02 ମାର୍ଚ୍ଚ 2021, ମଙ୍ଗଳବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ହେବାକୁ ଯାଉଛି ବଡ ପରିବର୍ତ୍ତନ ! ବନ୍ଧୁ ଓ

02 ମାର୍ଚ୍ଚ 2021, ମଙ୍ଗଳବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ହେବାକୁ ଯାଉଛି ବଡ ପରିବର୍ତ୍ତନ ! ବନ୍ଧୁ ଓ

02 ମାର୍ଚ୍ଚ 2021, ମଙ୍ଗଳବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ହେବାକୁ ଯାଉଛି ବଡ ପରିବର୍ତ୍ତନ ! ବନ୍ଧୁ ଓ ପରିଜନଙ୍କ ସହଯୋଗରେ ଉନ୍ନତି ପଥରେ ଅଗ୍ରସର ହେବେ ।

ଆଜି ଆମେ ଆପଣଙ୍କୁ ୦୨ ମାର୍ଚ୍ଚ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ସରଳ ଭାବରେ ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ବ୍ୟବସାୟ ବାଣିଜ୍ୟରେ କାରବାର ମାନ୍ଦା ରହିବ । ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ବନ୍ଧୁମାନେ ଛାଇ ଭଳି ପାଖେପାଖେ ରହିବେ । ବନ୍ଧୁଙ୍କର ସହଯୋଗରେ କେତେକ ଜଟିଳ ସମସ୍ୟାର ସମାଧାନ ହୋଇଯିବ । ଅଫିସରେ ପରିସ୍ଥିତି ଯେତିକି ଜଟିଳ ମାନେ କରୁଛନ୍ତି ବାସ୍ତବରେ ସେହିପରି କିଛି ହେବ ନାହିଁ । କିନ୍ତୁ ଅଫିସରେ କାର୍ଯ୍ୟଭାର ଅଧିକ ରହିବ ଓ ଫାଇଲ୍‌ ସମ୍ବନ୍ଧୀୟ କାର୍ଯ୍ୟ ବୃଦ୍ଧି ପାଇବ । ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ସହ ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭ କରିବେ । ପରବାରରେ ସୁଖ, ସମୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନରେ ଉଭୟ ପତି ଓ ପତ୍ନୀ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ପରିବାରରେ ଉପୁଜିଥିବା ସମସ୍ୟାର ଆଶୁ ସମାଧାନ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । କର୍ମକ୍ଷେତ୍ରରେ ଉପୁଜିଥିବା ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଭାବପ୍ରବଣତା ବଶତଃ ପରିହାସ ଯୁକ୍ତ କଥା କର୍ମକ୍ଷେତ୍ରରେ ସମସ୍ୟାକୁ ନିମନ୍ତ୍ରଣ କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ନିଜର ସ୍ଵାର୍ଥ ହାସଲ କରିବା ପାଇଁ ଆପଣଙ୍କୁ ମନ ଭୁଲାଣିଆ କଥା କହିବେ । ଅଫିସରେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ତର୍ଜମା କରିପାରନ୍ତି ଏବଂ ଅଯଥାରେ ଭୁଲ୍ ବାହାର କରି ସମାଲୋଚତ କରିବେ । ଅର୍ଥସଂକଟ ସମାଧାନରେ ବନ୍ଧୁ ସାହାଯ୍ୟ କରିବେ । ଅବଶ୍ୟ ସମାଜରେ ଆପଣଙ୍କ ସ୍ଥିତି ମଜବୁତ ରହିବ ଓ ଜନକଲ୍ୟାଣ କାର୍ଯ୍ୟ କରି ପ୍ରଶଂସିତ ହେବ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପରିବାରରେ ଅର୍ଥକୁ କେନ୍ଦ୍ର କରି ଭାଇ ଭାଇ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ । ପାରିବାରିକ ଘଟଣାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ସାମୟିକ ମନାନ୍ତର ହୋଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଆଜି ଆପଣ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପ୍ରତ୍ୟେକ କ୍ଷେତ୍ରରେ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ରହିବେ । କିନ୍ତୁ ଆର୍ଥିକ ସ୍ଥିତି ମଜବୁତ ରହିବ । ସହକର୍ମୀ କିମ୍ବା ଅଧିନସ୍ଥ କର୍ମଚାରୀଙ୍କୁ ଜୋର୍‌ ଦେଇ କଥା କହିବା କାରଣରୁ କେତେକ କ୍ଷେତ୍ରରେ ସେମାନେ ଆପଣଙ୍କୁ ବିରୋଧ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ସତ୍ୟ ପ୍ରକାଶ କରି ବିବାଦଗ୍ରସ୍ତ ହୋଇପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ । କୌଣସି ସୌଖୀନି ଦ୍ରବ୍ୟ କ୍ରୟ କରିବା ପାଇଁ ମନବଳାଇବେ । ଅର୍ଥକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କହାନୀ ହୋଇପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପାରିବାରିକ ସମସ୍ୟାକୁ ସୁଧାରିବାରେ ଯଥାଚିତ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । କିନ୍ତୁ ଉପସ୍ଥିତି ବୁଦ୍ଧି ଖଟାଇ ସ୍ଥଗିତ କୌଶଳ କ୍ରମେ ନିଜ କାର୍ଯ୍ୟକୁ ସମ୍ପାଦନ କରିବା ପାଇଁ ଚେଷ୍ଟା କରିବେ । ଆର୍ଥିକଦିଗରୁ ସ୍ଥିତି ଅତି ଶୋଚନୀୟ ଥିଲେ ମଧ୍ୟ ବନ୍ଧୁଙ୍କ ସାହାଯ୍ୟରେ ଅର୍ଥ ଲାଭ ପାଇବେ । ଆର୍ଥିକ ସଂକଟ ଲାଗି ରହିଥିବାରୁ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଧାରେ ଅଟକି ଯାଇପାରେ । କର୍ମକ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପୁରାତନ ରୋଗ ପୁନରାୟ ମୁଣ୍ଡ ଟେକିପାରେ, ତେଣୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡିବେ ଓ ପରବର୍ତ୍ତୀ ସମୟରେ ଅନୁତାପ କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିମଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କାର୍ଯ୍ୟ ବ୍ୟସ୍ତତା ଯୋଗୁ ବିଶ୍ରମର ଅବସର ପାଇବେ ନାହିଁ । ବ୍ୟବସାୟରେ ସ୍ଥିତି ଭଲ ଥିଲେ ମଧ୍ୟ ଆର୍ଥିକ ଅବସ୍ଥାରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ ନାହିଁ । ଅର୍ଥସଂକଟ ସମାଧାନରେ ବନ୍ଧୁ ସାହାଯ୍ୟ କରିବେ । ଅଫିସରେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ତର୍ଜମା କରିପାରନ୍ତି ଏବଂ ଅଯଥାରେ ଭୁଲ୍ ବାହାର କରି ସମାଲୋଚତ କରିବେ । ଅବଶ୍ୟ ସମାଜରେ ଆପଣଙ୍କ ସ୍ଥିତି ମଜବୁତ ରହିବ ଓ ଜନକଲ୍ୟାଣ କାର୍ଯ୍ୟ କରି ପ୍ରଶଂସିତ ହେବ । ଗୃହ ନିର୍ମାଣାଦି କାର୍ଯ୍ୟ ତ୍ୱରାନ୍ୱିତ ହେବ । ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ସାମୟିକ କଳହ ହେବାର ସୂଚନା ରହିଛି । ପାଖ, ପଡ଼ୋଶୀଙ୍କ ଦୁଃଖଦ ପରିସ୍ଥିତିକୁ ନେଇ ମାନସିକ ବ୍ୟଥା ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ନିଜର ଉପସ୍ଥିତ ବୁଦ୍ଧି ଖଟାଇ ଆଗକୁ ବଢ଼ନ୍ତୁ । ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି କରିବ । ମନ ଉତ୍ତେଜିତ ଫଳରେ ମାନସିକ ସ୍ତରରେ ସୁସ୍ଥ ଅନୁଭବ କରିପାରିବେ ନାହିଁ, ଯାହାଫଳରେ କର୍ମକ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହୋଇପାରେ । ବ୍ୟବସାୟରେ ନାନା ପ୍ରକର ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ସମସ୍ୟାର ସମାଧାନ ନିମନ୍ତେ ବନ୍ଧୁଙ୍କୁ ଠାରୁ ସାହାଯ୍ୟ ଲୋଡିବେ । ଆର୍ଥିକଦିଗରୁ ସ୍ଥିତି ଅତି ଶୋଚନୀୟ ଥିଲେ ମଧ୍ୟ ବନ୍ଧୁଙ୍କ ସାହାଯ୍ୟରେ ଅର୍ଥ ଲାଭ କରିବେ । ଆର୍ଥିକ ସଂକଟ ଲାଗିରହିଥିବାରୁ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକିଯାଇପାରେ । ଗୋଟିଏ ପକ୍ଷରେ ଆର୍ଥିକ ସ୍ଥିତି ମାନ୍ଦା ରହିବା ବେଳେ ଅନ୍ୟପଟେ ପାରିବାରିକ ଖର୍ଚ୍ଚ ଚିନ୍ତାର କାରଣ ହୋଇପାରେ । ପୁରାତନ ରୋଗ ପୁନରାୟ ମୁଣ୍ଡ ଟେକିପାରେ, ତେଣୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡିବେ ଓ ପରବର୍ତ୍ତୀ ସମୟରେ ଅନୁତାପ କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିମଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଅଧିକାଂଶ ସମୟ ଟେନସନ୍ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବା ପାଇଁ ସମର୍ଥ ହେବେ । ଆକସ୍ମିକ ଆଶା ପୂରଣ ହେବାରୁ ସୁସ୍ଥ ମନ ନେଇ କାମ କରିବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବେ ଓ ସହକର୍ମୀଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଧୌର୍ଯ୍ୟର ସହ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ସଫଳତା ହାସଲ କରିବେ । ସମାଜରେ ଆପଣଙ୍କ ପ୍ରତିଛବି ଭଲ ରହିବ । ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପାଖ ପଡୋଶୀ ସହାୟତା କରିବେ । ଦାମ୍ପତ୍ୟ ଜୀବନ ସଖୁଦମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭୈରବୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ସମସ୍ୟା ଓ ପ୍ରତିବାନ୍ଧକ ମଧ୍ୟ ଦେଇ ଗତି କରିବେ । କର୍ମକ୍ଷେତ୍ରରେ ଆକସ୍ମିକ ଭାବେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଅବହେଳାଜନିତ ଅଟକିଥିବା କାର୍ଯ୍ୟଗୁଡିକୁ ତ୍ୱରାନ୍ୱିତ କରିପାରିବେ । ବ୍ୟବସାୟରେ ମତାନ୍ତର ଦେଖା ଦେଇପାରେ । ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ଗୁରୁତ୍ଵ ଦେବେ । ରାଜନୀତିରେ ଥିବା ବ୍ୟକ୍ତିମାନେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ କରିପାରନ୍ତି, ଯାହାଫଳରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ । ଆଲୋଚନା, ଚୁକ୍ତିପତ୍ରରେ ତରବରିଆ ପଦକ୍ଷେପ ଗ୍ରହଣ କରିବା ଠିକ୍‌ ହେବ ନାହିଁ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବା ସହ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଦୃଢତାର ସହ ସମ୍ମୁଖୀନ କରିବେ ଓ ସମାଧାନର ମାର୍ଗ ଖୋଜି ବାହାର କରିବେ । ସହକର୍ମୀଙ୍କୁ ନୂତନ ଦିଗ୍‌ଦର୍ଶନ ଦେଇ ପ୍ରଶଂସିତ ହେବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସାମାଜିକ ସ୍ତରରେ ନିଜ କ୍ଷମତାର ଅପବ୍ୟବହା ଯୋଗୁଁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରର ଗତିକୁ ମନ୍ଥର କରିବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ଶାନ୍ତଶିଷ୍ଟର ବାତାବରଣ ବଜାୟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ମନରେ ଉଦାସ ଲାଗି ରହିବ । ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆର୍ଥିକ ସ୍ଥିତି ଓ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଅନୁକୂଳ ରହିପାରେ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଅଫିସରେ ଅଧିକାରୀଙ୍କ ସହଯୋଗ ପାଇବେ । ପାରିବାରିକ ଅସ୍ଥିରତା କାରଣରୁ ମନର ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣ ମଧ୍ୟରେ ନ ରଖି ଅନ୍ୟକୁ ଦାୟୀ କରି ସମାଲୋଚିତ ହେବେ । ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆଇନ, ଅଦାଲତ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେବେ । ଘରେ ବନ୍ଧୁମିଳନ ଘଟି ଆମୋଦ ପ୍ରମୋଦର ସୁଅ ଛୁଟିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭଦ୍ରକାଳୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ପୂଜା ପାଠରେ ଅଧିକାଂଶ ସମୟ ଅତିବାହିତ କରିବେ । ଅସୁବିଧାଜନକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ବ୍ୟବସାୟ, ବାଣିଜ୍ୟରେ ନାନା ପ୍ରକାର ସମସ୍ୟା ଦେଖାଦେଲେ ମଧ୍ୟ ଧୌର୍ଯ୍ୟହରା ନ ହୋଇ ସାହସିକତାର ସହ ସମସ୍ୟାକୁ ସମ୍ମୁଖୀନ କରିବେ । କେତେକେ ବନ୍ଧୁ ଆପଣଙ୍କ ସମସ୍ୟାକୁ ସମାଧାନ କରିବା ପାଇଁ ଆଗେଇ ଆସିବେ । ସହକର୍ମୀମାନେ ନିଜ ନିଜର ଲକ୍ଷ୍ୟ ହାସଲ କରିବା ପାଇଁ ଆପଣଙ୍କୁ ଫୁସୁଲାଫୁସୁଲି କରିବେ ଓ ଆପଣଙ୍କ ଜୟଗାନ କରିବେ । ପାରଷ୍ପରିକ ମତଭେଦ କାରଣରୁ ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରର ନିଷ୍ପତ୍ତି ଅମୀମାଂସିତ ହୋଇ ରହିଯାଇପାରେ । ଆଗାମୀ ଦିନର ଆନୁଷ୍ଠାନିକ କାମଗୁଡିକ ଯେପରି ସୁବିଧାରେ ସମ୍ପନ୍ନ ହୋଇପାରିବ, ସେଥିସକାଶେ ଯୋଜନା ପ୍ରସ୍ତୁତ କରିପାରନ୍ତି । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି । ପରିବାର ସଦସ୍ୟଙ୍କ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମଧ୍ୟ ମୁହଁ ଫେରାଇ ନେଇପାରନ୍ତି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ମନରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବେ । ନିଜ ଆତ୍ମୀୟସ୍ଵଜନଙ୍କ ସହଯୋଗ ଓ ସାହାଯ୍ୟରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ । କିନ୍ତୁ ନିଜ କାର୍ଯ୍ୟ ପ୍ରତି ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ, ଅନ୍ୟଥା ମଧୁର ବଚନ କହୁଥିବା ସହକର୍ମୀ ବା ଅଧିନସ୍ଥ କର୍ମଚାରୀମାନେ ହଇରାଣରେ ପକାଇପାରନ୍ତି । କର୍ମକ୍ଷେତରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବରିଷ୍ଠ ବ୍ୟକ୍ତି ଓ ପରିବାର ସଦସ୍ୟଙ୍କ ସହ ଆଲୋଚନା କରନ୍ତୁ । ଅଫିସରେ ଉଚ୍ଚାଧିକାରୀ ଓ ସହକର୍ମୀମାନଙ୍କ ସହଯୋଗ ମିଳିବ ଫଳରେ କାର୍ଯ୍ୟଗୁଡିକ ତ୍ୱରାନ୍ୱିତ ସମ୍ପାଦନ କରିପାରିବେ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସାମାଜିକ କାର୍ଯ୍ୟରେ ସହଭାଗିତା କରିପାରନ୍ତି । ଅନ୍ୟମାନଙ୍କ କଥାରେ ମୁଣ୍ଡ ପୂରାଇ ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ପଛେଇ ଯାଇପାରନ୍ତି । ପ୍ରଶାସନିକ ସ୍ତରରେ ଓ ରାଜନୀତିରେ ପ୍ରଶଂସିତ ହେବେ । ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

Leave a Reply

Your email address will not be published. Required fields are marked *