍ଭାବନା ରହିଛି । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ଦୈହିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ତରରେ ସୁସ୍ଥ ଅନୁଭବ କରିବେ । ଆପଣଙ୍କ ଆତ୍ମୀୟ ସ୍ଵଜନମାନେ ଆପଣ ଉଦ୍ୟମ କରୁଥିବା କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି କିନ୍ତୁ ଧୌର୍ଯ୍ୟହରା ନ ହୋଇ ନିଜର ଯୋଜନା ମୁତାବକ କାର୍ଯ୍ୟ କରିଲେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । କର୍ମକ୍ଷେତ୍ରରେ ଚାପଗ୍ରସ୍ତ କାରଣରୁ କେତେକ ବାକିଆ କାମ ପାଇଁ ଚିନ୍ତା ବଢ଼ିଯିବ । ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ, ନତୁବା ଅଯଥା ଅଶାନ୍ତି ସୃଷ୍ଟି ହେବାର ଆଶଙ୍କା ରହିଛି । ସଭାସମିତି କିମ୍ବା ବନ୍ଧୁ ଗହଣରେ ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ । ବନ୍ଧୁ ଓ ସହକର୍ମୀଙ୍କ ମାଧ୍ୟମରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ । ପ୍ରତିବନ୍ଧକ ଲାଗି ରହିବା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସମାଜିକ ଜନକଲ୍ୟାଣ କାର୍ଯ୍ୟରେ ସହଭାଗିତା କରିପାରନ୍ତି । ପରକଥାରେ ପଡି ଭୁଲ୍‍ ମାର୍ଗର ଅନୁସରଣ କରିଲେ, ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ଶାରୀରିକ ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତା ପ୍ରକଟ କରିପାରନ୍ତି । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ମନରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ସମାଜରେ ଲୋକପ୍ରିୟତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିିକ ଉନ୍ନୟନ ମୂଳକ କାର୍ଯ୍ୟ କରି ସମସ୍ତଙ୍କ ଆଦରଣୀୟ ହୋଇପାରିବେ । କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇ ବ୍ୟଥିତ ହୋଇପାରନ୍ତି । ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହେବ । କିନ୍ତୁ ଦୂରଦର୍ଶିତା ଅଭାବରୁ କେତେକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ଅଫିସରେ ଯେଉଁ କାମ କରିଛନ୍ତି ତାର ଶ୍ରେୟ ଅନ୍ୟ କାହାରକୁ ଦିଆଯିବ ଯାହାଫଳରେ ମନରେ ସରସତା ରହିବ ନାହିିଁ । କଳା, ସାହିତ୍ୟ, ସାମ୍ବାଦିକତା, ଗବେଷଣା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହୋଇପାରନ୍ତି । ପାରିବାରିକ ଜୀବନରେ ସୁଖ ଓ ଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ମାଣିକେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଶା ଓ ନିରାଶାର ଦୋଛକିରେ ରହି ବାରମ୍ବାର ନିଜର ମତ ବଦଳାଇବାକୁ ବାଧ୍ୟ ହେବେ। ସଭାସମିତି କିମ୍ବା ଆଲୋଚନା ପରିସରରେ ଉଚ୍ଚ ପ୍ରଶଂସିତ ହେବେ। କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତ, ଚଳଚ୍ଚିତ୍ରାଦିରେ ସୁନାମ ଅର୍ଜନ କରିବେ।
ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ଆର୍ଥିକ ସ୍ଥିତିରେ ଉନ୍ନତମାନର ରହିବ । ମିଠା କଥା କହି ସ୍ଥଗିତ ଥିବା କାମଗୁଡିକ ସହଜରେ କରିନେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । କିନ୍ତୁ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁଁ ବିବାଦୀୟ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ । ସଂନ୍ଧ୍ୟା ସମୟରେ ସାଧାରଣ କଥାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଯାନବାହନରେ ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଭଗବାନଙ୍କୁ ଆରୋଧନ କରନ୍ତୁ, ମନକୁ ଶାନ୍ତି ମିଳିବ । ସ୍ତ୍ରୀଙ୍କ ସ୍ଵସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବା ସଙ୍ଗେ ସଙ୍ଗେ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରି ଚଳିବାକୁ ପଡିବ । ନିଜ ଲୋକଟି ହିଁ ପୂର୍ବ ରାଗ ଶୁଝାଇବାକୁ ଯାଇ ଅସୁବିଧାରେ ପକାଇପାରେ । ବାଣିଜ୍ୟ ଓ ବ୍ୟବସାୟରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ସ୍ଥିତି ଶୋଚନୀୟ ହୋଇପାରେ । ଏପରିକି ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇବାକୁ ଚେଷ୍ଟା କରିବେ । ପରୋକ୍ଷ ଶତ୍ରୁତା ଯୋଗୁଁ ଅଫିସରେ ସହକର୍ମୀମାନେ ମନକୁ ବଧିଲା ଭଳି କଥା କହିବେ । ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ ଏହି ଭାବନା ନେଇ ଦୂରେଇ ଯିବେ । ପାରିବାରିକ ସମସ୍ୟାର ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି । ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସମଲେଶ୍ଵରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ପରିସ୍ଥିତି କ୍ରମଶଃ ବଦଳି ଯିବ ଓ ପ୍ରତ୍ୟେକ କାର୍ଯ୍ୟର ସଫଳତା ମିଳିବ । ନିର୍ଦ୍ଧିଷ୍ଟ ସମୟ ପୂର୍ବରୁ ନିଜ କାର୍ଯ୍ୟକୁ ସଂପୂର୍ଣ୍ଣ କରିପାରିବେ । ସ୍ଥଗିତ ଥିବା କାମଗୁଡିକ ବନ୍ଧୁଙ୍କ ଦ୍ଵାରା ସୁବିଧାରେ ସମ୍ପନ୍ନ କରିପାରିବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ପୂର୍ବ ଅପେକ୍ଷା ଭଲ ରହିବ । କିନ୍ତୁ ପରିବହନ, ପ୍ରଶାସନ, ରାଜନୀତି କ୍ଷେତ୍ରରେ ଚାପ କ୍ରମଶଃ ବଢ଼ିପାରେ । ସମାଜରେ ଲୋକପ୍ରିୟତା ବଢ଼ିବ । ଅଫିସ କୌଣସି କାମ ଲାଗି ଆପଣଙ୍କୁ ପ୍ରଶଂସା ମିଳିବ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ର କରି ଟଣାଓଟରା ଦେଖା ଦେଇପାରେ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କୁ ଖୁସୀ କରିବାକୁ ଯାଇ ନିଜର ସ୍ଵାର୍ଥକୁ ବଳି ଦେବାକୁ ବାଧ୍ୟ ହୋଇପାରନ୍ତି । ସ୍ଵାଦିଷ୍ଠ ଖାଦ୍ୟ ଭୋଜନ କରିବେ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥ ରହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ହର ଗୌରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆଜି ଆପଣ ଚିନ୍ତା ମୁକ୍ତ ରହିବେ । ପରିସ୍ଥିତିକୁ ଦେଖି ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝେବେ । ବ୍ୟବସାୟରେ ଅର୍ଥକି ସ୍ଥିତି ମାନ୍ଦା ରହିବା କାରଣରୁ କୌଣସି ନୂଆ କାମ ଧନ୍ଦା ଆରମ୍ଭ କରିବା ଲାଗି ଚିନ୍ତା କରିପାରନ୍ତି । ବନ୍ଧୁଙ୍କ ମାଧ୍ୟମରେ କେତେକ କାର୍ଯ୍ୟ ସଂପୂର୍ଣ୍ଣ କରିବାରେ ସମର୍ଥ ହେବେ । ମାନସିକ ରୂପରେ କାର୍ଯ୍ୟର ଚାପ ଅଧିକ ରହିବ । ଅସୁବିଧାକୁ ଜଣାଇଲେ ମଧ୍ୟ ଉପରିସ୍ଥ କର୍ମଚାରୀମାନେ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବା, ଯାହା ମାନସିକ ଚିନ୍ତାର କାରଣ ହେବ । ପରିବାରର ସବୁ ସଦସ୍ୟଙ୍କ ଭରପୂର ସହଯୋଗ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳିଜାଇ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ପରିସ୍ଥିତିକୁ ଦେଖି କାମ କରିଲେ, ଯଥେଷ୍ଟ ଉପକୃତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ଓ ସହକର୍ମୀଙ୍କ ସହଯୋଗ ମିଳିବ । ବ୍ୟବସାୟ, ବାଣିଜ୍ୟରେ କେତେକ ଅସ୍ଵଭାବିକ ଘଟଣାର ସମ୍ମୁଖୀନ କରିବାକୁ ପଡିବ । କର୍ମକ୍ଷେତ୍ରରେ ତରବାରିଆ ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । ଅଫିସରେ କୌଣସି ମହତ୍ଵପୂର୍ଣ୍ଣ ବୈଠକରେ ଯୋଗ ଦେବାର ସୁଯୋଗ ମିଳିବ । ସମାଜରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ପାଖପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତିରେ ସ୍ଥଗିତ କାର୍ଯ୍ୟଗୁଡିକ ସମ୍ପାଦନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ସନ୍ଦେହ ଓ ଭୁଲ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି । ପୁରାତନ ରୋଗପୀଡାର ପାଦୁର୍ଭାବ ବୃଦ୍ଧି ପାଇବା ଯୋଗୁଁ ମନରେ ସରସତା ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

Leave a Reply

Your email address will not be published. Required fields are marked *