28 ମଇ 2021, ଶୁକ୍ରବାର :- ଆଜି ୫ଟି ରାଶିର ସମ୍ପନ୍ନ ବ୍ୟକ୍ତି ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ଦିନଚର୍ଯ୍ୟା କରିବାକୁ

28 ମଇ 2021, ଶୁକ୍ରବାର :- ଆଜି ୫ଟି ରାଶିର ସମ୍ପନ୍ନ ବ୍ୟକ୍ତି ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ଦିନଚର୍ଯ୍ୟା କରିବାକୁ

28 ମଇ 2021, ଶୁକ୍ରବାର :- ଆଜି ୫ଟି ରାଶିର ସମ୍ପନ୍ନ ବ୍ୟକ୍ତି ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ଦିନଚର୍ଯ୍ୟା କରିବାକୁ ପଡିବ । ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରିବାକୁ ପଡିବ ।

ଆଜି ଆମେ ଆପଣଙ୍କୁ ୨୮ ମଇ ୨୦୨୧ ଶୁକ୍ରବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ କିନ୍ତୁ ଅପରାହ୍ନରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପ୍ରଶାସନିକ କିମ୍ବା ସାମାଜିକ କ୍ଷେତ୍ରରେ ଅଟକି ରହିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବାରେ ବନ୍ଧୁ ସାହାଯ୍ୟ କରିବେ । କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିବାରରେ ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି । ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବା ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ । ଶାରୀରିକ ଦୃଷ୍ଟିକୋଣରୁ ସାମୟିକ ଅସୁସ୍ଥ ଅନୁଭବ କରିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ବିଭିନ୍ନ ପ୍ରକାରର ଦ୍ୱନ୍ଦ୍ୱର ଆଶଙ୍କା କରି ମନ ଉଦାସ ହୋଇପାରେ । ଚତୁର୍ଥସ୍ଥ ଚତୁଃଗ୍ରହ ଯୋଗୁ ପରିବାର ଓ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟିର ଆଶଙ୍କା ରହିଛି । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୁର୍ବଳ ରହିବ ଓ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟ ଦେଇ ଗତି କରିବାକୁ ପଡିପାରେ । ଅଫିସ୍‌ କାମର ଚାପ ଲାଗିରହିବ ଓ ସ୍ଥଗିତ ଥିବା କାର୍ଯ୍ୟକୁ ନେଇ ମନରେ ବିଚଳିତ ଲାଗିରହିବ । ଅର୍ଥ ସମ୍ପର୍କୀୟ କୌଣସି ଝମେଲାରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ । ସାମାଜିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ପାଇବେ ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । ସ୍ଵାର୍ଥହାନି ଆଶଙ୍କାରେ ଆତ୍ମୀୟସ୍ଵଜନ ଦୂରେଇ ଯାଇପାରନ୍ତି । ପରିବାରର ସଦସ୍ୟଙ୍କ ସହଯୋଗ ଲାଭକରି କେତେକ ସମସ୍ୟାରୁ ବର୍ତ୍ତୀ ପାରିବେ । ଦାମ୍ପତ୍ୟ ଜୀବନରେ ଉତ୍ଥାନ-ପତ୍ତନ ଲାଗିରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିବିଚାରି କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି ହେବ । ବନ୍ଧୁଙ୍କ ସହାନୁଭୂତି ଯୋଗୁଁ କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ନୂଆ ଅନୁବନ୍ଧ ପାଇଁ ଭଲ ସମୟ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି କାମ ହାସଲ କରି ପାରିବେ । ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ । ନିର୍ମାଣଧୀନ କାର୍ଯ୍ୟରେ ଆଶାଜନକ ସଫଳତା ହାସଲ କରିବେ । ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତିଭାବନା ଜାତ ହେବ । ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ପରିବାରରେ ଛୋଟିଆ ଛୋଟିଆ କଥାକୁ ଧରି ବସିଲେ ପରିବାରରେ ଶାନ୍ତି ବଦଳରେ ଅଶାନ୍ତିର ବହ୍ନି ପ୍ରଜ୍ଜ୍ଵଳିତ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ଶ୍ରୀକୃଷ୍ଣ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆଜି ପ୍ରତିବନ୍ଧକ ଓ ପରିସ୍ଥିତି ସହ ଲଢ଼ି କାମ ହାସଲ କରିବେ । ଗତକାଲିଠାରୁ ଆଜି ଯାହା କରିବା ପାଇଁ ଚିନ୍ତା କରିଥିଲେ ସେଥିରେ କୌଣସି ଅସୁବିଧା ହେବନାହିଁ । ପୂର୍ବ ରାଗ ସୁଝାଇବାକୁ ଯାଇ ହଠାତ୍‌ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ, କିନ୍ତୁ କିଛି କରି ପାରିବେ ନାହିଁ । କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ । ପ୍ରତ୍ୟେକ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ । ଚାକିରି କରୁଥିବା କର୍ମଜୀବିଙ୍କ ଉପରେ ବୋଝ ଉପରେ ଲଲିତା ବିଡା ଭଳି କାର୍ଯ୍ୟର ଚାପ ବଢିଯିବ । ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ଘର କଥା ନେଇ ସ୍ତ୍ରୀଙ୍କ ସହ ଆଲୋଚନା କରିବେ, ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । ଶୁଭରଙ୍ଗ: ଲାଲ୍ । ଆରାଧନା: ମାଆ ଶାରଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ମଙ୍ଗଳମୟ ରହିବ । ଦୃଢ ମନୋବଳ ଓ କାର୍ଯ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରବିଙ୍କ ଦୁର୍ବଳତା କାରଣରୁ ଅଭାବ ନ ଥିଲେ ମଧ୍ୟ କୌଣସି କାମ ସକାଶେ ଆକସ୍ମିକ ଅର୍ଥ ଅଭାବରୁ କାମଟି ସମ୍ପୂର୍ଣ୍ଣ ହେବ ନାହିଁ । ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ସଂଗଠନ, ପ୍ରଶାସନ, ବେତାର, ଗଣ ଯୋଗାଯୋଗ ପାଇଁ ଦିନଟି ଭଲ । ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି । ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ସ୍ଵାସ୍ଥ୍ୟ ପରିସ୍ଥିତିରେ କୈାଣସି ଉନ୍ନତି ଦେଖାଯାଇ ନ ପାରେ । ସନ୍ତାନଙ୍କ ଭବିଷ୍ୟତ ଓ ପାଠପଢାକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଧୌର୍ଯ୍ୟ ଧରି କାର୍ଯ୍ୟ କରିବାକୁ ପଡିବ । ଚନ୍ଦ୍ର କେନ୍ଦ୍ରସ୍ଥ ହୋଇ ଶନି ଦୃଷ୍ଟିରେ ଥିବାରୁ ଚିନ୍ତା ନ କରି କାମ କରିବେ କିନ୍ତୁ କାମକୁ ଶେଷ କରିବା ପରେ ଭଲମନ୍ଦ ବିଷୟରେ ବିଚାର କରି ସାମୟିକ ଅନୁତାପ କରିବେ । ଦୈହିକ ଦୁର୍ବଳତା ହେତୁ ଅଫିସ କାମକୁ ନେଇ ନୈରାଶ୍ୟ ହୋଇପାରନ୍ତି । କର୍ମକ୍ଷେତ୍ରରେ ଆଶାନୁରୂପ ଅର୍ଥ, ସମ୍ମାନ, ସହଯୋଗ ନ ପାଇ କ୍ଷୋଭପ୍ରକାଶ କରିପାରନ୍ତି । ଆଜି ଅର୍ଥ ସମ୍ପର୍କୀୟ ଚୁକ୍ତି ଅଥବା ଆର୍ଥିକ ନେଣଦେଣ କରନ୍ତୁ ନାହିଁ, ନଚେତ ବିବାଦୀୟ ପରିସ୍ଥିତି ଉପୁଜିପାରେ । ବନ୍ଧୁଙ୍କ ସହ ଯୁକ୍ତିତର୍କ କରି କଥାକୁ ବେଶି ଦୋହରାଇବା ଠିକ୍‌ ହେବନି । ଅନ୍ୟର ବିବାଦୀୟ ମାମଲାରେ ମୁଣ୍ଡ ପୁରନ୍ତୁ ନାହିଁ । ସ୍ଵାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ । ପାରିବାରିକ ସ୍ତରରେ ପକ୍ଷପାତିତାକୁ ନେଇ ମାନସିକ ସ୍ତରରେ କଷ୍ଟ ପାଇବାର ଆଶଙ୍କା ରହିଛି । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ତାରିଣୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ରାଶିରେ ଶୁକ୍ର ସହ ଶନି ମିଳିବ ଭାବରେ ଗୋଟିଏ ସ୍ଥାନରେ ଅବସ୍ଥାନ କରିଥିବା ଯୋଗୁଁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ପାଇବେ । କିନ୍ତୁ ବକ୍ ଅସଂଯମତା ଯୋଗୁଁ ସମ୍ପର୍କ ହାନି ହେବାର ସମ୍ଭାବନା ରହିଛି । ବ୍ୟବସାୟ, ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଆର୍ଥିକ ସ୍ଥିତିରେ ବିଶେଷ କିଛି ପ୍ରଭାବ ପଡିବ ନାହିଁ । ଅଫିସରେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ନିକଟ ସମ୍ପର୍କୀୟ ମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁ ଆପଣଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ କାମ ହାସଲ କରିବେ । ଶୁଭରଙ୍ଗ: ଗୋଲାପୀ ରଙ୍ଗ । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଅଯଥା ଭୟ, ଆଶଙ୍କା ଓ ଉଦ୍‌ବେଗ ମଧ୍ୟରେ ଦିନଟିକୁ କଟାଇବେ । ରାଶିରେ ରବି ଓ ମଙ୍ଗଳର ପ୍ରଭାବ ଯୋଗୁଁ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗିରହିଥିଲେ ସତ୍ତ୍ୱେ ଦୃଢ଼ ପଦକ୍ଷେପ ନେଇ ସମସ୍ୟାରୁ ମୁକ୍ତି ପାଇବାକୁ ଚେଷ୍ଟା କରିବେ । ସରକାରୀ କାମରେ ଲାଭ ମିଳିବାର ଯୋଗ ରହିଛି ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପୂର୍ବ ବିବାଦକୁ କେନ୍ଦ୍ରକରି ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ସମସ୍ୟା ଆସିପାରେ । ଭୁଲ୍‌ ବୁଝାମଣା ବଶତଃ ସାଧାରଣ କଥାରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ସ୍ଵାସ୍ଥ୍ୟଗତ ସମସ୍ୟା ଲାଗିରହିଥିବା ଯୋଗୁଁ ମନରେ ଉତ୍ସାହ ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ଗଣେଶ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ସମ୍ୟକ ଗୋଳମାଳିଆ ରହିବ, ବାଧାବିଘ୍ନ ଦେଇ ସମସ୍ତ ସମସ୍ୟାର ସମ୍ମୁଖୀନ କରିବେ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । କାରବାର ମାନ୍ଦା ରହିବା ସହ ଆର୍ଥିକ ଅବସ୍ଥା ଅତି ଶୋଚନୀୟ ରହିବ । ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ମନାନ୍ତର ଦେଖାଦେଇପାରେ । କୌଣସି କ୍ଷେତ୍ରରେ ମଧ୍ୟ ତରବାରିଆ ହୋଇ କାର୍ଯ୍ୟ କରନ୍ତୁ ନାହିଁ ବରଂ ଭାବି ଚିନ୍ତି କାର୍ଯ୍ୟ କରନ୍ତୁ । ସାମାଜିକ ସ୍ତରରେ ଉଚ୍ଚସ୍ତରୀୟ ବ୍ୟକ୍ତି ବିଶେଷଙ୍କ ସହାୟତା ଲାଭ କରି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ଅନ୍ୟର ବିବାଦୀୟ ପରିସ୍ଥିତିରେ ମୁଣ୍ଡ ପୁରନ୍ତୁ ନାହିଁ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଶାରଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆର୍ଥିକ ଦିଗରୁ ଅଭାବ ଅନଟନ ଲାଗିରହିବ । ରାଶିରେ ଏକାଧିକ ଗ୍ରହର ଅବସ୍ଥାନ ଯୋଗୁଁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିରେ ଚାପ ବଢିପାରେ । ବନ୍ଧୁ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ଉପୁଜିଥିବା ସମସ୍ୟାର ସମାଧାନରେ ସହାୟତାର ହାତ ବଢାଇବେ । ଅଫିସରେ ନିଷ୍ଠାର ସହ ନିଜ କାର୍ଯ୍ୟ ଉପରେ ଧ୍ୟାନ କେନ୍ଦ୍ରୀଭୂତ କରିବେ । କାର୍ଯ୍ୟର ଚାପ ଅଧିକ ରହିଲେ ମଧ୍ୟ ନୀରବ ରହିବା ଫଳରେ ସହକର୍ମୀମାନେ ଆପଣଙ୍କ ସରଳତାର ସୁଯୋଗ ଉଠାଇ ପାରନ୍ତି । ଗତକାଲିଠାରୁ ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାଙ୍କ ସ୍ଵାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ପରିବାରର ସଦସ୍ୟଙ୍କ ସହିତ ଅତୀତର କୌଣସି ଘଟଣାକୁ ନେଇ ମନୋମାଳିନ୍ୟ ଦେଖାଦେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଗ୍ରୀନ୍ ।ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ଯୋଗୁଁ ମନ ବିଚଳିତ ରହିବ କିନ୍ତୁ କର୍ମକ୍ଷେତ୍ରରେ କୌଣସି କାର୍ଯ୍ୟ ଅଟକିବା ନାହିଁ । ଆଜି ରାଶିରେ କେନ୍ଦ୍ରସ୍ଥ ବୃହସ୍ପତିର ଅବସ୍ଥାନ ଯୋଗୁଁ ପ୍ରତ୍ୟେକ କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବ ସହ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ । ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ । ଅଫିସର ବାତାବରଣ ସୁସ୍ଥ ଥିଲେ ମଧ୍ୟ ଆକସ୍ମିକ ଭାବରେ କଉନିସ ଫାଇଲକୁ ନିର୍ଦ୍ଧିଷ୍ଟ ସ୍ଥାନରେ ଖୋଜି ନ ପାଇବା ଯୋଗୁଁ ବ୍ୟସ୍ତବିବ୍ରତ ହୋଇପାରନ୍ତି । ପଡ଼ୋଶୀଙ୍କ ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଅର୍ଥକୁ କେନ୍ଦ୍ର କରି ଆତ୍ମୀୟ ସ୍ଵଜନମାନେ ମୁହଁ ଫୁଲାଇବେ । ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ହର ପାର୍ବତୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଗୋଟିଏ ପରେ ଗୋଟିଏ ସମସ୍ୟା ଲାଗିରହିବା ଯୋଗୁଁ ମନରେ ଉଦାସ ଲାଗିରହିବ । ଏକାଦଶ ଚନ୍ଦ୍ର ଯୋଗୁ ବନ୍ଧୁ ଓ ସହକର୍ମୀଙ୍କ ସହଯୋଗରେ କେତେକାଂଶରେ ଉପକୃତ ହେବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବା ସହ ନାନା ପ୍ରକାର ପ୍ରତିବନ୍ଧକ ଲାଗିରହିବ । କିନ୍ତୁ ଅଫିସରେ ଉଚ୍ଚାଧିକାରୀଙ୍କ ସାନ୍ନିଧ୍ୟ ମିଳିବା ସହ ସହକର୍ମୀଙ୍କ ପୂର୍ଣ୍ଣ ସମର୍ଥନ ପାଇବେ । ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି କିନ୍ତୁ ସଭାସମିତିରେ ସଫଳତା ହାସଲ କରିବେ । ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗଁ ମନରେ ସରସତା ରହିବ ନାହିଁ । ସ୍ୱାସ୍ଥ୍ୟ ଜନିତ ସମସ୍ୟାରେ ସୁଧାର ଆସିବା ଯୋଗୁଁ ମନ ଚଞ୍ଚଳ ରହିବ । ପାରିବାରିକ କ୍ଷେତ୍ରରେ ହସଖୁସିର ବାତାବରଣ ରହିବ । ଦାମ୍ପତ୍ୟ ଜୀବନରେ ସାମୟିକ ମନାନ୍ତର ଦେଖାଦେଇପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଚର୍ଚ୍ଚିକା ।

Leave a Reply

Your email address will not be published. Required fields are marked *